ଯୁଦ୍ଧ ପାଇଁ ରୁଷିଆ ପ୍ରସ୍ତୁତ

ମସ୍କୋ,୩୦ା୧: ରୁଷିଆ ଏବଂ ୟୁକ୍ରେନ ମଧ୍ୟରେ ତିକ୍ତତା ଚରମ ସୀମାରେ ପହଞ୍ଚିଛି। ରୁଷିଆ ଯୁଦ୍ଧ ପାଇଁ ପ୍ରସ୍ତୁତ ହେଉଛି। ଯୁଦ୍ଧ ସମୟରେ ସୀମାରେ ଆହତମାନଙ୍କ ପାଇଁ ବ୍ୟବହୃତ ରକ୍ତକୁ ମଧ୍ୟ ସେ ସଂରକ୍ଷଣ କରୁଛି। ରୁଷିଆ କହିଛି, ୟୁକ୍ରେନ ସହିତ ଯୁଦ୍ଧ ଚାହୁଁନାହୁଁ। ମାତ୍ର ଏହି ସମୟରେ ଆମେ ପଛକୁ ବି ଫେରିବାକୁ ଚାହୁଁନାହୁଁ। ଆଗକୁ ଯିବା ଆମର ଲକ୍ଷ୍ୟ। ତେଣୁ ପ୍ରସ୍ତୁତ ହେଉଛୁ। ଏହି ସମୟରେ ଆମେରିକାର ରାଷ୍ଟ୍ରପତି ଜୋ ବାଇଡେନ୍‌ କହିଛନ୍ତି, ଫେବୃୟାରୀରେ ଯୁଦ୍ଧ ହେବାର ସମ୍ଭାବନା ରହିଛି। ପରିସ୍ଥିତି ଭୟଙ୍କର ହୋଇପାରେ ବୋଲି ବାଇଡେନ୍‌ କହିଛନ୍ତି।

ଅନ୍ୟପକ୍ଷରେ ରୁଷିଆ ଏବଂ ୟୁକ୍ରେନରେ ଚାଲିଥିବା ଉତ୍ତେଜନାରେ ଏକ ନୂଆ ମୋଡ଼ ଆସିଛି। ୟୁକ୍ରେନର ରାଷ୍ଟ୍ରପତି ଭ୍ଲାଦିମିର ଜେଲେନସ୍କି ଆମେରିକାକୁ ନିନ୍ଦା କରିଛନ୍ତି। ୟୁକ୍ରେନର ରାଷ୍ଟ୍ରପତି କହିଛନ୍ତି, ରୁଷିଆ ଆକ୍ରମଣର ଯୋଜନା କରିବ ବୋଲି ଭୟ କରି ଆମେରିକା ଅନାବଶ୍ୟକ ଭାବରେ ୟୁକ୍ରେନର ଅର୍ଥନୀତିକୁ କ୍ଷତି ପହଞ୍ଚାଉଛି। ଏହି ସମୟରେ, ରୁଷିଆର ବୈଦେଶିକ ମନ୍ତ୍ରୀ ଏହା ମଧ୍ୟ କହିଛନ୍ତି ଯେ, ମସ୍କୋ ଯୁଦ୍ଧ ଆରମ୍ଭ କରିବ ନାହିଁ, କିନ୍ତୁ ଆମେରିକା ଏବଂ ନାଟୋକୁ ଚେତାବନୀ ଦେଇଛି ଯେ, ପାଶ୍ଚାତ୍ୟ ଦେଶ ହାତରେ ଏହାର ସୁରକ୍ଷା ସ୍ବାର୍ଥକୁ ଧୂଳିସାତ କରିବାକୁ ଦେବ ନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ପୂର୍ବତନ ଡେପୁଟି ସ୍ପିକରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର, ଖେଳିଗଲା ଚାଞ୍ଚଲ୍ୟ!

କୋଲକାତା,୧୬।୮: ପଶ୍ଚିମବଙ୍ଗର ବୀରଭୂମ ଜିଲ୍ଲାର ରାମପୁରହାଟରେ ତୃଣମୂଳ କଂଗ୍ରେସର ବରିଷ୍ଠ ନେତା ତଥା ପୂର୍ବତନ ବିଧାୟକ ଆଶିଷ ବାନାର୍ଜୀଙ୍କ ମୃତ୍ୟୁକୁ ନେଇ ଚାଞ୍ଚଲ୍ୟ ଖେଳିଯାଇଛି। ରବିବାର (୧୬…

ଇରାନ ସହ ଯୁଦ୍ଧ ଭିତରେ ଟ୍ରମ୍ପ ନେଲେ ବଡ଼ ନିଷ୍ପତ୍ତି, ଖୁସି ହୋଇଗଲା ଚାଇନା!

ଓ୍ବାଶିଂଟନ,୧୬/୮: ମଧ୍ୟପ୍ରାଚ୍ୟରେ ଇରାନ ସହିତ ‘ମହାଯୁଦ୍ଧ’ ମଧ୍ୟରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ବଡ଼ ନିଷ୍ପତ୍ତି ନେଇଛନ୍ତି। ସେ ପ୍ରଶାନ୍ତ ମହାସାଗରରେ ମୁତୟନ ଥିବା ନିଜର…

ବଙ୍ଗୋପସାଗରରେ ପୁଣି ଲଘୁଚାପ: ରାଜ୍ୟରେ ପ୍ରବଳ ବର୍ଷା, ୩୦ରୁ ୪୦ କିମି ବେଗରେ…

ଭୁବନେଶ୍ୱର,୧୬।୮: ବଙ୍ଗୋପସାଗରରେ ପୁଣି ଏକ ଲଘୁଚାପ ସୃଷ୍ଟି ହୋଇଛି। ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ସକ୍ରିୟ ଘୂର୍ଣ୍ଣିବଳୟ ପ୍ରଭାବରେ ଆସନ୍ତା ୪୮ ଘଣ୍ଟା ମଧ୍ୟରେ ଏକ ଲଘୁଚାପ କ୍ଷେତ୍ର ଘନୀଭୂତ…

କଲ୍ୟାଣସିଂହପୁର ଭିଡ଼ ହିଂସାରୁ ଯୁବତୀଙ୍କୁ ଉଦ୍ଧାର କରିଥିବା ୩ ସାହସୀ ଯୁବକଙ୍କୁ ଜିଲାସ୍ତରୀୟ ସମ୍ମାନ

​କଲ୍ୟାଣସିଂହପୁର, ୧୫/୮(ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲାରେ ଉତ୍ସାହ ଓ ଦେଶଭକ୍ତିର ମାହୋଲ ମଧ୍ୟରେ ୮୦ତମ ସ୍ୱାଧୀନତା ଦିବସ ଅତ୍ୟନ୍ତ ଆଡ଼ମ୍ବରର ସହ ପାଳିତ ହୋଇଯାଇଛି। ସ୍ଥାନୀୟ…

ଜଗନ୍ନାଥ ଦର୍ଶନ ହେଲା ଶେଷ ଦର୍ଶନ

ପୁରୀ,୧୫।୮( ଅଜିତ୍ କୁମାର ମହାନ୍ତି ): ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଦର୍ଶନ ସମୟରେ ଜଣେ ବୃଦ୍ଧ ଶ୍ରଦ୍ଧାଳୁଙ୍କର ପ୍ରାଣହାନି ଘଟିଛି। ମୃତକ ଜଣକ ହେଉଛନ୍ତି ଯାଜପୁର ଜିଲା ବିଞ୍ଝାରପୁର…

ମାଛ ଧରୁଥିବା ବେଳେ ଗୋଡ଼ ଖସିଯିବାରୁ ପ୍ରଖର ସ୍ରୋତରେ ଭାସିଯାଇଥିଲେ, ଚାଲିଗଲା ଯୁବ ଅଧ୍ୟାପକଙ୍କ ଜୀବନ

ବୈଶିଙ୍ଗା,୧୫|୮(ରତନ ଦାଶ): ମୟୂରଭଞ୍ଜ ଓ ବାଲେଶ୍ଵର ଜିଲା ସୀମାନ୍ତ ବୁଢ଼ାବଳଙ୍ଗ ନଦୀର ଏକ ନାଳରେ ଶନିବାର ଦିନ ୧୦ଟା ସମୟରେ ମାଛ ଧରୁଥିବା ବେଳେ ପାଣିର ପ୍ରଖର…

ବ୍ରିଜ୍‌ ଉପରେ ସେଲ୍‌ଫି ନେଉନେଉ ନଦୀକୁ ଖସିପଡ଼ିଲେ ଯୁବତୀ, ଆଉ ତା’ ପରେ…

ବଲାଙ୍ଗୀର/ସଇଁନ୍ତଳା,୧୫ା୮(ସୁନିଲ କୁମାର ମହାନ୍ତି/ରାଖାଲ ପ୍ରସାଦ ଶତପଥୀ): ବଲାଙ୍ଗୀର ଜିଲା ସଇଁନ୍ତଳା ଥାନା ଅନ୍ତର୍ଗତ ବେଲଗାଁ ବ୍ରିଜ ଉପରେ ଜଣେ ଯୁବତୀ ସେଲ୍‌ଫି ନେଉଥିଲେ। ଏହି ସମୟରେ ହଠାତ୍‌…

ସୁଭଦ୍ରା ସହ ମଧୁବାବୁ ପେନସନ୍ ଯୋଜନାରେ ମିଳିବ ଅଧିକ ଲାଭ, ସ୍ୱାଧୀନତା ଦିବସରେ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା…

ଭୁବନେଶ୍ୱର,୧୫।୮: ୮୦ତମ ସ୍ୱାଧୀନତା ଦିବସରେ ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ ମାଝୀ ୫ଟି ବଡ଼ ଘୋଷଣା କରିଛନ୍ତି। ଏହି ଘୋଷଣା ମଧ୍ୟରେ ସାମିଲ ଅଛି ସୁଭଦ୍ରା ଯୋଜନାଠୁ ନେଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri