ଭୁଲ୍‌ରେ ନିଜ ସୈନିକଙ୍କ ଉପରେ ଆକ୍ରମଣ କଲା ରୁଷିଆ: ୟୁକ୍ରେନ କହିଲା, ଧନ୍ୟବାଦ୍‌

କ୍ୱିଭ୍‌,୧୧।୫: ରୁଷିଆ ଏବଂ ୟୁକ୍ରେନ ମଧ୍ୟରେ ଚାଲିଥିବା ଯୁଦ୍ଧର ଅଢେଇ ମାସରୁ ଅଧିକ ସମୟ ବିତିଗଲାଣି। ରୁଷିଆର ଆକ୍ରମଣରେ ୟୁକ୍ରେନର ଅନେକ ସହର ଧ୍ୱଂସ ହୋଇଯାଇଛି। ବୁଧବାର ୟୁକ୍ରେନରେ ଏକ ଅଜବ ଘଟଣା ସାମ୍ନାକୁ ଆସିଛି। ରୁଷିଆ ସେନା ହଠାତ୍‌ ନିଜର ସୈନିକମାନଙ୍କ ଉପରେ ଆକ୍ରମଣ କରି ସେମାନଙ୍କୁ ହତ୍ୟା କରିଥିବା ୟୁକ୍ରେନ ଦାବି କରିଛି। ୟୁକ୍ରେନ ସାମରିକ ଅଧିକାରୀ ଏହି ଘଟଣାକୁ ନେଇ ରୁଷିଆକୁ ଧନ୍ୟବାଦ ଦେଇଛନ୍ତି।
ଏକ ରିପୋର୍ଟ ଅନୁଯାୟୀ, ରୁଷିଆ-ୟୁକ୍ରେନ ଯୁଦ୍ଧ ମଧ୍ୟରେ ଭ୍ଲାଦିମିର ପୁଟିନଙ୍କ ସେନାକୁ ଆଉ ଏକ ଝଟ୍‌କା ଲାଗିଛି। ରୁଷିଆ ସୈନ୍ୟବାହିନୀ ଭୁଲ୍‌ରେ ନିଆଁ ଲଗାଇ ନିଜ ସୈନମାନଙ୍କୁ ମାରିଦେଇଛନ୍ତି। ଜାପୋରିଜିଆ ପ୍ରଦେଶରେ ୟୁକ୍ରେନ ସୈନ୍ୟମାନେ ଥିବା ଭାବି ରୁଷିଆ ସୈନ୍ୟବାହିନୀ ନିଆଁ ଲଗାଇ ଆକ୍ରମଣ କରିଥିଲା, କିନ୍ତୁ ଘଟଣାସ୍ଥଳରେ ରୁଷିଆ ସୈନ୍ୟ ହିଁ ଥିଲେ।
ୟୁକ୍ରେନର ସାମରିକ ଅଧିକାରୀମାନେ ଏହି ଘଟଣାରେ ରୁଷିଆ ସୈନ୍ୟବାହିନୀଙ୍କୁ ଧନ୍ୟବାଦ ଦେବା ସହ କହିଛନ୍ତି, ରୁଷିଆ ସେନା ଆମକୁ ସାହାଯ୍ୟ କରିଛନ୍ତି। ତେବେ ରୁଷିଆ ସେନା ଦ୍ୱାରା ହୋଇଥିବା ଏହା ଆକ୍ରମଣରେ ତାର କେତେ ସୈନିକ ନିହତ ହୋଇଛନ୍ତି ତାହା ଜଣା ପଡିନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

୯ରେ ଉପରାଷ୍ଟ୍ରପତିଙ୍କ ଓଡ଼ିଶା ଗସ୍ତ

ଭୁବନେଶ୍ୱର,୨୪।୬ (ରବିନାରାୟଣ ଜେନା): ଭାରତର ଉପରାଷ୍ଟ୍ରପତି ସି.ପି. ରାଧାକ୍ରିଷ୍ଣନ୍‌ ଜୁଲାଇ ୯ରେ ଓଡ଼ିଶା ଗସ୍ତରେ ଆସିବେ। ରାଜ୍ୟ ସରକାରଙ୍କ ପକ୍ଷରୁ ଓଡ଼ିଶା କୃଷି ଓ ବୈଷୟିକ ବିଶ୍ୱବିଦ୍ୟାଳୟ(ଓୟୁଏଟି)ରେ…

୪ରେ ଆସିପାରନ୍ତି ଅମିତ୍‌ ଶାହା

ଭୁବନେଶ୍ୱର,୨୪।୬ (ସୁନିତ୍‌ ମିଶ୍ର): ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ଆସନ୍ତା ୪ ତାରିଖରେ ଓଡ଼ିଶା ଗସ୍ତରେ ଆସିପାରନ୍ତି। ଶାହାଙ୍କ ରାଜ୍ୟ ଗସ୍ତ ନେଇ ପ୍ରସ୍ତାବନା ରହିଛି। ମାତ୍ର…

ଦୁର୍ବୃତ୍ତଙ୍କ ଟାର୍ଗେଟରେ ମନ୍ଦିର; ରାମ ମନ୍ଦିର ହୁଣ୍ଡି ତାଡ଼ି ଲକ୍ଷାଧିକ ଟଙ୍କା ଚୋରି

ଛତ୍ରପୁର, ୨୪।୬ (ଦିଲୀପ ସାମଲ) : ଗଞ୍ଜାମ ଜିଲା ଛତ୍ରପୁର ରେଳ ଷ୍ଟେଶନ ନିକଟରେ ଅବସ୍ଥିତ ଶ୍ରୀରାମ ମନ୍ଦିର ହୁଣ୍ଡିରୁ ଲକ୍ଷାଧିକ ଟଙ୍କା ବୁଧବାର ସକାଳେ ଚୋରି…

ପଳାତକ ନୀରବ ମୋଦିଙ୍କୁ ଲାଗିଲା ଜୋରଦାର ଝଟକା: ଫେରାଇବେ ୧୦୦ କୋଟି ଟଙ୍କା

ନୂଆଦିଲ୍ଲୀ,୨୪।୬: ପଳାତକ ହୀରା ବ୍ୟବସାୟୀ ନୀରବ ମୋଦିଙ୍କୁ ଲଣ୍ଡନ ହାଇକୋର୍ଟରୁ ଏକ ବଡ଼ ଝଟକା ଲାଗିଛି। ଏକ ଋଣ ବିବାଦରେ ବ୍ୟାଙ୍କ ଅଫ ଇଣ୍ଡିଆ ସପକ୍ଷରେ ରାୟ…

ସ୍ବାମୀ ସ୍ମାର୍ଟ ଚାଷୀ, ସ୍ତ୍ରୀ ରୋଲ ମଡେଲ: ମଫସଲରେ ସଫଳ ସ୍ମାର୍ଟ ଫାର୍ମିଂ

ବଲାଙ୍ଗୀର,୨୪ା୬(ବୀରେନ୍ଦ୍ର କୁମାର ଝାଙ୍କର): ଚାଷୀ ଦମ୍ପତିଙ୍କ କଠିନ ପରିଶ୍ରମ, ଗଭୀର ଆତ୍ମବିଶ୍ୱାସ ଏବଂ ସରକାରୀ ଯୋଜନାଗୁଡ଼କର ଉପଯୁକ୍ତ ସମନ୍ବୟ ଏବେ ବଲାଙ୍ଗୀର ଜିଲାରେ ସ୍ବାବଲମ୍ବନ ଓ ସଫଳତାର…

କାଦୁଅ ରାସ୍ତା, ଅଧାବାଟରୁ ଫେରିଲା ମୁଖ୍ୟମନ୍ତ୍ରୀ ବସ୍‌

ଲୋଇସିଂହା,୨୪।୬(ସୁଶାନ୍ତ ବାରିକ):ବର୍ଷାରେ କେନାଲ ରାସ୍ତା କାଦୁଅ ହୋଇ ପଡିଥିବାରୁ ଆଗଲପୁରରୁ ପଟୁଆପାଲିକୁ ଚାଲୁଥିବା ମୁଖ୍ୟମନ୍ତ୍ରୀ ବସ୍‌ ଗତ ଦୁଇ ଦିନ ହେବ ଅଧାବାଟରୁ ଫେରୁଥିବା ଅଭିଯୋଗ ହୋଇଛି।…

ଫୁଟ୍‌ପାଥରେ ଶୋଇଥିବାବେଳେ ନାବାଳିକାଙ୍କୁ ଅପହରଣ କରିନେଇ ବଳାତ୍କାର କଲେ ଟ୍ୟାକ୍ସି ଡ୍ରାଇଭର, ଆଉ ତା’ପରେ…

ନୂଆଦିଲ୍ଲୀ,୨୪ା୬: ଦକ୍ଷିଣ ଦିଲ୍ଲୀର ମେହରୋଲି ଅଞ୍ଚଳରେ ଜଣେ ନାବାଳିକାଙ୍କୁ ଅପହରଣ କରିନେଇ ବଳାତ୍କାର ପରେ ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି। ୧୧ ବର୍ଷୀୟା ବାଳିକା ତାଙ୍କ ପରିବାର…

ରାତି ଅଧରେ ଭୟଙ୍କର ଅଗ୍ନିକାଣ୍ଡ, ଦିନମଜୁରିଆ ପରିବାରର ସର୍ବସ୍ବ ପୋଡ଼ି ପାଉଁଶ

ଧୂଷୁରୀ,୨୪।୬ (କାଳନ୍ଦୀ ବେହେରା): ଭଦ୍ରକ ଜିଲା ଧୂଷୁରୀ ଥାନା ଅନ୍ତର୍ଗତ ବୟାଣ୍ଡିହି ପଞ୍ଚାୟତର ସଇଦଜାଫର ଗ୍ରାମରେ ଅଗ୍ନିକାଣ୍ଡ ଘଟି ଜଣେ ଦିନମଜୁରିଆ ପରିବାର ସର୍ବସ୍ବ ହରାଇଛନ୍ତି। ଗତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri