୩ଘଣ୍ଟା ଧରି ଶାନ୍ତି ଆଲୋଚନା କଲେ ରୁଷିଆ-ୟୁକ୍ରେନ

ମିନସ୍କ,୨୮।୨: ୟୁକ୍ରେନ ଉପରେ ରୁଷିଆର ଆକ୍ରମଣ ସୋମବାର ୫ମ ଦିନରେ ପହଞ୍ଚିଛି। ଯୁଦ୍ଧ ଭିତରେ ଉଭୟ ଦେଶ ବେଲାରୁଷ ସୀମାସ୍ଥିତ ଗୋମେଲରେ ଆୟୋଜିତ ଏକ ଉଚ୍ଚସ୍ତରୀୟ ବୈଠକରେ ପ୍ରଥମ ଥର ପାଇଁ ଶାନ୍ତି ଆଲୋଚନା କରିଛନ୍ତି। ଏଥିରେ ଦୁଇ ଦେଶର ପ୍ରତିନିଧି ଉପସ୍ଥିତ ଥିଲେ। ଏହି ବୈଠକ ଦୀର୍ଘ ୩ ଘଣ୍ଟା ଧରି ଚାଲିଥିଲା। ରୁଷିଆ ତୁରନ୍ତ ଅସ୍ତ୍ରବିରତି ରୋକିବା ସହ ନିଜ ସୈନ୍ୟଙ୍କୁ ୟୁକ୍ରେନ୍‌ରୁ ପ୍ରତ୍ୟାହାର କରିବା ଲାଗି ଏହି ଶାନ୍ତି ଆଲୋଚନାରେ କ୍ୱିଭ୍‌ ପକ୍ଷରୁ ଦାବି କରାଯାଇଥିଲା। ଏଥିସହ କ୍ରିମିଆ ଓ ଡୋନବାସରୁ ମଧ୍ୟ ନିଜର ସୈନ୍ୟଙ୍କୁ ପ୍ରତ୍ୟାହାର କରିନେବା ପାଇଁ ୟୁକ୍ରେନ ରୁଷିଆ ରାଷ୍ଟ୍ରପତି ପୁଟିନ୍‌ଙ୍କୁ ଦାବି କରିଛି। ତେବେ ପ୍ରଥମ ଦିନର ଆଲୋଚନାରେ କୌଣସି ନିଷ୍କର୍ସ ବାହାରି ନ ଥିବା ବେଳେ ଏହି ଯୁଦ୍ଧକୁ ଅଟକାଇଯାଇପାରିନାହିଁ। ଏହି ବୈଠକରେ ୟୁକ୍ରେନ ପ୍ରତିରକ୍ଷା ମନ୍ତ୍ରୀ ଓଲେକ୍ସି ରେଜ୍‌ନିକୋଭ୍‌, ଡେପୁଟି ବହିର୍ବ୍ୟାପାର ମନ୍ତ୍ରୀ ମିକୋଲା ତୋଚ୍ୟତ୍‌ସ୍କି, ରୁଷିଆ ଡେପୁଟି ପ୍ରତିରକ୍ଷା ମନ୍ତ୍ରୀ ଆଲେକ୍‌ଜାଣ୍ଡର ଫୋମିନ୍‌ ଏବଂ ବେଲାରୁଷରେ ଥିବା ରୁଷିଆ ରାଷ୍ଟ୍ରଦୂତ ବୋରିସ୍‌ ଗ୍ରିଜ୍‌ଲୋଭ୍‌ ଯୋଗ ଦେଇଥିଲେ। ବେଲାରୁଷ ବହିର୍ବ୍ୟାପାର ମନ୍ତ୍ରୀ ଭ୍ଲାଡିମିର ମକେଇ ସମସ୍ତ ପ୍ରତିନିଧିଙ୍କୁ ସ୍ବାଗତ କରିଥିଲେ। ବୈଠକ ପୂର୍ବରୁ ୟୁକ୍ରେନ ରାଷ୍ଟ୍ରପତି ଭୋଲୋଡିମିର ଜେଲେନ୍‌ସ୍କି ରୁଷିଆ ଆଗରେ ଆତ୍ମସମର୍ପଣ କରିବେ ନାହିଁ ରାଷ୍ଟ୍ର ଉଦ୍ଦେଶ୍ୟରେ କହିଥିଲେ। ଏଥିସହ ସକାଳେ କ୍ୱିଭ୍‌ରେ ଲାଗୁ କରାଯାଇଥିବା କର୍ଫ୍ୟୁ ଉଠାଯାଇ ସେଠାରେ ଥିବା ଲୋକଙ୍କୁ ତୁରନ୍ତ ରାଜଧାନୀ ଛାଡ଼ିବାକୁ କୁହାଯାଇଥିଲା। ଅନ୍ୟପକ୍ଷରେଳ ରୁଷିଆ ପରେ ବେଲାରୁଷ ଉପରେ କଡ଼ା ପ୍ରତିବନ୍ଧକ ଲଗାଇବାକୁ ୟୁରୋପୀୟ ୟୁନିଅନ (ଇୟୁ) ନିଷ୍ପତ୍ତି ନେଇଛି। ରୁଷିଆକୁ ନିରନ୍ତର ସମର୍ଥନ କରିଆସୁଥିବା ବେଲାରୁଷ ରୁଷିଆ ସୈନ୍ୟ ସହ ୟୁକ୍ରେନ ବିରୁଦ୍ଧରେ ଯୁଦ୍ଧରେ ନିଜ ସୈନ୍ୟଙ୍କୁ ମଇଦାନକୁ ଓହ୍ଲାଇବା ପାଇଁ ଘୋଷଣା କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ପଶ୍ଚିମବଙ୍ଗ ଫାଲ୍‌ଟା ନିର୍ବାଚନ: ଭାଜପା ପ୍ରାର୍ଥୀ ବିଜୟୀ

କୋଲକାତା,୨୪ା୫: ପଶ୍ଚିମବଙ୍ଗର ଫାଲ୍‌ଟା ଆସନ ଲାଗି ହୋଇଥିବା ପୁନଃ ମତଦାନରେ ଭାଜପା ପ୍ରାର୍ଥୀ ଦେବାଙ୍ଗଶୁ ପଣ୍ଡା ବିପୁଳ ବିଜୟ ହାସଲ କରିଛନ୍ତି। ସେ ତାଙ୍କ ନିକଟତମ ପ୍ରତିଦ୍ୱନ୍ଦ୍ୱୀଙ୍କଠାରୁ…

CUET-UG 2026 ପରୀକ୍ଷା ସ୍ଥଗିତ

ନୂଆଦିଲ୍ଲୀ,୨୪।୫: CUET-UG 2026 ପରୀକ୍ଷା ସମ୍ପର୍କରେ ଜାତୀୟ ପରୀକ୍ଷା ଏଜେନ୍ସି (NTA) ରବିବାର ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇଛି। ମେ ୨୮ତାରିଖରେ ହେବାକୁ ଥିବା ପରୀକ୍ଷାକୁ ବର୍ତ୍ତମାନ…

ଦିଲ୍ଲୀରେ ଏକ ଲାଇଭ୍ ଇଭେଣ୍ଟରେ ରୁବିଓଙ୍କୁ ଫୋନ କଲେ ଟ୍ରମ୍ପ, କହିଲେ I Love ମୋଦି

ଆମେରିକାର ବୈଦେଶିକ ସଚିବ ମାର୍କୋ ରୁବିଓ ବର୍ତ୍ତମାନ ଭାରତରେ ଅଛନ୍ତି । ରବିବାର ଦିନ ମାର୍କୋ ରୁବିଓ ଦିଲ୍ଲୀରେ ଏକ କାର୍ଯ୍ୟକ୍ରମରେ ଯୋଗ ଦେଇଥିଲେ । ଭାରତରେ…

ସୁନା ଗହଣା ଚୋରି ମାମଲା, ୨୪ ଘଣ୍ଟାରେ ୪ଅଭିଯୁକ୍ତ ଗିରଫ

ବରଗଡ଼,୨୪।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଭଟଲି ଥାନା ଅନ୍ତର୍ଗତ କୁଶନପୁରୀ ଗ୍ରାମର ଦନାର୍ଦ୍ଦନ ମେହେର(୬୫)ଙ୍କ ଘରେ ଶୁକ୍ରବାର ବିଳମ୍ବିତ ରାତିରେ ହୋଇଥିବା ସୁନା ଗହଣା ଚୋରି ଘଟଣାର…

ମୁମ୍ବାଇକୁ ହରାଇ ପ୍ଲେଅଫ୍‌ରେ ରାଜସ୍ଥାନ: ବାଦ୍‌ ପଡ଼ିଲେ କୋଲକାତା, ପଞ୍ଜାବ

ମୁମ୍ବାଇ,୨୪ା୫: ଜୋଫ୍ରା ଆର୍ଚ୍ଚରଙ୍କ ଅଲରାଉଣ୍ଡ ପ୍ରଦର୍ଶନ ବଳରେ ରବିବାର ଖେଳାଯାଇଥିବା ଗୁରୁତ୍ୱପୂର୍ଣ୍ଣ ଆଇପିଏଲ୍‌ ମ୍ୟାଚ୍‌ରେ ରାଜସ୍ଥାନ ରୟାଲ୍ସ ୩୦ ରନରେ ମୁମ୍ବାଇ ଇଣ୍ଡିଆନ୍ସକୁ ପରାସ୍ତ କରିଛି। ଏହି…

ମୁଖ୍ୟମନ୍ତ୍ରୀ ବସ୍‌ ଧକ୍କାରେ ଚାଲିଗଲା ବାଇକ୍‌ ଆରୋହୀଙ୍କ ଜୀବନ

ବାଲିଗୁଡ଼ା,୨୪।୫(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡ଼ା ଥାନା ସଲାଗୁଡ଼ା ପଞ୍ଚାୟତ କୁଡକେଲକିଆ ଘାଟି ବୁଲାଣିରେ ରବିବାର ସନ୍ଧ୍ୟାରେ ଏକ ସରକାରୀ ମୁଖ୍ୟମନ୍ତ୍ରୀ ବସ୍‌ ଏବଂ ବାଇକ୍‌…

ମୋହନାରେ କାଳବୈଶାଖୀ ତାଣ୍ଡବ; ଉଡ଼ିଲା ଟିଣ ଛପର-ପଡିଲା ବିଦ୍ୟୁତ ଖୁଣ୍ଟ, ଦୁଇ ଗୁରୁତର ୩ ଆହତ

ମୋହନା,୨୪।୫( ମନ୍ମଥ ମିଶ୍ର ): ରବିବାର ଅପରାହ୍ନରେ କାଳବୈଶାଖି ପ୍ରଭାବରେ ମୋହନା ବ୍ଲକ ଅନ୍ତର୍ଗତ ଲିଲିଗଡ଼ ପଞ୍ଚାୟତ ଅଧିନ ରାମଗଡ଼ ଗ୍ରାମରେ ବିପୁଳ ପରିମାଣର କ୍ଷତକ୍ଷତି ଘଟିଛି…

ଭାଜପା କର୍ମକର୍ତ୍ତାଙ୍କୁ ଗୁରୁମନ୍ତ୍ର

ଭଞ୍ଜନଗର,୨୪।୫(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଭାଜପା ସାଂଗଠନିକ ଜିଲା(ଘୁମୁସର) ପକ୍ଷରୁ ଦୁଇ ଦିନିଆ ପଣ୍ଡିତ ଦିନଦୟାଲ ଉପାଧ୍ୟାୟ ଜିଲା ପ୍ରଶିକ୍ଷଣ ଶିବିର ଭଞ୍ଜନଗର ବ୍ଲକ ଲେମ୍ଭେଇଠାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri