ଖାରଜ ହେଲା ରୁଷିଆର ଇସ୍ରାଏଲ-ହମାସ ମଧ୍ୟରେ ଯୁଦ୍ଧ ବିରତି ପ୍ରସ୍ତାବ

ଓ୍ବାଶିଂଟନ,୧୭।୧୦: ଗାଜାରେ ଚାଲିଥିବା ହିଂସା ଉପରେ ରୁଷିଆର ଯୁଦ୍ଧ ବିରତି ପ୍ରସ୍ତାବକୁ ସୋମବାର ରାତିରେ ମିଳିତ ଜାତିସଂଘ ସୁରକ୍ଷା ପରିଷଦରେ ପ୍ରତ୍ୟାଖ୍ୟାନ କରାଯାଇଛି। ସୂଚନାଯୋଗ୍ୟ, ରୁଷିଆର ପ୍ରସ୍ତାବ ଗାଜାରେ ସାଧାରଣ ନାଗରିକଙ୍କ ପ୍ରତି ହୋଇଥିବା ହିଂସାକୁ ନିନ୍ଦା କରିବା ସହ ଅସ୍ତ୍ରବିରତି ଉଲ୍ଲଂଘନ କରିବାକୁ ଦାବି କରିଛି, କିନ୍ତୁ ଏଥିରେ ହମାସ କିମ୍ବା ଇସ୍ରାଏଲର ସାଧାରଣ ନାଗରିକଙ୍କ ଉପରେ ହୋଇଥିବା ବର୍ବର ଆକ୍ରମଣ ବିଷୟରେ ଉଲ୍ଲେଖ କରାଯାଇ ନାହିଁ। ଏଭଳି ପରିସ୍ଥିତିରେ ପାଶ୍ଚାତ୍ୟ ଦେଶମାନେ ଏହି ପ୍ରସ୍ତାବକୁ ପ୍ରତ୍ୟାଖ୍ୟାନ କରିଛନ୍ତି। ୧୫ସଦସ୍ୟ ବିଶିଷ୍ଟ ସୁରକ୍ଷା ପରିଷଦରେ ଏହି ସଂକଳ୍ପ ପାରିତ କରିବାକୁ ୯ଟି ଭୋଟ ଆବଶ୍ୟକ ଥିଲା, ମାତ୍ର ୪ଟି ଦେଶ ଏହି ସଂକଳ୍ପକୁ ସମର୍ଥନ କରି ଭୋଟ ଦେଇଥିଲେ। ୪ ଦେଶ ଏହାକୁ ବିରୋଧ କରିଥିଲେ।

ରୁଷିଆର ସଂକଳ୍ପକୁ ସମର୍ଥନ କରି ଭୋଟ ଦେଇଥିବା ଦେଶଗୁଡିକ ମଧ୍ୟରେ ଚାଇନ, ସଂଯୁକ୍ତ ଆରବ ଏମିରେଟ୍ସ, ମୋଜାମ୍ବିକ ଏବଂ ଗୋବୋନ ଅନ୍ତର୍ଭୁକ୍ତ। ଏହି ପ୍ରସ୍ତାବ ବିରୋଧରେ ଭୋଟ ଦେଇଥିବା ଦେଶ ମଧ୍ୟରେ ଆମେରିକା, ବ୍ରିଟେନ, ଜାପାନ ଏବଂ ଫ୍ରାନ୍ସ ଅନ୍ତର୍ଭୁକ୍ତ। ଅନ୍ୟ ୬ଟି ଦେଶ ଭୋଟିଂରେ ଭାଗ ନେଇ ନ ଥିଲେ। ସୂଚନାଯୋଗ୍ୟ, ଇସ୍ରାଏଲ ଏବଂ ହମାସ ମଧ୍ୟରେ ଯୁଦ୍ଧ ଆରମ୍ଭ ହେବାର ପ୍ରାୟ ଦୁଇ ସପ୍ତାହ ବିତିଗଲାଣି, କିନ୍ତୁ ବର୍ତ୍ତମାନ ପର୍ଯ୍ୟନ୍ତ ମିଳିତ ଜାତିସଂଘର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ବିଶ୍ୱ ପରିଷଦ, ବିଶ୍ୱ ଶାନ୍ତି ଏବଂ ସୁରକ୍ଷା ପାଇଁ ଦାୟୀ ଥିବା ସୁରକ୍ଷା ପରିଷଦ, ଏହାକୁ ରୋକିବାରେ ବିଫଳ ହୋଇଛି। ହିଂସା ଅକ୍ଟୋବର ୭ରେ, ପାଲେଷ୍ଟାଇନ ଆତଙ୍କବାଦୀ ସଂଗଠନ ହମାସ ଇସ୍ରାଏଲ ସୀମାରେ ପ୍ରବେଶ କରି ୧୪୦୦ ଲୋକଙ୍କୁ ଅତି ନିର୍ମମ ଭାବରେ ହତ୍ୟା କରିଥିଲା। ଇସ୍ରାଏଲର ପ୍ରତିଶୋଧ ପରାୟଣ ଆକ୍ରମଣ ଯୋଗୁଁ ବର୍ତ୍ତମାନ ପର୍ଯ୍ୟନ୍ତ ଗାଜା ଷ୍ଟ୍ରିପରେ ପ୍ରାୟ ୨୭୫୦ ଲୋକ ପ୍ରାଣ ହରାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନୂଆ ଟିମ୍‌ ଘୋଷଣା ପରେ ପ୍ରତିକ୍ରିୟା ରଖିଲେ ନୀତିନ ନବୀନ, କହିଲେ…

ନୂଆଦିଲ୍ଲୀ,୧୭।୮: ନୂଆ ଟିମ୍‌ ଘୋଷଣା କରିବା ପରେ ଭାଜପା ସଭାପତି ନୀତିନ ନବୀନ ପ୍ରଥମ ଥର ପାଇଁ ପ୍ରତିକ୍ରିୟା ପ୍ରକାଶ କରିଛନ୍ତି। ସଭାପତି ନବନିଯୁକ୍ତ ଭାଜପା କାର୍ଯ୍ୟକର୍ତ୍ତାଙ୍କୁ…

ପିଉସାଙ୍କୁ ହତ୍ୟା କରି ପୋଡିଦେବା ଘଟଣା: ଜମି ବିବାଦ ନା ଗୁଣି ଗାରେଡି, ୨ ଜଣଙ୍କୁ…

ଦାରିଙ୍ଗବାଡି,୧୭।୮(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ବାଡାବାଙ୍ଗା ପଞ୍ଚାୟତ ସିକନବାଡି ଗାଁରେ ଏକ ହତ୍ୟା ଘଟଣାର ପୋଲିସ ଖୁଲାସା କରିଛି। ହତ୍ୟାର ଶିକାର ହୋଇଛନ୍ତି ଉକ୍ତ…

ବ୍ରାହ୍ମଣୀରେ ଭୟଙ୍କର ବନ୍ୟା: ବିପଦ ସଙ୍କେତ ଡେଇଁ ୨୦ ଫୁଟରେ ପ୍ରବାହିତ ଜଳ, ଅଳଭା ଠାରେ ଘଳିଆ

ପଟ୍ଟାମୁଣ୍ଡାଇ,୧୭।୮ (କଳ୍ପତରୁ ନାୟକ): କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ଦେଇ ପ୍ରବାହିତ ବ୍ରାହ୍ମଣୀ ନଦୀରେ ବନ୍ୟା ପରିସ୍ଥିତି ଅତ୍ୟନ୍ତ ଗମ୍ଭୀର ରୂପ ଧାରଣ କରିଛି। ବ୍ରାହ୍ମଣୀ ନଦୀର ବିପଦ…

ନୂଆ ଟିମ୍ ଘୋଷଣା କଲେ ନୀତିନ ନବୀନ; କିଏ ଏହି ଦୀପକ ମହସ୍କେ, ଯାହାଙ୍କୁ ମିଳିଲା ବଡ଼ ଦାୟିତ୍ବ

ନୂଆଦିଲ୍ଲୀ,୧୭।୮: ନୀତିନ ନବୀନ ତାଙ୍କ ନୂଆ ଟିମ୍‌ ଘୋଷଣା କରିଛନ୍ତି । ଏଥିରେ ସବୁଠାରୁ ବଡ଼ ଚର୍ଚ୍ଚାର ବିଷୟ ହୋଇଛି ଦଳର ଆଇଟି ସେଲ୍‌ ମୁଖ୍ୟ ପଦରେ…

ପବିତ୍ର ଶ୍ରାବଣ ସୋମବାରକୁ ସଂକ୍ରାନ୍ତି ସଂଯୋଗ: ବିଭିନ୍ନ ମନ୍ଦିରରେ କାଉଡ଼ିଆଙ୍କ ପାଇଁ….

କଲ୍ୟାଣସିଂହପୁର, ୧୭।୮ (ଦୀପକ କୁମାର ପରିଡ଼ା): ପବିତ୍ର ଶ୍ରାବଣ ମାସର ତୃତୀୟ ସୋମବାର ତଥା ସିଂହ ସଂକ୍ରାନ୍ତି ଅବସରରେ କଲ୍ୟାଣସିଂହପୁର ବ୍ଲକର ବିଭିନ୍ନ ପ୍ରମୁଖ ଶୈବପୀଠ ଓ…

ବନ୍ୟାପାଣିରେ ଭାସିଯାଇଥିଲେ ଯୁବକ, ୪ଦିନ ପରେ ମୃତଦେହ ଉଦ୍ଧାର

ଧାମନଗର,୧୭।୮(ଦେବେନ୍ଦ୍ର ଆନ୍ଦିଆ): ଧାମନଗର ବ୍ଲକ ଦିହୁଡ଼ି-ଆନନ୍ଦପୁର ପଞ୍ଚାୟତ ପାହଡ଼ପୁର ଯେନାସାହି ଗ୍ରାମର ଗଣେଶ ଜେନା (୫୨)ଙ୍କ ମୃତଦେହ ଉଦ୍ଧାର କରାଯାଇଛି । ନିଖୋଜର ୪ଦିନ ପରେ ଜଙ୍ଗଲରୁ…

ଭାଜପାରେ ବଡ଼ ଅଦଳବଦଳ: ସ୍ମୃତି-ବସୁନ୍ଧରାଙ୍କୁ ବଡ଼ ଦାୟିତ୍ୱ

ନୂଆଦିଲ୍ଲୀ,୧୭।୮: ସଭାପତି ନୀତିନ ନବୀନ ନୂଆ ଟିମ୍‌ ଘୋଷଣା କରିଛନ୍ତି। ସ୍ମୃତି ଇରାନୀଙ୍କୁ ସାଧାରଣ ସମ୍ପାଦକ ଏବଂ ବସୁନ୍ଧରା ରାଜେଙ୍କୁ ଉପାଧ୍ୟକ୍ଷ ଭାବେ ନିଯୁକ୍ତ କରାଯାଇଛି। ୧୬…

ଆଜି ବୁଧ-ଶନିଙ୍କ ନବପଞ୍ଚମ ଯୋଗ, ମିଥୁନ ସମେତ ଏହି ୪ ରାଶିର କ୍ୟାରିୟରରେ ଆସିବ ବଡ଼ ସଫଳତା, ବ୍ୟବସାୟରେ…

ନବପଞ୍ଚମ ଦୃଷ୍ଟି ଯୋଗ ଦୁଇଟି ଗ୍ରହ ପରସ୍ପରଠାରୁ ୫ମ ଏବଂ ୯ମ ଭାବରେ ଅବସ୍ଥିତ ହେଲେ ଗଠିତ ହୁଏ। ଏହି ଯୋଗ ଗଠନ ହେବା ଫଳରେ ଭାଗ୍ୟଶାଳୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri