ପୃଥିବୀରେ ସବୁଠାରୁ ଭଲ ଦେଶ ରୁଷିଆ: ପୁଟିନ…

ମସ୍କୋ,୧୨।୨ : ରୁଷିଆକୁ ଭଲ ଦେଶ ବୋଲି କହି ନ ଥିବାରୁ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ କ୍ରେମଲିନ ଅଧିକାରୀଙ୍କୁ ତାଗିଦ କରିଛନ୍ତି। ଏହି ଘଟଣାର ଏକ ଭିଡିଓ ସୋସିଆଲ ମିଡିଆରେ ମଧ୍ୟ ଶେୟାର କରାଯାଇଛି ଯେଉଁଥିରେ ପୁଟିନ ଅଧିକାରୀଙ୍କୁ ତାଗିଦ କରୁଥିବା ଦେଖିବାକୁ ମିଳିଛି। ପୁଟିନ କହିଛନ୍ତି ରୁଷିଆ ହେଉଛି ବିଶ୍ୱର ସବୁଠାରୁ ଭଲ ଦେଶ। ମୁଁ ଭାବୁଛି ତୁମେ ଭୁଲ କହିଛି।

ପୁଟିନଙ୍କ ଭର୍ତ୍ସନା ଶୁଣିବା ପରେ ଅଧିକାରୀମାନେ ଲଜ୍ଜିତ ହୋଇଥିଲେ। ଅଧିକାରୀ ଜଣକ ଏହି ବୈଠକରେ କହିଥିଲେ ଯେ ଦୁନିଆରେ ଅନ୍ୟ ଦେଶ ଅଛନ୍ତି, ଯେଉଁମାନେ ସର୍ବୋତ୍ତମ। ଏହି ଅଧିକାରୀ ହେଉଛନ୍ତି କ୍ରେମଲିନ ଏଜେନ୍ସି ଫର ଷ୍ଟ୍ରାଟେଜିକ ଇନିସିଏଟିଭର ମୁଖ୍ୟ ରବର୍ଟ ଉରାଜୋଭ।

ପୁଟିନ ଏବଂ କ୍ରେମଲିନ ଅଧିକାରୀଙ୍କ ମଧ୍ୟରେ ହୋଇଥିବା ବାର୍ତ୍ତାଳାପର ଏହି ଭିଡିଓକୁ ୟୁକ୍ରେନର ଆଭ୍ୟନ୍ତରୀଣ ମନ୍ତ୍ରୀଙ୍କ ପରାମର୍ଶଦାତା ଆଣ୍ଟୋନ ଗେରେଶେଙ୍କୋ ଶେୟାର କରିଛନ୍ତି। ସୂଚନାନୁସାରେ, ପୁଟିନ ରୁଷିଆ କମ୍ପାନୀଗୁଡିକ ପାଇଁ ଏକ ଘରୋଇ ବଜାର ପ୍ରତିଷ୍ଠା ବିଷୟରେ ଅଧିକାରୀଙ୍କ ସହ ଆଲୋଚନା କରୁଥିବାବେଳେ ଏହି ଘଟଣା ଘଟିଥିଲା।

ବୈଠକ ସମୟରେ ପୁଟିନ କହିଛନ୍ତି ଯେ କମ୍ପାନୀଗୁଡିକ ଛାଡିବାକୁ ଚାହୁଁନାହାଁନ୍ତି, କିନ୍ତୁ ୟୁକ୍ରେନ ଯୁଦ୍ଧ ଆରମ୍ଭ ହେବା ପରେ ପାଶ୍ଚାତ୍ୟ କଟକଣା ଯୋଗୁ ରୁଷିଆର କମ୍ପାନୀଗୁଡିକ ଦେଶ ଛାଡିବାକୁ ବାଧ୍ୟ ହୋଇଥିଲେ। ସେମାନେ ଏହା କରିବାକୁ ଚାହୁଁ ନ ଥିଲେ ମଧ୍ୟ ନିଜ ନିଜ ସରକାରଙ୍କ ନିର୍ଦ୍ଦେଶ ଅନୁଯାୟୀ ଏହା କରିଥିଲେ। ସେ କହିଛନ୍ତି, ବୋଧହୁଏ କିଛି ଲୋକ ଭାବିଥିଲେ ଯେ ଏହା ସବୁ ନଷ୍ଟ ହୋଇଯିବ, କିନ୍ତୁ ସେପରି କିଛି ଘଟୁନାହିଁ। ଆମର କମ୍ପାନୀ, ଆମର ବ୍ୟବସାୟୀମାନେ ସଫଳତା ସହିତ ଏହି କାର୍ଯ୍ୟ ଜାରି ରଖିଛନ୍ତି ବୋଲି ପୁଟିନ କହିଛନ୍ତି।

 


Enter your email to get our daily news in your inbox.

All Right Reserved By Dharitri.Com

ଧୋଇଗଲା ୨୦ ଫୁଟର ରାସ୍ତା, ଝରିଗାଁ-ଡାବୁଗାଁ ମୁଖ୍ୟ ରାସ୍ତାରେ ଯାତାୟାତ ବନ୍ଦ

ଝରିଗାଁ,୨୩ା୮(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକରେ ଲଗାଣ ବର୍ଷା ଯୋଗୁ ଝରିଗାଁ ବ୍ଲକ କୁଟ୍ରିଛାପର ପଞ୍ଚାୟତ ଅନ୍ତର୍ଗତ ଚିକିଲି ନଦୀର ସୁରକ୍ଷା ପାଚେରୀ ସହ…

ଚିନିର ମୂଲ୍ୟ କିଲୋଗ୍ରାମ ପିଛା ୨୦ଟଙ୍କାରେ ପହଞ୍ଚିବା ପରେ କ’ଣ କହିଥିଲେ ଅଟଳ ବିହାରୀ ବାଜପେୟୀ? ଭିଡ଼ିଓ ହେଉଛି ଭାଇରାଲ, ତେଜିଲାଣି ରାଜନୀତି!

ନୂଆଦିଲ୍ଲୀ,୨୩।୮: ଚିନିର ମୂଲ୍ୟ ବୃଦ୍ଧି ପୁଣି ଥରେ ସାଧାରଣ ଲୋକଙ୍କ ବଜେଟକୁ ବାଧା ଦେବା ଆରମ୍ଭ କରିଛି। ଦେଶର ଅନେକ ରାଜ୍ୟରେ ଚିନିର ମୂଲ୍ୟ ପ୍ରତି କିଲୋଗ୍ରାମ…

ସ୍ୱାମୀଙ୍କୁ ନଜଣାଇ ଟ୍ରଙ୍କରେ ରଖିଥିଲେ ୧୨ ଲକ୍ଷ, ସବୁ ଖାଇଦେଲା ମୂଷା! ତାପରେ….

ଲକ୍ଷ୍ନୌ,୨୩।୮: ତ୍ତତ୍ତରପ୍ରଦେଶର ଗୋଣ୍ଡାରୁ ଏପରି ଏକ ଘଟଣା ସାମ୍ନାକୁ ଆସିଛି, ଯାହାକୁ ନେଇ ସୋସିଆଲ ମିଡିଆରେ ବେଶ୍ ଚର୍ଚ୍ଚା ହେଉଛି । ଜଣେ ମହିଳା ପ୍ରାୟ ୮…

କ୍ୟାରିଅର ଶେଷ! ଭାରତୀୟ କ୍ରିକେଟରଙ୍କ ଅବସର ଘୋଷଣା, ଟେଷ୍ଟ, ODI,T20 ଫର୍ମାଟରେ ଟିମ ଇଣ୍ଡିଆ ପାଇଁ କରିଛନ୍ତି ଚମତ୍କାର ପ୍ରଦର୍ଶନ

ନୂଆଦିଲ୍ଲୀ,୨୩।୮: ଗୋଟିଏ ଟେଷ୍ଟ, ଦୁଇଟି ଦିନିକିଆ ଏବଂ ଗୋଟିଏ ଟି-୨୦ରେ ଭାରତର ପ୍ରତିନିଧିତ୍ୱ କରିଥିବା ଲେଗ-ସ୍ପିନର କର୍ଣ୍ଣ ଶର୍ମା ଅନ୍ତର୍ଜାତୀୟ ଏବଂ ଭାରତୀୟ ଘରୋଇ କ୍ରିକେଟରୁ ଅବସର…

ଜନ୍ତର-ମନ୍ତର ଭଳି ପୁଣି ଆନ୍ଦୋଳନର ଚେତାବନୀ ଦେଲା CJP, ଏହିଦିନ ଯୁବବର୍ଗ….

ନୂଆଦିଲ୍ଲୀ,୨୩।୮: ଜନ୍ତର ମନ୍ତରରେ ଚାଲିଥିବା ବିରୋଧ ପ୍ରଦର୍ଶନ ସମୟରେ କେନ୍ଦ୍ର ସରକାର ଦେଇଥିବା ପ୍ରତିଶ୍ରୁତି ପୂରଣ କରିବାକୁ ଦାବି କରିଛି କକ୍ରୋଚ ଜନତା ପାର୍ଟି (CJP) ।…

ନାବାଳିକାଙ୍କୁ ବଳାତ୍କାର କରି ଗର୍ଭବତୀ କରିଥିବା ଅଭିଯୋଗ: ଜଣେ ଅଭିଯୁକ୍ତଙ୍କୁ ଗିରଫ କଲା ପୋଲିସ

ବଞ୍ଚୋ,୨୩ା୮(ପ୍ରଦୋଷ ବିଶ୍ୱାଳ): ଜଣେ ନାବାଳିକାଙ୍କୁ ବଳାତ୍କାର କରି ଗର୍ଭବତୀ କରିଥିବା ଅଭିଯୋଗରେ ରାମଚନ୍ଦ୍ରପୁର ପୋଲିସ ଜଣେ ଅଭିଯୁକ୍ତଙ୍କୁ ଗିରଫ କରି ପୋକ୍ସୋ କୋର୍ଟକୁ ପଠାଇଛି। ଏନେଇ ରାମଚନ୍ଦ୍ରପୁର…

ୱାଘା ବର୍ଡର ବନ୍ଦ ପରେ ବି ଭାରତ ଆସିଲେ ୧୫୦ ପାକିସ୍ତାନୀ ବଧୂ! କଲେ ବିବାହ, ଜାଣନ୍ତୁ କିପରି

ନୂଆଦିଲ୍ଲୀ,୨୩।୮: ଅପରେଶନ ସିନ୍ଦୂର ପରେ ଭାରତ-ପାକିସ୍ତାନ ମଧ୍ୟରେ ଉତ୍ତେଜନା ବଢ଼ିବା ସହ ଅଟାରୀ-ୱାଘା ବର୍ଡର ବନ୍ଦ କରାଯାଇଥିଲା। ଏହାର ପ୍ରଭାବରେ ଦୁଇ ଦେଶରେ ବିବାହ ପାଇଁ ଅପେକ୍ଷା…

ବାଂଲାଦେଶରେ ପୁଣି ହିନ୍ଦୁମାନଙ୍କୁ କରାଯାଉଛି କି ଟାର୍ଗେଟ? ଛାତ ଉପରେ ବାପା, ସିଡ଼ିରେ ମାଆ-ଝିଅ, ଖଟ ତଳେ ମିଳିଲା ୧୨ ବର୍ଷ ପୁଅର ମୃତଦେହ

ଢାକା,୨୩।୮: ବାଂଲାଦେଶର ରଙ୍ଗପୁର ସହରରେ ଏକ ବନ୍ଦ ଘର ଭିତରେ ପରିବାରର ଚାରି ଜଣଙ୍କ ମୃତଦେହ ମିଳିବା ଘଟଣା ଅଞ୍ଚଳରେ ଚାଞ୍ଚଲ୍ୟ ସୃଷ୍ଟି କରିଛି। ମୃତକଙ୍କ ମଧ୍ୟରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri