ୟୁକ୍ରେନ୍ ଛାଡିଲେଣି ୪୦ ଲକ୍ଷ ଲୋକ

କ୍ୱିଭ୍‌,୨୯ ।୩: ଏକ ମାସରୁ ଅଧିକ ସମୟ ଧରି ଚାଲିଲାଣି ରୁଷିଆ-ୟୁକ୍ରେନ୍ ଯୁଦ୍ଧ । ଏଥିରେ ଶହ ଶହ ସେନାଙ୍କ ସମେତ ବହୁ ସାଧାରଣ ନାଗରିକଙ୍କର ମୃତ୍ୟୁ ବି ହେଲାଣି । କେବଳ ସେତିକି ନୁହେଁ ଏହି ଯୁଦ୍ଧରେ ବହୁ ଧନ ମଧ୍ୟ ହରାଇଲେଣି ଉଭୟ ଦେଶ । ମିଳିଥିବା ସୂଚନା ଅନୁଯାୟୀ, ପାଖାପାଖି ସାଢେ ୪ କୋଟି ଜନବସତି ବିଶିଷ୍ଟ ୟୁକ୍ରେନ ଉପରେ ରୁଷିଆ ଆକ୍ରମଣ କରିବା ପରେ ଏଠାକାର ସ୍ଥିତି ଖୁବ୍ ଖରାପ ହୋଇ ପଡିଛି । ଏଠାକାର ପ୍ରାୟ ୪୦ ଲକ୍ଷ ଲୋକ ଦେଶ ଛାଡି ପଡୋଶୀ ଦେଶକୁ ଚାଲିଯାଇଛନ୍ତି । ଏମାନଙ୍କ ମଧ୍ୟରୁ ୯୮ ପ୍ରତିଶତ ବୟସ୍କ ଓ ଶିଶୁ ରହିଛନ୍ତି । ମହିଳାମାନେ ବି ବହୁ ସଂଖ୍ୟାରେ ଦେଶ ଛାଡି ପଡୋଶୀ ଦେଶ ଚାଲିଯାଇଛନ୍ତି । ଏମାନଙ୍କ ମଧ୍ୟରୁ ସର୍ବାଧିକ ୨୩ଲକ୍ଷ ଲୋକ ପୋଲାଣ୍ଡରେ ଶରଣ ନେଇଥିବା ବେଳେ ୬ ଲକ୍ଷ ରୋମାନିଆରେ ଶରଣ ନେଇଛନ୍ତି । ମିଳିତ ଜାତିସଂଘ କହିଛି ଦ୍ୱିତୀୟ ବିଶ୍ୱଯୁଦ୍ଧ ପରେ ଏହା ସବୁଠାରୁ ବଡ ଶରଣାର୍ଥୀ ସଙ୍କଟ । ଆଗକୁ ସ୍ଥିତି ଆହୁରି ବିଗିଡିପାରେ । ତେବେ ୪୦ ଲକ୍ଷ ପଳାୟନ କରିବା ପରେ ଏବେବି ୟୁକ୍ରେନ୍‌ରେ ପ୍ରାୟ୧୦ ଲକ୍ଷ ଲୋକ ଯୁଦ୍ଧ ଅଞ୍ଚଳରେ ଫସି ରହିଥିବା କୁହାଯାଏ ।


Enter your email to get our daily news in your inbox.

All Right Reserved By Dharitri.Com

୨୦୨୬ରେ ଅବସର ନେବେ ଏହି ୫ କ୍ରିକେଟର ! ଲିଷ୍ଟରେ ଅଛି ଚକିତ କଲା ଭଳି ନାଁ

ନୂଆଦିଲ୍ଲୀ,୧।୧: ସମଗ୍ର ବିଶ୍ୱ ଏକ ନୂତନ ବର୍ଷରେ ପ୍ରବେଶ କରିବାକୁ ଯାଉଛି। ୨୦୨ ମସିହାରେ କ୍ରିକେଟ ଜଗତରେ ପ୍ରମୁଖ ଟୁର୍ନାମେଣ୍ଟ ଦେଖିବାକୁ ମିଳିଥିଲା, ଯେପରିକି ଚାମ୍ପିଅନ୍ସ...

ରବି-ଶୁଭ ଏବଂ ଶୁକ୍ଳ ଯୋଗ ନୂତନ ବର୍ଷ ଆରମ୍ଭ: ଏହି ୩ ରାଶି ଲୋକଙ୍କର ବଲ୍ଲେ-ବଲ୍ଲେ

ନୂତନ ବର୍ଷ ୨୦୨୬ ଆଜିଠାରୁ ଆରମ୍ଭ ହୋଇଛି। ଜ୍ୟୋତିଷ ଦୃଷ୍ଟିକୋଣରୁ, ଏହି ବର୍ଷର ପ୍ରଥମ ଦିନଟି ଗୁରୁତ୍ୱପୂର୍ଣ୍ଣ କାରଣ ଚନ୍ଦ୍ର ସକାଳୁ ସକାଳୁ ଗମନ କରିଥିବାବେଳେ,...

ଆଜିଠାରୁ ୮ମ ବେତନ କମିଶନ ଲାଗୁ: ଲକ୍ଷ ଲକ୍ଷ କେନ୍ଦ୍ରୀୟ କର୍ମଚାରୀଙ୍କୁ ବଡ଼ ଫାଇଦା, ଏତିକି ବଢିଯିବ…

ନୂଆଦିଲ୍ଲୀ,୧।୧: ନୂତନ ବର୍ଷ ସମସ୍ତଙ୍କ ପାଇଁ ଖୁସିର ଦିନ ହେବାକୁ ଯାଉଥିବା ବେଳେ, ନୂତନ ବର୍ଷର ଆରମ୍ଭ କେନ୍ଦ୍ର ସରକାରୀ କର୍ମଚାରୀଙ୍କ ପାଇଁ ବିଶେଷ ହେବାକୁ...

ଜିଲା ପାଇଁ ଗୌରବ ଆଣିଲେ ଆକାଶ: ଜିତିଲେ…

ଭବାନୀପାଟଣା,୧ା୧(ଉତ୍ତମ କୁମାର ଦାଶ):ଭୁବନେଶ୍ୱର ଓଲ୍‌ଡ଼ ଡିଏସ୍‌ୱାଇଏସ୍‌ ଇଣ୍ଡୋର ଷ୍ଟାଡିୟମରେ ଗତ ୩ ଦିନ ଧରି ଚାଲିଥିବା ରାଜ୍ୟ ପାରା ବ୍ୟାଡ୍‌ମିଣ୍ଟନ ଚାମ୍ପିୟନଶିପ ମଙ୍ଗଳବାର ଉଦ୍‌ଯାପିତ ହୋଇଛି।...

ବଢିଲା ଯୁଦ୍ଧ ଭୟ! ନୂଆବର୍ଷରେ ପାକିସ୍ତାନ ଭାରତ ସୀମାରେ କଲା ଏମିତି କାମ…

ଇସଲାମବାଦ,୧।୧: ସମଗ୍ର ବିଶ୍ୱ ନୂତନ ବର୍ଷ ପାଳନ କରୁଥିବା ବେଳେ, ପାକିସ୍ତାନ ତାର ଘୃଣ୍ୟ କାର୍ଯ୍ୟକଳାପ ଜାରି ରଖିଛି। ନୂତନ ବର୍ଷ ସକାଳୁ ସକାଳୁ ଜମ୍ମୁ...

ଜାଡ଼ରେ ଜିରୋ ନାଇଟ, ସକାଳୁ ନୂଆବର୍ଷ ପାଇଁ ଉତ୍ସବମୁଖର: ଭାଇଚାରା ବାଣ୍ଟିଲେ ଅଞ୍ଚଳବାସୀ

ଦାରିଙ୍ଗବାଡି, ୧ (୧ (ଅରୁଣ ସାହୁ ):ଓଡିଶାର କାଶ୍ମୀର ଦାରିଙ୍ଗବାଡିରେ ଲାଗି ରହିଛି ଶୀତ। ତାପମାତ୍ରା ୭ ଡିଗ୍ରୀ ରହିଥିବାବେଳେ ଶୀତକୁ ଖାତିର ନକରି ସବୁଠି...

ନିଆରା ଢଙ୍ଗରେ ନୂଆବର୍ଷକୁ ସ୍ବାଗତ: ଚା’ ବାଣ୍ଟି ଜଣାଇଲେ ଶୁଭେଚ୍ଛା

ରାଇକିଆ,୧।୧(ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆ ଅଞ୍ଚଳରେ ଉତ୍ସାହ ଓ ଉଦ୍ଦୀପନାର ସହ ପାଳନ ହୋଇଛି ଇଂରାଜୀ ନୂତନ ବର୍ଷ। ଏହାକୁ ନିଆରା ଢଙ୍ଗରେ ପାଳନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri