ରୁଷିଆ ପ୍ରସ୍ତୁତ କରିବ ନୂତନ ସୁରକ୍ଷା ପ୍ରଣାଳୀ, ମସ୍କୋକୁ ଅସ୍ଥିର କରିବା ଯୋଜନା ହେବ ବିଫଳ: ପୁଟିନ…

ମସ୍କୋ,୩।୬ : ରୁଷିଆର ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ କହିଛନ୍ତି କେତେକ ମାନସିକ ରୋଗୀ ଦେଶକୁ ଅସ୍ଥିର କରିବାକୁ ଚାହୁଁଛନ୍ତି, କିନ୍ତୁ ଆମେ ସେମାନଙ୍କ ଯୋଜନା ସଫଳ ହେବାକୁ ଦେବୁ ନାହିଁ। ଖୁବଶୀଘ୍ର ଏନେଇ ନୂତନ ସୁରକ୍ଷା ପ୍ରଣାଳୀ ପ୍ରସ୍ତୁତ କରାଯିବ। ତାଙ୍କ କ୍ୟାବିନେଟର ସଦସ୍ୟମାନଙ୍କୁ ସମ୍ବୋଧିତ କରି ପୁଟିନ କହିଛନ୍ତି କୌଣସି ପରିସ୍ଥିତିରେ ଆମକୁ ଦେଶକୁ କୁଚକ୍ରିଙ୍କ ଚକ୍ରାନ୍ତରୁ ରକ୍ଷା କରିବାକୁ ପଡିବ।

ସୁରକ୍ଷା ପରିଷଦ ଖୁବ ଶୀଘ୍ର ସମଗ୍ର ଘଟଣା ଉପରେ ବିଚାର କରିବ ଏବଂ ସୁରକ୍ଷା ସମ୍ବନ୍ଧୀୟ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେବ। ରୁଷିଆ ସେନା ଶୁକ୍ରବାର ୟୁକ୍ରେନର ରାଜଧାନୀ କିଭ ଉପରେ ପୁଣିଥରେ ଏୟାର ଷ୍ଟ୍ରାଇକ କରିଥିଲା। ୟୁକ୍ରେନର ବାୟୁ ପ୍ରତିରକ୍ଷା ପ୍ରଣାଳୀ ରୁଷିଆର ୩୦ ଟି କ୍ରୁଜ କ୍ଷେପଣାସ୍ତ୍ର ଏବଂ ଡ୍ରୋନ ଗୁଳି ଚଳାଇଥିବା ଦାବି କରିଛି।

କିଛି କ୍ଷେପଣାସ୍ତ୍ର-ଡ୍ରୋନ ଟାର୍ଗେଟକୁ ଧକ୍କା ଦେବାରୁ ରୋକିଥିବା ବୋଲି କୁହାଯାଉଛି। ଗତ ୬ ଦିନ ମଧ୍ୟରେ କିଭରେ ଏହା ରୁଷିଆର ଷଷ୍ଠ ଆକ୍ରମଣ ଥିଲା। ଏହି ସମୟରେ ରୁଷିଆ କହିଛି ଏହାର ସୀମାବର୍ତ୍ତୀ ଅଞ୍ଚଳ ବେଲଗୋରୋଡରେ ୟୁକ୍ରେନ ଗୁଳିରେ ଦୁଇ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ଦୁଇ ଜଣ ଆହତ ହୋଇଛନ୍ତି। ରୁଷିଆର ଅଧିକୃତ ୟୁକ୍ରେନ ବନ୍ଦର ସହର ବର୍ଡିଆନସ୍କରେ ୟୁକ୍ରେନ ସେନାର ଗୁଳି ବିନିମୟ ହେବାର ଖବର ରହିଛି। ଏହି ଗୁଳି ବିନିମୟରେ ୯ ଜଣ ଆହତ ହୋଇଛନ୍ତି, କିଛି ଘର ମଧ୍ୟ କ୍ଷତିଗ୍ରସ୍ତ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ସରକାରଙ୍କ ବିରୋଧରେ ଗର୍ଜିଲା କଂଗ୍ରେସ

ବଞ୍ଚୋ,୨୮ା୩(ପ୍ରଦୋଷ କୁମାର ବିଶ୍ୱାଳ): କେନ୍ଦୁଝର ଜିଲାର ଆନନ୍ଦପୁର ଉପଖଣ୍ଡ ହାଟଡିହୀ ବ୍ଲକ ଅନ୍ତର୍ଗତ ମରେଇଗାଁ ପଡ଼ିଆରେ କଂଗ୍ରେସ ଦଳର ଡାକରାରେ ଏକ ବିଶାଳ ଜନସମାବେଶ ଅନୁଷ୍ଠିତ ହୋଇଯାଇଛି।…

୧୦ ମାସ ତଳେ ବିବାହ କରିଥିଲେ ଅନୁପମା, ବେକରେ ଦାଗ ଦେଖି ବାପଘର ଲୋକେ ଆଣିଲେ ହତ୍ୟା ଅଭିଯୋଗ

ବଲାଙ୍ଗୀର,୨୮ା୩(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ତୁଷୁରା ଥାନା ମହିପୁର ଗାଁରେ ଜଣେ ନବବଧୂକୁ ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି। ୧୦ ମାସ ତଳେ ବାହା ହୋଇଥିବା…

ନିର୍ଦ୍ୱନ୍ଦ୍ୱରେ ନିର୍ବାଚିତ ହେଲେ ହିମାଂଶୁ-ଦେବେନ୍ଦ୍ର, କାର୍ଯ୍ୟଭାର ନେବା ପରେ…

ବରପାଲି,୨୮ା୩(ଚିତ୍ତରଞ୍ଜନ ସାହୁ): ଶନିବାର ବରପାଲି ଓକିଲ ସଂଘର ନୂତନ କର୍ମକର୍ତ୍ତା ନିର୍ଦ୍ୱନ୍ଦ୍ୱରେ ନିର୍ବାଚିତ ହୋଇଛନ୍ତି। ଚଳିତ ବର୍ଷ ପାଇଁ ସଭାପତି ହିମାଂଶୁ ଶେଖର ସାହୁ ଓ ସମ୍ପାଦକ…

ବାଣଫୁଟାଇ ମିଠାଖୁଆଇ ବିଜୟ ଉତ୍ସବ ପାଳିଲେ ପ୍ରକାଶ-ରବୀନ୍ଦ୍ର

ପୁରୁଷୋତ୍ତମପୁର,୨୮ା୩(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଓକିଲ ସଂଘ ନିର୍ବାଚନ ଶାନ୍ତିଶୃଙ୍ଖଳାର ସହ ଶେଷ ହୋଇଛି। ଏଥିରେ ସଭାପତି ଭାବେ ପ୍ରକାଶ ଚନ୍ଦ୍ର ତ୍ରିପାଠୀ ତାଙ୍କ ପ୍ରତିଦ୍ୱନ୍ଦ୍ୱୀ…

ମଧ୍ୟପ୍ରାଚ୍ୟରେ ଅଶାନ୍ତି ମଧ୍ୟରେ, ଆମେରିକାକୁ କଡ଼ା ଚେତାବନୀ ଦେଲେ ଇରାନ ରାଷ୍ଟ୍ରପତି, କହିଲେ ଏଥର…

ତେହରନ୍‌,୨୮।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ଉତ୍ତେଜନା ଆରମ୍ଭ ହେବାର ଏକ ମାସ ବିତିଗଲାଣି। ଇରାନ ଏବଂ ଇସ୍ରାଏଲ ମଧ୍ୟରେ ନିରନ୍ତର କ୍ଷେପଣାସ୍ତ୍ର ଆକ୍ରମଣ ବିନିମୟ ହୋଇଛି। ଇରାନ ରାଷ୍ଟ୍ରପତି…

ସରିଲା ଓକିଲ ସଂଘ ନିର୍ବାଚନ: ବାଜି ମାରିଲେ ହୃଦୟରଞ୍ଜନ-ସନ୍ତୋଷ

ଦିଗପହଣ୍ଡି,୨୮ା୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦଗିଗପହଣ୍ଡିସ୍ଥିତ ଖେମୁଣ୍ଡି ଓକିଲ ସଂଘର ନିର୍ବାଚନ ଶନିବାର ଶାନ୍ତିପୂର୍ଣ୍ଣ ଭାବେ ସରିଛି। ଓକିଲ ସଂଘର ସଭାପତି ଭାବେ ହୃଦୟରଞ୍ଜନ ମେକାପ…

ସୁଭଦ୍ରାକୁ ନେଇ ଉପମୁଖ୍ୟମନ୍ତ୍ରୀଙ୍କ ବଡ଼ ସୂଚନା: ଏପ୍ରିଲ ୧ରୁ ନୂଆ ଆବେଦନ, ଏଥିରେ ସାମିଲ ହେବେ…

ଭୁବନେଶ୍ୱର,୨୮ା୩: ସୁଭଦ୍ରା ଯୋଜନାକୁ ନେଇ ସରକାର ଏକ ବଡ଼ ନିଷ୍ପତ୍ତି ନେଇଛନ୍ତି। ଏପ୍ରିଲ ୧ରୁ ନୂଆ ସୁଭଦ୍ରା ପଞ୍ଜୀକରଣ ଆରମ୍ଭ ହେବ ବୋଲି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା…

ହର୍ମୁଜ ଷ୍ଟ୍ରେଟରେ ଇରାନର ମାୟାବି ଜାଲ, ଏନର୍ଜି କରିଡର ଏବେ ‘ମୃତ୍ୟୁର କୂଅ’! ସୁପରପାଓ୍ବାରକୁ ଦେଖାଇଦେଲା ଅସଲ ସ୍ଥିତି

ତେହରାନ୍‌,୨୮।୩: ପଶ୍ଚିମ ଏସିଆରେ ଉତ୍ତେଜନା ବୃଦ୍ଧି ପାଇବା ପରେ, ପରିସ୍ଥିତି ଧୀରେ ଧୀରେ ନିୟନ୍ତ୍ରଣ ବାହାରକୁ ଚାଲିଯାଉଛି। ହର୍ମୁଜ ପ୍ରଣାଳୀ ଦେଇ ଜାହାଜ ଚଳାଚଳ ବନ୍ଦ ହେବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri