ରୁଷିିଆ-ଚାଇନା ଗଠନ କରୁ ନାହାନ୍ତି ସାମରିକ ମେଣ୍ଟ: ପୁଟିନ…

ମସ୍କୋ,୨୬।୩ : ଆମେରିକା ସମେତ ଅନେକ ନାଟୋ ଦେଶ ରୁଷିଆ ଏବଂ ଚାଇନା ମଧ୍ୟରେ ବଢୁଥିବା ବନ୍ଧୁତାକୁ ନେଇ ଚିନ୍ତିତ ଅଛନ୍ତି। ତେବେ ରୁଷିଆ ଏବଂ ଚାଇନା ମଧ୍ୟରେ କୌଣସି ସାମରିକ ମେଣ୍ଟ ଗଠନ କରାଯାଉ ନାହିଁ ବୋଲି ସୂଚନା ସାମ୍ନାକୁ ଆସିଛି।

ରବିବାର ନ୍ୟୁଜ ଏଜେନ୍ସିକୁ ଦେଇଥିବା ଏକ ସାକ୍ଷାତକାରରେ ରୁଷିଆର ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ କହିଛନ୍ତି ଯେ ଆମେ ମିଳିତ ସାମରିକ ମେଣ୍ଟ ଗଠନ କରୁନାହୁଁ। ସାମରିକ ସହଯୋଗ ଦୃଷ୍ଟିରୁ କିଛି ଲୁଚାଯାଉ ନାହିଁ।

ତେବେ ନାଟୋ ସଦସ୍ୟ ଦେଶଙ୍କ ଚିନ୍ତାକୁ ଦୃଷ୍ଟିରେ ରଖି ପୁଟିନ କହିଛନ୍ତି ଆମେ କିଛି ମଧ୍ୟ ଲୁଚା ଛପାରେ କରୁ ନାହୁଁ। ସବୁକିଛି ସ୍ବଚ୍ଛ, କିଛି ଗୁପ୍ତ ରଖାଯାଇ ନାହିଁ।

ଅପରପକ୍ଷରେ ପାଶ୍ଚାତ୍ୟ ଶକ୍ତିମାନେ ଅଧିକ ବିଶ୍ୱସ୍ତରୀୟ ମିଳିତ ମଞ୍ଚ ଗଠନ କରିବାକୁ ଚେଷ୍ଟା କରୁଛନ୍ତି। ଏଥି ସହିତ, ସେ ଆମେରିକା,ଜର୍ମାନୀ, ଇଟାଲୀ ଏବଂ ଜାପାନ ମିଳିତ ଭାବେ କିଛି ଯୋଜନା କରୁଥିବା ଅଭିଯୋଗ କରିଛନ୍ତି।

ନିକଟରେ ଭ୍ଲାଦିମିର ପୁଟିନ ଏବଂ ଚାଇନା ରାଷ୍ଟ୍ରପତି ଶି ଜିନପିଙ୍ଗ ପରସ୍ପରକୁ କ୍ରେମଲିନରେ ଭେଟିଥିଲେ। ଏହି ସମୟରେ ଦୁଇଜଣ ପରସ୍ପରକୁ ପ୍ରିୟ ବନ୍ଧୁ ଭାବରେ ଅଭିବାଦନ ଜଣାଇବା ସହ ୟୁକ୍ରେନ ବିବାଦର ସମାଧାନ ପାଇଁ ଚାଇନାର ପ୍ରସ୍ତାବ ଉପରେ ଆଲୋଚନା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ସମୁଦ୍ର ତଟକୁ ସ୍ବଚ୍ଛ ରଖିବା ପାଇଁ ପ୍ରୟାସ, ବରୁଣ ଦେବତାଙ୍କୁ ବନ୍ଦାପନା କରି…

ମହାକାଳପଡ଼ା,୧୯ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ): ପୁରାଣରେ ବର୍ଣ୍ଣିତ ସମୁଦ୍ରକୂ ବରୁଣ ଦେବତା ରୂପେ ପୂଜା କରାଯାଏ। ଶନିବାର ପୂର୍ବାହ୍ନରେ କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ନାଞ୍ଜୁରା ପଞ୍ଚାୟତ ଶାସନ…

ଡେଙ୍ଗୁ ରୋଗୀଙ୍କ ପାଇଁ ହସ୍ପିଟାଲରେ ମିଳୁନି ସ୍ଥାନ, ଚଟାଣରେ ଚାଲିଛି ଚିକିତ୍ସା; ୧୮ ଦିନରେ ୭୯ ମୃତ୍ୟୁ

ଢାକା,୧୯।୯: ବର୍ତ୍ତମାନ ବାଂଲାଦେଶ ଏକ ଭୟଙ୍କର ଡେଙ୍ଗୁ ପ୍ରକୋପର ସାମ୍ନା କରୁଛି। ରାଜଧାନୀ ଢାକା ଏବଂ ଏହାର ଆଖପାଖ ଅଞ୍ଚଳରେ ଏହି ରୋଗ ଦ୍ରୁତ ଗତିରେ ବ୍ୟାପୁଥିବାରୁ…

ଦୁଇ ମୋଟରସାଇକେଲ ମୁହାଁମୁହିଁ, ଶିକ୍ଷକ ଗୁରୁତର ହୋଇ…

ପଟ୍ଟାଙ୍ଗି,୧୯ା୯(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ଥାନା ଅନ୍ତର୍ଗତ ପଡାଲଗୁଡ଼ା ଛକ ନିକଟରେ ଦୁଇ ମୋଟରସାଇକେଲ ମୁହାଁମୁହିଁ ଧକ୍କା ହେବା ଫଳରେ ବିଦ୍ୟାଳୟକୁ ଯାଉଥିବା ଶିକ୍ଷକ…

ଘରେ ଶୋଇଥିଲେ ମହିଳା, ଚୋଟ ମାରିଲା ସାପ, ଆଉ ତା’ ପରେ…

ପୁରୁଷୋତ୍ତମପୁର,୧୯ା୯(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ବ୍ଲକ ଅନ୍ତର୍ଗତ କେଏନପୁର ଗ୍ରାମରେ ଶନିବାର ସାପ କାମୁଡ଼ି ଜଣେ ମହିଳାଙ୍କର ମୃତ୍ୟୁ ଘଟିଛି। ସେ ହେଲେ ଭାସି ବେହେରା…

ଚର୍ଚ୍ଚାରେ ନୀତା ଅମ୍ବାନୀଙ୍କ ହାର, ତିଆରି କରିବାକୁ ଲାଗିଥିଲା ୩ ବର୍ଷ, ଗଢ଼ିଛନ୍ତି ୧୪ କାରିଗର, ଦାମ୍‌ ଜାଣିଲେ…

ମୁମ୍ବାଇ,୧୯ା୯: ରିଲାଏନ୍ସ ଇଣ୍ଡଷ୍ଟ୍ରିଜ୍‌ ମାଲିକ ମୁକେଶ ଅମ୍ବାନୀଙ୍କ ସ୍ତ୍ରୀ ନୀତା ଅମ୍ବାନୀଙ୍କୁ କୌଣସି ପରିଚୟର ଆବଶ୍ୟକତା ନାହିଁ। ୬୦ ବର୍ଷ ବୟସରେ ନୀତା ଅମ୍ବାନୀ ତାଙ୍କର ପ୍ରତ୍ୟେକ…

ମଧ୍ୟପ୍ରଦେଶ ବୁଲିବାକୁ ଯାଇ ୭ ଓଡ଼ିଆ ମୃତ, ଦୁଃଖ ପ୍ରକାଶ କରି ନବୀନ କହିଲେ…

ଭୁବନେଶ୍ୱର,୧୯ା୯: ମଧ୍ୟପ୍ରଦେଶ ବୁଲିବାକୁ ଯାଇ ୭ ଓଡ଼ିଆଙ୍କ ମୃତ୍ୟୁ ଘଟିଥିବା ନେଇ ବିରୋଧୀଦଳ ନେତା ନବୀନ ପଟ୍ଟନାୟକ ଦୁଃଖ ପ୍ରକାଶ କରିଛନ୍ତି। ନବୀନ ଶୋକସନ୍ତପ୍ତ ପରିବାର ସଦସ୍ୟଙ୍କ…

ମଧ୍ୟପ୍ରଦେଶରେ ୭ ଓଡ଼ିଆଙ୍କ ମୃତ୍ୟୁ, ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୯ା୯: ମଧ୍ୟପ୍ରଦେଶରେ ୭ ଓଡ଼ିଆ ପର୍ଯ୍ୟଟକଙ୍କ ମୃତ୍ୟୁ ଘଟିଛି। ଏନେଇ ଶୋକ ପ୍ରକାଶ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ମୁଖ୍ୟମନ୍ତ୍ରୀ ଶୋକସନ୍ତପ୍ତ ପରିବାରବର୍ଗଙ୍କୁ ସମବେଦନା ଜଣାଇ…

‘ସଚେତନତା ବଢ଼ିଲେ ରୋକି ହେବ ଏଡ୍‌ସ ମହାମାରୀ’

ଭଞ୍ଜନଗର,୧୯ା୯(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟରେ ଶନିବାର ଏଡ୍‌ସ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଜାତୀୟ ସେବା ଯୋଜନା (ଏନ୍‌ଏସ୍‌ଏସ୍‌)…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?