ଖାରଜ ହେଲା ରୁଷିଆର ଇସ୍ରାଏଲ-ହମାସ ମଧ୍ୟରେ ଯୁଦ୍ଧ ବିରତି ପ୍ରସ୍ତାବ

ଓ୍ବାଶିଂଟନ,୧୭।୧୦: ଗାଜାରେ ଚାଲିଥିବା ହିଂସା ଉପରେ ରୁଷିଆର ଯୁଦ୍ଧ ବିରତି ପ୍ରସ୍ତାବକୁ ସୋମବାର ରାତିରେ ମିଳିତ ଜାତିସଂଘ ସୁରକ୍ଷା ପରିଷଦରେ ପ୍ରତ୍ୟାଖ୍ୟାନ କରାଯାଇଛି। ସୂଚନାଯୋଗ୍ୟ, ରୁଷିଆର ପ୍ରସ୍ତାବ ଗାଜାରେ ସାଧାରଣ ନାଗରିକଙ୍କ ପ୍ରତି ହୋଇଥିବା ହିଂସାକୁ ନିନ୍ଦା କରିବା ସହ ଅସ୍ତ୍ରବିରତି ଉଲ୍ଲଂଘନ କରିବାକୁ ଦାବି କରିଛି, କିନ୍ତୁ ଏଥିରେ ହମାସ କିମ୍ବା ଇସ୍ରାଏଲର ସାଧାରଣ ନାଗରିକଙ୍କ ଉପରେ ହୋଇଥିବା ବର୍ବର ଆକ୍ରମଣ ବିଷୟରେ ଉଲ୍ଲେଖ କରାଯାଇ ନାହିଁ। ଏଭଳି ପରିସ୍ଥିତିରେ ପାଶ୍ଚାତ୍ୟ ଦେଶମାନେ ଏହି ପ୍ରସ୍ତାବକୁ ପ୍ରତ୍ୟାଖ୍ୟାନ କରିଛନ୍ତି। ୧୫ସଦସ୍ୟ ବିଶିଷ୍ଟ ସୁରକ୍ଷା ପରିଷଦରେ ଏହି ସଂକଳ୍ପ ପାରିତ କରିବାକୁ ୯ଟି ଭୋଟ ଆବଶ୍ୟକ ଥିଲା, ମାତ୍ର ୪ଟି ଦେଶ ଏହି ସଂକଳ୍ପକୁ ସମର୍ଥନ କରି ଭୋଟ ଦେଇଥିଲେ। ୪ ଦେଶ ଏହାକୁ ବିରୋଧ କରିଥିଲେ।

ରୁଷିଆର ସଂକଳ୍ପକୁ ସମର୍ଥନ କରି ଭୋଟ ଦେଇଥିବା ଦେଶଗୁଡିକ ମଧ୍ୟରେ ଚାଇନ, ସଂଯୁକ୍ତ ଆରବ ଏମିରେଟ୍ସ, ମୋଜାମ୍ବିକ ଏବଂ ଗୋବୋନ ଅନ୍ତର୍ଭୁକ୍ତ। ଏହି ପ୍ରସ୍ତାବ ବିରୋଧରେ ଭୋଟ ଦେଇଥିବା ଦେଶ ମଧ୍ୟରେ ଆମେରିକା, ବ୍ରିଟେନ, ଜାପାନ ଏବଂ ଫ୍ରାନ୍ସ ଅନ୍ତର୍ଭୁକ୍ତ। ଅନ୍ୟ ୬ଟି ଦେଶ ଭୋଟିଂରେ ଭାଗ ନେଇ ନ ଥିଲେ। ସୂଚନାଯୋଗ୍ୟ, ଇସ୍ରାଏଲ ଏବଂ ହମାସ ମଧ୍ୟରେ ଯୁଦ୍ଧ ଆରମ୍ଭ ହେବାର ପ୍ରାୟ ଦୁଇ ସପ୍ତାହ ବିତିଗଲାଣି, କିନ୍ତୁ ବର୍ତ୍ତମାନ ପର୍ଯ୍ୟନ୍ତ ମିଳିତ ଜାତିସଂଘର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ବିଶ୍ୱ ପରିଷଦ, ବିଶ୍ୱ ଶାନ୍ତି ଏବଂ ସୁରକ୍ଷା ପାଇଁ ଦାୟୀ ଥିବା ସୁରକ୍ଷା ପରିଷଦ, ଏହାକୁ ରୋକିବାରେ ବିଫଳ ହୋଇଛି। ହିଂସା ଅକ୍ଟୋବର ୭ରେ, ପାଲେଷ୍ଟାଇନ ଆତଙ୍କବାଦୀ ସଂଗଠନ ହମାସ ଇସ୍ରାଏଲ ସୀମାରେ ପ୍ରବେଶ କରି ୧୪୦୦ ଲୋକଙ୍କୁ ଅତି ନିର୍ମମ ଭାବରେ ହତ୍ୟା କରିଥିଲା। ଇସ୍ରାଏଲର ପ୍ରତିଶୋଧ ପରାୟଣ ଆକ୍ରମଣ ଯୋଗୁଁ ବର୍ତ୍ତମାନ ପର୍ଯ୍ୟନ୍ତ ଗାଜା ଷ୍ଟ୍ରିପରେ ପ୍ରାୟ ୨୭୫୦ ଲୋକ ପ୍ରାଣ ହରାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଯୋଡ଼ାରେ ବାୟୁ ପ୍ରଦୂଷଣ ଗମ୍ଭୀର ସ୍ଥିତିରେ

ଯୋଡ଼ା,୬ା୧୨(ମାନସ ମହାନ୍ତି): କେନ୍ଦୁଝର ଜିଲା ଯୋଡ଼ା ଅଞ୍ଚଳରେ ବାୟୁ ପ୍ରଦୂଷଣର ଗମ୍ଭୀର ସ୍ଥିତିରେ ରହିଛି। ଯୋଡ଼ା, ଆଖପାଖ ଅଞ୍ଚଳରେ ସବୁଜିମା, ବନାଞ୍ଚଳ ଥାଇ ମଧ୍ୟ ବାୟୁ...

୨ ଡିଗ୍ରୀ ତଳେ ଶିମିଳିପାଳ: ବନ୍ୟପ୍ରାଣୀଙ୍କ ଉପରେ ପ୍ରଭାବ

ବାରିପଦା,୬ା୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲାରେ ଶୀତର ଲହରୀ ବୃଦ୍ଧି ପାଉଛି। ଶିମିଳିପାଳରେ ପାରଦ ୨ ଡିଗ୍ରୀ ତଳକୁ ଖସିଆସିଛି। ତାପମାତ୍ରା ହ୍ରାସ ପାଇଥିବାରୁ ବନ୍ୟପ୍ରାଣୀଙ୍କ...

ଭୁବନେଶ୍ୱରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା

ଭୁବନେଶ୍ୱର,୬ା୧୨: ଆସନ୍ତା ୯ ତାରିଖରେ କଟକର ବାରବାଟୀ ଷ୍ଟାଡିୟମରେ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ପ୍ରଥମ ଟି୨୦ ମ୍ୟାଚ୍‌ ଖେଳାଯିବ। ଏନେଇ ଦୁଇ ଦଳର...

ଭାରତକୁ ୪୦,୦୦୦ ଏଲ୍‌ଏମ୍‌ଜି ଯୋଗାଇବ ଇସ୍ରାଏଲୀ କମ୍ପାନୀ

ଜେରୁଜେଲମ୍‌ ,୬ା୧୨: ଇସ୍ରାଏଲ୍‌ର ଏକ ପ୍ରମୁଖ ପ୍ରତିରକ୍ଷା କମ୍ପାନୀ ଭାରତକୁ ପ୍ରଥମ ପର୍ଯ୍ୟାୟରେ ୪୦ ହଜାର ହାଲୁକା ମେଶିନ୍‌ ଗନ୍‌ (ଏଲ୍‌ଏମ୍‌ଜି) ଯୋଗାଇବାକୁ ଯାଉଛି। ଆସନ୍ତାବର୍ଷ...

ପୁଣି ଜନନୀ ଯନ୍ତ୍ରଣା: ରାସ୍ତା ନ ଥିବାରୁ ଗାଁକୁ ଗଲାନି ଆମ୍ବୁଲାନ୍ସ, ଶେଷରେ…

ମୋହନା,୬ା୧୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକର ଢେପାଗୁଡ଼ା ପଞ୍ଚାୟତରେ ଜନନୀ ଯନ୍ତ୍ରଣା ଥମିବାରେ ନାଁ ଧରୁନି । ରାସ୍ତା ନ ଥିବାରୁ କେଉଁଠି ଭାର...

ଦୁଇ ପୁଅ ଭାଜପାରେ ମିଶିବା ପରେ ପ୍ରତିକ୍ରିୟା ରଖିଲେ ପ୍ରଫୁଲ୍ଲ, କହିଲେ ରାଜନୀତିରେ..

ଭୁବନେଶ୍ୱର,୬।୧୨: ଦୁଇ ପୁଅ ଏବଂ ଭଉଣୀ ଭାଜପାରେ ମିଶିବା ପରେ ବିଜେଡି ନେତା ପ୍ରଫୁଲ୍ଲ ସାମଲ ପ୍ରଥମ ଥର ପାଇଁ ପ୍ରତିକ୍ରିୟା ରଖିଛନ୍ତି। ପ୍ରଫୁଲ୍ଲ ପ୍ରତିକ୍ରିୟାରେ...

ଗୋଟିଏ ଜୁଇରେ ଜଳିଲା ସ୍ବାମୀ-ସ୍ତ୍ରୀଙ୍କ ମୃତଦେହ, କାନ୍ଦ ବୋବାଳିରେ ଫାଟୁଛି ଗାଁ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ମା ’ କୁରେଇଶୁଣି ମନ୍ଦିର ନିକଟରେ ଶୁକ୍ରବାର ଏକ...

ଗାଁକୁ ଫେରିବା ବେଳେ ବାଇକ୍‌କୁ ଧକ୍କାଦେଲା ବୁଲେଟ୍‌, ଚାଲିଗଲା ସଳିତା ବିକାଳିଙ୍କ ଜୀବନ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଥାନା ଖଲିଙ୍ଗି ବାସୁଦେବପୁର ଶାସନ ଗ୍ରାମର ବାସୁ ଓରଫ ଦେବେନ୍ଦ୍ର ସାହୁ(୪୫)ଙ୍କର ଶନିବାର ସନ୍ଧ୍ୟାରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri