ରୁଷିଆଠାରୁ ତେଲ କିଣିବ ନାହିଁ ଭାରତ? ଟ୍ରମ୍ପଙ୍କ ଦାବି ପରେ ଆସିଲା ପୁଟିନ୍‌ଙ୍କ ପ୍ରତିକ୍ରିୟା! ଜାଣନ୍ତୁ କ’ଣ…

ନୂଆଦିଲ୍ଲୀ/ମସ୍କୋ,୩।୨: ଆମେରିକା ଓ ଭାରତ ମଧ୍ୟରେ ହୋଇଥିବା ନୂତନ ବାଣିଜ୍ୟ ଚୁକ୍ତିନାମା ପରେ ରୁଷିଆ ପକ୍ଷରୁ ଆଧିକାରୀକ ପ୍ରତିକ୍ରିୟା ସାମ୍ନାକୁ ଆସିଛି। ଆମେରିକୀୟ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ସେହି ଦାବିକୁ ରୁଷିଆ ଅସ୍ବୀକାର କରିଛନ୍ତି।
କ୍ରେମଲିନ ତଥା ରୁଷିଆ ରାଷ୍ଟ୍ରପତି ପୁଟିନଙ୍କ ମୁଖପାତ୍ର ଦିମିତ୍ରି ପେସ୍‌କୋଭ ଖବରଦାତାମାନଙ୍କୁ କହିଛନ୍ତି, ଏ ବିଷୟରେ ନୂଆଦିଲ୍ଲୀଠାରୁ ଆମ୍ଭମାନଙ୍କ ପାଖକୁ ଏପର୍ଯ୍ୟନ୍ତ କୌଣସି ବିବୃତ୍ତି କିମ୍ବା ସୂଚନା ଆସିନାହିଁ। ଭାରତ ତରଫରୁ ଏପର୍ଯ୍ୟନ୍ତ କୌଣସି ପ୍ରକାରର ବିଧିବଦ୍ଧ ଘୋଷଣା ହୋଇନାହିଁ। ରଶିଆ ଭାରତ ସହିତ ତାହାର ରଣନୈତିକ ସମ୍ପର୍କକୁ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ ବୋଲି ବର୍ଣ୍ଣନା କରିଛି ଏବଂ ଏହାକୁ ଆହୁରି ମଜବୁତ କରିବାକୁ ଚାହୁଁଛି।
ତେବେ ଟ୍ରମ୍ପ ସୋମବାର ସୋସିଆଲ ମିଡିଆରେ ପୋଷ୍ଟ କରି କହିଥିଲେ ଯେ, ସେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସହ ଫୋନରେ କଥାବାର୍ତ୍ତା କରିଛନ୍ତି। ମୋଦି ତାଙ୍କୁ ଆଶ୍ୱାସନା ଦେଇଛନ୍ତି ଯେ ଭାରତ ରୁଷିଆରୁ ତେଲ କିଣା ବନ୍ଦ କରିଦେବ। ଏହା ପରେ ଆମେରିକା ଭାରତୀୟ ଉତ୍ପାଦ ଉପରେ ଲାଗିଥିବା ଶୁଳ୍କକୁ ୫୦%ରୁ କମ୍‌ କରି ୧୮% କରିଛି।

ଏହାଛଡ଼ା ଟ୍ରମ୍ପ ଦାବି କରିଛନ୍ତି ଯେ ଭାରତ ଏବେ ଆମେରିକା ଏବଂ ସମ୍ଭାବ୍ୟତଃ ଭେନେଜୁଏଲାରୁ ଅଧିକ ତେଲ ଖରିଦ କରିବ। ହେଲେ ପ୍ରଧାନମନ୍ତ୍ରୀ ମୋଦି ଏହି ଫୋନ କଲ ଓ ଟ୍ୟାରିଫ ହ୍ରାସକୁ ସ୍ବାଗତ କରିଥିଲେ ମଧ୍ୟ ରୁଷିଆରୁ ତେଲ କିଣା ବନ୍ଦ କରିବା ବିଷୟରେ କୌଣସି ଉଲ୍ଲେଖ କରି ନ ଥିଲେ। ଭାରତ ବିଦେଶ ମନ୍ତ୍ରଣାଳୟ ମଧ୍ୟ ଏ ଦାବି ଉପରେ କୌଣସି ପ୍ରତିକ୍ରିୟା ଦେଇନାହିଁ।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଇରାନ ଉପରୁ କଟକଣା ହଟାଇଲେ ଟ୍ରମ୍ପ୍‌, ତେହରାନ କହିଲା ଆମ ପାଖରେ…

ଓ୍ବାଶିଂଟନ/ତେହରାନ୍‌,୨୧ା୩: ମଧ୍ୟପ୍ରାଚ୍ୟ ଯୁଦ୍ଧ ଯୋଗୁ ଅନ୍ତର୍ଜାତୀୟ ବଜାରରେ ଅଶୋଧିତ ତୈଳ ଦର ହୁ ହୁ ହୋଇ ବଢ଼ିଚାଲିଥିବାବେଳେ ଏହାକୁ ପ୍ରଶମିତ କରିବା ପାଇଁ ଆମେରିକା ସମୁଦ୍ରରେ ଅଟକି…

ଗୁଜରାଟର କମ୍ପାନୀରେ କାମ କରୁଥିଲେ ଯୋଗେନ୍ଦ୍ର, ଡ୍ୟୁଟିରୁ ଫେରିବାବେଳେ ଘଟିଲା…

ଦିଗପହଣ୍ଡି,୨୧ା୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଆଡ଼ପଡ଼ା ଗ୍ରାମର ଯୋଗେନ୍ଦ୍ର ପ୍ରଧାନ(୫୫)ଙ୍କ ଗୁଜରାଟର ପାଟଣା ସହରରେ ମୃତ୍ୟୁ ଘଟିଛି। ଶନିବାର ମଧ୍ୟାହ୍ନରେ ତାଙ୍କ ମୃତଦେହ…

ବିଜେଡିର ୬ ବିଧାୟକ ଦଳରୁ ନିଲମ୍ବିତ

ଭୁବନେଶ୍ୱର,୨୧ା୩: ରାଜ୍ୟ ସଭା ନିର୍ବାଚନରେ କ୍ରସ ଭୋଟିଂକୁ ନେଇ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ କଡ଼ା ଆକ୍ସନ ନେଇଛନ୍ତି। ଦଳରୁ ୬ ବିଧାୟକଙ୍କୁ ନବୀନ ନିଲମ୍ବନ କରିଛନ୍ତି।…

ରାମାୟଣ ମଞ୍ଚସ୍ଥ ପାଇଁ ଚାଲିଥିଲା ପ୍ରସ୍ତୁତି: ଘଟିଲା ବଡ଼ ଅଘଟଣ, ଲାଇଟ୍‌ ଲଗାଉଥିବାବେଳେ ଯୁବକଙ୍କୁ…

ଦିଗପହଣ୍ଡି,୨୧ା୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଫାସିଗୁଡ଼ା ଗ୍ରାମ ଢେପସାହିରେ ଥିବା ମା ’ ମଙ୍ଗଳା ମନ୍ଦିର ପ୍ରତିଷ୍ଠାର ବାର୍ଷିକୋତ୍ସବ ପାଇଁ ଗଜପତି ଜିଲା…

ଗ୍ୟାସ୍‌କୁ ନେଇ କେନ୍ଦ୍ର ସରକାରଙ୍କ ବଡ଼ ନିଷ୍ପତ୍ତି: ଆସନ୍ତା ୨୩ରୁ…

ନୂଆଦିଲ୍ଲୀ,୨୧ା୩: କେନ୍ଦ୍ର ସରକାର ଏଲ୍‌ପିଜିକୁ ନେଇ ଏକ ବଡ଼ ନିଷ୍ପତ୍ତି ନେଇଛନ୍ତି। ଶନିବାର ସରକାର କହିଛନ୍ତି, ରାଜ୍ୟ ଏବଂ କେନ୍ଦ୍ରଶାସିତ ଅଞ୍ଚଳ (UT)କୁ ବାଣିଜ୍ୟିକ ଏଲ୍‌ପିଜିର ଆଉ…

ପ୍ରତାପ ଜେନାଙ୍କ କ୍ୱାର୍ଟର୍ସ ଆଗରେ ହଙ୍ଗାମା: ଗିରଫ ହେଲେ ୨ ଯୁବଛାତ୍ର ନେତା

ଭୁବନେଶ୍ୱର,୨୧ା୩: ବିଜେଡି ନେତା ପ୍ରତାପ ଜେନାଙ୍କ କ୍ବାର୍ଟର୍ସ ଆଗରେ ହଙ୍ଗାମା କରିଥିବା ଘଟଣାରେ ୨ ଜଣଙ୍କୁ ଗିରଫ କରିଛି କ୍ୟାପିଟାଲ ଥାନା ପୋଲିସ। ଗିରଫ ଦ୍ୱୟ ହେଲେ…

ଇଦ୍‌ରେ ଝିଅ ସୋଫିଆଙ୍କୁ ନେଇ ବଡ଼ କଥା କହିଦେଲେ ବାପା ମୋକିମ୍‌, ଭବିଷ୍ୟତରେ ଭାଜପା…

ଭୁବନେଶ୍ୱର,୨୧ା୩: ଆଜି ଇଦ୍‌ ପାଳନ ଅବସରରେ ମହମ୍ମଦ ମୋକିମ୍‌ ଝିଅ ସୋଫିଆ ଫିର୍ଦ୍ଦୋସଙ୍କୁ ନେଇ ଏକ ବଡ଼ କଥା କହିଛନ୍ତି। ସେ କହିଛନ୍ତି, ମୁଁ ନୂଆ ପାର୍ଟି…

ବାସନ ମାଜିଲେନି ସ୍ବାମୀ, ସ୍ତ୍ରୀ ଡାକିଲେ ପୋଲିସ: ଆଉ ତା’ପରେ ଘଟିଲା…

ଲକ୍ଷ୍ନୌ,୨୧।୩: ଉତ୍ତର ପ୍ରଦେଶର ଏକ ବସ୍ତିରେ ଏକ ଅଜବ ଘଟଣା ସାମ୍ନାକୁ ଆସିଛି। ଏଠାରେ ଜଣେ ମହିଳା ସାରେ ରାତ୍ରୀଭୋଜନ ପ୍ରସ୍ତୁତ କରିବାକୁ ତାଙ୍କ ରୋଷେଇ ଘରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri