୯ ମାସରେ ରୁଷିଆ ମାଡ଼ କରିଛି ୪୭୦୦ରୁ ଅଧିକ କ୍ଷେପଣାସ୍ତ୍ର: ଜେଲେନେସ୍କିଙ୍କ ଅଭିଯୋଗ…

କ୍ୱିଭ୍‌,୨୧।୧୧ : ନଅ ମାସ ଧରି ଚାଲିଥିବା ରୁଷିଆ ଏବଂ ୟୁକ୍ରେନ ମଧ୍ୟରେ ଯୁଦ୍ଧ ଶେଷ ନହୋଇ ବଢ଼ିବାରେ ଲାଗିଛି। ଏପରିସ୍ଥଳେ ତାଙ୍କ ଦେଶର ବିନାଶର କାହାଣୀ ବର୍ଣ୍ଣନା କରୁଥିବାବେଳେ ୟୁକ୍ରେନର ରାଷ୍ଟ୍ରପତି ଭୋଲୋଡିମିର ଜେଲେନସ୍କି ଦାବି କରିଛନ୍ତି ଯେ ନଅ ମାସ ମଧ୍ୟରେ ରୁଷିଆ ୪୭୦୦ରୁ ଅଧିକ କ୍ଷେପଣାସ୍ତ୍ର ନିକ୍ଷେପ କରିଛି। ଏହି ଆକ୍ରମଣରେ ଶହ ଶହ ସହର ଧ୍ୱଂସ ହୋଇଯାଇଛି।

ରାଷ୍ଟ୍ରପତି ଜେଲେନସ୍କି ରବିବାର ଏକ ଭିଡିଓ ସାକ୍ଷାତକାରରେ କହିଛନ୍ତି ଯେ ୟୁକ୍ରେନ ଉପରେ ଆକ୍ରମଣ ପାଇଁ ରୁଷିଆ କ୍ଷେପଣାସ୍ତ୍ର ବ୍ୟବହାର କରୁଛି। ଚଳିତ ବର୍ଷ ଫେବୃଆରୀ ୨୪ ରେ ରୁଷିଆ ୟୁକ୍ରେନ ଉପରେ ଆକ୍ରମଣ କରିଥିଲା। ଗତ ୨୭୦ଦିନ ମଧ୍ୟରେ ରୁଷିଆ ୟୁକ୍ରେନକୁ ଏକ ଧ୍ୱଂସ ସ୍ତୁପରେ ପରିଣତ କରିଛି। ଯୁଦ୍ଧରେ ବହୁ ଜୀବନ ଓ ସମ୍ପତ୍ତି ନଷ୍ଟ ହୋଇଯାଇଛି।

ରୁଷିଆର ଆକ୍ରମଣ ୟୁକ୍ରେନର ଶହ ଶହ ସହରକୁ ଧ୍ୱଂସ କରିଦେଇଥିଲା। ହଜାର ହଜାର ଲୋକଙ୍କର ମୃତ୍ୟୁ ହୋଇଛି। ୟୁକ୍ରେନର ୩୦ ଲକ୍ଷରୁ ଅଧିକ ଲୋକ ବିସ୍ଥାପିତ ହୋଇ ପଡୋଶୀ ଦେଶରେ ଆଶ୍ରୟ ନେବାକୁ ବାଧ୍ୟ ହୋଇଛନ୍ତି। ଯେଉଁ ଅଞ୍ଚଳକୁ ରୁଷିଆ ଦଖଲ କରିଛି, ସେଠାକାର ଲୋକଙ୍କୁ ରୁଷିଆକୁ ପଠାଯାଇଥିଲା। ଯେଉଁମାନେ ଏଥିରେ ରାଜି ହୋଇ ନ ଥିଲେ ସେମାନଙ୍କୁ ହତ୍ୟା କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଆଜି ଭାରତ ପାଇଁ ଐତିହାସିକ ଦିନ: ୨୮ ବର୍ଷ ପରେ ପୁଣି ଦୋହରାଇବ ଇତିହାସ, ୨ ଦେଶ ବିପକ୍ଷରେ…

ନୂଆଦିଲ୍ଲୀ,୩।୧୦: ଭାରତୀୟ କ୍ରିକେଟ ପାଇଁ ଆଜି ଅର୍ଥାତ୍‌ ଅକ୍ଟୋବର ୩ ଏକ ଐତିହାସିକ ଦିନ ହେବାକୁ ଯାଉଛି। ଏହି ଦିନ ଭାରତୀୟ କ୍ରିକେଟ ଟିମ ଗୋଟିଏ ଦିନରେ…

ଅଲ-ଟାଇମ ବେଷ୍ଟ ଫିଲ୍ଡର୍ସ୍‌-୧୧ ଘୋଷଣା: ୪ ଭାରତୀୟଙ୍କୁ ମିଳିଲା ସ୍ଥାନ, ଯୁବରାଜ ବାଦ୍‌

ନୂଆଦିଲ୍ଲୀ,୩।୧୦: କ୍ରିକେଟ୍‌ର ରନ ଓ ଉଇକେଟ ସହ ଫିଲ୍ଡିଂ ମଧ୍ୟ ମ୍ୟାଚ୍‌ର ଗତିପଥ ବଦଳାଇବାରେ ବଡ଼ ଭୂମିକା ନିଏ। ଏକ ଚମତ୍କାର କ୍ୟାଚ, ଦ୍ରୁତ ଥ୍ରୋ କିମ୍ବା…

ଅସୁରକ୍ଷିତ ଶ୍ରେଣୀଗୃହରେ ପାଠପଢ଼ା: ବିଦ୍ୟାର୍ଥୀଙ୍କ ସୁରକ୍ଷା ଚିନ୍ତାରେ ଅଭିଭାବକ

ଜି.ଉଦୟଗିରି,୩ା୧୦(ଚିନ୍ମୟ କୁମାର ସେଠୀ):କନ୍ଧମାଳ ଜିଲା ଜି.ଉଦୟଗିରିରେ ୧୯୩୬ରେ ହବାକ୍‌ ଉଚ୍ଚ ବିଦ୍ୟାଳୟ ପ୍ରତିଷ୍ଠା ହୋଇଥିଲା। ବହୁ ପୁରାତନ ଏହି ବିଦ୍ୟାଳୟର ଶ୍ରେଣୀଗୃହଗୁଡିକ ଏବେ ବିପଦସଙ୍କୁଳ ଅବସ୍ଥାରେ ରହିଛି।…

ଫ୍ରାନ୍ସରେ ଛାତ୍ର-ପୋଲିସ ସଂଘର୍ଷ: ୪୦୦ ସ୍କୁଲ ବନ୍ଦ

ପ୍ୟାରିସ୍‌, ୩।୧୦: ଫ୍ରାନ୍ସରେ ଶୁକ୍ରବାର ବିକ୍ଷୋଭ ଆହୁରି ତୀବ୍ରତର ହୋଇଛି। ହାଇସ୍କୁଲ ଛାତ୍ରୀଛାତ୍ରମାନେ ବିଲ୍ଡିଂଗୁଡ଼ିକର ପ୍ରବେଶପଥ ଅବରୋଧ କରିବା, ପୋଲିସ ସହ ସଂଘର୍ଷ କରିବା ଏବଂ କେତେକ…

ପୁଣି ଆସୁଛି ଲଘୁଚାପ! ବଙ୍ଗୋପସାଗରରେ ନେଇପାରେ ଅବପାତ ରୂପ

ଭୁବନେଶ୍ୱର,୩ା୧୦(ବନ୍ଦନା ସେଠୀ):ସାରା ରାଜ୍ୟରେ ଏବେ ପାରଦ ଉପରମୁହଁା ରହିଥିବାବେଳେ ପ୍ରବଳ ଖରା ସହ ଗୁଳୁଗୁଳି ଅନୁଭୂତ ହେଉଛି। ଆଗାମୀ ସପ୍ତାହେ ପର୍ଯ୍ୟନ୍ତ ପାଣିପାଗରେ ବିଶେଷ କିଛି ପରିବର୍ତ୍ତନ…

ନେପୋଲିଅନଙ୍କ ରହସ୍ୟମୟ ଚିଠିର ଗୁମର ଖୋଲିଲା ଏଆଇ

ଲଣ୍ଡନ, ୩ା୧୦: ଫ୍ରାନ୍ସର ପ୍ରସିଦ୍ଧ ସମ୍ରାଟ ନେପୋଲିଅନ ବୋନାପାର୍ଟଙ୍କ ଏକ ୨୧୭ ବର୍ଷ ପୁରୁଣା ରହସ୍ୟମୟ ଚିଠିର ଗୁପ୍ତ ସଙ୍କେତକୁ କୃତ୍ରିମ ବୁଦ୍ଧିମତ୍ତା ବା ଆର୍ଟିଫିସିଆଲ ଇଣ୍ଟେଲିଜେନ୍ସ…

IND vs WI: ତୃତୀୟ ଦିନିକିଆ ପୂର୍ବରୁ ବଡ଼ ଝଟ୍‌କା, ବାଦ୍ ପଡ଼ିଲେ ଷ୍ଟାର୍ ଅଲରାଉଣ୍ଡର, ମାରିଥିଲେ ଦମଦାର୍ ଶତକ!

ନୂଆଦିଲ୍ଲୀ,୨।୧୦: ଭାରତ ଏବଂ ୱେଷ୍ଟଇଣ୍ଡିଜ୍ ମଧ୍ୟରେ ଖେଳାଯାଉଥିବା ୩ ମ୍ୟାଚ୍ ବିଶିଷ୍ଟ ଦିନିକିଆ (ODI) ସିରିଜ୍‌ରେ ଭାରତୀୟ ଦଳ ୨-୦ ରେ ଅଗ୍ରଣୀ ସହ ସିରିଜ୍ କବ୍‌ଜା…

ତୁଳା ରାଶିରେ ଶୁକ୍ରଙ୍କ ଓଲଟା ଚାଲି: ଅକ୍ଟୋବର ୩ରୁ ଏହି ୫ଟି ରାଶିର ଲୋକଙ୍କୁ ରହିବାକୁ ପଡ଼ିବ ସାବଧାନ!

୨୦୨୬ ଅକ୍ଟୋବର ୩ ତାରିଖରୁ ଶୁକ୍ର ନିଜର ସ୍ୱରାଶି ତୁଳାରେ ବକ୍ରୀ ଅର୍ଥାତ୍ ଓଲଟା ଚାଲି ଚାଲିବାକୁ ଯାଉଛନ୍ତି। ଶୁକ୍ରଙ୍କର ଏହି ଚଳନ ହେତୁ ସମ୍ପର୍କ, ଭାଗୀଦାରୀ,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?