ଆତଙ୍କବାଦୀଙ୍କ ସହ ହାତ ମିଳାଇଲା ରୁଷିଆ…

ମସ୍କୋ,୧୭।୮: ଆଫଗାନିସ୍ତାନର ଅବସ୍ଥା ବିଗିଡିବା ମଧ୍ୟରେ ରୁଷିଆ ପକ୍ଷରୁ ମତିଭ୍ରମ ଭଳି ଏକ ଆଶ୍ଚର୍ଯ୍ୟଜନକ ବିବୃତ୍ତି ଦିଆଯାଇଛି। ରୁଷିଆ କହିଛି ତାଲିବାନ ଶାସନ ଅଧୀନରେ କାବୁଲର ଅବସ୍ଥା ଏବେ ସୁଧୁରିବ। ରୁଷିଆ ରାଷ୍ଟ୍ରପତି ବ୍ଲାଡିମୀର ପୁଟିନ୍‌ଙ୍କ ସରକାର ତାଲିବାନର କ୍ଷମତା ଦଖଲକୁ ସମର୍ଥନ କରିଛନ୍ତିି। ରୁଷିଆ ଆତଙ୍କବାଦୀଙ୍କ ସହ ହାତ ମିଳାଇଥିବା ନେଇ ଚର୍ଚ୍ଚା ହେଉଛି। ଆଫଗାନିସ୍ତାନରେ ରୁଷିଆ ରାଷ୍ଟ୍ରଦୂତ ଡିମିଟ୍ରି ଜିରନୋଭ ତାଲିବାନକୁ ପ୍ରଶଂସା କରିଛନ୍ତି। ଆଫଗାନିସ୍ତାନରେ ସମ୍ପ୍ରତି ପରିସ୍ଥିତି ଶାନ୍ତିପୂର୍ଣ୍ଣ ଏବଂ ଭଲ ଥିବା ସେ ସୂଚନା ଦେଇଛନ୍ତି। ନ୍ୟୁଜ ଏଜେନ୍ସି ରଏଟର୍ସ ଅନୁଯାୟୀ, ମସ୍କୋରେ ଇକୋ ମସ୍କୋଭି ରେଡିଓ ଷ୍ଟେସନରୁ ଜିରନୋଭ ଏଭଳି ମତ ଦେଇଛନ୍ତି। ଜିରନୋଭ କହିଛନ୍ତି ଯେ ପ୍ରଥମେ ଅସ୍ତ୍ରଶସ୍ତ୍ର ତାଲିବାନ ୟୁନିଟ ରାଜଧାନୀ କାବୁଲରେ ପ୍ରବେଶ କରିଥିଲା। ଏହା ପରେ ସରକାର ଏବଂ ଆମେରିକୀୟ ସୈନ୍ୟମାନଙ୍କୁ ଅସ୍ତ୍ର ସମର୍ପଣ କରିବାକୁ କୁହାଯାଇଥିଲା। ମଙ୍ଗଳବାର  ତାଲିବାନ ସହ ବିସ୍ତୃତ ସୁରକ୍ଷା ଆଲୋଚନା କରିବେ ବୋଲି ଜିରନୋଭ ସୂଚନା ଦେଇଛନ୍ତି।
ରୁଷିଆ ନ୍ୟୁଜ୍‌ ଏଜେନ୍ସି ଆରଆଇଏ ନୋଓ୍ବେସ୍ତି ଅନୁସାରେ, ରାଷ୍ଟ୍ରପତି ଅଶରଫ ଘନି ଚାରିଟି କାର ଏବଂ ହେଲିକପ୍ଟରରେ ନଗଦ ଟଙ୍କା ନେଇ କାବୁଲରୁ ପଳାଇଛନ୍ତି। ଘନି ରାଜକୋଷ ଖାଲି କରିଦେଇଥିବା ନୋଓ୍ବେସ୍ତି କହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଛାତ୍ରୀଛାତ୍ରଙ୍କୁ ନିଶାଠାରୁ ଦୂରେଇ ରହିବାକୁ ଆହ୍ବାନ

ବଞ୍ଚୋ,୩୦ା୮(ପ୍ରଦୋଷ ବିଶ୍ୱାଳ): କେନ୍ଦୁଝର ଜିଲା ଆନନ୍ଦପୁର ବଞ୍ଚୋର ପ୍ରାଣବଲ୍ଲଭ ପବ୍ଲିକ ସ୍କୁଲରେ ‘ନିଶାମୁକ୍ତ ଭାରତ ଅଭିଯାନ’ ଅଧୀନରେ ଏକ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଆନନ୍ଦପୁର ଏସ୍‌ଡିପିଓ…

CJP ନେତାଙ୍କୁ ନେଇ ସୋନମ ୱାଙ୍ଗଚୁକ୍‌ଙ୍କ ବଡ଼ ଦାବି, ସେମାନେ ସାଧୁ…

ନୂଆଦିଲ୍ଲୀ,୩୦।୮: ସାମାଜିକ କର୍ମୀ ସୋନମ ୱାଙ୍ଗଚୁକ ‘କକରୋଚ୍ ଜନତା ପାର୍ଟି’ (CJP)ର ପ୍ରତିଷ୍ଠାତାମାନଙ୍କୁ ନେଇ ବଡ଼ ମତ ରଖିଛନ୍ତି । ତାଙ୍କ ମତରେ CJPର ପ୍ରତିଷ୍ଠାତା ଅଭିଜିତ…

Video: ନେପାଳରେ ଭୟଙ୍କର ବନ୍ୟାର ୩ ଦିନ ପରେ ଜୀବନ୍ତ ଉଦ୍ଧାର ହୋଇ ସମସ୍ତଙ୍କୁ ଚକିତ କରିଦେଲେ ଏହି ଶିଶୁ

କାଠମାଣ୍ଡୁ,୩୦।୮: ନେପାଳର ରାସୁୱା ଜିଲାରେ ଭୟଙ୍କର ବନ୍ୟା ଆସିବାର ତିନି ଦିନ ପରେ, ଜଣେ ୨ ବର୍ଷର ଶିଶୁକୁ କାଦୁଅ ଏବଂ ଭଗ୍ନାବଶେଷ ତଳୁ ଜୀବନ୍ତ ବାହାର…

ବଢୁଛି ଅନଲାଇନ ଓ୍ବେଡିଂ ଟ୍ରେଣ୍ଡ, ଚଳିତ ବର୍ଷ ୩୮% ବିବାହ ଅନଲାଇନରେ ଅନୁଷ୍ଠିତ ହୋଇଛି , ଜାଣନ୍ତୁ ଏହାର କାରଣ କ’ଣ

କ୍ୱିଭ,୩୦।୮: ପ୍ରଚଣ୍ଡ ସୂର୍ଯ୍ୟ ତାପ ମଧ୍ୟରେ, ଟେଟିଆନା – ଏକ ବର ପୋଷାକ ପିନ୍ଧିଥିବା ଏବଂ ଓଲେକଜାଣ୍ଡର – ସାମରିକ ପୋଷାକ ପିନ୍ଧି କ୍ରାମଟୋର୍ସ୍କର କେନ୍ଦ୍ରୀୟ ଶାନ୍ତି…

ମୃତ୍ୟୁମୁହଁରୁ ୧୬୪୩ ପିଲାଙ୍କୁ ଟାଣିଆଣିଲେ ଶିକ୍ଷକ; ନେପାଳ ବନ୍ୟାରେ ସାଜିଲେ ହିରୋ, ଚାରିଆଡେ ଚର୍ଚ୍ଚା

କାଠମାଣ୍ଡୁ,୩୦ା୮: ଅଗଷ୍ଟ ୨୬ରେ ନେପାଳରେ ଆସିଥିବା ଭୟଙ୍କର ବନ୍ୟାରେ ଅନେକ ଅଞ୍ଚଳ ଛାରଖାର ହୋଇଯାଇଛି। ହଠାତ୍ ନଦୀର ପାଣି ବସ୍ତି ଓ ରାସ୍ତାରେ ପଶିଯିବାରୁ ଚାରିଆଡ଼େ ଆତଙ୍କ…

ଜନ୍ମାଷ୍ଟମୀରେ ଦୁର୍ଲଭ ଗ୍ରହ ସଂଯୋଗ: ୪ଟି ରାଶିର ଚମକିବ ଭାଗ୍ୟ, କ୍ୟାରିୟରରେ ଗ୍ରୋଥ୍‌ ସାଙ୍ଗକୁ ଅଚାନକ ଧନଲାଭ

ଜ୍ୟୋତିଷ ଶାସ୍ତ୍ର ଦୃଷ୍ଟିରୁ ଏଥର ଜନ୍ମାଷ୍ଟମୀ ପର୍ୱ ଅତ୍ୟନ୍ତ ଖାସ ବୋଲି ମାନାଯାଉଛି। ୪ ସେପ୍ଟେମ୍ୱର ୨୦୨୬ ଜନ୍ମାଷ୍ଟମୀ ଦିନ ଅନେକ ପ୍ରମୁଖ ଗ୍ରହ ଶୁଭ ସ୍ଥିତିରେ…

ଭଲିବଲ୍‌ରେ ଡିଏଭି ଚାମ୍ପିଅନ୍‌

ଭଞ୍ଜନଗର, ୩୦।୮ (ବାବୁଲା ପ୍ରଧାନ): ଜାତୀୟ କ୍ରୀଡ଼ା ଦିବସ ଅବସରରେ ଭଞ୍ଜନଗର କେନ୍ଦ୍ରୀୟ ବିଦ୍ୟାଳୟ ପକ୍ଷରୁ ଶନିବାର ଏକ ସଚେତନତା ସଭା ଅନୁଷ୍ଠିତ ହୋଇଯାଇଛି। ଏଥିସହ କିଛି…

ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଉଜବେକିସ୍ତାନର ସର୍ବୋଚ୍ଚ ସମ୍ମାନ: ଏପର୍ଯ୍ୟନ୍ତ ୩୬ଟି ଦେଶ ଦ୍ୱାରା ସମ୍ମାନିତ ହେଲେଣି…

ତାସକେଣ୍ଟ,୩୦।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଉଜବେକିସ୍ତାନର ସର୍ବୋଚ୍ଚ ରାଷ୍ଟ୍ର ସମ୍ମାନ ‘ଓଲି ଦାରାଜଲି ଦୋ’ଷ୍ଟଲିକ’ (ସର୍ବୋଚ୍ଚ ଡିଗ୍ରୀର ବନ୍ଧୁତା କ୍ରମ) ପ୍ରଦାନ କରାଯାଇଥିଲା। ଉଜବେକିସ୍ତାନର ରାଷ୍ଟ୍ରପତି ଶାଭକତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri