ରୁଷିଆରେ ୟୁକ୍ରେନର ବଡ଼ଧରଣର ଆକ୍ରମଣ: ଶିଶୁଙ୍କ ସମେତ ୬ ମୃତ, ୧୦ରୁ ଅଧିକ ଗୁରୁତର

ମସ୍କୋ,୨୧ା୧୨: ରୁଷିଆର କଜାନ ସହର ଉପରେ ୟୁକ୍ରେନ ଏକ ବଡ଼ଧରଣର ଡ୍ରୋନ୍‌ ଆକ୍ରମଣ କରିଛି। ଏହି ଆକ୍ରମଣ ଆମେରିକାର ୯/୧୧ ଷ୍ଟାଇଲ୍‌ରେ ହୋଇଛି। ଫଳରେ ଶିଶୁଙ୍କ ସମେତ ୬ଜଣଙ୍କର ମୃତ୍ୟୁ ହୋଇଥିବାବେଳେ ବର୍ତ୍ତମାନ ସୁଦ୍ଧା ୧୦ରୁ ଅଧିକ ଗୁରୁତର ରହିଛନ୍ତି। ମୃତ୍ୟୁସଂଖ୍ୟା ଆହୁରି ବଢ଼ିପାରେ ବୋଲି ଅନୁମାନ କରାଯାଉଛି।

ଏହି ଡ୍ରୋନ୍‌ ଆକ୍ରମଣ ମସ୍କୋର ପ୍ରାୟ ୮୦୦ କିଲୋମିଟର ପୂର୍ବରେ ଅବସ୍ଥିତ କଜାନ ସହରର ଅନେକ ଆବାସିକ ଅଞ୍ଚଳକୁ ଟାର୍ଗେଟ କରିଛି। ସୋସିଆଲ ମିଡିଆରେ ଭିଡିଓଗୁଡ଼ିକ ଭାଇରାଲ ହେଉଛି।

ଏଥିରେ ଏକ ଡ୍ରୋନ୍‌ ବଡ଼ ବିଲ୍ଡିଂରେ ମାଡ଼ ହେଉଥିବାର ଦେଖିବାକୁ ମିଳିଛି। ପରେ ଏକ ବଡ଼ଧରଣର ବିସ୍ଫୋରଣ ହୋଇଥିଲା। ଏହି ଆକ୍ରମଣ ପରେ କଜାନ ବିମାନ ବନ୍ଦରକୁ ସାମୟିକ ଭାବେ ବନ୍ଦ କରି ଦିଆଯାଇଛି। ଏହି ଆକ୍ରମଣ ସମୟରେ କମ୍‌ଲିଭ ଆଭିଏନ୍ସ, କ୍ଲାରା ଜେଟକିନ, ୟୁକୋଜିନସ୍କାୟା, ହାଡି ଟାକ୍ଟାସ, କ୍ରାସନାୟା ପୋଜିଟିଆ ଏବଂ ଓରେନବର୍ଗସ୍କି ଟ୍ରାକ୍ଟ ରାସ୍ତାରେ ଥିବା ବିଲ୍ଡିଂଗୁଡ଼ିକୁ ଟାର୍ଗେଟ କରାଯାଇଥିଲା ବୋଲି ଏପିଏ ସୂଚନା ଦେଇଛି।

ଆଗାମୀ ଦୁଇ ଦିନ ପାଇଁ କଜାନ ସହରରେ ସମସ୍ତ ପ୍ରମୁଖ କାର୍ଯ୍ୟକ୍ରମ ବାତିଲ କରାଯାଇଛି। ସୁରକ୍ଷା ଦୃଷ୍ଟିରୁ ଏପରି କରାଯାଇଛି। ରୁଷିଆର ଏହି ସହର ସବୁଠାରୁ ସୁରକ୍ଷିତ ସହର ଭାବରେ ପରିଗଣିତ ହୁଏ। ଏଠାରେ ନିକଟରେ ବ୍ରିକ୍ସ ସମ୍ମିଳନୀ ଅନୁଷ୍ଠିତ ହୋଇଥିଲା। ଆକ୍ରମଣର ଗୋଟିଏ ଦିନ ପୂର୍ବରୁ ରୁଷିଆର ପ୍ରତିରକ୍ଷା ମନ୍ତ୍ରଣାଳୟ କହିଥିଲା, ୟୁକ୍ରେନ ଫିକ୍ସଡ୍‌ ଓ୍ବିଙ୍ଗ ବ୍ୟବହାର କରି ରୁଷିଆରେ ଆତଙ୍କବାଦୀ ଆକ୍ରମଣକୁ ଖଣ୍ଡନ କରିଛି। ରୁଷିଆ କହିଛି, ବାୟୁସେନା ୧୯ଟି ୟୁକ୍ରେନ ଡ୍ରୋନ୍‌କୁ ଧ୍ୱଂସ କରିଦେଇଛି। ପ୍ରତିରକ୍ଷା ମନ୍ତ୍ରଣାଳୟର ଏହି ବିବୃତ୍ତି ପରେ କଜାନ ସହର ଉପରେ ଆକ୍ରମଣ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

୨ ବର୍ଷର ବନବାସର ଘଟିଲା ଅନ୍ତ: ସ୍ମୃତିଙ୍କୁ ମିଳିଲା…

ନୂଆଦିଲ୍ଲୀ,୧୭।୮: ଭାରତୀୟ ଜନତା ପାର୍ଟି (ଭାଜପା)ର ରାଷ୍ଟ୍ରୀୟ ଅଧ୍ୟକ୍ଷ ନୀତିନ ନବୀନଙ୍କ ଦ୍ୱାରା ଘୋଷଣା କରାଯାଇଥିବା ନୂତନ ଦଳରେ, ପୂର୍ବତନ ଏମ୍‌ପି ଏବଂ କେନ୍ଦ୍ରମନ୍ତ୍ରୀ ସ୍ମୃତି ଇରାନୀ…

ପିଉସାଙ୍କୁ ହତ୍ୟା କରି ପୋଡିଦେବା ଘଟଣା: ଜମି ବିବାଦ ନା ଗୁଣି ଗାରେଡି, ୨ ଜଣଙ୍କୁ…

ଦାରିଙ୍ଗବାଡି,୧୭।୮(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ବାଡାବାଙ୍ଗା ପଞ୍ଚାୟତ ସିକନବାଡି ଗାଁରେ ଏକ ହତ୍ୟା ଘଟଣାର ପୋଲିସ ଖୁଲାସା କରିଛି। ହତ୍ୟାର ଶିକାର ହୋଇଛନ୍ତି ଉକ୍ତ…

ନୂଆ ଟିମ୍ ଘୋଷଣା କଲେ ନୀତିନ ନବୀନ; କିଏ ଏହି ଦୀପକ ମହସ୍କେ, ଯାହାଙ୍କୁ ମିଳିଲା ବଡ଼ ଦାୟିତ୍ବ

ନୂଆଦିଲ୍ଲୀ,୧୭।୮: ନୀତିନ ନବୀନ ତାଙ୍କ ନୂଆ ଟିମ୍‌ ଘୋଷଣା କରିଛନ୍ତି । ଏଥିରେ ସବୁଠାରୁ ବଡ଼ ଚର୍ଚ୍ଚାର ବିଷୟ ହୋଇଛି ଦଳର ଆଇଟି ସେଲ୍‌ ମୁଖ୍ୟ ପଦରେ…

ବନ୍ୟାପାଣିରେ ଭାସିଯାଇଥିଲେ ଯୁବକ, ୪ଦିନ ପରେ ମୃତଦେହ ଉଦ୍ଧାର

ଧାମନଗର,୧୭।୮(ଦେବେନ୍ଦ୍ର ଆନ୍ଦିଆ): ଧାମନଗର ବ୍ଲକ ଦିହୁଡ଼ି-ଆନନ୍ଦପୁର ପଞ୍ଚାୟତ ପାହଡ଼ପୁର ଯେନାସାହି ଗ୍ରାମର ଗଣେଶ ଜେନା (୫୨)ଙ୍କ ମୃତଦେହ ଉଦ୍ଧାର କରାଯାଇଛି । ନିଖୋଜର ୪ଦିନ ପରେ ଜଙ୍ଗଲରୁ…

ଭାଜପାରେ ବଡ଼ ଅଦଳବଦଳ: ସ୍ମୃତି-ବସୁନ୍ଧରାଙ୍କୁ ବଡ଼ ଦାୟିତ୍ୱ

ନୂଆଦିଲ୍ଲୀ,୧୭।୮: ସଭାପତି ନୀତିନ ନବୀନ ନୂଆ ଟିମ୍‌ ଘୋଷଣା କରିଛନ୍ତି। ସ୍ମୃତି ଇରାନୀଙ୍କୁ ସାଧାରଣ ସମ୍ପାଦକ ଏବଂ ବସୁନ୍ଧରା ରାଜେଙ୍କୁ ଉପାଧ୍ୟକ୍ଷ ଭାବେ ନିଯୁକ୍ତ କରାଯାଇଛି। ୧୬…

ଅଷ୍ଟ୍ରେଲିଆକୁ ICC ଦେଲା ବଡ଼ ଦଣ୍ଡ: ବାଂଲାଦେଶଠାରୁ ଶୋଚନୀୟ ପରାଜୟ ପରେ କଙ୍ଗାରୁ ଟିମ୍‌କୁ…

ଆଡ଼ିଲେଡ,୧୭।୮: ପ୍ରଥମ ଟେଷ୍ଟ ମ୍ୟାଚ୍‌ରେ ଅଷ୍ଟ୍ରେଲିଆକୁ ୯ ଉଇକେଟେରେ ପରାସ୍ତ କରି ବାଂଲାଦେଶ ଇତିହାସ ରଚିଥିଲା। ଟେଷ୍ଟ କ୍ରିକେଟ ଇତିହାସରେ ଏହା ପ୍ରଥମ ଥର ପାଇଁ ଅଷ୍ଟ୍ରେଲିଆ…

ଅନ୍ୟ ଗ୍ରହରେ ବସତି ସମସ୍ୟା, ବୈଜ୍ଞାନିକମାନେ ତାଲିକାଭୁକ୍ତ କରି…

ବୈଜ୍ଞାନିକମାନେ ଗ୍ରହମାନଙ୍କର ବାସ୍ତବିକ ରଙ୍ଗ ଭାବେ ତାଲିକାଭୁକ୍ତ କରିଛନ୍ତି। ଏହି ଅନୁସାରେ ବୁଧ: ଧୁସର, ଶୁକ୍ର : ହଳଦିଆ ସହ ଧଳା, ପୃଥିବୀ: ନୀଳ ସହ ଧଳା,…

ଗ୍ୟାସ ସିଲିଣ୍ଡର ଗ୍ରାହକଙ୍କୁ ବଡ଼ ଆଶ୍ୱସ୍ତି! ବଢ଼ିଲା e-KYCର ଶେଷ ତାରିଖ

ନୂଆଦିଲ୍ଲୀ,୧୭।୮: LPG ସିଲିଣ୍ଡର ଉପଭୋକ୍ତାଙ୍କ ପାଇଁ ବଡ଼ ଖବର । ଗ୍ୟାସ୍‌ର e-KYC କରିବାର ଶେଷ ତାରିଖ ବଢ଼ାଇ ଦିଆଯାଇଛି । ପୂର୍ବରୁ ଅଗଷ୍ଟ ୧୬ ତାରିଖ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri