ଭାରତକୁ ପ୍ରଶଂସା କଲା ରୁଷିଆ

ନୂଆଦିଲ୍ଲୀ/ମସ୍କୋ,୧୦ା୯: ଭାରତରେ ଆୟୋଜିତ ଜି-୨୦ ଶିଖର ସମ୍ମିଳନୀ ଇତିମଧ୍ୟରେ ଶେଷ ହୋଇଥିବା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଘୋଷଣା କରିସାରିଛନ୍ତି। ଏଥିସହିତ ନଭେମ୍ବର ୨୦୨୩ ପର୍ଯ୍ୟନ୍ତ ଜି -୨୦ର ଅଧ୍ୟକ୍ଷତା କରିବା ଭାରତର ଦାୟିତ୍ୱ ଅଟେ। ନଭେମ୍ବର ଶେଷରେ ଜି -୨୦ ଏକ ଭର୍ଚୁଆଲ ଅଧିବେଶନ ଆୟୋଜନ କରିବାକୁ ପ୍ରଧାନମନ୍ତ୍ରୀ ପ୍ରସ୍ତାବ ବି ଦେଇଛନ୍ତି। ସମସ୍ତ ସଦସ୍ୟ ଦେଶ ଏହି ଭର୍ଚୁଆଲ ଅଧିବେଶନରେ ଯୋଗଦେବେ ବୋଲି ସେ ଆଶା ପ୍ରକଟ କରିଛନ୍ତି। ଏହାପୂର୍ବରୁ ଆଜି ଜି -୨୦ ସଦସ୍ୟ ଦେଶର ନେତା ତଥା ପ୍ରତିନିଧିଙ୍କ ମୁଖ୍ୟମାନେ ଶିଖର ସମ୍ମିଳନୀର ତୃତୀୟ ଅଧିବେଶନରେ ଭାଗ ନେଇଥିଲେ।

ତେବେ ଏହି ସମ୍ମଳିନୀରେ ରୁଷିଆର ବୈଦେଶିକ ମନ୍ତ୍ରୀ ଲାଭ୍ରୋଭ କହିଛନ୍ତି, ନୂଆଦିଲ୍ଲୀ ଜି -୨୦ ଶିଖର ସମ୍ମିଳନୀ ଏକ ସଫଳ କାର୍ଯ୍ୟକ୍ରମ। କାରଣ ଏହା ଆମକୁ ଅନେକ ଗୁରୁତ୍ୱପୂର୍ଣ୍ଣ କ୍ଷେତ୍ରରେ ଆଗକୁ ବଢ଼ିବାର ମାର୍ଗ ପ୍ରଦାନ କରିଛି। ଜି -୨୦ର ଅଧ୍ୟକ୍ଷ ଭାବରେ ଭାରତ ପ୍ରଥମଥର ପାଇଁ ‘ଗ୍ଲୋବାଲ ସାଉଥ’ର ସ୍ଥିତିକୁ ମଜବୁତ କରିଛି।  ଭାରତର ଅଧ୍ୟକ୍ଷତାରେ ଜି -୨୦ ଶିଖର ସମ୍ମିଳନୀ ବିଶ୍ୱ ଅର୍ଥବ୍ୟବସ୍ଥାରେ ବିଶ୍ୱ ଶାସନ ଏବଂ ନିରପେକ୍ଷତା ପାଇଁ ଦିଗ ପ୍ରଦାନ କରିଛି। ସେ ଆହୁରି ମଧ୍ୟ କହିଛନ୍ତି, ବିଶ୍ୱ ଶୃଙ୍ଖଳା ବଦଳୁଛି, ପାଶ୍ଚାତ୍ୟ ଦେଶର ଆଧିପତ୍ୟ ଏଥର ଶେଷ ହେବ।


Enter your email to get our daily news in your inbox.

All Right Reserved By Dharitri.Com

ଜଲଓ୍ବା ଦେଖାଇଲେ ପ୍ରିୟଙ୍କା ଚୋପ୍ରା: ପ୍ରଥମ ଭାରତୀୟ ଅଭିନେତ୍ରୀ ଭାବେ…

୯୮ତମ ଓସ୍କାର ପୁରସ୍କାର ଉତ୍ସବରେ ବଲିଉଡର ଜଲଓ୍ବା ଦେଖାଇଛନ୍ତି ‘ଦେଶୀ ଗାର୍ଲ’ ପ୍ରିୟଙ୍କା ଚୋପ୍ରା। ଯଦିଓ ତାଙ୍କର କୌଣସି ଚଳଚ୍ଚିତ୍ର ପୁରସ୍କାର ଜିତି ନ ଥିଲା କିନ୍ତୁ…

୨୦୦୮ ରୁ ୨୦୨୬ ପର୍ଯ୍ୟନ୍ତ…, IPL ରୁ ମୋଟ କେତେ ରୋଜଗାର କରିଛନ୍ତି ବିରାଟ କୋହଲି? ଜାଣିଲେ ଆଶ୍ଚର୍ଯ୍ୟହେବେ

ନୂଆଦିଲ୍ଲୀ,୧୬।୩: IPL 2026 ଆରମ୍ଭ ହେବାକୁ ଆଉ ମାତ୍ର ୧୨ ଦିନ ବାକି ଥିବା ବେଳେ, ଏହି ଟୁର୍ଣ୍ଣାମେଣ୍ଟ କ୍ରିକେଟ ମହଲରେ ଆଲୋଚନାର ଏକମାତ୍ର ବିଷୟ ପାଲଟିଛି।…

ରାସ୍ତାରେ ଅଚଳ ୧୦୮ ଆମ୍ବୁଲାନ୍ସ, ପ୍ରସବ ବେଦନାରେ ଛଟପଟ ଆସନ୍ନ ପ୍ରସବା

ନନ୍ଦପୁର/ପାଡୁଆ୧୬।୩(ତୁଷାର କାନ୍ତ ମହାନ୍ତି/ଶଙ୍କର ପୂଜାରୀ): କୋରାପୁଟ ଜିଲା ନନ୍ଦପୁର ବ୍ଲକ ପାନ୍ଥଲୁଙ୍ଗ ପଞ୍ଚାୟତର ଆନ୍ଧ୍ର ସୀମାକୁ ଲାଗି ରହିଥିବା ସାରିଆପାଲି ଗାଁରେ ଜନନୀ ଯନ୍ତ୍ରଣା ଦେଖିବାକୁ ମିଳିଛି।…

ଯୁଦ୍ଧ ମଧ୍ୟରେ ଭାରତକୁ ମିଳିଗଲା ବଡ଼ ରାସ୍ତା: ମାରିନେଲା ବାଜି

ନୂଆଦିଲ୍ଲୀ,୧୬।୩: ପଶ୍ଚିମ ଏସିଆରେ ବଢ଼ୁଥିବା ଉତ୍ତେଜନା ଏବଂ ଘରୋଇ ଗ୍ୟାସ ଅଭାବ ମଧ୍ୟରେ ନୂଆଦିଲ୍ଲୀ ପରିସ୍ଥିତିକୁ ନିୟନ୍ତ୍ରଣ କରିବା ପାଇଁ ନିରନ୍ତର ପଦକ୍ଷେପ ନେଉଛି। ଏକ ଆର୍ଥିକ…

ଭିଜିଲାନ୍ସ ଜାଲରେ ଶିକ୍ଷା ବିଭାଗର ଆକାଉଣ୍ଟାଣ୍ଟ, ୬ହଜାର ଟଙ୍କା ଲାଞ୍ଚ ଦାବି….

ବରଗଡ଼,୧୬।୩(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ବରପାଲି ଗୋଷ୍ଠୀ ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟରେ କାର୍ଯ୍ୟରତ କନିଷ୍ଠ କିରାଣୀ ତଥା ଆକାଉଣ୍ଟାଣ୍ଟ ରଜନୀକାନ୍ତ କର ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ…

ପ୍ରଯୁକ୍ତିବିଦ୍ୟାର ଚମତ୍କାର! ChatGPT ବ୍ୟବହାର କରି ତିଆରି କଲେ କ୍ୟାନ୍ସର ଟିକା, ନୂଆ ଜୀବନ ପାଇଲା କୁକୁର

ନୂଆଦିଲ୍ଲୀ,୧୬ା୩: କୃତ୍ରିମ ବୁଦ୍ଧିମତ୍ତା ଆଉ କେବଳ ପ୍ରଯୁକ୍ତିବିଦ୍ୟା କ୍ଷେତ୍ରରେ ସୀମିତ ନୁହେଁ; ଏହା ବର୍ତ୍ତମାନ ଚିକିତ୍ସା ବିଜ୍ଞାନ କ୍ଷେତ୍ରରେ ମଧ୍ୟ ନୂତନ ଚମତ୍କାର ପ୍ରଦର୍ଶନ କରୁଛି ।…

ଭାଗବଣ୍ଟା ସମୟରେ ଚଢ଼ାଉ କଲା ବନ ବିଭାଗ, ବାର୍‌ହା ମାଂସ ଜବତ ସହ ଶିକାରୀଙ୍କୁ…

ପାଟଣା,୧୬ା୩(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ରେଞ୍ଜ ପୋଇପାଣି ବିଟ୍‌ କୁମୁଳାବାହାଳୀ ଗାଁ ନିକଟ ପୋଇପାଣି ଜଙ୍ଗଲରେ ରବିବାର ରାତିରେ ବନ ବିଭାଗ ଚଢାଉ କରି ବାର୍‌ହା…

ଧର୍ମଶାଳା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଆଉଟ୍‌ସୋର୍ସିଂ କର୍ମଚାରୀଙ୍କ କାର୍ଯ୍ୟବନ୍ଦ ଆନ୍ଦୋଳନ

ଧର୍ମଶାଳା,୧୬ା୩(ଶିବ ପ୍ରସାଦ ମହାନ୍ତି): ଯାଜପୁର ଜିଲା ଧର୍ମଶାଳା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଆଉଟ୍‌ସୋର୍ସିଂ କର୍ମଚାରୀମାନେ ଅଢ଼େଇ ଘଣ୍ଟା କାର୍ଯ୍ୟବନ୍ଦ କରି ଆନ୍ଦୋଳନରେ ବସିଛନ୍ତି। ସେମାନଙ୍କ ବିଭିନ୍ନ ସମସ୍ୟା ରହିଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri