Odisha Elections 2024

ଭାରତ ପାଇଁ ଆମେରିକାକୁ ଗାଳି କଲା ରୁଷିଆ

ମସ୍କୋ/ନୂଆଦିଲ୍ଲୀ,୯।୫: ଖଲିସ୍ତାନ ସମର୍ଥକ ଆତଙ୍କବାଦୀ ଗୁରୁପନ୍ତୱନ୍ତ ସିଂ ପନ୍ନୁ ମାମଲାରେ ରୁଷିଆ ଭାରତର ସପକ୍ଷରେ ଯୁକ୍ତି ବାଢିଛି। ପନ୍ନୁଙ୍କୁ ହତ୍ୟା ଉଦ୍ୟମ ଷଡଯନ୍ତ୍ରରେ ଭାରତ ବିରୋଧରେ ନିରନ୍ତର ଭିତ୍ତିହୀନ ଅଭିଯୋଗ କରିଥିବାରୁ ସେ ଆମେରିକାକୁ ନିନ୍ଦା କରିଛନ୍ତି। ରୁଷିଆର ବୈଦେଶିକ ମନ୍ତ୍ରଣାଳୟ ଏହି ଅଭିଯୋଗକୁ ପ୍ରତ୍ୟାଖ୍ୟାନ କରି କହିଛି, ୱାଶିଂଟନ ଏପର୍ଯ୍ୟନ୍ତ ଏହି ମାମଲାରେ ଭାରତୀୟ ନାଗରିକଙ୍କ ସମ୍ପୃକ୍ତି ସମ୍ପର୍କରେ କୌଣସି ବିଶ୍ୱସନୀୟ ପ୍ରମାଣ ଦେଇନାହିଁ।
ରୁଷିଆର ବୈଦେଶିକ ମନ୍ତ୍ରଣାଳୟର ମାରିଆ ଜାଖାରୋଭା କହିଛନ୍ତି, ଆମ ପାଖରେ ଥିବା ସୂଚନା ଅନୁଯାୟୀ, ପନ୍ନୁ ନାମକ ଜଣେ ବ୍ୟକ୍ତିଙ୍କୁ ହତ୍ୟା କରିବାକୁ ଷଡଯନ୍ତ୍ରରେ ଭାରତୀୟ ନାଗରିକଙ୍କ ସମ୍ପୃକ୍ତି ସମ୍ପର୍କରେ କୌଣସି ନିର୍ଭରଯୋଗ୍ୟ ସୂଚନା କିମ୍ବା ପ୍ରମାଣ ଉପସ୍ଥାପିତ କରାଯାଇ ନାହିଁ। ପ୍ରମାଣ ଅଭାବରେ ଏହି ବିଷୟ ଉପରେ କଳ୍ପନାଜଳ୍ପନା ଗ୍ରହଣୀୟ ନୁହେଁ।
ଜାଖରୋଭା ଆହୁରି ମଧ୍ୟ କହିଛନ୍ତି, ଆମେରିକା କ୍ରମାଗତ ଭାବରେ ଭାରତ ବିରୋଧରେ ମିଥ୍ୟା ଅଭିଯୋଗ କରୁଛି। ସେ ଭାରତର ଜାତୀୟ ମାନସିକତା ଏବଂ ଇତିହାସ ବୁଝନ୍ତି ନାହିଁ। କାରଣ ଆମେରିକା ଧାର୍ମିକ ସ୍ବାଧୀନତା ଉପରେ ଭିତ୍ତିହୀନ ଅଭିଯୋଗ ଜାରି ରଖିଛି। ୱାଶିଂଟନ୍‌ର କାର୍ଯ୍ୟ ଭାରତର ଆଭ୍ୟନ୍ତରୀଣ ବ୍ୟାପାରରେ ସ୍ପଷ୍ଟ ଭାବରେ ହସ୍ତକ୍ଷେପ କରୁଛି। ପନ୍ନୁଙ୍କୁ ହତ୍ୟା କରିବାର ଷଡଯନ୍ତ୍ର ବିଷୟରେ ଯେତିକି କଳ୍ପନା ଜଳ୍ପନା ରହିଛି, ସେଥିରେ ସେତିକି ପ୍ରମାଣ ନାହିଁ, ଏହା ଗ୍ରହଣୀୟ ନୁହେଁ। ଆମେରିକା ଭାରତକୁ ଏକ ଦେଶ ଭାବରେ ସମ୍ମାନ କରୁନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ଶେଷରେ ଈଶ୍ୱର ଦେଲେ ଦଣ୍ଡ, ଇରାନ ରାଷ୍ଟ୍ରପତିଙ୍କ ମୃତ୍ୟୁରେ ଇସ୍ରାଏଲ୍‌ରେ ଖୁସିର ମାହୋଲ

ଜେରୁଜେଲମ,୨୦।୫: ହେଲିକପ୍ଟର ଦୁର୍ଘଟଣାରେ ଇରାନର ରାଷ୍ଟ୍ରପତି ଇବ୍ରାହିମ ରାଇସି ଏବଂ ବୈଦେଶିକ ମନ୍ତ୍ରୀ ଆମୀର ଅବଦୁଲ୍ଲାୟାନଙ୍କ ପରଲୋକ ଘଟିଛି। ଏଥି ସହିତ ଇସ୍ରାଏଲର ଧାର୍ମିକ ନେତାମାନେ...

ଦୁର୍ଘଟଣାଗ୍ରସ୍ତ ହେଲିକପ୍ଟର ଠାବ, ଇରାନ ରାଷ୍ଟ୍ରପତି ମୃତ

ନୂଆଦିଲ୍ଲୀ,୨୦।୫: ହେଲିକପ୍ଟର ଦୁର୍ଘଟଣାରେ ପ୍ରାଣ ହରାଇଛନ୍ତି ଇରାନ ରାଷ୍ଟ୍ରପତି ଇବ୍ରାହିମ ରଇସି।ଆଜରବଇଜାନରୁ ଏକ କାର୍ଯ୍ୟକ୍ରମରେ ଯୋଗ ଦେଇ ଫେରୁଥିବା ସମୟରେ ହେଲିକପ୍ଟରର ଏକ ଦୁର୍ଘଟଣାର ସମ୍ମୁଖୀନ...

୧୭ ଘଣ୍ଟା ପରେ ମିଳିଲା ଇରାନ ରାଷ୍ଟ୍ରପତି ରଇସିଙ୍କ ହେଲିକପ୍ଟର ଠାବ, ମିଳିନି ରାଷ୍ଟ୍ରପତିଙ୍କ ସନ୍ଧାନ

ନୂଆଦିଲ୍ଲୀ,୨୦।୫: ଇରାନର ସ୍ଥାନୀୟ ଗଣମାଧ୍ୟମ ରିପୋର୍ଟ ଅନୁଯାୟୀ ଦୁର୍ଘଟଣାଗ୍ରସ୍ତ ହେଲିକପ୍ଟରକୁ ଉଦ୍ଧାରକାରୀ ଦଳ ପାଇଛନ୍ତି। ତେବେ ରାଷ୍ଟ୍ରପତି ରଇସି ଏବଂ ହେଲିକପ୍ଟରରେ ତାଙ୍କ ସହ ଯାତ୍ରା...

ଶ୍ରୀମନ୍ଦିରରେ ମୋଦି

ପୁରୀ,୨୦ା୫: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସୋମବାର ଶ୍ରୀମନ୍ଦିରରେ ପହଞ୍ଚିଛନ୍ତି।  ପ୍ରଧାନମନ୍ତ୍ରୀ ପ୍ରଥମେ ଗରୁଡ଼ ସ୍ତମ୍ଭ ନିକଟରେ ଦୀପ ଦାନ କରି ଭିତରକୁ ପ୍ରବେଶ କରିଛନ୍ତି। ଏହି...

ବୃଦ୍ଧଙ୍କୁ ଉଲଗ୍ନ କରି ବାଇକ୍‌ରେ ଘୋଷାଡ଼ିଲେ ନେଲେ, ଆଉ ତାପରେ…

ଗରହ୍ବା,୧୯ା୫: ଝାଡ଼ଖଣ୍ଡର ଗରହ୍ବା ଜିଲାରୁ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଗୋରୁ ଚୋରାଚାଲାଣ ସନ୍ଦେହରେ ଜଣେ ୬୦ ବର୍ଷୀୟ ବୃଦ୍ଧଙ୍କୁ ଉଲଗ୍ନ କରି ବାଇକ୍‌ରେ...

ମୁମ୍ବାଇ ନିର୍ବାଚନ ପୂର୍ବରୁ ଶାହାରୁଖଙ୍କ ବିଶେଷ ଅପିଲ

ମୁମ୍ବାଇ,୧୯।୫: ୨୦୨୪ ଲୋକ ସଭା ନିର୍ବାଚନର ପର୍ଯ୍ୟାୟ ଚାଲିଛି। ୨୦ ମେ’ ୨୦୨୪ରେ ମୁମ୍ବାଇରେ ଭୋଟିଂ ଅନୁଷ୍ଠିତ ହେବ। ଏହାପୂର୍ବରୁ ଅନେକ ସେଲିବ୍ରିଟି ଯେମିତିକି ବଲିଉଡର...

ଜୟରାମ ଠାକୁରଙ୍କ ତୃତୀୟ ଫିଲ୍ମ ‘କଙ୍ଗନା ମଣ୍ଡି କେ ଅଙ୍ଗନା’ ବି ହେବ ଫ୍ଲପ: ମୁଖ୍ୟମନ୍ତ୍ରୀ ସୁଖୁ

ଶିମଲା,୧୯୧।୫: ମୁଖ୍ୟମନ୍ତ୍ରୀ ସୁଖବିନ୍ଦର ସିଂ ସୁଖୁ ବିଲାସପୁରର ଜଗତଖାନା ଠାରେ ନିର୍ବାଚନ ପ୍ରଚାର କରିଥିଲେ। ସେ ହମିରପୁର ଆସନରୁ ଲୋକ ସଭା ପ୍ରାର୍ଥୀ ସତ୍ୟପାଲ ସିଂ...

ମୁଁ କେବେ ଏତେ ମୁଛୁଆ ଲୋକ ଦେଖି ନାହିଁ: ମୋଦିଙ୍କୁ ଟାର୍ଗେଟ କଲେ ଦିଗବିଜୟ

ନୂଆଦିଲ୍ଲୀ,୧୯।୫: ମଧ୍ୟପ୍ରଦେଶରେ ହେବାକୁ ଥିବା ଲୋକ ସଭା ନିର୍ବାଚନ ପାଇଁ ମତଦାନ ସମସ୍ତ ୨୯ ଟି ଆସନରେ ଚାରିଟି ପର୍ଯ୍ୟାୟରେ ଶେଷ ହୋଇଛି। ସେପଟେ ପୂର୍ବତନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri