ତାଲିବାନ୍‌କୁ ଆତଙ୍କବାଦୀ ତାଲିକାରୁ ହଟାଇବ ରୁଷିଆ

ମସ୍କୋ,୧୯ା୧୨: ରୁଷିଆ ସରକାର ଏକ ନୂଆ ଆଇନ ଆଣିଛନ୍ତି, ଯଦ୍ଦ୍ବାରା ସେଠାକାର ଅଦାଲତଗୁଡ଼ିକ ମସ୍କୋ ଦ୍ୱାରା ନିଷିଦ୍ଧ ଘୋଷିତ ଆତଙ୍କବାଦୀ ସଙ୍ଗଠନଗୁଡ଼ିକ ଉପରୁ କଟକଣା ହଟାଇବାରେ ସହାୟକ ହେବ। ପାର୍ଲାମେଣ୍ଟର ନିମ୍ନ ସଦନ ଷ୍ଟେଟ୍‌ ଡୁମାରେ ପାରିତ ଏହି ଆଇନ ବଳରେ ଆଫଗାନିସ୍ତାନର ତାଲିବାନ୍‌ ଏବଂ ସିରିଆର ନୂଆ ନେତୃତ୍ୱ ସହ ସମ୍ପର୍କ ସ୍ବାଭାବିକ କରିବା ପାଇଁ ମସ୍କୋର ବାଟ ଫିଟିଯିବ ବୋଲି ଆଶା କରାଯାଉଛି।

ରୁଷିଆ ପକ୍ଷରୁ ନିଷିଦ୍ଧ ଘୋଷିତ ଆତଙ୍କବାଦୀ ସଙ୍ଗଠନଗୁଡ଼ିକର ତାଲିକାରୁ ସେହି ଅର୍ଗାନାଇଜେଶନ୍‌ ହଟିଯିବ, ଯାହା ଆଉ ଆତଙ୍କବାଦୀ କାର୍ଯ୍ୟକଳାପରେ ଜଡ଼ିତ ହେଉନାହିଁ। ଏହି ଆଇନ ବଳରେ ରୁଷିଆର ପ୍ରୋସିକ୍ୟୁଟର ଜେନେରାଲ ଏକ ନିର୍ଦ୍ଦିଷ୍ଟ ଆତଙ୍କବାଦୀ ସଙ୍ଗଠନକୁ ଏହି ତାଲିକାରୁ ବାଦ୍‌ ଦେବା ପାଇଁ ଅଦାଲତଙ୍କୁ ଅନୁରୋଧ କରିପାରିବେ। ଏହା ପରେ ଜଣେ ବିଚାରପତି ସମ୍ପୃକ୍ତ ସଙ୍ଗଠନକୁ ଆତଙ୍କବାଦୀ ଲିଷ୍ଟ୍‌ରୁ ହଟାଇବା ନେଇ ରମାୟ ଦେଇପାରିବେ। ରୁଷିଆର ଆତଙ୍କବାଦୀ ତାଲିକାରେ ୨୦୦୩ ଫେବୃଆରୀରେ ତାଲିବାନ୍‌ ଏବଂ ୨୦୨୦ରେ ସିରିଆର ହୟାତ୍‌ ତହରିର୍‌ ଅଲ୍‌-ଶାମ୍‌ (ଏଚ୍‌ଟିଏସ୍‌)କୁ ତାଲିକାଭୁକ୍ତ କରାଯାଇଥିଲା। ଦୀର୍ଘ ୨୦ ବର୍ଷ ଧରି ଆଫଗାନିସ୍ତାନରେ ରହିଥିବା ଆମେରିକୀୟ ସୈନ୍ୟ ସେଠାରୁ ପ୍ରତ୍ୟାବର୍ତ୍ତନ କରିବା ପରେ ୨୦୨୧ ଅଗଷ୍ଟରେ ଇସ୍‌ଲାମୀୟ ସଙ୍ଗଠନ କ୍ଷମତା ଦଖଲ କରିଥିଲା। ଗତ ଜୁଲାଇରେ ରୁଷିଆ ରାଷ୍ଟ୍ରପତି ଭ୍ଲାଡିମିର ପୁଟିନ୍‌ କହିଥିଲେ, ତାଲିବାନ୍‌ ଏବେ ଆତଙ୍କବାଦ ନିରୋଧୀ ଲଢ଼େଇରେ ମସ୍କୋର ସହଯୋଗୀ ପାଲଟିଯାଇଛି। ଇତିମଧ୍ୟରେ ସିରିଆର ଗାଦିଚ୍ୟୁତ ରାଷ୍ଟ୍ରପତି ବଶର ଅଲ୍‌-ଅସାଦ୍‌ ମସ୍କୋର ରାଜନୈତିକ ଶରଣ ନେଇଛନ୍ତି। ତାଙ୍କୁ କ୍ଷମତାରୁ ହଟାଇବାରେ ମୁଖ୍ୟ ଭୂମିକା ନେଇଥିବା ସିରୀୟ ସଙ୍ଗଠନ ଏଚ୍‌ଟିଏସ୍‌କୁ ମଧ୍ୟ ରୁଷିଆର ନିଷିଦ୍ଧ ଘୋଷିତ ଆତଙ୍କବାଦୀ ତାଲିକାରୁ ବାଦ୍‌ ଦେବା ପାଇଁ ମସୁଧା ଚାଲିଥିବା ଜଣାପଡ଼ିଛି। ଆଫଗାନିସ୍ତାନ ଓ ମଧ୍ୟପ୍ରାଚ୍ୟରେ ଏହି ୨ ସଙ୍ଗଠନ ମସ୍କୋର ପତିଆରା ହ୍ରାସ କରିଥିବାରୁ ରୁଷିଆ ସେମାନଙ୍କ ସହ ସମ୍ପର୍କ ପ୍ରତିଷ୍ଠା କରି ପୁନଃ ଆଧିପତ୍ୟ ବଜାୟ ରଖିବା ପାଇଁ ଏପରି ଯୋଜନା କରୁଥିବା କୁହାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?