ସାହାଯ୍ୟ କଲେ ଭୟଙ୍କର ପରିଣତି ଭୋଗିବ ଚାଇନା: ଆମେରିକା

ମସ୍କୋ, ୧୪ା୩: ୟୁକ୍ରେନ୍‌ ବିରୋଧରେ ଲଢ଼େଇ ପାଇଁ ରୁଷିଆ ଚାଇନାକୁ ସେନା ସହାୟତା ମାଗିଥିବା ନେଇ ଆମେରିକା ଅଭିଯୋଗ ଆଣିଛି। ସୋମବାର ରୋମରେ ଆମେରିକା ଓ ଚାଇନା ପ୍ରତିନିଧିଙ୍କ ମଧ୍ୟରେ ଆଲୋଚନା ପୂର୍ବରୁ ଓ୍ବାଶିଂଟନ୍‌ ଅଧିକାରୀଙ୍କ ଏଭଳି ଦାବି ବିଶ୍ୱ ସମୁଦାୟ ପାଇଁ ଚିନ୍ତାର କାରଣ ପାଲଟିଛି। ରୁଷିଆକୁ ଚାଇନା ଏପରି ସହାୟତା ନ ଦେବାକୁ ଆମେରିକା ଜାତୀୟ ସୁରକ୍ଷା ପରାମର୍ଶଦାତା ଜାକେ ସୁଲିଭାନ୍‌ ପରାମର୍ଶ ଦେଇଛନ୍ତି। ଏପରି କଲେ ଚାଇନା ବୈଶ୍ୱିକ ସ୍ତରରେ କଠୋର କଟକଣାର ସମ୍ମୁଖୀନ ହେବ ବୋଲି ସେ ଚେତାବନୀ ଦେଇଛନ୍ତି। ଏଭଳି କାମକୁ କେବେ ପ୍ରଶୟ ଦିଆଯାଇପାରିବ ନାହିଁ ବୋଲି ସୁଲିଭାନ୍‌ କହିଛନ୍ତି। ଆମେରିକାର ଏହି ଅଭିଯୋଗକୁ ଚାଇନା ଖଣ୍ଡନ କରିଛି। ଓ୍ବାଶିଂଟନ୍‌ ପକ୍ଷରୁ ଭୁଲ ତଥ୍ୟ ପ୍ରଚାର କରାଯାଉଥିବା ଆମେରିକାରେ ଥିବା ଚାଇନା ରାଷ୍ଟ୍ରଦୂତ ଲିୟୁ ପେଙ୍ଗ୍ୟୁ କହିଛନ୍ତି। ସେହିପରି ନିଜ ଲକ୍ଷ୍ୟ ହାସଲ ନିମନ୍ତେ ରୁଷିଆ ପାଖରେ ଯଥେଷ୍ଟ ମିଲିଟାରୀ ସାମଗ୍ରୀ ରହିଛି ଏବଂ ଚାଇନାକୁ କୌଣସି ପ୍ରକାର ସେନା ସହାୟତା ମଗାଯାଇ ନ ଥିବା କ୍ରେମ୍‌ଲିନ୍‌ ପକ୍ଷରୁ କୁହାଯାଇଛି। ଅପରପକ୍ଷେ ୟୁକ୍ରେନ୍‌ ପ୍ରସଙ୍ଗରେ ସୁଲିଭାନ୍‌ ଏବଂ ଚାଇନାର ପ୍ରମୁଖ କୂଟନୀତିଜ୍ଞ ୟାଙ୍ଗ୍‌ ଜିଏଚିଙ୍କ ମଧ୍ୟରେ ରୋମ୍‌ରେ ଆଲୋଚନା ହୋଇଛି। ୟୁକ୍ରେନ୍‌ ଉପରେ ରୁଷିଆର ଆକ୍ରମଣକୁ ଚାଇନା ଏପର୍ଯ୍ୟନ୍ତ ନିନ୍ଦା ନ କରି ନୀରବ ରହିଛି। ଏପରିକି ମସ୍କୋର ଆକ୍ରମଣ ସମ୍ପର୍କରେ ପୂର୍ବରୁ ଚାଇନା ଅବଗତ ଥିଲା ବୋଲି ଆମେରିକାର ଜୋ ବାଇଡେନ୍‌ଙ୍କ ପ୍ରଶାସନ ଦାବି କରୁଛି। ସୂଚନା ମୁତାବକ, ୟୁକ୍ରେନ୍‌ ଆକ୍ରମଣ ପରେ ବେଜିଂ ମସ୍କୋକୁ କୂଟନୈତିକ ସମର୍ଥନ ଜଣାଇଛି। ହେଲେ ଚାଇନା ମଧ୍ୟ ରୁଷିଆ ଉପରେ କଟକଣା ଲଗାଉ ବୋଲି ଆମେରିକା ଓ ଏହାର ସହଯୋଗୀ ରାଷ୍ଟ୍ର ବେଜିଂ ଉପରେ ଚାପ ପକାଉଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆଜି ଯନ୍ତରମନ୍ତର ଘେରାଉ ପାଇଁ ସିଜେପିର ଆହ୍ୱାନ

ନୂଆଦିଲ୍ଲୀ, ୧୧ା୧୦ (ପି.ଟି.): ଭୋଟର ତାଲିକାର ସ୍ୱତନ୍ତ୍ର ସଘନ ସଂଶୋଧନ (ଏସ୍‌ଆଇଆର୍‌)ରେ ବ୍ୟାପକ ଅନିୟମିତତା ଏବଂ ୧୩ କୋଟି ଭୋଟରଙ୍କ ନଁା କାଟିବା ଅଭିଯୋଗରେ ମୁଖ୍ୟ ନିର୍ୱାଚନ…

ସିସେଲ୍ସରେ ମଣିଷକୁ ଟପିଲେଣି କଇଁଛ

ଭିକ୍ଟୋରିଆ,୧୧ା୧୦: ଦିନେ ବିଲୁପ୍ତ ହେବାକୁ ବସିଥିବା ଆଲଡାବ୍ରା କଇଁଛଙ୍କ ସଂଖ୍ୟା ବର୍ତ୍ତମାନ ମଣିଷଙ୍କୁ ମଧ୍ୟ ଟପିଗଲାଣି। ବ୍ୟାପକ ଶୋଷଣ ଏବଂ ଅତ୍ୟଧିକ ଶିକାର ଯୋଗୁଁ ଆଲଡାବ୍ରାର କଇଁଛ…

ସିଇସି ଜ୍ଞାନେଶ ହଟାଅ ଦାବିରେ ସିଜେପିର ବିକ୍ଷୋଭ: ଦିଲ୍ଲୀରେ ୭ ହଜାରରୁ ଊର୍ଦ୍ଧ୍ୱ ଅଟକ

ନୂଆଦିଲ୍ଲୀ, ୧୧ା୧୦ (ପି.ଟି.): ମୁମ୍ୱାଇରୁ ବିମାନ ଯୋଗେ ଦିଲ୍ଲୀ ପହଞ୍ଚିବା ପରେ ସିଜେପି ପ୍ରତିଷ୍ଠାତା ଅଭିଜିତ୍‌ ଦୀପ୍‌କେ, ପ୍ରବକ୍ତା ସୌରଭ ଦାସ ଏବଂ ଆଶୁତୋଷ ରାଙ୍କାଙ୍କୁ ଇନ୍ଦିରା…

ଦିଲ୍ଲୀ ହାଇକୋର୍ଟରେ ହାଜର ହେବେ ଅମିତାଭ, ବଢ଼ିଲା ଚର୍ଚ୍ଚା…

ନୂଆଦିଲ୍ଲୀ: ବଲିଉଡ଼ର ମହାନାୟକ ଅମିତାଭ ବଚ୍ଚନ ନିଜର ନାମ, ଫଟୋ ଏବଂ କଣ୍ଠସ୍ୱରର ଅନଧିକୃତ ବ୍ୟବହାରକୁ ରୋକିବା ପାଇଁ ଦୀର୍ଘ ଦିନ ହେବ ଆଇନଗତ ଲଢ଼େଇ ଜାରି…

ମୁମ୍ବାଇ ପୋଲିସ ଦ୍ୱାରା ବଲିଉଡ୍ ଅଭିନେତା ଇମ୍ରାନ୍ ଅଟକ; ଭିଡିଓ ଭାଇରାଲ୍

ମୁମ୍ବାଇ: ବଲିଉଡ୍ ଅଭିନେତା ଇମ୍ରାନ୍ ଖାନ୍‌ଙ୍କୁ ଶନିବାର ମୁମ୍ବାଇ ପୋଲିସ ହେପାଜତକୁ ନେଇଛି। ମୁଖ୍ୟ ନିର୍ବାଚନ ଆୟୋଗ (CEC) ଜ୍ଞାନେଶ କୁମାରଙ୍କ ବିରୋଧରେ ଦିଲ୍ଲୀରେ ହେବାକୁ ଥିବା…

ଫେରୁଛି ମୌସୁମୀ: କାଲି ଗୁଳୁଗୁଳି ସହ ଝଡ଼ବର୍ଷା ନେଇ ୧୩ ଜିଲାକୁ ଓ୍ବାର୍ନିଂ, ଉପକୂଳ ଜିଲାରେ…

ଭୁବନେଶ୍ୱର, ୧୦ା୧୦(ବନ୍ଦନା ସେଠୀ) – ରାଜ୍ୟରେ ଏବେ ମୌସୁମୀ ଫେରିବା ପ୍ରକ୍ରିୟା ଜାରି ରହିଥିବାବେଳେ ଓଡ଼ିଶା ଦେଇ ଏକ ଟ୍ରଫ୍‌ ଲାଇନ୍‌ (ମୌସୁମୀ ରେଖା) ବଙ୍ଗୋପସାଗର ପର୍ଯ୍ୟନ୍ତ…

ବଲାଙ୍ଗୀର ପାଇଁ ଗର୍ବ: କର୍ଣ୍ଣେଲ ସି.କେ. ନାଇଡୁ ଟ୍ରଫି ପାଇଁ ଓଡ଼ିଶା ଅଣ୍ଡର-୨୩ ଦଳରେ ସ୍ଥାନ ପାଇଲେ ଓମକାର ମହାନ୍ତି

ବଲାଙ୍ଗୀର,୧୦ା୧୦(ସୁନିଲ କୁମାର ମହାନ୍ତି) : ବଲାଙ୍ଗୀରର ଯୁବ କ୍ରିକେଟ ଖେଳାଳି ଓମକାର ମହାନ୍ତି କର୍ଣ୍ଣେଲ ସି.କେ. ନାଇଡୁ ଟ୍ରଫି ପାଇଁ ଓଡ଼ିଶାର ୨୩ ବର୍ଷରୁ କମ୍ ବାଳକ…

ମୃତ୍ୟୁର ଏକ ମାସ ପରେ ହତ୍ୟା ଅଭିଯୋଗ: ମାଟିତଳୁ ଗଳିତ ମୃତଦେହ ଉଦ୍ଧାର କଲା ସୋହେଲା ପୋଲିସ, ୩ ଗିରଫ

ସୋହେଲା,୧୦ା୧୦ (ଅଶ୍ୱିନୀ କୁମାର ପାତ୍ର): ବରଗଡ଼ ଜିଲା ସୋହେଲା ଥାନା ଅନ୍ତର୍ଗତ ପାଣ୍ଡକିପାଲି ଗ୍ରାମରେ ଜଣେ ଶ୍ରମିକଙ୍କ ମୃତ୍ୟୁର ଠିକ୍‌ ଏକ ମାସ ପରେ ଏକ ସାଂଘାତିକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?