ଶାନ୍ତି ଆଲୋଚନା ପାଇଁ ଜେଲେନସ୍କିଙ୍କୁ ମସ୍କୋ ନିମନ୍ତ୍ରଣ କଲା ରୁଷିଆ

ନୂଆଦିଲ୍ଲୀ,୨୯।୧: ଚାରି ବର୍ଷ ଧରି ଲାଗି ରହିଥିବା ରୁଷ-ୟୁକ୍ରେନ ଯୁଦ୍ଧର ଘଟିବ ଅନ୍ତ। ଏହି କ୍ରେମଲିନ ପକ୍ଷରୁ ଏକ ବଡ଼ ପଦକ୍ଷେପ ନିଆଯାଇଛି। ୟୁକ୍ରେନ ରାଷ୍ଟ୍ରପତି ଭୋଲୋଡିମିର ଜେଲେନସ୍କିଙ୍କୁ ଶାନ୍ତି ଆଲୋଚନା ପାଇଁ ମସ୍କୋ ଆସିବାକୁ ରୁଷିଆ ପୁନର୍ବାର ନିମନ୍ତ୍ରଣ କରିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ମଧ୍ୟସ୍ଥତାରେ ଯୁଦ୍ଧ ବନ୍ଦ ପାଇଁ ଉଦ୍ୟମ ଜାରି ରହିଥିବା ବେଳେ ଏହି ନିମନ୍ତ୍ରଣ ବେଶ୍ ଗୁରୁତ୍ୱପୂର୍ଣ୍ଣ ମନେକରାଯାଉଛି।

ଗତ ସପ୍ତାହରେ ଆବୁଧାବିଠାରେ ଆମେରିକା ମଧ୍ୟସ୍ଥତାରେ ରୁଷିଆ ଓ ୟୁକ୍ରେନ ମଧ୍ୟରେ ଆଲୋଚନା ହୋଇଥିଲା। ଏହି ଆଲୋଚନା ପରେ ପୁଟିନ ଓ ଜେଲେନସ୍କିଙ୍କ ମଧ୍ୟରେ ସାକ୍ଷାତ ହେବାର ସମ୍ଭାବନା ବୃଦ୍ଧି ପାଇଛି।

ରୁଷିଆ କହିଛି ଯଦି ଜେଲେନସ୍କି ମସ୍କୋ ଆସନ୍ତି, ତେବେ ତାଙ୍କୁ ସମ୍ପୂର୍ଣ୍ଣ ସୁରକ୍ଷା ଯୋଗାଇ ଦିଆଯିବ। ତେବେ ବର୍ତ୍ତମାନ ସୁଦ୍ଧା ୟୁକ୍ରେନ ପକ୍ଷରୁ ଏହି ନିମନ୍ତ୍ରଣର କୌଣସି ଉତ୍ତର ମିଳିନାହିଁ।

ଶାନ୍ତି ଆଲୋଚନା ପାଇଁ ଆଗ୍ରହ ପ୍ରକାଶ ପାଉଥିଲେ ମଧ୍ୟ ସୀମା ବିବାଦ ଏବଂ କବଜା କରାଯାଇଥିବା ଅଞ୍ଚଳକୁ ନେଇ ଦୁଇ ଦେଶ ମଧ୍ୟରେ ଗଭୀର ମତଭେଦ ରହିଛି। ବିଶେଷ କରି ଜାପୋରିଜିଆ ପରମାଣୁ କେନ୍ଦ୍ର ଏବଂ ଦୋନେସ୍କ ଅଞ୍ଚଳକୁ ନେଇ ବିବାଦ ଜାରି ରହିଛି। ଆସନ୍ତା ରବିବାର (ଫେବୃଆରୀ ୧) ଆବୁଧାବିଠାରେ ଦ୍ୱିତୀୟ ପର୍ଯ୍ୟାୟ ତ୍ରିପାକ୍ଷିକ ଆଲୋଚନା ହେବାର କାର୍ଯ୍ୟକ୍ରମ ରହିଛି।

ସୂଚନାଯୋଗ୍ୟ ଯେ, ଗତ ବର୍ଷ ମଧ୍ୟ ରୁଷିଆ ଏଭଳି ଏକ ନିମନ୍ତ୍ରଣ କରିଥିଲା, ଯାହାକୁ ଜେଲେନସ୍କି ପ୍ରତ୍ୟାଖ୍ୟାନ କରିଥିଲେ। ଯେଉଁ ଦେଶ ପ୍ରତିଦିନ ୟୁକ୍ରେନ ଉପରେ ମିସାଇଲ ମାଡ଼ କରୁଛି, ସେଠାକୁ ଯିବା ସମ୍ଭବ ନୁହେଁ ବୋଲି ସେ କହିଥିଲେ। ଏଥିସହ ସେ ପୁଟିନଙ୍କୁ କିଭ୍ ଆସିବାକୁ ପ୍ରସ୍ତାବ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଶେଷ ହେଲା ଯୁଦ୍ଧ! ପ୍ରଥମଥର ପାଇଁ ଇରାନ ନେଇଛି ଏହି ପ୍ରମୁଖ ପଦକ୍ଷେପ… ଅକାମୀ ହୋଇଗଲାଣି ଇସ୍ରାଏଲର ପ୍ରତିରକ୍ଷା ବ୍ୟବସ୍ଥା…

ଜେରୁଜେଲମ,୧୬।୩: ଇରାନ-ଇସ୍ରାଏଲ ବିବାଦ ଆରମ୍ଭ ହେବାର ୧୫ ଦିନରୁ ଅଧିକ ସମୟ ବିତିଗଲାଣି। ଏହା ମଧ୍ୟରେ, ରିପୋର୍ଟ ଆସିଛି ଯେ ଇରାନର IRGC (ଇସଲାମିକ ରିଭୋଲ୍ୟୁସନାରୀ ଗାର୍ଡ…

ଇରାନକୁ କଟାକ୍ଷ କଲେ ଟ୍ରମ୍ପ, ପୂର୍ବାବସ୍ଥାକୁ ଫେରିବା ପାଇଁ ୧୦ ବର୍ଷ….

ଓ୍ବାଶିଂଟନ,୧୬।୩: ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଦାବି କରିଛନ୍ତି ଯେ ଆମେରିକାର ଆକ୍ରମଣ ଇରାନର ସେନା ଉପରେ ଏତେ ପରିମାଣର କ୍ଷତି କରିଛି ଯେ ଦେଶକୁ ପୁନଃନିର୍ମାଣ କରିବାକୁ…

ଯୁଦ୍ଧର ସଙ୍କଟ ରୁଷିଆ ପାଇଁ ପାଲଟିଛି ସୁଯୋଗ! ‘ତେଲର ଖେଳ’ରେ କୋଟି କୋଟି ଡଲାର ଲାଭ କରୁଛି…

ମସ୍କୋ,୧୬।୩: ଆମେରିକା, ଇସ୍ରାଏଲ ଏବଂ ଇରାନ ସହିତ ଜଡିତ ବିବାଦ କମିବାର କୌଣସି ଲକ୍ଷଣ ଦେଖାଯାଉନାହିଁ। ଆଜି ମଧ୍ୟପ୍ରାଚ୍ୟରେ ଯୁଦ୍ଧର ୧୭ତମ ଦିନ। ଫଳସ୍ବରୂପ, ବିଶ୍ୱ ବଜାରରେ…

ଟ୍ରମ୍ପଙ୍କ ସହ ଯିବାକୁ ସିଧା ମନାକଲା ଜାପାନ! ଜାଣନ୍ତୁ କାହିଁକି…

ଟୋକିଓ,୧୬।୩: ଜାପାନ ପ୍ରଧାନମନ୍ତ୍ରୀ ସାନାଏ ତାକାଇଚି ସଂସଦରେ କହିଛନ୍ତି ଯେ ଟୋକିଓ ବର୍ତ୍ତମାନ ହରମୁଜ ପ୍ରଣାଳୀ ଦେଇ ପରିବହନ କରୁଥିବା ତୈଳ ଟ୍ୟାଙ୍କରଗୁଡ଼ିକର ସୁରକ୍ଷା ସୁନିଶ୍ଚିତ କରିବା…

ଷ୍ଟ୍ରେଟ ଅଫ ହର୍ମୁଜରେ ଜାହାଜଗୁଡ଼ିକୁ ସୁରକ୍ଷା ଦେବ ଆମେରିକା? ଘୋଷଣା କରିବେ ଟ୍ରମ୍ପ? ଚାଲିଛି ବଡ଼ ଯାଜନା…

ଓ୍ବାଶିଂଟନ,୧୬।୩: ଆମେରିକା ଖୁବ ଶୀଘ୍ର ହର୍ମୁଜ ପ୍ରଣାଳୀକୁ ସୁରକ୍ଷିତ ରଖିବା ପାଇଁ ଏକ ଅନ୍ତର୍ଜାତୀୟ ମେଣ୍ଟ ଘୋଷଣା କରିପାରେ। ପ୍ରମୁଖ ବିଶ୍ୱ ରାଷ୍ଟ୍ରଗୁଡ଼ିକର ସହଯୋଗରେ ଗଠିତ, ଏହି…

ଟ୍ରମ୍ପଙ୍କ ଇସାରାରେ ନାଚିବ ଚାଇନା? ବଡ଼ ବିବୃତ୍ତି ଜାରି – ଷ୍ଟ୍ରେଟ ଅଫ ହର୍ମୁଜ ଦଖଲ କରିବାକୁ ଧମକ; ଘଟିବ କିଛି ବଡ଼ ଘଟଣା…

ଓ୍ବାଶିଂଟନ,୧୬।୩: ଫାଇନାନ୍ସିଆଲ ଟାଇମ୍ସ (FT) ସହିତ ଏକ ସାକ୍ଷାତକାରରେ, ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଚାଇନା ଉପରେ ସିଧାସଳଖ ଚାପ ପକାଇଛନ୍ତି। ସେ କହିଛନ୍ତି ଯେ ଷ୍ଟ୍ରେଟ…

ଅସ୍ବାଭାବିକ ଋତୁ ପରିବର୍ତ୍ତନ ଜୀବଜଗତର ଆଚରଣ ବଦଳାଉଛି

ଓ୍ବାଶିଂଟନ୍‌ ,୧୬ା୩: ଜଳବାୟୁ ପରିବର୍ତ୍ତନ ଏବେ ବିଶ୍ୱ ସମାଜ ପାଇଁ ସବୁଠୁ ଚିନ୍ତାଜନକ ହୋଇପଡ଼ିଛି। ଜଳବାୟୁ ପରିବର୍ତ୍ତନର ଦୀର୍ଘସୂତ୍ରୀ ପ୍ରଭାବ ମାନବ ସମାଜ ପାଇଁ କେତେ ଅନିଷ୍ଟକର,…

ଲୁଚାଇବା ଅନାବଶ୍ୟକ

ସୁପ୍ରିମକୋର୍ଟ ୧୩ ମାର୍ଚ୍ଚ ୨୦୨୬ରେ ମହିଳାଙ୍କ ଋତୁସ୍ରାବକାଳୀନ ଛୁଟି ସଂକ୍ରାନ୍ତ ଆବେଦନକୁ ଖାରଜ କରିଦେବା ସହ ଦେଇଥିବା ମତକୁ ନେଇ ଚାରିଆଡ଼େ ଚର୍ଚ୍ଚା ଚାଲିଛି। ସର୍ବୋଚ୍ଚ ଅଦାଲତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri