ଆସନ୍ତା ବର୍ଷ ୟୁକ୍ରେନ୍‌ ଉପରେ ଆକ୍ରମଣ କରିପାରେ ରୁଷିଆ…

ମସ୍କୋ,୪।୧୨: ୟୁକ୍ରେନ ଏବଂ ରୁଷିଆ ସୀମାରେ ଉତ୍ତେଜନା କ୍ରମାଗତ ଭାବେ ବୃଦ୍ଧି ପାଉଛି। ଏନେଇ ୟୁକ୍ରେନ ଦାବି କରିଛି ରୁଷିଆ ସୀମାରେ ୯୪ ହଜାରରୁ ଅଧିକ ସୈନ୍ୟ ମୁତୟନ କରିଛି। ଆସନ୍ତା ବର୍ଷ ଜାନୁୟାରୀ ଶେଷ ସୁଦ୍ଧା ସୈନ୍ୟ ସଂଖ୍ୟାରେ ପୁଣି ବୃଦ୍ଧି ପାଇପାରେ। ଦୁଇ ଦେଶ ମଧ୍ୟରେ ଥିବା ତିକ୍ତତା ଉପରେ ଆମେରିକା ମଧ୍ୟ ତୀକ୍ଷ୍ଣ ନଜର ରଖିଛି।

ଆମେରିକାର ଗୁପ୍ତଚର ଅଧିକାରୀମାନେ କହିଛନ୍ତି ଯେ ରୁଷିଆ ୟୁକ୍ରେନ ଉପରେ ସାମରିକ କାର୍ଯ୍ୟାନୁଷ୍ଠାନ ଆରମ୍ଭ କରିବାକୁ ଯୋଜନା କରୁଛି। ୨୦୨୨ ଆରମ୍ଭରୁ ଏଭଳି ଅଭିଯାନ କରାଯିବାର ଆଶଙ୍କା ରହିଛି। ଏଥିପାଇଁ ରୁଷିଆ ୟୁକ୍ରେନ ସୀମାରେ ୧ ଲକ୍ଷ ୭୫ ହଜାର ସୈନିକ ମୁତୟନ କରିବାକୁ ଯୋଜନା କରୁଛି। ସୈନ୍ୟମାନେ ୟୁକ୍ରେନ ସୀମାଠାରୁ କିଛି ଦୂରରେ ବିଭିନ୍ନ ସ୍ଥାନରେ ରହିଛନ୍ତି। ଆମେରିକାର ରାଷ୍ଟ୍ରପତି ଜୋ ବାଇଡେନ ପ୍ରଶାସନର ଜଣେ ଅଧିକାରୀ ଏସମ୍ପର୍କରେ ସୂଚନା ଦେଇଛନ୍ତି। ରୁଷିଆ ରାଷ୍ଟ୍ରପତି ବ୍ଲାଡିମୀର ପୁଟିନ୍‌ ସରକାର ୟୁକ୍ରେନ୍‌ ସହିତ ଯୁଦ୍ଧ କରିବାକୁ ପ୍ରସ୍ତୁତି ଚୂଡ଼ାନ୍ତ କରିଥିବା ସେ କହିଛନ୍ତି।

ହ୍ବାଇଟ ହାଉସର ମୁଖପାତ୍ର ଜେନ ସାକି କହିଛନ୍ତି ଯେ ଯଦି ୟୁକ୍ରେନ ବିରୁଦ୍ଧରେ ରୁଷିଆ ପକ୍ଷରୁ କୌଣସି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଏ ତେବେ ବାଇଡେନ୍‌ ପ୍ରଶାସନ ଏଥିରେ ହସ୍ତକ୍ଷେପ କରିବେ। ଏଥି ସହିତ ୟୁକ୍ରେନ ଉପରେ ଆକ୍ରମଣ ଯୋଜନା କରୁଥିବା ସମ୍ପର୍କରେ ଆମେରିକାର ରାଷ୍ଟ୍ରପତି ଜୋ ବାଇଡେନ ପୁଟିନଙ୍କୁ ଚେତାବନୀ ଦେଇଛନ୍ତି। ବାଇଡେନ କହିଛନ୍ତି ଯେ ଆମେ ଦୀର୍ଘ ଦିନ ଧରି ରୁଷିଆର କାର୍ଯ୍ୟକଳାପ ବିଷୟରେ ଅବଗତ ରହିଛୁ ଏବଂ ପୁଟିନଙ୍କ ସହ ଆଲୋଚନା କରିବାକୁ ଯାଉଛୁ ବୋଲି ଗଣମାଧ୍ୟମ ସମ୍ମିଳନୀରେ କହିଛନ୍ତି। ପୁଟିନ ଯାହା କରିବାକୁ ଯାଉଛନ୍ତି ସେଥିପାଇଁ ଆମେରିକା ଚିନ୍ତିତଥିବା ସେ କହିଛନ୍ତି।

ହ୍ବାଇଟ ହାଉସ ଏବଂ କ୍ରେମଲିନ ପକ୍ଷରୁ ଆସନ୍ତା ସପ୍ତାହରେ ବାଇଡେନ ଏବଂ ପୁଟିନଙ୍କ ମଧ୍ୟରେ ଆଲୋଚନା ପାଇଁ ବ୍ୟବସ୍ଥା କରାଯାଉଛି। ଅନ୍ୟପକ୍ଷରେ ପୁଟିନଙ୍କ ବୈଦେଶିକ ବ୍ୟାପାର ପରାମର୍ଶଦାତା ୟୁରୀ ଉଷାକୋଭ ଗଣମାଧ୍ୟମକୁ କହିଛନ୍ତି ଯେ ଆଗାମୀ ଦିନରେ ପୁଟିନ-ବାଇଡେନଙ୍କ ଆଲୋଚନା ପାଇଁ ବ୍ୟବସ୍ଥା କରାଯାଇଛି, କିନ୍ତୁ ମସ୍କୋ ଏବଂ ୱାଶିଂଟନ ସବିଶେଷ ତଥ୍ୟ ଆଦାନପ୍ରଦାନ ଶେଷ କରିବା ପରେ ଏନେଇ ତାରିଖ ଘୋଷଣା କରାଯିବ।


Enter your email to get our daily news in your inbox.

All Right Reserved By Dharitri.Com

ପୀତବାସ ହତ୍ୟା ମାମଲାର ସାକ୍ଷୀଙ୍କୁ ଧମକ: ଡାକ୍ତରଙ୍କ ମୋବାଇଲ ଫୋନ ଜବତ

ବ୍ରହ୍ମପୁର,୧୬ା୯(ସୁବାସ ଚନ୍ଦ୍ର ପାଢ଼ୀ): ବ୍ରହ୍ମପୁରର ଆଇନଜୀବୀ ପୀତବାସ ପଣ୍ଡା ହତ୍ୟା ମାମଲାର ସାକ୍ଷୀଙ୍କୁ ଜେଲ ଭିତରୁ ଯେଉଁ ମୋବାଇଲ ଫୋନରୁ ଧମକ ମିଳିଥିବା ତାହା ସେଠାରେ କାର୍ଯ୍ୟରତ…

ପୋଖରୀରେ ବୁଡ଼ି ଚାଲିଗଲା ଜୀବନ

ଦିଗପହଣ୍ଡି,୧୭।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କଙ୍କୋରଡ଼ା ଗ୍ରାମ ମା’ନାରାୟଣୀ ଠାକୁରାଣୀ ମନ୍ଦିର ନିକଟ ପୋଖରୀକୁ ଶୌଚ ପାଇଁ ଯାଇଥିବା ଜଣେ ମହିଳା ଗୁରୁବାର…

ରାଣୀ ସାହି ଦୁର୍ଗାପୂଜା କମିଟି ଗଠିତ, ଆଶ୍ୱିନ ମହାସପ୍ତମୀରୁ ହେବ ମହୋତ୍ସବ

ଦିଗପହଣ୍ଡି,୧୭ା୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି ୧୦ ନଂ. ୱାର୍ଡ ରାଣୀ ସାହି ଦୁର୍ଗାପୂଜା କମିଟିର ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି। ପ୍ରତିବର୍ଷ ଭଳି…

‘ମୁକ୍ତା’ଯୋଜନାରେ ହୋଇଥିବା କାର୍ଯ୍ୟର ଭିଜିଲାନ୍ସ ତଦନ୍ତ ହେବ: ବିଧାୟକ

ଗୁଡାରି,୧୭।୯(ପ୍ରମୋଦ କୁମାର ପତି): ଗୁଣୁପୁର ବିଧାୟକ ସତ୍ୟଜିତ ଗମାଙ୍ଗ ଗୁଡାରି ଏନ୍‌ଏସି କାର୍ଯ୍ୟାଳୟରେ ଗୁରୁବାର ବିଭିନ୍ନ ଯୋଜନାର ସମୀକ୍ଷା କରିଥିଲେ। ନଥିପତ୍ର ଯାଞ୍ଚ ପରେ ଭେଣ୍ଡି ଜୋନ…

ପ୍ରଧାନମନ୍ତ୍ରୀଙ୍କ ଦୀର୍ଘାୟୁ କାମନା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୭ା୯(ସୁଚିସ୍ମିତା ସାହୁ): ଭୁବନେଶ୍ୱର ସମେତ ସାରା ରାଜ୍ୟରେ ଜଳିଲା କୋଟିଏରୁ ଅଧିକ ‘ଆଶୀର୍ବାଦ ଦୀପ’। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ୭୬ତମ ଜନ୍ମଦିନ ଅବସରରେ ଗୁରୁବାର ରାଜ୍ୟ ସରକାରଙ୍କ…

‘ସ୍ନେହଭରା ପ୍ରତ୍ୟେକ ଶବ୍ଦ ପାଇଁ…’ ଜନ୍ମଦିନର ଶୁଭେଚ୍ଛା ପାଇଁ କୃତଜ୍ଞତା ଜଣାଇଲେ ପ୍ରଧାନମନ୍ତ୍ରୀ ମୋଦି

ନୂଆଦିଲ୍ଲୀ,୧୭।୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ତାଙ୍କ ଜନ୍ମଦିନ ଅବସରରେ ମିଳିଥିବା ଶୁଭେଚ୍ଛା ପାଇଁ କୃତଜ୍ଞତା ଜଣାଇଛନ୍ତି। ସୋସିଆଲ ମିଡିଆ ପ୍ଲାଟଫର୍ମ ‘ଏକ୍ସ’ (X) ରେ ପୋଷ୍ଟ କରି…

ଜମିକୁ ଯାଇ ଗଛରେ ଝୁଲି ପଡ଼ିଲେ ଚାଷୀ

ଭେଡେନ,୧୭।୯(ହୃଷୀକେଶ ଖମାରୀ): ବରଗଡ଼ ଜିଲା ଭେଡେନ ଥାନା ଅଧୀନ ରେଶମ ପ୍ରଧାନପାଲି ଗ୍ରାମରୁ ଗୁରୁବାର ଜଣେ ଚାଷୀଙ୍କ ମୃତଦେହ ଉଦ୍ଧାର ହୋଇଛି। ମୃତକ ଜଣକ ଉକ୍ତ ଗ୍ରାମର…

ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ଝଲସିଲା ମନ୍ଦିର ପ୍ରାଙ୍ଗଣ

ପାଟଣା,୧୭।୯(ବୀର କିଶୋର ଦାଶ): ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଜନ୍ମଦିନ ଅବସରରେ କେନ୍ଦୁଝର ଜିଲା ପାଟଣା ନିର୍ବାଚନମଣ୍ଡଳୀର ବିଭିନ୍ନ ମନ୍ଦିର ଏବଂ ଧାର୍ମିକ ଅନୁଷ୍ଠାନରେରେ ଗୁରୁବାର ସନ୍ଧ୍ୟାରେ ପ୍ରଦୀପ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?