ପୁଣି ଥରେ କିଭ୍‌କୁ ଟାର୍ଗେଟ୍‌ କଲା ରୁଷିଆ, ଗୋଟିଏ ପରେ ଗୋଟିଏ କରୁଛି କ୍ଷେପଣାସ୍ତ୍ର ମାଡ଼

କିଭ୍‌,୧୧ା୧୧: ରୁଷିଆ-ୟୁକ୍ରେନ ମଧ୍ୟରେ ଦୀର୍ଘଦିନ ଧରି ଚାଲିଥିବା ଯୁଦ୍ଧରୁ କେହି ଓହରିବାକୁ ରାଜି ନୁହନ୍ତି। ଉଭୟପକ୍ଷ ପରସ୍ପର ଉପରେ ଆକ୍ରମଣ ପ୍ରତି ଆକ୍ରମଣ କରୁଛନ୍ତି। ଏହି ସମୟରେ ସ୍ଥାନୀୟ ଅଧିକାରୀମାନେ ଶନିବାର କହିଛନ୍ତି, ସାରା ଦେଶରେ ରାତାରାତି ବୋମା ବିସ୍ଫୋରଣର ଅଂଶ ଭାବରେ ରୁଷିଆର ସୈନ୍ୟବାହିନୀ ୟୁକ୍ରେନର ରାଜଧାନୀ କିଭ୍‌କୁ ଟାର୍ଗେଟ କରିଥିବା ବେଳେ ରୁଷିଆର ଅଧିକାରୀ ୟୁକ୍ରେନ ସୈନ୍ୟମାନଙ୍କୁ ଡ୍ରୋନ ଆକ୍ରମଣ କରିଛନ୍ତି। ସେମାନେ ମସ୍କୋର ଆଖପାଖ ଅଞ୍ଚଳ ଏବଂ ସ୍ମୋଲେନ୍‌ସ୍କ ଅଞ୍ଚଳକୁ ଟାର୍ଗେଟ କରିଛନ୍ତି।

କିଭ୍‌ର ସାମରିକ ପ୍ରଶାସନର ମୁଖ୍ୟ ସେରହି ପୋପ୍‌କୋ କହିଛନ୍ତି, ୟୁକ୍ରେନ ରାଜଧାନୀ ନିକଟରେ ପହଞ୍ଚିବା ମାତ୍ରେ ଏକ କ୍ଷେପଣାସ୍ତ୍ର ନିକ୍ଷେପ କରାଯାଇଥିଲା। ଏହି ସମୟ ମଧ୍ୟରେ କେହି ମୃତାହତ ହୋଇନାହାନ୍ତି ବୋଲି ସେ କହିଛନ୍ତି। ପରେ ୟୁକ୍ରେନ ବାୟୁସେନା ନିଶ୍ଚିତ କରିଥିଲା ଯେ, ଏହି ଆକ୍ରମଣରେ ଇସ୍କାଣ୍ଡର-ଏମ୍‌ ବାଲିଷ୍ଟିକ କ୍ଷେପଣାସ୍ତ୍ର ବ୍ୟବହାର କରାଯାଇଛି। ଯାହା କି ଦୁଇ ମାସ ମଧ୍ୟରେ କିଭ୍‌ ଉପରେ ପ୍ରଥମ କ୍ଷେପଣାସ୍ତ୍ର ଆକ୍ରମଣ କରିଥିଲା। ଦେଶର ବାୟୁ ସେନା ଦ୍ୱାରା ଏହି କ୍ଷେପଣାସ୍ତ୍ର ନଷ୍ଟ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

IPL ୨୦୨୬ରୁ ବାଦ୍‌ ପଡ଼ିଲେ ହର୍ଷିତ ରାଣା, ତଥାପି ମିଳିବ ୪ କୋଟି; କାରଣ ଜାଣିଲେ… 

ନୂଆଦିଲ୍ଲୀ,୧୩।୩: ଆଇପିଏଲ୍‌ ୨୦୨୬ ଆରମ୍ଭ ହେବା ପୂର୍ବରୁ କୋଲକାତା ନାଇଟ୍‌ ରାଇଡର୍ସ (KKR)କୁ ଶକ୍ତ ଧକ୍କା ଲାଗିଛି। ଦଳର ତାରକା ଦ୍ରୁତ ବୋଲର ହର୍ଷିତ ରାଣା ଆହତ…

ଚାଷୀଙ୍କ ପାଇଁ ବଡ଼ ଖୁସିଖବର, ପିଏମ୍‌ କିଷାନର ୨୨ତମ କିସ୍ତି ଜାରି, ଆପଣଙ୍କ ଆକାଉଣ୍ଟକୁ ଆସି ନ ଥିଲେ…

ନୂଆଦିଲ୍ଲୀ,୧୩।୩:  କେନ୍ଦ୍ର ସରକାରଙ୍କ ମହତ୍ତ୍ୱାକାଂକ୍ଷୀ ‘ପ୍ରଧାନମନ୍ତ୍ରୀ କିଷାନ ସମ୍ମାନ ନିଧି’ (PM-KISAN) ଯୋଜନା ଅଧୀନରେ ଦେଶର କୋଟି କୋଟି ଚାଷୀଙ୍କୁ ବଡ଼ ଆଶ୍ୱସ୍ତି ମିଳିଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର…

‘ହୋର୍ମୁଜ ଷ୍ଟ୍ରେଟ୍‌’ରେ ଭାରତର ଦବଦବା! ଇରାନ ରାଷ୍ଟ୍ରଦୂତ ଦେଲେ ବଡ଼ ସଂକେତ, କିଛି ସମୟରେ ବଡ଼ ଘୋଷଣା…  

ନୂଆଦିଲ୍ଲୀ,୧୩।୩: ଇରାନ, ଆମେରିକା ଏବଂ ଇସ୍ରାଏଲ ମଧ୍ୟରେ ବଢୁଥିବା ଯୁଦ୍ଧ ପରିସ୍ଥିତି ମଧ୍ୟରେ ଭାରତ ପାଇଁ ଏକ ଆଶ୍ୱସ୍ତିକର ଖବର ସାମ୍ନାକୁ ଆସିଛି। ପାରସ୍ୟ ଉପସାଗରରେ ଜାରି…

ଆମେରିକାର ବଡ଼ ଦାବି: ଇରାନର ନୂଆ ସର୍ବୋଚ୍ଚ ନେତା ମୋଜତାବା ଗୁରୁତର ଆହତ

ୱାଶିଂଟନ୍‌,୧୩।୩: ଆମେରିକାର ପ୍ରତିରକ୍ଷା ସଚିବ ପିଟ୍‌ ହେଗସେଠ୍‌ ଏକ ବଡ଼ ଦାବି କରିଛନ୍ତି। ଇରାନର ନୂଆ ସୁପ୍ରିମ ଲିଡର ମୋଜତାବା ଖାମନେଇ ଗୁରୁତର ଆହତ ହୋଇଥିବା ଏକ…

ଗର୍ଭବତୀ ଅଛନ୍ତି କି ନୀନା ଗୁପ୍ତା: ନିଜେ ମୁହଁ ଖୋଲିଲେ

ବଲିଉଡ ଅଭିନେତ୍ରୀ ନୀନା ଗୁପ୍ତା ଆଜିକାଲି ଚର୍ଚ୍ଚାରେ ଅଛନ୍ତି। କିଏ କିଏ କହୁଛନ୍ତି ସେ କୁଆଡ଼େ ଗର୍ଭବତୀ ଅଛନ୍ତି। ଏସବୁ ଚର୍ଚ୍ଚା ମଧ୍ୟରେ ନୀନା ମୁହଁ ଖୋଲିଛନ୍ତି।…

ରାଗ କେମିତି ନିୟନ୍ତ୍ରଣ କରିବି ଜାଣିପାରୁନାହିଁ…ସଂସଦରେ ଭାବପ୍ରବଣ ହୋଇପଡ଼ିଲେ ଅର୍ଥମନ୍ତ୍ରୀ

ନୂଆଦିଲ୍ଲୀ,୧୩।୩: ସଂସଦର ଉଭୟ ଗୃହରେ ବିରୋଧୀଙ୍କ ହଟ୍ଟଗୋଳ ଜାରି ରହିଛି। ଆଜି ଲୋକ ସଭାର ଦୃଶ୍ୟ ଅତ୍ୟନ୍ତ ଉତ୍ତେଜନାପୂର୍ଣ୍ଣ ଥିଲା। ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ Supplementary Demands…

ନ୍ୟାୟ ଦାବିରେ ଉତ୍ତ୍ୟକ୍ତ ଲୋକଙ୍କ ଉନ୍ମତ୍ତକାଣ୍ଡ: ତହସିଲଦାରଙ୍କ ଗାଡ଼ି ଭାଙ୍ଗିଲେ, ପୋଲିସକୁ ମରଣାନ୍ତକ ଆକ୍ରମଣ

ବାରିପଦା,୧୩ା୩(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବହଳଦା ଥାନା ଅଞ୍ଚଳରେ ଜଣେ ନାବାଳିକାକୁ ଅସଦାଚରଣକୁ ନେଇ ଅଭାବନୀୟ ଘଟଣା ଘଟିଛି। ଅଞ୍ଚଳବାସୀ ନ୍ୟାୟ ଦାବିରେ ଜାତୀୟ ରାଜପଥ…

ଆତ୍ମସମର୍ପଣ କରିବ ଇରାନ: ରାଷ୍ଟ୍ରପତି ଟ୍ରମ୍ପଙ୍କ ସାହସିକ ଦାବି

ଓ୍ବାଶିଂଟନ୍‌,୧୩।୩:ଆମେରିକୀୟ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ G7 ନେତାଙ୍କ ସହ ଏକ ଭର୍ଚୁଆଲ ବୈଠକ କରିଛନ୍ତି। ଏହି ବୈଠକ ସମୟରେ ଇରାନ ଏବେ ଆତ୍ମସମର୍ପଣ କରିବାକୁ ଯାଉଛି। ଇରାନର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri