ଭାରତକୁ ନେଇ ବଡ଼ କଥା କହିଦେଲା ରୁଷିଆ: ଆମେରିକାକୁ ଲାଗିଲା ଝଟ୍‌କା

ମସ୍କୋ,୧୬।୧୦: ଭାରତ ଆଉ ରୁଷିଆଠାରୁ ତେଲ କିଣିବ ନାହିଁ। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏହି ଦାବି କରିଛନ୍ତି। ମସ୍କୋ ଏହି ମାମଲାରେ ପ୍ରତିକ୍ରିୟା ଦେଇଛି। ଭାରତରେ ଅବସ୍ଥାପିତ ରୁଷିଆ ରାଷ୍ଟ୍ରଦୂତ ଡେନିସ ଆଲିପୋଭ କହିଛନ୍ତି, ଭାରତର ଅର୍ଥନୀତିକୁ ରୁଷିଆ ତେଲ ଆବଶ୍ୟକ। ଭାରତ ରୁଷିଆର ଏକ ନିର୍ଭରଯୋଗ୍ୟ ଅଂଶୀଦାର। କିନ୍ତୁ ଟ୍ରମ୍ପ ଚାହାଁନ୍ତି ନାହିଁ ଯେ ଭାରତ ରୁଷିଆଠାରୁ ତେଲ କିଣୁ। ଏହି କାରଣରୁ ସେ ରାଗିଯାଇ ୫୦ ପ୍ରତିଶତ ଟାରିଫ୍‌ ଲାଗୁ କରିଛନ୍ତି।
ରୁଷିଆ ରାଷ୍ଟ୍ରଦୂତ ଆଲିପୋଭ କହିଛନ୍ତି, ଭାରତର ମୋଟ ଅଶୋଧିତ ତୈଳ ଆମଦାନୀର ଏକ ତୃତୀୟାଂଶ ରୁଷିଆରୁ ଆସିଥାଏ। ଆମେ ଭାରତ ପାଇଁ ଏକ ସୁଲଭ ବିକଳ୍ପ ହୋଇଛୁ। ରୁଷିଆ ଏବଂ ଭାରତ ମଧ୍ୟରେ ରଣନୈତିକ ସହଭାଗୀତାକୁ ବିଶ୍ୱ ସ୍ଥିରତା ପାଇଁ ଏକ ଶକ୍ତି ଭାବରେ ଦେଖାଯାଏ। ଏହି ସମ୍ପର୍କ ବିଶ୍ୱାସ ଉପରେ ନିର୍ମିତ। ଆମେ ଭାରତର ପ୍ରମୁଖ ବାଣିଜି୍ୟକ ଅଂଶୀଦାର ଏବଂ ଶକ୍ତି କ୍ଷେତ୍ରରେ ଭାରତର ସବୁଠାରୁ ନିର୍ଭରଯୋଗ୍ୟ ଅଂଶୀଦାର।
ରୁଷିଆ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କୁ ଏକ ଦୃଢ଼ ବାର୍ତ୍ତା ପଠାଇଛି। ରୁଷିଆ ରାଷ୍ଟ୍ରଦୂତ କହିଛନ୍ତି, ଏବେ ପର୍ଯ୍ୟନ୍ତ ଗ୍ଲୋବାଲ ନର୍ଥ ଟ୍ୟାରିଫ ଏବଂ ବିଭିନ୍ନ କଟକଣା ଲାଗୁ କରିଆସୁଛି। ଏହା ଦର୍ଶାଉଛି ଯେ, ସେମାନେ ଏକ ବହୁଧ୍ରୁବୀୟ ବିଶ୍ୱକୁ ଗ୍ରହଣ କରିବାକୁ ଅନିଚ୍ଛୁକ। ଏହା ବିଶ୍ୱ ଶାସନ ବ୍ୟବସ୍ଥାରେ ସଂସ୍କାରକୁ ବିଳମ୍ବିତ କରିବ। ଏହି ସଂସ୍କାରଗୁଡ଼ିକ ଅତ୍ୟନ୍ତ ଆବଶ୍ୟକ।

ଟ୍ରମ୍ପଙ୍କ ଦାବି ପରେ, ଭାରତୀୟ ବୈଦେଶିକ ମନ୍ତ୍ରଣାଳୟର ମୁଖପାତ୍ର ରଣଧୀର ଜୟସ୍ବାଲ କହିଛନ୍ତି, ଭାରତ ତେଲ ଏବଂ ଗ୍ୟାସର ଏକ ଗୁରୁତ୍ୱପୂର୍ଣ୍ଣ ଆମଦାନୀକାରୀ। ଏକ ଅସ୍ଥିର ଶକ୍ତି ପରିସ୍ଥିତିରେ ଭାରତୀୟ ଗ୍ରାହକଙ୍କ ସ୍ବାର୍ଥକୁ ସୁରକ୍ଷା ଦେବା ଆମର ନିରନ୍ତର ପ୍ରାଥମିକତା। ଭାରତ ଏହାର ଲୋକଙ୍କ ସ୍ବାର୍ଥକୁ ଧ୍ୟାନରେ ରଖି ନିଷ୍ପତ୍ତି ନେଇଥାଏ।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ପାକିସ୍ତାନ କରିବ ବଡ଼ ଆକ୍ରମଣ, ଡରିଲାଣି ଆମେରିକା!

ଓ଼୍ବାଶିଂଟନ,୧୯।୩: ଆମେରିକାର ଜାତୀୟ ଗୁପ୍ତଚର ନିର୍ଦ୍ଦେଶକ ତୁଲସୀ ଗାବାର୍ଡ ବୁଧବାର ପାକିସ୍ତାନକୁ ଆମେରିକା ସାମ୍ନା କରୁଥିବା ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ପରମାଣୁ ବିପଦ ମଧ୍ୟରୁ ଗୋଟିଏ ଭାବରେ ଚିହ୍ନଟ…

ଲୋକ ସଭାରେ ରେଳସେବା ସମସ୍ୟା ପ୍ରସଙ୍ଗ ଉଠାଇଲେ ବରଗଡ଼ ଏମ୍‌ପି

ବରଗଡ଼,୧୯।୩(ପ୍ରେମାନନ୍ଦ ଖମାରୀ):ବରଗଡ଼ ଲୋକ ସଭା ନିର୍ବାଚନମଣ୍ଡଳୀର ଜନସାଧାରଣଙ୍କ ବିଭିନ୍ନ ସମସ୍ୟାକୁ ଗୁରୁବାର ବରଗଡ଼ ଏମ୍‌ପି ପ୍ରଦୀପ ପୁରୋହିତ ଲୋକ ସଭାରେ ଉଠାଇଛନ୍ତି। ବିଶେଷକରି ରେଳସେବାର ବିକାଶ ଓ…

ବାସନ୍ତୀକ ନବରାତ୍ର ପୂଜା: ଶୈଳପୁତ୍ରୀ ବେଶରେ ଦର୍ଶନ ଦେଲେ ମା’ ସମଲେଶ୍ବରୀ

ବରଗଡ଼,୧୯।୩(ପ୍ରେମାନନ୍ଦ ଖମାରୀ): ଆଜି ଚୈତ୍ର ଅମାବାସ୍ୟା ଯୁକ୍ତ ପ୍ରତିପଦା। ବରଗଡ଼ର ଅଧିଷ୍ଠାତ୍ରୀ ଗ୍ରାମ୍ୟଦେବୀ ମା’ ସମଲେଇଙ୍କ ବାସନ୍ତୀକ ନବରାତ୍ର ପୂଜା ଆରମ୍ଭ ହୋଇଛି। ପ୍ରଥମ ଦିବସରେ ଦେବୀଙ୍କ…

ମହାପ୍ରଭୁଙ୍କ ଜମିର ଧାନବିକ୍ରି ପଞ୍ଜୀକରଣକୁ ନା: ଏବେଠାରୁ ଘାରିଲାଣି ଧାନବିକ୍ରି ଚିନ୍ତା

ବରଗଡ଼,୧୯।୩(ପ୍ରେମାନନ୍ଦ ଖମାରୀ): ରବିଧାନ ସଂଗ୍ରହ ପ୍ରକ୍ରିୟା ପାଇଁ ଚାଷୀଙ୍କ ଧାନବିକ୍ରି ପଞ୍ଜୀକରଣ ଚାଲିଛି। ଶୁକ୍ରବାର ଏଥିପାଇଁ ଆବେଦନ ଅବଧି ସରିଯିବ। ଅନ୍ୟପଟେ ବରଗଡ଼ ଜିଲାର ଅନେକ ଚାଷୀ…

୫ଦିନ ଝଡ଼ବର୍ଷା, କୁଆପଥର ମାଡ଼: ସତର୍କ ସୂଚନା ଜାରି

ଭୁବନେଶ୍ୱର,୧୯ା୩(ଅନୁରାଧା ମହାରଣା):ରାଜ୍ୟରେ କାଳବୈଶାଖୀ ପ୍ରଭାବରେ ବିଭିନ୍ନ ଜିଲାରେ ବର୍ଷା ସହ ଝଡପବନ ହେଉଥିବା ବେଳେ ଆଗାମୀ ୫ ଦିନ ଯାଏ ଏପରି ସ୍ଥିତି ଜାରି ରହିବ। ଏନେଇ…

‘ଏସ୍‌ଓପି’ ନ ମାନିଲେ ଦରମା ବନ୍ଦ: ସବୁ ବିଭାଗକୁ ତାଗିଦ୍‌, ଛଟେଇ ପ୍ରକ୍ରିୟା ଆରମ୍ଭ…

ଭୁବନେଶ୍ୱର,୧୯ା୩ (ରବିନାରାୟଣ ଜେନା):ରାଜ୍ୟ ସରକାରଙ୍କ ବିଭିନ୍ନ ବିଭାଗରେ କାର୍ଯ୍ୟରତ ପରାମର୍ଶଦାତାଙ୍କ ଛଟେଇ ପ୍ରକ୍ରିୟା ଆରମ୍ଭ ହୋଇଛି। ଅର୍ଥ ବିଭାଗ ପକ୍ଷରୁ ଫେବୃଆରୀ ୧୭ରେ ଏନେଇ ଏକ ଉଚ୍ଚସ୍ତରୀୟ…

ପାରାଦୀପରେ ଲାଗିଲା ତୈଳ ଜାହାଜ: ମିଳିଲା ବଡ଼ ଆଶ୍ୱସ୍ତି, ହର୍ମୁଜ ଦେଇ…

ପାରାଦୀପ,୧୯।୩(ଶରତ ରାଉତ):ଯୁଦ୍ଧ ପ୍ରଭାବିତ ଦେଶ ଓମାନ୍‌ରୁ ଏକ ଅଶୋଧିତ ତୈଳ ବୋଝେଇ ଜାହାଜ ମେରାଇନ ଟ୍ୟାଙ୍କର(ଏମ୍‌ଟି)ଫ୍ଲୋରା ପାରାଦୀପ ବନ୍ଦର ସିଙ୍ଗଲ ପଏଣ୍ଟ ମୋରିଂସିଷ୍ଟମ(ଏସ୍‌ପିଏମ୍‌) ୩ରେ ବୁଧବାର ଲାଗିଛି।…

ଇରାନ୍‌ ଗୋଇନ୍ଦା ମନ୍ତ୍ରୀଙ୍କୁ ହତ୍ୟା

ତେଲ୍‌ ଆଭିଭ୍‌ ,୧୯ା୩: ଇରାନ୍‌କୁ ବୁଧବାର ପୁଣି ଶକ୍ତ ଧକ୍କା ଲାଗିଛି। ଇସ୍ରାଏଲ ଆକ୍ରମଣରେ ଇରାନ୍‌ର ଗୋଇନ୍ଦା ବିଭାଗ ମନ୍ତ୍ରୀ ଇସ୍‌ମାଇଲ ଖାତିବ୍‌ ନିହତ ହୋଇଛନ୍ତି। ମଙ୍ଗଳବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri