ଆଇସିଜେ ରାୟକୁ ମାନିଲାନି ରୁଷିଆ

ହେଗ୍‌/ମସ୍କୋ,୧୭ା୩: ୟୁକ୍ରେନ୍‌ ଉପରେ ଆକ୍ରମଣ ତୁରନ୍ତ ବନ୍ଦ କରିବାକୁ ନେଦରଲାଣ୍ଡ୍‌ସର ହେଗ୍‌ସ୍ଥିତ ଅନ୍ତର୍ଜାତୀୟ ଅଦାଲତ (ଆଇସିଜେ) ବୁଧବାର ରୁଷିଆକୁ ନିର୍ଦ୍ଦେଶ ଦେଇଛି। କିନ୍ତୁ ମସ୍କୋ ଏହାକୁ ପ୍ରତ୍ୟାଖ୍ୟାନ କରିଛି। ଆଇସିଜେ ରାୟକୁ ରୁଷିଆ ମାନିବ ନାହିଁ ବୋଲି ଗୁରୁବାର ସ୍ପଷ୍ଟ ଶୁଣାଇଦେଇଛି। ରାୟର ଅନୁପାଳନ ପାଇଁ ଉଭୟ ରୁଷିଆ ଓ ୟୁକ୍ରେନ୍‌ ସହମତି ପ୍ରକାଶ କରିବା ଦରକାର। କିନ୍ତୁ ଏହି ମାମଲାରେ ସହମତି ପ୍ରକାଶ ପାଇବା ସମ୍ଭବ ନୁହେଁ ବୋଲି କ୍ରେମଲିନ୍‌ର ଜଣେ ମୁଖପାତ୍ର କହିଛନ୍ତି। ସୂଚନାଯୋଗ୍ୟ, ରୁଷିଆ ପୂର୍ବ ୟୁକ୍ରେନ୍‌ର ଡୋନେସ୍କ ଓ ଲୁହାନ୍‌ସ୍କରେ ଗଣହତ୍ୟା କରାଯାଉଥିବା ଦର୍ଶାଇ ଯୁଦ୍ଧର ଯଥାର୍ଥତା ପ୍ରତିପାଦିତ କରୁଥିବା ବେଳେ ନିକଟରେ କ୍ୱିଭ୍‌ର ପ୍ରତିନିଧି ଆଣ୍ଟୋନ୍‌ କୋରିନେଭିକ୍‌ ତୁରନ୍ତ ମିଲିଟାରୀ ଅପରେଶନ ବନ୍ଦ ନିର୍ଦ୍ଦେଶ ଦାବି କରି ଆଇସିଜେଙ୍କ ଦ୍ୱାରସ୍ଥ ହୋଇଥିଲେ। ଏହି ଅନ୍ତର୍ଜାତୀୟ ବିବାଦର ଶୁଣାଣି ବେଳେ ରୁଷିଆ ଆଇସିଜେ କୋର୍ଟ ବର୍ଜନ କରିଥିଲା। ଜାତିସଂଘର ୧୯୪୮ ଜେନୋସାଇଡ୍‌ କନ୍‌ଭେନଶନ୍‌ ପରିଧିରେ ୟୁକ୍ରେନ୍‌ର ନିବେଦନ ଆସୁ ନ ଥିବାରୁ ଆଇସିଜେ ଏହାର ଶୁଣାଣି କରିପାରିବେ ନାହିଁ ବୋଲି ମସ୍କୋ ଯୁକ୍ତି ବାଢ଼ିଥିଲା। ଆଇସିଜେରେ ଅଧ୍ୟକ୍ଷତା କରୁଥିବା ଆମେରିକୀୟ ବିଚାରପତି ଜୋଆନ୍‌ ଡୋନୋଗ୍‌ହୁ ବୁଧବାର ରାୟ ଶୁଣାଇବା ସମୟରେ କହିଥିଲେ, ରୁଷୀୟ ସଂଘ ଫେବୃୟାରୀ ୨୪ରେ ୟୁକ୍ରେନ୍‌ ବିରୋଧରେ ଆରମ୍ଭ କରିଥିବା ସାମରିକ ଅପରେଶନକୁ ତୁରନ୍ତ ବନ୍ଦ କରୁ। ୟୁକ୍ରେନ୍‌ରେ ମାନବୀୟ ସଙ୍କଟ ଦୂର କରିବା ଲାଗି ରୁଷିଆ ଏହାକୁ ମାନିବା ଦରକାର। ଜାତିସଂଘର ଚାର୍ଟର ଅନୁସାରେ ଆଇସିଜେ ଏହି ଅନ୍ତର୍ଜାତୀୟ ବିବାଦର ଶାନ୍ତିପୂର୍ଣ୍ଣ ସମାଧାନ ଉପରେ ଗୁରୁତ୍ୱ ଦେଇଛନ୍ତି। ଦୁଇରାଷ୍ଟ୍ର ଯୁଦ୍ଧ ଆଇନ ସମେତ ଅନ୍ୟ ଅନ୍ତର୍ଜାତୀୟ ଆଇନ ଅନୁସାରେ ନିଜ ଉତ୍ତରଦାୟିତ୍ୱ ତୁଲାଇବା ଉଚିତ ବୋଲି ପ୍ରାଇସ୍‌ କହିଛନ୍ତି। ଅନ୍ୟପକ୍ଷେ ଜାତିସଂଘର ସର୍ବୋଚ୍ଚ ଅଦାଲତ ପକ୍ଷରୁ ପ୍ରକାଶିତ ଏହି ରାୟର ଦିନକ ପରେ କ୍ରେମଲିନ୍‌ ମୁଖପାତ୍ର ଡିମିଟ୍ରି ପେସ୍‌କୋଭ୍‌ କହିଛନ୍ତି, ଏହାକୁ ଆମେ ପାଳନ କରିବୁ ନାହିଁ। ରାୟର ଅନୁପାଳନ ଲାଗି ଉଭୟ ପକ୍ଷ ରାଜି ହେବା ଦରକାର। ସଂଘର୍ଷ ବନ୍ଦ କରିବା ଲାଗି ଆଲୋଚନା ବେଳେ ମସ୍କୋର ପ୍ରତିନିଧି ଦଳ କ୍ୱିଭ୍‌ ତୁଳନାରେ ଅଧିକ ଆଗ୍ରହ ପ୍ରକାଶ କରୁଛନ୍ତି। ଅନ୍ୟପଟେ ଆଇସିଜେ ନିର୍ଦ୍ଦେଶକୁ ଆମେରିକା ସ୍ବାଗତ କରିଛି।

 


Enter your email to get our daily news in your inbox.

All Right Reserved By Dharitri.Com

IPL 2026: ଚେପକ୍‌ରେ ପଞ୍ଜାବ କିଙ୍ଗସର ଐତିହାସିକ ବିଜୟ; ଚେନ୍ନାଇକୁ ୫ ୱିକେଟରେ ହରାଇ ରଚିଲା ଇତିହାସ

ଚେନ୍ନାଇ,୩/୪ : ଆଇପିଏଲ୍ ୨୦୨୬ର ସପ୍ତମ ମ୍ୟାଚ୍‌ରେ ପଞ୍ଜାବ କିଙ୍ଗସ ଏକ ଚମତ୍କାର ପ୍ରଦର୍ଶନ କରି ଚେନ୍ନାଇ ସୁପର କିଙ୍ଗସକୁ ତା’ର ଘରୋଇ ଗ୍ରାଉଣ୍ଡ୍ ଏମ୍.ଏ. ଚିଦାମ୍ବରମ୍…

ଭୂକମ୍ପ ଝଟ୍‌କାରେ ଥରିଲା ଜମ୍ମୁ-କଶ୍ମୀରରୁ ନେଇ ଦିଲ୍ଲୀ, ଭୟରେ ଘରୁ ବାହାରକୁ ଦୌଡ଼ିଲେ ଲୋକେ…

ନୂଆଦିଲ୍ଲୀ,୩।୪: ଭାରତର ରାଜଧାନୀ ଦିଲ୍ଲୀ-ଏନ୍‌ସିଆର (Delhi-NCR), ଜମ୍ମୁ-କାଶ୍ମୀର ଏବଂ ଚଣ୍ଡିଗଡ଼ ସମେତ ଉତ୍ତର ଭାରତର ବିଭିନ୍ନ ସ୍ଥାନରେ ଶକ୍ତିଶାଳୀ ଭୂକମ୍ପ ଝଟକା ଅନୁଭୂତ ହୋଇଛି। ଜମ୍ମୁ-କାଶ୍ମୀରରେ ପରସ୍ପର…

ଇଣ୍ଡକ୍ସନରେ ରୋଷେଇ କରୁଛନ୍ତି କି? ଭୁଲରେ ବି କରନ୍ତୁ ନାହିଁ ଏହି ୫ ଜିନିଷ ରୋଷେଇ, ନଚେତ…

ନୂଆଦିଲ୍ଲୀ,୩।୪: ମଧ୍ୟପ୍ରାଚ୍ୟରେ ଜାରି ରହିଥିବା ଯୁଦ୍ଧ ପରିସ୍ଥିତିର ପ୍ରଭାବ ଏବେ ଭାରତୀୟ ରୋଷେଇ ଘର ପର୍ଯ୍ୟନ୍ତ ପହଞ୍ଚିଛି। ତୈଳ ଏବଂ ଗ୍ୟାସ ଯୋଗାଣ ବାଧାପ୍ରାପ୍ତ ହେବା ଯୋଗୁଁ…

କୁଆପଥର ବର୍ଷା: ଗଛ ଉପୁଡ଼ିବା ସହ ଉଡ଼ିଲା ଛପର

ନନ୍ଦପୁର,୩ା୪(ତୁଷାର କାନ୍ତ ମହାନ୍ତି)-କୋରାପୁଟ ଜିଲା ନନ୍ଦପୁର ବ୍ଲକ ଅଞ୍ଚଳରେ କୁଆପଥର ବର୍ଷା ପବନ ପ୍ରଭାବରେ ମାଳିବେଲଗାଁ ପଞ୍ଚାୟତ ରାସ୍ତାରେ ୨ଗଛ ଉପୁଡ଼ି ପଡ଼ିଥିବାରୁ ଯାତାୟାତ ବାଧାପ୍ରାପ୍ତ ହୋଇଛି।…

ରିଲ୍ସ ପାଇଁ ବନ୍ଧୁକ ଧରି ଯୁବକଙ୍କ ଫାଙ୍କା ଗୁଳିଚାଳନା ଭିଡିଓ ଭାଇରାଲ, ଏସ୍‌ପି କହିଲେ ତଦନ୍ତ ଚାଲିଛି

ପୁରୀ,୩ା୪(ଅଜିତ୍‌ କୁମାର ମହାନ୍ତି): ରିଲ୍ସ ପାଇଁ ଜଣେ ଯୁବକ ବନ୍ଧୁକ ଧରି ଫାଙ୍କା ଗୁଳିଚାଳନା କରୁଥିବାର ଏକ ଭିଡିଓ ଶୁକ୍ରବାର ସୋସିଆଲ ମିଡିଆରେ ଦେଖିବାକୁ ମିଳିଛି। ଏହି…

ପୋଖରୀରେ ବୁଡ଼ିଲେ ଜଣଙ୍କ ପରେ ଜଣେ …

ଦିଗପହଣ୍ଡି,୩ା୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୁଶପଡ଼ା ଗ୍ରାମ ନିକଟସ୍ଥ ଏକ ପୋଖରୀରେ ଶୁକ୍ରବାର ୩ଜଣ ମହିଳା ବୁଡି ଯାଉଥିବା ବେଳେ ସେମାନଙ୍କୁ ଉଦ୍ଧାର…

ଛେଳି ଖାଇଲା ଟମାଟୋ ଗଛ: ମାଡ଼ ଖାଇଲେ ଦମ୍ପତି, ମାମଲା ଏବେ…

ଦିଗପହଣ୍ଡି,୩।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ବାସୁଦେବପୁର ପଞ୍ଚାୟତ ବଜାପଲ୍ଲୀ ଗ୍ରାମ ନିକଟରେ ଜି.ଦୁର୍ଯ୍ୟ ରେଡ୍ଡୀଙ୍କ ଜମିରେ ଲାଗିଥିବା ଟମାଟୋ ଗଛ ଗୁଡ଼ିକୁ ଶୁକ୍ରବାର ମଧ୍ୟାହ୍ନରେ କିଛି…

ଆଦେଶ ପାଳନ କଲେ ଜିଲାପାଳ, ପିଛିଲା ତାରିଖ ପକାଇ ୨୧ ଦିନ ପରେ ଅର୍ଡର ପ୍ରେରଣ

କେନ୍ଦୁଝର/ହାଟଡିହୀ,୩l୪(ନରେଶ ଚନ୍ଦ୍ର ପଟ୍ଟନାୟକ/ଶୁଭକାନ୍ତ ନାୟକ):ଓଡ଼ିଶା ହାଇକୋର୍ଟଙ୍କ ନିର୍ଦ୍ଦେଶ ଧାର୍ଯ୍ୟ ସମୟରେ ପାଳନ ନ କରିବା ଫଳରେ ଅଦାଲତ ଅବମାନନା ମାମଲା ଦାୟର ହେବା ଏବଂ ଏ ନେଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri