ପୁଟିନ୍‌ଙ୍କୁ ବିଦେଶରେ ଗିରଫ ଅର୍ଥ ‘ଯୁଦ୍ଧ ଘୋଷଣା’

ମସ୍କୋ,୨୩।୩: ଅନ୍ତର୍ଜାତୀୟ ଆପରାଧିକ କୋର୍ଟ (ଆଇସିସି) ଦ୍ୱାରା ରୁଷିଆର ରାଷ୍ଟ୍ରପତି ଭ୍ଲାଡିିମିର ପୁଟିନଙ୍କ ବିରୋଧରେ ଗିରଫ ୱାରେଣ୍ଟ ଜାରି କରାଯାଇଛି। ଏହା ଏବେ ସାରା ବିଶ୍ୱରେ ଚର୍ଚ୍ଚାର ବିଷୟ ପାଲଟିଛି। ଆଇସିସିର ଏହି ଆଦେଶ ଉପରେ ରୁଷିଆ ସରକାର ଉତ୍ତ୍ୟକ୍ତ ହୋଇପଡ଼ିଛନ୍ତି। ରୁଷିଆର ସୁରକ୍ଷା ପରିଷଦର ଉପାଧ୍ୟକ୍ଷ ତଥା ରୁଷିଆର ପୂର୍ବତନ ରାଷ୍ଟ୍ରପତି ଦିମିତ୍ରୀ ମେଡଭେଡେଭ ଆଇସିସି କାର୍ଯ୍ୟାଳୟରେ କ୍ଷେପଣାସ୍ତ୍ର ନିକ୍ଷେପ କରିବେ ବୋଲି ଧମକ ଦେଇଛନ୍ତି। ଏଥିସହ ସେ ପାଶ୍ଚାତ୍ୟ ଦେଶମାନଙ୍କୁ ମଧ୍ୟ ଆଉ ଏକ ଚେତାବନୀ ଦେଇଛନ୍ତି। ସେ କହିଛନ୍ତି, ଆଇସିସି ଦ୍ୱାରା ଜାରି କରାଯାଇଥିବା ୱାରେଣ୍ଟ ପରେ ବିଦେଶରେ ଯଦି ରୁଷିଆ ରାଷ୍ଟ୍ରପତିଙ୍କୁ ଗିରଫ କରିବାକୁ ଉଦ୍ୟମ କରାଯାଏ ତେବେ ରୁଷିଆ ଏହାକୁ ଯୁଦ୍ଧ ଘୋଷଣା ରୂପେ ଦେଖିବ। ଏଭଳି କୌଣସି ଦୁଃସାହସିକ କାର୍ଯ୍ୟ ‘ଯୁଦ୍ଧର ଡାକରା’ ଦେବ ବୋଲି ଡିମିଟ୍ରି ମେଡଭେଡେଭ କହିଛନ୍ତି। ଯଦି ପୁଟିନ୍‌ଙ୍କୁ ଗିରଫ କରାଯାଏ ତେବେ ରୁଷିଆ ଅସ୍ତ୍ରଶସ୍ତ୍ରରେ ଆକ୍ରମଣ କରିବାକୁ କୁଣ୍ଠାବୋଧ କରିବ ନାହିଁ ବୋଲି ବୁଧବାର ବିଳମ୍ବିତ ରାତିରେ ସେ କହିଛନ୍ତି। ସୂଚନାଯୋଗ୍ୟ, ଗତ ସପ୍ତାହରେ ହେଗ ସ୍ଥିତ ଆଇସିସି ରୁଷିଆ ରାଷ୍ଟ୍ରପତି ଭ୍ଲାଡିମିର ପୁଟିନ୍‌ଙ୍କୁ ୟୁକ୍ରେନରେ ଯୁଦ୍ଧ ଅପରାଧରେ ଦୋଷୀ ସାବ୍ୟସ୍ତ କରିଥିଲେ। ଏଥିସହ ତାଙ୍କ ବିରୋଧରେ ଗିରଫ ଓ୍ବାରେଣ୍ଟ ଜାରି କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ହର୍ମୁଜରେ ଘନେଇଲା ପୁଣି ବଡ଼ ବିପଦ, ଭାରତୀୟ ଜାହାଜକୁ…

ନୂଆଦିଳ୍ଲୀ,୭।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ଉତ୍ତେଜନାର ପ୍ରଭାବ ଏବେ ସାମୁଦ୍ରିକ ବାଣିଜ୍ୟରେ ମଧ୍ୟ ଦୃଶ୍ୟମାନ ହେଉଛି। ଅନେକ ଅଞ୍ଚଳରେ, ଜାହାଜ ପାଇଁ ବୀମା ପାଇବା ମହଙ୍ଗା ହୋଇଯାଇଛି। ସମ୍ୱନ୍ଧିତ…

ସୀମାରେ ସାପ-କୁମ୍ଭୀର ଛାଡିବ ଭାରତ! ଶୁଣିକି ଛାନିଆ ହେଲା ପାକ୍‌-ବାଂଲାଦେଶ

ନୂଆଦିଲ୍ଲୀ,୭।୪: ଭାରତ-ବାଂଲାଦେଶ ସୀମାରେ ଅବୈଧ ଅନୁପ୍ରବେଶକୁ ରୋକିବା ପାଇଁ ବିଏସଏଫ ଏକ ଅଭିନବ ପଦ୍ଧତି ପ୍ରସ୍ତୁତ କରିଛି। ସୋମବାର ଅଧିକାରୀମାନେ ପ୍ରକାଶ କରିଛନ୍ତି ଯେ ସୀମା ସୁରକ୍ଷା…

କେଉଁ ବୋତଲରେ ପାଣି ପିଇବା ଉଚିତ୍‌: ଜାଣନ୍ତୁ କ’ଣ ରହିଛି…

ଜଳ ହିଁ ଜୀବନ । ପାଣି ପିଇବା ପାଇଁ କିଏ ପ୍ଲାଷ୍ଟିକ୍‌ ବଟଲ ବ୍ୟବହାର କରନ୍ତି ତ ଆଉ କିଏ ତମ୍ବା ନ ହେଲେ ଷ୍ଟିଲ୍‌। ଘରୁ…

୮ ଏପ୍ରିଲରୁ ଏୟାର ଇଣ୍ଡିଆର ଯାତ୍ରା ହେବ ମହଙ୍ଗା! ଜାଣନ୍ତୁ କେତେ ବଢ଼ିବ

ନୂଆଦିଲ୍ଲୀ,୭।୪: ଟାଟା ଗ୍ରୁପ୍ ନେତୃତ୍ୱରେ ପରିଚାଳିତ ବିମାନ କମ୍ପାନୀ ଏୟାର ଇଣ୍ଡିଆ ଯାତ୍ରୀମାନଙ୍କୁ ଏକ ଝଟକା ଦେଇଛି । ବଢି଼ପାରେ ଭଡ଼ା । କମ୍ପାନୀ ୮ ଏପ୍ରିଲରୁ…

ନବୀନ ପଟ୍ଟନାୟକଙ୍କୁ ନେଇ ଏମିତି କହିଦେଲେ ମନମୋହନ: ଆମ ଦ୍ୱାର ସବୁବେଳେ ଖୋଲା…

ଭୁବନେଶ୍ୱର,୭।୪: ବିରୋଧୀ ଦଳ ନେତା ତଥା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ପଞ୍ଚାୟତରାଜ ନିର୍ବାଚନ ପୂର୍ବରୁ ବିଭିନ୍ନ ଜିଲା ଗସ୍ତ କରିବେ ବୋଲି ଜଣାପଡ଼ିଛି। ନବୀନଙ୍କ ଜିଲା…

ହୃଦୟ ବିଦାରକ… ପ୍ରେମିକ ସହିତ ଧରାପଡ଼ିଲେ ସ୍ତ୍ରୀ, ପୋଲିସ ଉପସ୍ଥିତିରେ ଗଳା କାଟି ହତ୍ୟା କଲେ ସ୍ବାମୀ

ହାଇଦ୍ରାବାଦ,୭।୪: ତେଲେଙ୍ଗାନାର ସାଙ୍ଗାରେଡ୍ଡି ଜିଲାର ଜାହିରାବାଦରୁ ଏକ ହୃଦୟ ବିଦାରକ ଖବର ସାମ୍ନାକୁ ଆସିଛି । ଜଣେ ସ୍ୱାମୀ ପୋଲିସ ଉପସ୍ଥିତିରେ ଚଳନ୍ତା ଗାଡ଼ି ଭିତରେ ତାଙ୍କ…

୩୬ ଲକ୍ଷ ଟଙ୍କା ଦରମା ପ୍ୟାକେଜ୍‌ ଛାଡ଼ି ହୋଇଥିଲେ ବାବା: ଏବେ ବିବାହ କରି ଚର୍ଚ୍ଚାରେ ଅଭୟ ସିଂ, ଆଗକୁ କରିବେ…

ଧର୍ମଶାଳା,୭।୪: ଆଇଆଇଟି ବାବା ଓରଫ ଅଭୟ ସିଂ, ୨୦୨୫ର ପ୍ରୟାଗରାଜ ମହାକୁମ୍ଭ ସମୟରେ ତାଙ୍କର ଅନନ୍ୟ ଆଧ୍ୟାତ୍ମିକ ଯାତ୍ରା ପାଇଁ ରାତାରାତି ପ୍ରସିଦ୍ଧି ହାସଲ କରିଥିଲେ। ଏବେ…

ଯୁଦ୍ଧ ଭିତରେ ଆମେରିକାରେ ରାଷ୍ଟ୍ରପତି ପଦ ଛାଡିବେ ଟ୍ରମ୍ପ? ନିଜେ କହିଦେଲେ…

ଓ଼୍ବାଶିଂଟନ,୭।୪: ପଶ୍ଚିମ ଏସିଆରେ ଚାଲିଥିବା ସଂଘର୍ଷ ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଠାରୁ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଆସିଛି। ସେ ଦାବି କରିଛନ୍ତି ଯେ ସେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri