Posted inଜାତୀୟ

ଭାରତକୁ ମିଳିଲା ରୁଷିଆର ଅତ୍ୟାଧୁନିକ ଡିଫେନ୍ସ ସିଷ୍ଟମ୍‌

ନୂଆଦିଲ୍ଲୀ,୧୪।୧୧: ରୁଷିଆ ଭାରତକୁ ଏସ୍‌-୪୦୦ ଏୟାର ଡିଫେନ୍ସ ସିଷ୍ଟମ୍‌ ଯୋଗାଣ ଆରମ୍ଭ କରିଛି। ଯୋଜନା ଅନୁଯାୟୀ ଯୋଗାଣ ଆରମ୍ଭ ହୋଇଥିବା ରୁଷିଆର ସାମରିକ-ବୈଷୟିକ ସହଯୋଗ ସଂଘୀୟ ସେବାର ନିର୍ଦ୍ଦେଶକ ଡିମିଟ୍ରି ଶୁଗାଏଭ୍‌ କହିଛନ୍ତି। ଆମେରିକାର ପୂର୍ବତନ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ ପ୍ରଶାସନର କାର୍ଯ୍ୟାନୁଷ୍ଠାନ ଚେତାବନୀ ସତ୍ତ୍ୱେ ମସ୍କୋରୁ ଏସ୍‌-୪୦୦ ଏୟାର ଡିଫେନ୍ସ ମିସାଇଲ ସିଷ୍ଟମ୍‌ର ୫ଟି ୟୁନିଟ କିଣିବା ଲାଗି ନୂଆଦିଲ୍ଲୀ ୨୦୧୮ ଅକ୍ଟୋବରରେ ୫ ବିଲିୟନ ଡଲାର ଚୁକ୍ତିନାମା ସ୍ବାକ୍ଷର କରିଥିଲା। ୨୦୧୯ରେ ଭାରତ ରୁଷିଆକୁ ପ୍ରଥମ କିସ୍ତିରେ ୮୦୦ ନିୟୁତ ଡଲାର ପୈଠ କରିଥିଲା। ଏସ୍‌-୪୦୦ ହେଉଛି ରୁଷିଆର ସବୁଠୁ ଅତ୍ୟାଧୁନିକ ଦୀର୍ଘ ଲକ୍ଷ୍ୟଭେଦ କ୍ଷମତା ଥିବା ସ୍ଥଳଭାଗରୁ ଆକାଶ ମିସାଇଲ ଡିଫେନ୍ସ ସିଷ୍ଟମ। ଏହି ସିଷ୍ଟମ କିଣିଥିବା ତୁର୍କୀ ଉପରେ ଆମେରିକା କଟକଣା ଲଗାଇଥିବାରୁ ଭାରତ ଉପରେ ଅନୁରୂପ ପଦକ୍ଷେପ ନେଇପାରେ ବୋଲି ଆଶଙ୍କା କରାଯାଉଛି। ଭାରତକୁ ମିଳିବାକୁ ଥିବା ପ୍ରଥମ ଏସ୍‌-୪୦୦ ଓ୍ବେଷ୍ଟର୍ନ ଫ୍ରଣ୍ଟ ନିକଟରେ ମୁତୟନ ହେବ।


Enter your email to get our daily news in your inbox.

All Right Reserved By Dharitri.Com

ମହଙ୍ଗା ପଡ଼ିଲା କର୍ତ୍ତବ୍ୟରେ ଅବହେଳା: ବିଏଲ୍‌ଓ ନିଲମ୍ବିତ

ଗଜପତ/ମୋହନା,୪।୪(ଗିରିଧାରୀ ପରିଛା/ମନ୍ମଥ ମିଶ୍ର): ଗଜପତି ଜିଲା ୧୩୭-ପାରଳାଖେମୁଣ୍ଡି ବିଧାନସଭାର କାଶୀନଗର ବ୍ଲକ ଅନ୍ତର୍ଗତ ଭୋଟଗ୍ରହଣ କେନ୍ଦ୍ରର ବୁଥସ୍ତରୀୟ ଅଧିକାରୀ ଦାୟିତ୍ୱରେ ଥିବା ସହକାରୀ ଶିକ୍ଷକଙ୍କୁ ଜିଲା ନିର୍ବାଚନ…

ରେଷ୍ଟୁରାଣ୍ଟ-ଢାବା ମାଲିକଙ୍କ ପାଇଁ ନିର୍ଦ୍ଦେଶ: କେବଳ ଏମିତି କଲେ ମିଳିବ ବାଣିଜ୍ୟିକ ସିଲିଣ୍ଡର

ନୂଆଦିଲ୍ଲୀ,୪।୪: ଦିଲ୍ଲୀ ସରକାର ବାଣିଜ୍ୟିକ LPG ସିଲିଣ୍ଡର ଯୋଗାଣ ନିୟନ୍ତ୍ରଣ ନିୟମକୁ କଡ଼ାକଡ଼ି କରିଛନ୍ତି। ଏବେ, ଯେଉଁ ଅଞ୍ଚଳରେ ପାଇପ ଯୁକ୍ତ ପ୍ରାକୃତିକ ଗ୍ୟାସ (PNG) ନେଟୱାର୍କ…

ଇସ୍ତଫା ଦେଲେ ପେଣ୍ଡିଲି ସରପଞ୍ଚ, କାରଣ କହିଲେ…

ଗୁଡାରି,୪।୪(ପ୍ରମୋଦ କୁମାର ପତି ): ଗୁଡାରି ବ୍ଲକର ପେଣ୍ଡିଲି ପଞ୍ଚାୟତ ସରପଞ୍ଚ ରେଣୁକା ଶବର ନିଜ ପଦବୀରୁ ଶନିବାର ଅପରାହ୍ନରେ ଇସ୍ତଫା ଦେଇଛନ୍ତି। ସେ ନିଜ ଇସ୍ତଫା…

ଚାଲିଛି ଆଇପିଏଲ ସିଜନ୍‌: ଯୁବ ଗୋଷ୍ଠୀଙ୍କୁ ଲୋଭ ଦେଖାଇ ଆକୃଷ୍ଟ କରୁଛନ୍ତି ଦଲାଲ

ଗଞ୍ଜାମ,୪।୪(ବିଦ୍ୟାଧର ସାହୁ ): ବର୍ତ୍ତମାନ ଆରମ୍ଭ ହୋଇଯାଇଛି ଆଇପିଏଲ ସିଜନ । ପ୍ରତ୍ୟେକ ଦିନ ବିଭିନ୍ନ ଫ୍ରାଞ୍ଚାଇଜ ଦଳ ସହ ଅନୁଷ୍ଠିତ ହେଉଛି ୨୦-୨୦ ମ୍ୟାଚ ।…

ପୁରୀ ବିମାନବନ୍ଦର ଜଙ୍ଗଲ ଜମି ଅନୁମତି ପ୍ରସଙ୍ଗରେ ପ୍ରତିକ୍ରିୟା ରଖିଲେ ଭକ୍ତ, କହିଲେ…

ଭୁବନେଶ୍ୱର,୪ା୪: ପୁରୀ ବିମାନବନ୍ଦର ପାଇଁ ଜଙ୍ଗଲ ଜମି ଅନୁମତି ପ୍ରସଙ୍ଗରେ ପ୍ରତିକ୍ରିୟା ରଖିଛନ୍ତି ପିସିସି ସଭାପତି ଭକ୍ତ ଚରଣ ଦାସ। ପିସିସି ସଭାପତି ଭକ୍ତ ଶନିବାର ଗଣମାଧ୍ୟକୁ…

ନିଜ ପଢ଼ା ସମୟର କଥା କହିଲେ ଉପଜିଲାପାଳ: କେମିତି ପଢ଼ିଲେ…

ତୁମୁଡିବନ୍ଧ,୪।୪(ଦୀପକ କୁମାର ପରାସେଠ): କନ୍ଧମାଳ ଜିଲା ତୁମୁଡିବନ୍ଧସ୍ଥିତ ନେତାଜୀ ସୁଭାଷ ବୋଷ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ନୂତନ ଭାବେ ନିର୍ମିତ ହୋଇଥିବା କୋଠା ଗୃହକୁ ବାଲିଗୁଡା ଉପଜିଲାପାଳ …

ସମ୍ପର୍କରେ ଲାଗିଲା କଳଙ୍କ: ଜ୍ୱାଇଁଙ୍କ ସହ ଶାଶୁ ଫେରାର, ମୋବାଇଲ ଲୋକେସନ ଖୋଲିଦେଲା ସବୁ ଗୁମର

ରାଞ୍ଚି,୪ା୪: ଝାଡ଼ଖଣ୍ଡର ଦୁମକା ଜିଲାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି, ଯାହା ଶାଶୁ-ଜ୍ୱାଇଁଙ୍କ ପରି ପବିତ୍ର ସମ୍ପର୍କରେ କଳଙ୍କ ଲଗାଇଛି। ସରିଆହାଟ ଥାନା ଅଞ୍ଚଳର ମଥାକେସୋ…

ଇରାନରୁ ଭାରତ ଆସୁଥିଲା ତେଲ ବୋଝେଇ ଜାହାଜ, ମଝି ସମୁଦ୍ରରୁ ଚାଇନା ଆଡ଼କୁ ମୁହାଁଇଲା, ସରକାର କହିଲେ…

ନୂଆଦିଲ୍ଲୀ/ତେହରାନ,୪ା୪: ଭାରତ ସରକାର ଶନିବାର ମିଥ୍ୟା ରିପୋର୍ଟକୁ ଖାରଜ କରିଦେଇଛନ୍ତି। ଭାରତ ଅଭିମୁଖେ ଆସୁଥିବା ଏକ ଇରାନୀ ଅଶୋଧିତ ତେଲ ବୋଝେଇ ଟ୍ୟାଙ୍କର ମଝି ସମୁଦ୍ରରୁ ଗତିପଥ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri