ତୃତୀୟ ବିଶ୍ୱଯୁଦ୍ଧ ପାଇଁ ଧମକ ଦେଲା ରୁଷିଆ

ମସ୍କୋ,୧୩।୧୦: ରୁଷିଆ ଓ ୟୁକ୍ରେନ ମଧ୍ୟରେ ଯୁଦ୍ଧ ବେଳକୁ ବେଳ ତୀବ୍ର ହେବାରେ ଲାଗିଛି। ଗତ କିଛି ଦିନ ହେଲା ରୁଷିଆ ଅଧିକ ଆକ୍ରାତ୍ମକ ହୋଇ ଲଗାତର ଭାବେ ୟୁକ୍ରେନ ଉପରେ ଆକ୍ରମଣ କରୁଛି। ଏହି ଆକ୍ରମଣ ମଧ୍ୟରେ ୟୁକ୍ରେନ ନାଟୋରେ ସାମିଲ ହେବାକୁ ଚେଷ୍ଟା ଚଳାଇଛି। ଏଭଳି ସ୍ଥିତିରେ ୟୁକ୍ରେନ ନାଟୋରେ ସାମିଲ ହେବାକୁ ନେଇ ରୁଷିଆ କଡ଼ା ପ୍ରତିକ୍ରିୟା ରଖିଛି। ରୁଷିଆ ଏହାକୁ ୟକ୍ରେନର ପ୍ରୋପାଗଣ୍ଡା କହିବା ସହ ଏଭଳି କିଛି ହେଲେ ତୃତୀୟ ବିଶ୍ୱଯୁଦ୍ଧ ନିଶ୍ଚିତ ହେବ ବୋଲି ରାଷ୍ଟ୍ରପତି ଭ୍ଲାଦିିମିର ପୁଟିନ ଚେତାଇ ଦେଇଛନ୍ତି। ଏହା ପୂର୍ବରୁ ରୁଷିଆ ଅନେକଥର ଯୁଦ୍ଧରେ ପରମାଣୁ ଅସ୍ତ୍ର ବ୍ୟବହାର କରିବ ବୋଲି ଧମକ ଦେଇସାରିଛି। ହେଲେ ପ୍ରଥମ ଥର ରୁଷିଆ ସିଧାସଳଖ ତୃତୀୟ ବିଶ୍ୱଯୁଦ୍ଧ ହେବା ନେଇ ଧମକ ଦେଇଛି। ଅନ୍ୟପଟେ ରୁଷିଆ ସିକ୍ୟୁରିଟି କାଉନସିଲର ଡେପୁଟି ସେକ୍ରେଟାରୀ ଆଲେକଜାଣ୍ଡାର ବେନିଡିକତୋଭ କହିଛନ୍ତି, ୟୁକ୍ରେନ ଭଲ ଭାବେ ଜାଣିଛି ଯେ, ଯଦି ସେ ନାଟୋରେ ସାମିଲ ହୁଏ ତେବେ ଏହି ଯୁଦ୍ଧ ତୃତୀୟ ବିଶ୍ୱଯୁଦ୍ଧରେ ପରିଣତ ହେବ। ତେବେ ଏଭଳି ପରିଣାମ ପାଇଁ ନିଜେ ନାଟୋ ଓ ସଦସ୍ୟ ଦେଶମାନେ ବୋଲି ପୁଟିନଙ୍କ ନିକଟତମ କୁହାଯାଉଥିବା ଆଲେକଜାଣ୍ଡାର କହିଛନ୍ତି। ରୁଷିଆର ଏଭଳିି ଧମକ ସେହି ସମୟରେ ଆସିଛି ଯେତେବେଳେ ୟୁକ୍ରେନର ଅନେକ ଅଞ୍ଚଳରେ ରୁଷିଆ ବୋମା ବର୍ଷା କରୁଛି। ଅନ୍ୟପଟେ ରୁଷିଆର ତୃତୀୟ ବିଶ୍ୱଯୁଦ୍ଧ ଧମକକୁ ନେଇ ଫ୍ରାନ୍ସ ରାଷ୍ଟ୍ରପତି ଇମାନୁଏଲ ମାକ୍ରନ ପ୍ରତିକ୍ରିୟା ରଖିଛନ୍ତି। ସେ କହିଛନ୍ତି, ଆମେ କେହି ବି ତୃତୀୟ ବିଶ୍ୱଯୁଦ୍ଧ ଚାହୁଁନୁ, କେବଳ ୟୁକ୍ରେନର ସାର୍ବଭୌମତ୍ୱର ସୁରକ୍ଷା ଲାଗି ସହାୟତା କରୁଛୁ। କିନ୍ତୁ କେବେବି ରୁଷିଆ ଉପରେ ସିଧାସଳଖ ଆକ୍ରମଣ କରିବୁନି। ବର୍ତ୍ତମାନ ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଏହି ଯୁଦ୍ଧ ରୋକିଦେବା ଉଚିତ୍‌। ଏଥିସହ ୟୁକ୍ରେନର ଆଞ୍ଚଳିକ ଅଖଣ୍ଡତାକୁ ସମ୍ମାନ କରିବା ଆବଶ୍ୟକ ବୋଲି ମାକ୍ରୋନ କହିଛନ୍ତି। ସୂଚନାଯୋଗ୍ୟ, ସେପ୍ଟେମ୍ବର ୩୦ରେ ୟୁକ୍ରେନ୍‌ ରାଷ୍ଟ୍ରପତି ଭୋଲୋଡିମିର ଜେଲେନ୍‌ସ୍କି ନାଟୋ ସଦସ୍ୟତା ପ୍ରକ୍ରିୟାକୁ ଶୀଘ୍ର କରିବାକୁ ଆବେଦନ କରିଥିେଲେ।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଭେଟିଲେ ବାଲ୍ୟବନ୍ଧୁ, BJP ବିଧାୟକଙ୍କୁ ନେଇ ଆଣିଲେ ବଡ଼ ଅଭିଯୋଗ! ଛାନିଆ ହୋଇଗଲେ….

ମୁମ୍ବାଇ,୧୩।୯: ମହାରାଷ୍ଟ୍ରର ଭାୟନ୍ଦରରେ ଜମି ବିବାଦକୁ ନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ବାଲ୍ୟବନ୍ଧୁ ଅସଗରଅଲି ଭୋରା ତାଙ୍କୁ ଭେଟିଛନ୍ତି । ୮ ସେପ୍ଟେମ୍ବରରେ ୮୧ ବର୍ଷୀୟ ଭୋରା…

ଖଟିଆରେ ଗର୍ଭବତୀଙ୍କୁ ବୁହାହେବା ଘଟଣା, ନବଜାତ ଶିଶୁ-ମା’ଙ୍କୁ ଭେଟିଲେ ସିଡିପିଓ

ଗୁଡାରି,୧୩।୯(ପ୍ରମୋଦ କୁମାର ପତି): ଶନିବାର ଦିନ ବ୍ଳକର ଶିରିଗୁଡା ଗ୍ରାମପଂଚାୟତ ଅନ୍ତର୍ଗତ ସାଡାକଣା ଗ୍ରାମର ଗର୍ଭବତୀ ମହିଳାଙ୍କୁ ଖଟିଆରେ ୩ କିଲୋମିଟର ବୋହିବା ପରେ ଆମ୍ବୁଲାନ୍ସ ଯୋଗେ…

ମୋଟାପଣ, ଅଣସଂକ୍ରାମକ ରୋଗ ବଡ଼ ସ୍ବାସ୍ଥ୍ୟ ସମସ୍ୟା; BRICS ନେତା କହିଲେ…

ନୂଆଦିଲ୍ଲୀ, ୧୩ା୯ : ମୋଟାପଣ ଏବଂ ଅଣସଂକ୍ରାମକ ରୋଗ (ଏନ୍‌ସିଡି) ବର୍ତ୍ତମାନ ବିଶ୍ୱବ୍ୟାପୀ ଏକ ବଡ଼ ସ୍ବାସ୍ଥ୍ୟ ସମସ୍ୟାରେ ପରିଣତ ହୋଇଛି । ଏହାକୁ ନେଇ ବ୍ରିକ୍ସ…

ପଶ୍ଚିମବଙ୍ଗ ଉପନିର୍ବାଚନ; ପ୍ରାର୍ଥୀ ଘୋଷଣା କଲା TMC, ନନ୍ଦିଗ୍ରାମରେ ବଡ଼ ନିଷ୍ପତ୍ତି

କୋଲକାତା,୧୩।୯: ପଶ୍ଚିମବଙ୍ଗର ନନ୍ଦିଗ୍ରାମ ଓ ରେଜିନଗର ବିଧାନସଭା ଆସନରେ ହେବାକୁ ଥିବା ଉପନିର୍ବାଚନ ପାଇଁ ତୃଣମୂଳ କଂଗ୍ରେସ (TMC) ନିଜ ପ୍ରାର୍ଥୀଙ୍କ ନାମ ଘୋଷଣା କରିଛି ।…

ବାହୁଦା ନଦୀକୁ ଗାଧୋଇବାକୁ ଯାଇ ବୃଦ୍ଧ ନିଖୋଜ ଘଟଣା, ଆଜି ମିଳିଲା….

ଦିଗପହଣ୍ଡି/ଚିକିଟି,୧୩।୯(ଅଶେଷ ନାଥ ମିଶ୍ର/ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା ଚିକିଟି ବ୍ଳକ ଲାଲମେଣ୍ଟା ପଞ୍ଚାୟତ କୋଳିପେଣ୍ଠ ଗ୍ରାମରୁ ଏକ ଦୁଃଖଦ ଖବର ସାମ୍ନାକୁ ଆସିଛି । ବୃନ୍ଦାବନ…

ପେଟ୍ରୋଲ ଦରକୁ ନେଇ ବଡ଼ ଘୋଷଣା କଲେ ପ୍ରଧାନମନ୍ତ୍ରୀ, ଲିଟର ପ୍ରତି ୧୦୦ ଟଙ୍କା….

ଇସଲାମାବାଦ,୧୩।୯: ମହଙ୍ଗା ଇନ୍ଧନ ଦରରୁ ସାଧାରଣ ଲୋକଙ୍କୁ ଆଶ୍ୱସ୍ତି ଦେବାକୁ ପାକିସ୍ତାନ ସରକାର ଏକ ବଡ଼ ରିଲିଫ୍‌ ଯୋଜନା ଘୋଷଣା କରିଛି। ରବିବାର ପାକିସ୍ତାନ ପ୍ରଧାନମନ୍ତ୍ରୀ ଶହବାଜ…

ନୂଆଖାଇ ପୂର୍ବରୁ ନିଆରା କାର୍ଯ୍ୟକ୍ରମ, ଅସହାୟଙ୍କୁ ଅଢିଆ ପ୍ରଦାନ

ବରଗଡ଼,୧୩।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ସ୍ଥିତ ଗାନ୍ଧୀ ପାଠାଗାରରେ ସମ୍ବିଧାନ ସୁରକ୍ଷା ମଞ୍ଚ ତରଫରୁ ରବିବାର ନୂଆଁଖାଇ ଜୋଟଜାଟ୍ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇ ଯାଇଛି । ମହାନ କୃଷିଭିତ୍ତିକ ଗଣ…

କଟକରେ ମହିଳାଙ୍କୁ ହତ୍ୟା; ବନ୍ଦ ଘର ଭିତରେ ପଥର ଛେଚି….

କଟକ,୧୩।୯(ପ୍ରଭୁକଲ୍ୟାଣ ପାଲ୍): କଟକ ସିଡିଏ ସେକ୍ଟର ୧୩ ନମ୍ବରରେ ଛାତିଥରା ହତ୍ୟାକାଣ୍ଡ ହୋଇଛି । ଫେଜ ୨ ଥାନା ଅନ୍ତର୍ଗତ କାଠଯୋଡ଼ି ନଦୀ କୂଳ ବସ୍ତିରେ ମହିଳାଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?