ୟୁକ୍ରେନରେ ସାଇବର ଆକ୍ରମଣ ବୃଦ୍ଧି କଲା ରୁଷିଆ…

ମସ୍କୋ/କ୍ୱିଭ୍‌,୨୭।୨ : ରୁଷିଆ ଏବଂ ୟୁକ୍ରେନ ମଧ୍ୟରେ ପ୍ରବଳ ଯୁଦ୍ଧ ଜାରି ରହିଛି। ଏପରିସ୍ଥଳେ ରୁଷିଆ ୟୁକ୍ରେନରେ ସାଇବର ଯୁଦ୍ଧ ତୀବ୍ର କରିଛି। ୟୁକ୍ରେନର ବିଭିନ୍ନ ସଂସ୍ଥାର ସିଷ୍ଟମରେ ଥିବା ଗୁରୁତ୍ୱପୂର୍ଣ୍ଣ ତଥ୍ୟକୁ ସ୍ଥାୟୀଭାବେ ନଷ୍ଟ କରିବା ପାଇଁ ରୁଷିଆ ଏକ ନୂତନ ବିନାଶକାରୀ ମାଲୱେର ବ୍ୟବହାର କରୁଛି। ରୁଷିଆ ସମର୍ଥିତ ହ୍ୟାକରମାନେ ୟୁକ୍ରେନର ସରକାରୀ ୱେବସାଇଟ ଏବଂ ବ୍ୟାଙ୍କ ଉପରେ ଆକ୍ରମଣ କରିସାରିଛନ୍ତି।

ଆଇବିଏମ ସିକ୍ୟୁରିଟି ଏକ୍ସ-ଫୋର୍ସ ଦଳ ଅନୁଯାୟୀ, ସେମାନେ ୟୁକ୍ରେନ ସିଷ୍ଟମରେ ନୂତନ ଏବଂ ବିନାଶକାରୀ ’ହରମେଟିକ ଭିପର୍‌’ ମାଲୱେରର ନମୁନା ପାଇଛନ୍ତି। ଏକ ବିବୃତ୍ତିରେ ଏକ୍ସ-ଫୋର୍ସ କହିଛି ଯେ ଗତ ଦୁଇ ମାସ ମଧ୍ୟରେ ୟୁକ୍ରେନ ଏବଂ ପୂର୍ବ ୟୁରୋପର ଅନ୍ୟ ଦେଶଗୁଡ଼ିକରେ ବିଭିନ୍ନ ସଂଗଠନକୁ ଟାର୍ଗେଟ କରିଥିବା ହର୍ମେଟିକ ଭିପର୍‌ ହେଉଛି ଦ୍ୱିତୀୟ ବିନାଶକାରୀ ମାଲୱେର୍‌ ।

ୟୁକ୍ରେନର କମ୍ପ୍ୟୁଟର ଜରୁରୀକାଳୀନ ପ୍ରତିକ୍ରିୟା ଦଳ (ସିଇଆରଟି-ୟୁଏ)ଏକ ଫେସବୁକ ପୋଷ୍ଟରେ କହିଛି ଯେ ଏକ ବୃହତ ଫିଶିଂ ଅପରେଶନ କରି ୟୁକ୍ରେନ ସୈନିକଙ୍କ ବ୍ୟକ୍ତିଗତ ଆକାଉଣ୍ଟକୁ ଟାର୍ଗେଟ କରୁଛି। ଏହି କାର୍ଯ୍ୟକଳାପଗୁଡିକ ପଛରେ ୟୁଏନଓ-୧୧୫୧ ନାମକ ମିନସ୍କରେ କାର୍ଯ୍ୟ କରୁଥିବା ଏକ ଗୋଷ୍ଠୀର ହାତ ରହିଛି। ଏହାର ସଦସ୍ୟମାନେ ବେଲାରୁଷର ପ୍ରତିରକ୍ଷା ମନ୍ତ୍ରଣାଳୟର ଅଧିକାରୀ ଭାବେ କାର୍ଯ୍ୟ କରିଥାନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମୋଦିଙ୍କ ଏହି କଥା ଶୁଣି ପ୍ରବଳ ରାଗିଗଲେ ଜେଲେନସ୍କି: ସାଂଘାତିକ ଅଭିଯୋଗ ଆଣି କହିଲେ…

ନୂଆଦିଲ୍ଲୀ,୩୧।୧୨: ପ୍ରଧାନମନ୍ତ୍ରୀ ମୋଦି ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ବାସଭବନ ଉପରେ ଡ୍ରୋନ ଆକ୍ରମଣ ରିପୋର୍ଟ ଉପରେ ଚିନ୍ତା ପ୍ରକାଶ କରିଥିଲେ। ୟୁକ୍ରେନୀୟ ରାଷ୍ଟ୍ରପତି ଭୋଲୋଡିମିର...

ଶ୍ରୀମନ୍ଦିର କ୍ୟାଲେଣ୍ଡରରେ ଗୁରୁତର ତ୍ରୁଟି ! ଜଗା ସ୍ଥାନରେ ବଳିଆ

ଭୁବନେଶ୍ୱର,୩୧।୧୨: ଶ୍ରୀଜଗନ୍ନାଥ ମନ୍ଦିର କ୍ୟାଲେଣ୍ଡରରେ ଗୁରୁତର ତ୍ରୁଟି ଅଭିଯୋଗ ହୋଇଛି। ଜଗା ସ୍ଥାନରେ ବଳିଆ ଓ ବଳିଆ ଜାଗାରେ ଜଗାକୁ ନେଇ ବୁଦ୍ଧିଜୀବୀ ମହଲରେ ଅସନ୍ତୋଷ...

ନଳକୂପ ପାଖରେ ଛକି ବସିଥିଲା ଯମ: ପାଣି ଆଣିବାକୁ ଗଲାବେଳେ ଝିଲିଙ୍କ ସହ ଘଟିଲା…

ଅନୁଗୋଳ,୩୧।୧୨(ମାନସ ବିଶ୍ୱାଳ): ଅନୁଗୋଳ ବନଖଣ୍ଡ ଅନ୍ତର୍ଗତ ବନ୍ତଳା ପଞ୍ଚାୟତ ସାହାରାଗୁଡ଼ା ଗାଁ ସୁନାଭୂଇଁ ସାହିରେ ଦନ୍ତା ହାତୀ ଆକ୍ରମଣରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି। ମିଳିଥିବା...

ମହିଳାଙ୍କ ସହ ଯୌନସମ୍ପର୍କ ରଖି ଫଟୋ ଭାଇରାଲ କରିଦେଲେ ଯୁବକ: ସ୍ବାମୀ ଜାଣିବା ପରେ…

ପୁରୀ,୩୧ା୧୨(ଅଜିତ୍‌ କୁମାର ମହାନ୍ତି):ମହିଳାଙ୍କ ବିନା ସହମତିରେ ତାଙ୍କ ସହ ଯୌନସମ୍ପର୍କ ସ୍ଥାପନ କରିବା ସହ ଅଶ୍ଳୀଳ ଭିଡିଓ ସୋସିିଆଲ ମିଡିଆରେ ଭାଇରାଲ କରିବା ଅଭିଯୋଗରେ ବଳିଆପଣ୍ଡା...

୬ଦିନ ଯାଏ ସବୁ ସରକାରୀ କର୍ମଚାରୀଙ୍କ ଛୁଟି ବାତିଲ

ପୁରୀ,୩୧ା୧୨(ଅଜିତ୍‌ କୁମାର ମହାନ୍ତି):ଇଂଲିଶ ନବବର୍ଷର ପ୍ରଥମ ଦିନରେ ଶ୍ରୀକ୍ଷେତ୍ରରେ ମହାପ୍ରଭୁଙ୍କ ଦର୍ଶନ କରି ବର୍ଷ ଆରମ୍ଭ କରିବା ନିମନ୍ତେ ଶ୍ରଦ୍ଧାଳୁ ଆଶା କରିଥାନ୍ତି। ତେଣୁ ଏହିଦିନ...

ଭୟରେ ଥରହର ଅର୍ପିତା ଚୌଧୁରୀ: କଲେ ଏମିତି କାମ

କଟକ,୩୧।୧୨(କାର୍ତ୍ତିକ ସାହୁ):ଓଡ଼ିଆ ସଙ୍ଗୀତ ଜଗତର ପ୍ରତିଷ୍ଠିତ ଗାୟକ ହ୍ୟୁମାନ ସାଗର ମୃତ୍ୟୁ ମାମଲାରେ ଓଲିଉଡ ଗାୟିକା ଅର୍ପିତା ଚୌଧୁରୀ ମଙ୍ଗଳବାର ହାଇକୋର୍ଟରେ ଆଗୁଆ ଜାମିନ ଆବେଦନ...

ନୂଆବର୍ଷରେ ପ୍ରବଳ ଶୀତ: ୧୨ ଜିଲାକୁ ୟେଲୋ ଓ୍ବାର୍ନିଂ

ଭୁବନେଶ୍ୱର, ୩୧ା୧୨ (ବନ୍ଦନା ସେଠୀ):ରାଜ୍ୟରେ ଏବେ ପ୍ରବଳ ଥଣ୍ଡା ଅନୁଭୂତ ହେଉଛି। ଘନ କୁହୁଡ଼ି ସହିତ ଶୀତ ଲହରି ଜନଜୀବନକୁ ଅସ୍ତବ୍ୟସ୍ତ କରି ପକାଉଛି। ଏଥିସହିତ...

ରଙ୍ଗ ବଦଳୁଛି

ନିଶ୍ଚିତ ଭାବେ କୁହାଯାଇପାରେ, ପରିବେଶ ଓ ପରିସଂସ୍ଥାନ ବିଗିଡ଼ିଗଲେ ତାହାର ପ୍ରଭାବ ପ୍ରାଣୀ ଓ ଉଦ୍ଭିଦଜଗତ ଉପରେ ପଡ଼ିବ। ନିଜର ସ୍ବାର୍ଥ ସାଧନ ପାଇଁ ପ୍ରକୃତିର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri