ପୁଣି ଆଣବିକ ଅସ୍ତ୍ର ଧମକ ଦେଲେ ପୁଟିନ୍‌

ମସ୍କୋ,୧୩ା୩:ରୁଷିଆର ସାର୍ବଭୌମତ୍ୱ କିମ୍ବା ସ୍ବାଧୀନତା ଉପରେ ବିପଦ ଦେଖାଦେଲେ ମସ୍କୋ ଆଣବିକ ଅସ୍ତ୍ର ବ୍ୟବହାର କରିବ ବୋଲି ରୁଷିଆ ରାଷ୍ଟ୍ରପତି ଭ୍ଲାଡିମିର ପୁଟିନ୍‌ କହିଛନ୍ତି। ଏଥିସହ ଆମେରିକାକୁ ଆଣବିକ ସଂଘର୍ଷରୁ ଦୂରେଇ ରହିବାକୁ ସେ ପରାମର୍ଶ ଦେଇଛନ୍ତି।
ରୁଷୀୟ ସରକାରୀ ଟିଭି ଚ୍ୟାନେଲକୁ ପୁଟିନ୍‌ ସାକ୍ଷାତ୍‌କାର ଦେଇ ଆମେରିକା ରାଷ୍ଟ୍ରପତି ଜୋ ବାଇଡେନ୍‌ଙ୍କୁ ଜଣେ ବର୍ଷିଆନ ରାଜନେତା ଭାବେ ଅଭିହିତ କରିଛନ୍ତି। ସେ କହିଛନ୍ତି, ବାଇଡେନ୍‌ ସମ୍ଭାବ୍ୟ ଉତ୍ତେଜନାର ବିପଦକୁ ସମ୍ପୂର୍ଣ୍ଣ ଭାବେ ବୁଝନ୍ତି। ବିଶ୍ୱ ଏକ ଆଣବିକ ଯୁଦ୍ଧ ଆଡ଼କୁ ମୁହାଁଉଛି ବୋଲି ସେ ମନେକରୁ ନ ଥିବା ପୁଟିନ୍‌ କହିଛନ୍ତି। ପୁଟିନ୍‌ ଆହୁରି କହିଛନ୍ତି, ରୁଷିଆର ଆଣବିକ ବଳ ସାମରିକ ଏବଂ ବୈଷୟିକ ଦୃଷ୍ଟିରୁ ସମ୍ପୂର୍ଣ୍ଣ ଭାବେ ପ୍ରସ୍ତୁତ ହୋଇ ରହିଛି। ଦେଶର ସୁରକ୍ଷା ସିଦ୍ଧାନ୍ତ ଅନୁସାରେ ମସ୍କୋ ରୁଷୀୟ ରାଷ୍ଟ୍ରର ଅସ୍ଥିତ୍ୱ ଓ ସାର୍ବଭୌମତ୍ୱ ପ୍ରତି ବିପଦ ଦେଖାଦେଲେ ଆମେ ଏହାକୁ ବ୍ୟବହାର କରିବୁ। ତେବେ ୟୁକ୍ରେନ୍‌ ବିରୋଧରେ ଚାଲିଥିବା ଯୁଦ୍ଧରେ ଆଣବିକ ଅସ୍ତ୍ର ପ୍ରୟୋଗ କରିବେ କି ବୋଲି ପ୍ରଶ୍ନ କରାଯିବାରୁ ଏହାର ଆବଶ୍ୟକତା ନାହିଁ ବୋଲି ପୁଟିନ୍‌ କହିଛନ୍ତି। ପ୍ରକାଶ ଯେ, ୨୦୨୨ ଫେବୃୟାରୀରେ ୟୁକେନ୍‌ ଉପରେ ଆକ୍ରମଣ କରିବା ପରଠାରୁ ପୁଟିନ୍‌ ଆଣବିକ ଅସ୍ତ୍ର ପ୍ରୟୋଗ ନେଇ ବାରମ୍ବାର ଧମକ ଦେଇଆସୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଫାଇନାଲ ମ୍ୟାଚ ପୂର୍ବରୁ ବୈଭବଙ୍କୁ ନେଇ ଏ କ’ଣ କହିଦେଲେ ଇଶାନ କିଶନ, ଚାରିଆଡେ ହେଲାଣି ଚର୍ଚ୍ଚା

ନୂଆଦିଲ୍ଲୀ, ୫।୯: ଇଷ୍ଟ ଜୋନ ଓ ସାଉଥ ଜୋନ ମଧ୍ୟରେ ରବିବାରଠାରୁ ଦୁଲୀପ ଟ୍ରଫି ୨୦୨୬ର ଫାଇନାଲ ମ୍ୟାଚ ଖେଳାଯିବ। ଚେନ୍ନାଇର ଏମଏ ଚିଦମ୍ବରମ ଷ୍ଟାଡିୟମରେ ଏହି…

ଶିକ୍ଷକ ସମ୍ମାନ ସମାରୋହ: ଆଦର୍ଶ ଶିକ୍ଷୟିତ୍ରୀ-ଶିକ୍ଷକ ସମ୍ବର୍ଦ୍ଧିତ

କଟକସଦର,୫ା୯(ସୁଶାନ୍ତ କୁମାର ଜେନା): ପବିତ୍ର ଗୁରୁଦିବସ ଉପଲକ୍ଷେ କଟକ ସଦର ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ବ୍ରହ୍ମପୁରଠାରେ ଶନିବାର ଶିକ୍ଷକ ସମ୍ମାନ ସମାରୋହ- ୨୦୨୬ର ଆୟୋଜନ କରାଯାଇଥିଲା। ଏହି…

ପୁଇଁତୋଳା ପରିଚାଳନା କମିଟି ପକ୍ଷରୁ ଗଣେଶ ପୂଜା ପ୍ରସ୍ତୁତି: ଯୋଗଦେବେ ଛତ୍ରପୁର ବିଧାୟକ, ଟପ୍ପର ବିଦ୍ୟାର୍ଥୀଙ୍କୁ …

୫।୯ (ବିଦ୍ୟାଧର ସାହୁ): ଆସନ୍ତା ୧୪ ତାରିଖରେ ଅଗ୍ରପୂଜ୍ୟ ଗଜାନନଙ୍କ ଶ୍ରୀଗଣେଶ ଚତୁର୍ଥୀ। ଏଥିପାଇଁ ଗାଁଠୁ ସହର ସବୁଠି ଉତ୍ସବର ମାହୋଲ ଦେଖାଦେଇଛି। ଆକର୍ଷଣୀୟ ମେଢ଼ ସାଙ୍ଗକୁ…

ବାଘୁଆମନ୍ଦିରରୁ ଚୋରି, ଦେଉଳରୁ ସୁନା, ରୁପା…

ଗୁଣୁପୁର, ୫।୯ (ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣୁପୁର ସହରର ପୁରୁଣା ବସ୍‌ଷ୍ଟାଣ୍ଡ ନିକଟରେ ଥିବା ପୁରାତନ ଶୈବପୀଠ ବାଘୁଆ ମନ୍ଦିର ତଥା ଉମା ରାମଲିଙ୍ଗେଶ୍ୱର ମନ୍ଦିରରୁ…

ରାଜରାସ୍ତାରେ ଶିକ୍ଷକଙ୍କ ରଣହୁଙ୍କାର, ଲୋୟର ପିଏମ୍‌ଜିରେ ହଜାର ହଜାର ଶିକ୍ଷକଙ୍କ ବିକ୍ଷୋଭ

ଭୁବନେଶ୍ୱର, ୫।୯: ଯେଉଁ ଦିନଟି ଶିକ୍ଷକଙ୍କୁ ସମ୍ମାନ ଓ ଶ୍ରଦ୍ଧା ଜଣାଇବାର ଦିନ, ସେହି ଗୁରୁଦିବସରେ ରାଜରାସ୍ତାକୁ ଓହ୍ଲାଇ ନିଜ ହକ୍‌ ପାଇଁ ଗର୍ଜିଲେ ରାଜ୍ୟର ହଜାର…

ଅନନ୍ୟ ଗୁରୁ: ଅବସର ପରେ ବି ଛାତ୍ରୀଛାତ୍ରଙ୍କୁ ଦେଉଛନ୍ତି ସାମାଜିକ ଶୃଙ୍ଖଳାର ବାର୍ତ୍ତା

ଦାରିଙ୍ଗବାଡ଼ି,୫ା୯(ଅରୁଣ ସାହୁ): ଆଜି ପବିତ୍ର ଗୁରୁଦିବସ ଏହି ସମୟରେ ଅଞ୍ଚଳରେ ରହିଥିବା ଅନେକ ବର୍ଷୀୟାନ ଗୁରୁ ଅବସର ନେବା ପରେ ମଧ୍ୟ ଜାରି ରଖିଛନ୍ତି ଛାତ୍ରୀଛାତ୍ରଙ୍କୁ ଉତ୍ତମ…

୧୮ ଘଣ୍ଟା ଧରି ଶୁଟିଂ କଲେ ପ୍ରୀତି ଜିଣ୍ଟା: ପଛରେ କାରଣ ଜାଣିଲେ…

ଦୀର୍ଘ ଦିନ ପରେ ଅଭିନେତ୍ରୀ ପ୍ରୀତି ଜିଣ୍ଟା ‘ପାର୍ଟିସନ ୧୯୪୭’ ସହିତ ବଡ଼ ପରଦାକୁ ଫେରିଛନ୍ତି। ଚଳିତ ବର୍ଷ ତାଙ୍କର ଦ୍ୱିତୀୟ ଫିଲ୍ମ ରିଲିଜ ଅପେକ୍ଷାରେ ଅଛନ୍ତି।…

ଆଜିଠୁ ଆରମ୍ଭ ହେଲା ମାଗଣା LPG ସିଲିଣ୍ଡର ଯୋଜନା; ବର୍ଷକୁ ମିଳିବ ୩ଟି ସିଲିଣ୍ଡର, ଖାତାକୁ ଆସିବ ୩ହଜାର ଟଙ୍କା

ନୂଆଦିଲ୍‌ଲୀ,୫।୯: ରନ୍ଧନ ଗ୍ୟାସ ସିଲିଣ୍ଡରର ବଢ଼ୁଥିବା ଦର ଯୋଗୁଁ ଚିନ୍ତିତ ଥିବା ପରିବାରଗୁଡ଼ିକ ପାଇଁ ଏକ ବଡ଼ ଖୁସି ଖବର ଆସିଛି! ଯଦି ଆପଣଙ୍କ ଘରେ ମଧ୍ୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri