ପୁଟିନଙ୍କ ଘର ଉପରେ ଏମିତି ‘ଡ୍ରୋନ୍ ଆକ୍ରମଣ’ର କରିଥିଲା ୟୁକ୍ରେନ, ଭୟଙ୍କର ଭିଡିଓ ଜାରି କଲା ରୁଷ

ନୂଆଦିଲ୍ଲୀ,୩୧।୧୨: ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ବାସଭବନକୁ ଲକ୍ଷ୍ୟ କରି ଡ୍ରୋନ୍ ମାଡ଼ କରିଛି ୟୁକ୍ରେନ। ଏହି ଖବର ପରେ ଦୁଇ ଦେଶ ମଧ୍ୟରେ ଯୁଦ୍ଧ ଭୟାଭୟତା ବଢିଯାଇଛି। ଏହି ଅଭିଯୋଗକୁ ୟୁକ୍ରେନ ପ୍ରଥମେ ଖଣ୍ଡନ କରିଦେବା ପରେ ରୁଷିଆ ଏହାର ଭିଡିଓ ଜାରି କରିଛି।

ପ୍ରତିରକ୍ଷା ମନ୍ତ୍ରଣାଳୟ ପକ୍ଷରୁ ଏକ ଭିଡିଓ ଜାରି କରାଯାଇଛି, ଯେଉଁଥିରେ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ବାସଭବନକୁ ଲକ୍ଷ୍ୟ କରି ୟୁକ୍ରେନ ପକ୍ଷରୁ ହୋଇଥିବା ଡ୍ରୋନ୍ ଆକ୍ରମଣର ଦୃଶ୍ୟ ରହିଛି। ଏହି ଘଟଣାକୁ ନେଇ ବିଶ୍ୱସ୍ତରରେ ଉତ୍ତେଜନା ପ୍ରକାଶ ପାଇଥିବା ବେଳେ ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଗଭୀର ଚିନ୍ତା ବ୍ୟକ୍ତ କରିଛନ୍ତି।

ରୁଷିଆ ବୈଦେଶିକ ମନ୍ତ୍ରୀ ସର୍ଗେଇ ଲାଭରୋଭଙ୍କ ଅନୁଯାୟୀ, ମସ୍କୋ ଏବଂ ସେଣ୍ଟ ପିଟର୍ସବର୍ଗ ମଧ୍ୟରେ ଥିବା ନୋଭଗୋରୋଡ୍ ଅଞ୍ଚଳରେ ଅବସ୍ଥିତ ପୁଟିନଙ୍କ ବାସଭବନକୁ ଟାର୍ଗେଟ କରି ପ୍ରାୟ ୯୧ଟି ଡ୍ରୋନ୍ ପଠାଯାଇଥିଲା।

କ୍ରେମଲିନ୍ ପକ୍ଷରୁ ଜାରି କରାଯାଇଥିବା ଏକ ଭିଡିଓରେ ଦେଖାଯାଇଛି ଯେ, ଖସାଇ ଦିଆଯାଇଥିବା ଏକ ଡ୍ରୋନରେ ପ୍ରାୟ ୬ କିଲୋଗ୍ରାମ ବିସ୍ଫୋରକ ରହିଥିଲା।

ଏହି ଖବର ମିଳିବା ପରେ ପ୍ରଧାନମନ୍ତ୍ରୀ ମୋଦି ସୋସିଆଲ ମିଡିଆରେ ପୋଷ୍ଟ କରି କହିଛନ୍ତି, “ରୁଷିଆ ରାଷ୍ଟ୍ରପତିଙ୍କ ବାସଭବନକୁ ଟାର୍ଗେଟ କରାଯିବା ଖବର ଶୁଣି ମୁଁ ଗଭୀର ମର୍ମାହତ। କୂଟନୈତିକ ପ୍ରୟାସ ହିଁ ଶାନ୍ତିର ଏକମାତ୍ର ପଥ।” ସେ ସମସ୍ତ ପକ୍ଷଙ୍କୁ ସଂଯମତା ରକ୍ଷା କରିବାକୁ ଅନୁରୋଧ କରିଛନ୍ତି।

ୟୁକ୍ରେନ ଏହି ସମସ୍ତ ଅଭିଯୋଗକୁ ସମ୍ପୂର୍ଣ୍ଣ ଭିତ୍ତିହୀନ ବୋଲି କହି ପ୍ରତ୍ୟାଖ୍ୟାନ କରିଛି। ୟୁକ୍ରେନ ବୈଦେଶିକ ମନ୍ତ୍ରୀ କହିଛନ୍ତି ଯେ ରୁଷିଆ ପାଖରେ କୌଣସି ବିଶ୍ୱସନୀୟ ପ୍ରମାଣ ନାହିଁ। ଭାରତ, ପାକିସ୍ତାନ ଓ ୟୁଏଇ ଭଳି ଦେଶ ଏହି ମିଥ୍ୟା ଘଟଣା ଉପରେ ଚିନ୍ତା ପ୍ରକଟ କରିଥିବାରୁ ସେ ଦୁଃଖ ପ୍ରକାଶ କରିଛନ୍ତି।

ଏହାରି ମଧ୍ୟରେ ଆମେରିକାର ପୂର୍ବତନ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ସହ ସାକ୍ଷାତ ପରେ ଜେଲେନସ୍କି କହିଛନ୍ତି ଯେ, ଶାନ୍ତି ପ୍ରକ୍ରିୟାକୁ ବାଧାପ୍ରାପ୍ତ କରିବା ଏବଂ ୟୁକ୍ରେନ ଉପରେ ଅଧିକ ଆକ୍ରମଣ ପାଇଁ ରୁଷିଆ ଏଭଳି ମିଥ୍ୟା କାହାଣୀ ରଚନା କରୁଛି।


Enter your email to get our daily news in your inbox.

All Right Reserved By Dharitri.Com

ଆମେରିକା ଗୋଟିଏ ରାତିରେ ଇରାନ୍‌କୁ କରିଦେବ ଧ୍ୱଂସ: ଚେତାବନୀ ଦେଲେ ଟ୍ରମ୍ପ, ଖୁବଶୀଘ୍ର…

ୱାଶିଂଟନ,୬/୪:ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନ୍ ଯୁଦ୍ଧକୁ ନେଇ ସୋମବାର ପୁଣି କଡ଼ା ମନ୍ତବ୍ୟ ଦେଇଛନ୍ତି। ସେ କହିଛନ୍ତି,ଆମେରିକା ମାତ୍ର ଗୋଟିଏ ରାତିରେ ସମ୍ପୂର୍ଣ୍ଣ ଇରାନ୍‌କୁ ଧ୍ୱଂସ…

ବିରୋଧୀଙ୍କୁ ଝଟ୍‌କା: CEC ଜ୍ଞାନେଶ କୁମାରଙ୍କ ବିରୋଧରେ ମହାଅଭିଯୋଗ ପ୍ରସ୍ତାବ ଖାରଜ

ନୂଆଦିଲ୍ଲୀ,୬।୪: ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କ ବିରୋଧରେ ମହାଭିଯୋଗ ପ୍ରସ୍ତାବକୁ ଖାରଜ କରାଯାଇଛି। ରାଜ୍ୟ ସଭା ଅଧ୍ୟକ୍ଷ ଏହି ପ୍ରସ୍ତାବକୁ ଖାରଜ କରିଛନ୍ତି। ବିରୋଧୀ ଦଳ…

ହାର୍‌ ମାନିଗଲେ ଟ୍ରମ୍ପ! ଶେଷରେ ଇରାନକୁ କହିଲେ ଶକ୍ତିଶାଳୀ, ଯୁଦ୍ଧ ଶେଷ କରିବା ଉପରେ ଦେଲେ ବଡ଼ ଅପଡେଟ୍‌

ଓ୍ବାଶିଂଟନ୍‌,୬।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ଯୁଦ୍ଧ ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନର ଶକ୍ତିକୁ ସ୍ବୀକାର କରିଛନ୍ତି। ଚାଲିଥିବା ଶାନ୍ତି ଆଲୋଚନା ଏବଂ ୪୮ ଘଣ୍ଟାର ଅଲ୍ଟିମେଟମ୍‌…

୯ ପୋଲିସ ଅଧିକାରୀଙ୍କୁ ଫାଶି ଦଣ୍ଡ ଶୁଣାଇଲେ କୋର୍ଟ, ଏହି ମାମଲାର ଶୁଣାଣି କରି…

ନୂଆଦିଲ୍ଲୀ,୬।୪: ତାମିଲନାଡୁର ମଦୁରାଇ ଜିଲା କୋର୍ଟ ପୋଲିସ ହେପାଜତରେ ଜଣେ ପିତା ଏବଂ ପୁଅଙ୍କ ମୃତ୍ୟୁ ମାମଲାରେ ଏକ ଗୁରୁତ୍ୱପୂର୍ଣ୍ଣ ରାୟ ଦେଇଛନ୍ତି। ସୋମବାର (୬ ଏପ୍ରିଲ,…

ଟିଏମ୍‌ସି ନା ଭାଜପା: ଏଥର ପଶ୍ଚିମବଙ୍ଗରେ କିଏ କରିବ ଶାସନ, ଚମକାଇଲା ଜନମତ ସର୍ଭେ

ନୂଆଦିଲ୍ଲୀ,୬।୪: ଚଳିତ ବର୍ଷ ଦେଶର ପାଞ୍ଚଟି ରାଜ୍ୟରେ ବିଧାନସଭା ନିର୍ବାଚନ ହେବାକୁ ଯାଉଛି। ଏଥିମଧ୍ୟରୁ ପଶ୍ଚିମବଙ୍ଗ ଏବଂ ଆସାମରେ ବିଧାନସଭା ନିର୍ବାଚନ ସମଗ୍ର ଦେଶର ଦୃଷ୍ଟି ଆକର୍ଷଣ…

ହର୍ମୁଜ ଖୋଲିବା ନେଇ ଇରାନର ସସପେନ୍ସ , ଯୁଦ୍ଧବିରତି ସର୍ତ୍ତ ଉପରେ କହିଲା-ଠିକ୍‌ ସମୟରେ…

ଓ୍ବାଶିଂଟନ୍‌୬।୪: ଇରାନ-ଆମେରିକା ବିବାଦ ମଧ୍ୟରେ, ଇରାନ ସୂଚିତ କରିଛି ଯେ ହର୍ମୁଜ ପ୍ରଣାଳୀ ଏବେ ଏହାର ନିୟନ୍ତ୍ରଣରେ ଏକ ରଣନୈତିକ ଉପକରଣ ପାଲଟିଛି। ଇରାନ ରିଭୋଲ୍ୟୁସନାରୀ ଗାର୍ଡ…

ଇରାନକୁ ଭିତିରିଆ ଶକ୍ତି ଯୋଗାଉଛନ୍ତି ଏହି ୨ ଦେଶ, ଏହି କାରଣରୁ ଶେଷ ହେଉନାହିଁ ଯୁଦ୍ଧ! ଚାଞ୍ଚଲ୍ୟକର ଖୁଲାସା

ଓ୍ବାଶିଂଟନ୍‌,୬।୪: ମଧ୍ୟପ୍ରାଚ୍ୟରେ ଆମେରିକା, ଇସ୍ରାଏଲ ଏବଂ ଇରାନ ମଧ୍ୟରେ ଯୁଦ୍ଧ ଆରମ୍ଭ ହେବାର ଏକ ମାସରୁ ଅଧିକ ସମୟ ବିତିଗଲାଣି, ତଥାପି ହର୍ମୁଜ ପ୍ରଣାଳୀ ଖୋଲିବା ନେଇ…

ପିସିଏସ ଅଧିକାରୀ ଜ୍ୟୋତି-ଆଲୋକଙ୍କ ବିବାଦରେ ନୂଆମୋଡ଼: ସ୍ତ୍ରୀ ଅଫିସର ହେବାପରେ ସଫେଇ କର୍ମଚାରୀ ସ୍ବାମୀଙ୍କୁ ଯାଇଥିଲେ ଭୁଲି, ଏବେ…

ଲକ୍ଷ୍ନୌ,୬।୪: ଉତ୍ତର ପ୍ରଦେଶର ବହୁଚର୍ଚ୍ଚିତ ପିସିଏସ ଅଧିକାରୀ ଜ୍ୟୋତି ମୌର୍ଯ୍ୟ ଏବଂ ତାଙ୍କ ସ୍ବାମୀ ଆଲୋକ ମୌର୍ଯ୍ୟ ନାମକ ଜଣେ ସଫେଇ କର୍ମଚାରୀଙ୍କ ମଧ୍ୟରେ ଦୀର୍ଘ ଦିନର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri