ୟୁକ୍ରେନ୍ ସେନା ପ୍ରଶିକ୍ଷଣ ଶିବିର ଉପରେ ରୁଷିଆର ମିଶାଇଲ ମାଡ, ଭଡାରେ ଆସିଥିବା ୧୮୦ ବିଦେଶୀ ସେନା ନିହତ!

କ୍ୱିଭ/ମସ୍କୋ/ୱାଶିଂଟନ,୧୪ ।୩: ରୁଷିଆ ଓ ୟୁକ୍ରେନ ମଧ୍ୟରେ ଚାଲିଥିବା ଯୁଦ୍ଧ ୨ ସପ୍ତାହରୁ ଅଧିକ ସମୟ ହୋଇଥିଲେ ବି ଏବେବି ଏହା କମ୍ ହୋଇନାହିଁ । ରୁଷିଆ ପକ୍ଷରୁ ୟୁକ୍ରେନର ଏକ ସେନା ପ୍ରଶିକ୍ଷଣ କେନ୍ଦ୍ର ଉପରେ ମିଶାଇଲ ମାଡ କରାଯିବା ଫଳରେ ୧୮୦ ଜଣଙ୍କ ମୃତ୍ୟୁ ହୋଇଥିବା ରୁଷିଆ ଦାବି କରିଛି । ରୁଷିଆ କହିଛି ଏହି ଆକ୍ରମଣରେ ମୃତ୍ୟୁ ହୋଇଥିବା ସମସ୍ତ ୧୮୦ ସେନା ଭଡାରେ ଆସିଥିଲେ । ଆହୁରି ମଧ୍ୟ ରୁଷିଆ ପ୍ରତିରକ୍ଷା ମନ୍ତ୍ରଣାଳୟ କହିଛି ୟାୱେରିଓରେ ଥିବା ସେନା ପ୍ରଶିକ୍ଷଣ କେନ୍ଦ୍ର ବାହାର ଦେଶରୁ ଆସୁଥିବା ସେନା ଉପରକରଣର ଭଣ୍ଡାର ଭାବେ ବ୍ୟବହାର କରାଯାଉଥିଲା । ଏହା ଉପରେ ଆକ୍ରମଣ ଫଳରେ ବିଦେଶରୁ ଭଡାରେ ଆସିଥିବା ୧୮୦ ସେନାଙ୍କ ମୃତ୍ୟୁ ହେବା ସହ ବହୁ ପରିମାଣରେ ଗୋଳାବାରୁଦ ନଷ୍ଟ ହୋଇଯାଇଛି । ରୁଷିଆ କହିଛି ସେ ପର୍ଯ୍ୟନ୍ତ ସେ ସେହିମାନଙ୍କୁ ନିହତ କରିବ ଯେଉଁମାନେ ବିଦେଶରୁ ଭଡା ସେନା ଭାବେ ୟୁକ୍ରେନ୍ ଆସିଛନ୍ତି । ରୁଷିଆର ସେନା ପ୍ରଶିକ୍ଷଣ କେନ୍ଦ୍ରରେ ୩୦ରୁ ଅଧିକ କ୍ରୁଜ ମିଶାଇଲ ମାଡ କରାଯାଇଛି ।
ଅନ୍ୟପଟେ ୟୁକ୍ରେନ୍ ଦାବି କରିଛି ଯେ ରୁଷିଆର ମିଶାଇଲ ମାଡରେ ୩୫ ସେନାଙ୍କ ମୃତ୍ୟୁ ହୋଇଥିବା ବେଳେ ୧୩୪ ଆହତ ହୋଇଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ଏଗ୍ରିଷ୍ଟାକ୍‌ ଆଇଡିି ଉଚ୍ଛେଦ ଦାବି ତେଜିଲା: ଏକାଠି ହେଲେ ପାକ୍ସ ସଭାପତି ସଂଘ

ବରଗଡ଼,୧୩।୮(ପ୍ରେମାନନ୍ଦ ଖମାରୀ):ଧାନବିକ୍ରି ପଞ୍ଜୀକରଣ ପ୍ରକିୟାକୁ ଦିନକୁ ଦିନ ଅଧିକ ଜଟିଳ କରି ଦିଆଯାଉଥିବା ଅଭିଯୋଗ ହୋଇଛି। ଚଳିତବର୍ଷ ଧାନବିକ୍ରି ପଞ୍ଜୀକରଣରେ ଏଗ୍ରିଷ୍ଟାକ୍‌ ଆଇଡ଼ି, ଭାଗଚାଷୀ କ୍ଷେତ୍ର୍ରରେ ଇ-କେୱାଇସି…

ସ୍ତ୍ରୀଙ୍କ ମୋବାଇଲରେ ଏମିତି ଚାଟ୍‌ ଦେଖି ସ୍ବାମୀଙ୍କ ପାଦ ତଳୁ ଖସିଗଲା ମାଟି, ସିଧା ପହଞ୍ଚିଲେ ଥାନାରେ…

ନୂଆଦିଲ୍ଲୀ,୧୩।୮: ତେଲଙ୍ଗାନାର ମହବୁବାବାଦ ଜିଲାରୁ ସାମ୍ନାକୁ ଆସିଥିବା ଏକ ଘଟଣା ଚାଞ୍ଚଲ୍ୟ ସୃଷ୍ଟି କରିଛି। ଜଣେ ବ୍ୟକ୍ତି ତାଙ୍କ ପତ୍ନୀ ଓ ତାଙ୍କର କଥିତ ପ୍ରେମିକଙ୍କ ବିରୋଧରେ…

ଚାର୍ଜ ବସାଇ ଶୁଣୁଥିଲେ ଗୀତ: ହଠାତ୍‌ ମାରିଲା ଘଡ଼ଘଡ଼ି, ଆଉ ତା’ପରେ…

ନନ୍ଦପୁର,୧୩।୮(ତୁଷାରକାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ବ୍ଲକ ଅଞ୍ଚଳରେ ବୁଧବାର ରାତ୍ରଠାରୁ ପ୍ରବଳ ବର୍ଷା ଓ ବଜ୍ରପାତର ପ୍ରକୋପ ଦେଖିବାକୁ ମିଳିଛି। ବଜ୍ରପାତରେ ଜଣେ ନାବାଳକଙ୍କ ମୃତ୍ୟୁ…

ପ୍ରବଳ ବର୍ଷା: ଏହି ଜିଲାରେ ସମସ୍ତ ସ୍କୁଲ ବନ୍ଦ

ବାରିପଦା,୧୩।୮(ନୀଳାଦ୍ରି ବିହାରୀ ଦଣ୍ଡପାଟ)-ଗତ ରାତିରୁ ଆରମ୍ଭ ହୋଇ ଏପର୍ଯ୍ୟନ୍ତ ଜାରି ରହିଥିବା ଭାରି ବର୍ଷାକୁ ନେଇ ମୟୂରଭଞ୍ଜ ଜିଲ୍ଲାପାଳ ହେମକାନ୍ତ ସୟଙ୍କ ନିର୍ଦ୍ଦେଶକ୍ରମେ ଆଜି ଜିଲାର ସମସ୍ତ…

ଗ୍ରହଙ୍କ ଖାସ୍‌ ଖେଳରେ ୫ ରାଶିଙ୍କ ଚମକିବ ଭାଗ୍ୟ, ଖୋଲିଯିବ ଟଙ୍କା ଆସିବାର ରାସ୍ତା; ବଢିବ…

୧୩ ଅଗଷ୍ଟ, ୨୦୨୬ ରେ ଶ୍ରାବଣ ମାସର ଶୁକ୍ଳ ପକ୍ଷର ପ୍ରତିପଦା ତିଥି ଏବଂ ଦିନ ଗୁରୁବାର ଅଟେ। ଏହା ଚାତୁର୍ମାସର ୨୦ ତମ ଦିନ ଅଟେ।…

ଆସୁଛି ବଡ଼ ବର୍ଷା: ଅବପାତର ପରିଣତ ହେବ ଲଘୁଚାପ, ରେଡ୍‌ ଓ୍ବାର୍ନିଂ ଜାରି

ଭୁବନେଶ୍ୱର, ୧୩/୮:ପଶ୍ଚିମବଙ୍ଗ ଓ ବାଂଲାଦେଶ ଉପକୂଳର ଉତ୍ତର ବଙ୍ଗୋପସାଗର ଉପରେ ଲଘୁଚାପ ସୃଷ୍ଟି ହୋଇଛି। ଉତ୍ତର ବଙ୍ଗୋପସାଗର ଓ ପଶ୍ଚିମବଙ୍ଗ-ବାଂଲାଦେଶ ଉପକୂଳ ନିକଟରେ ସୃଷ୍ଟ ଲଘୁଚାପ ଅଧିକ…

ଚାଇନାର ପୂର୍ବତନ ପ୍ରଧାନମନ୍ତ୍ରୀଙ୍କ ଦେହାନ୍ତ

ବେଜିଂ, ୧୩।୮: ଚାଇନାକୁ ଆଧୁନିକ ଅର୍ଥନୈତିକ ମହାଶକ୍ତି ଭାବରେ ଗଢ଼ିବାରେ ପ୍ରମୁଖ ଭୂମିକା ନେଇଥିବା ଏବଂ ଦେଶକୁ ବିଶ୍ୱ ବାଣିଜ୍ୟ ସଂଗଠନ(ଡବ୍ଲ୍ୟୁଟିଓ)ରେ ସାମିଲ କରାଇଥିବା ଚାଇନାର ପୂର୍ବତନ…

୨୪ ସପ୍ତାହ ପର୍ଯ୍ୟନ୍ତ ଗର୍ଭପାତ କରିପାରିବେ ବଳାତ୍କାର ପୀଡ଼ିତା: କୋର୍ଟ ଦେଲେ ବଡ଼ ରାୟ

ଇନ୍ଦୋର,୧୨ା୮(ପି.ଟି.):ବଳାତ୍କାର ପୀଡ଼ିତା ଗର୍ଭବତୀ ହୋଇଥିଲେ, ସେ ୨୪ ସପ୍ତାହ ମଧ୍ୟରେ ଗର୍ଭପାତ କରିବାକୁ ଚାହିଁଲେ ଏଥିପାଇଁ ଅଦାଲତଙ୍କ ଅନୁମତି ନେବାକୁ ପଡ଼ିବ ନାହଁି। ମଧ୍ୟପ୍ରଦେଶ ହାଇକୋର୍ଟ ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri