ରୁଷିଆ-ୟୁକ୍ରେନ୍‌ ଶାନ୍ତି ଯୋଜନା, ଜେଲେନସ୍କିଙ୍କ ସର୍ତ୍ତ…

ମସ୍କୋ/କ୍ୱିଭ୍‌,୧୭।୩ : ୟୁକ୍ରେନ ଉପରେ ରୁଷିଆର ଆକ୍ରମଣକୁ ୨୨ ଦିନ ବିତିଛି। ଆମେରିକା ସମେତ ନାଟୋ ଦେଶଗୁଡ଼ିକ ରୁଷିଆ ବିରୁଦ୍ଧରେ ୟୁକ୍ରେନକୁ ଅଧିକ ଅସ୍ତ୍ରଶସ୍ତ୍ର ଯୋଗାଇଦେବାକୁ ପ୍ରତିଶ୍ରୁତି ଦେଇଛନ୍ତି। ଆମେରିକାର ରାଷ୍ଟ୍ରପତି ଜୋ ବାଇଡେନ ଭ୍ଲାଦିମିର ପୁଟିନଙ୍କୁ ଯୁଦ୍ଧ ଅପରାଧୀ ବୋଲି କହିଛନ୍ତି। ପୁଟିନ ଏହା ଉପରେ ତୀବ୍ର ପ୍ରତିକ୍ରିୟା ପ୍ରକାଶ କରିଛନ୍ତି। ଅପରପକ୍ଷରେ, ୟୁକ୍ରେନ ଏକ ମାନବିକ ସଙ୍କଟ ଦେଇ ଗତି କରୁଛି। ରୁଷିଆ ୟୁକ୍ରେନ ମଧ୍ୟରେ ଶାନ୍ତି ଆଲୋଚନା ଏପର୍ଯ୍ୟନ୍ତ ଫଳପ୍ରଦ ହୋଇନାହିଁ ।

ତେବେ ୟୁକ୍ରେନ ଗଣମାଧ୍ୟମ ଅନୁଯାୟୀ ରୁଷିଆ ଏକ ଶାନ୍ତି ଯୋଜନା ପ୍ରସ୍ତୁତ କରିଛି। ୟୁକ୍ରେନରେ ସାମରିକ କାର୍ଯ୍ୟାନୁଷ୍ଠାନ ବନ୍ଦ କରିବାକୁ ଅନ୍ତର୍ଜାତୀୟ କୋର୍ଟ ଅଫ ଜଷ୍ଟିସ (ଆଇସିଜେ) ରୁଷିଆକୁ ନିର୍ଦ୍ଦେଶ ଦେଇଛନ୍ତି। ଏବେ ଏହା ଦେଖିବାକୁ ପଡ଼ିବ ଯେ ରୁଷ ଅନ୍ତର୍ଜାତୀୟ କୋର୍ଟର ଏହି ଆଦେଶକୁ ଗ୍ରହଣ କରୁଛି କି ନାହିଁ ।

ୟୁକ୍ରେନର ଦ କ୍ୱିଭ ଇଣ୍ଡିପେଣ୍ଡେଣ୍ଟ ଖବର କାଗଜ ଅନୁଯାୟୀ ଯୁଦ୍ଧକୁ ରୋକିବା ପାଇଁ ଏକ ସମ୍ଭାବ୍ୟ ଶାନ୍ତି ଯୋଜନା ପ୍ରସ୍ତୁତ କରାଯାଇଛି। ଏହି ଚୁକ୍ତିରେ ଅସ୍ତ୍ରବିରତି ଉଲ୍ଲଂଘନ ଏବଂ ରୁଷିଆର ସୈନ୍ୟ ପ୍ରତ୍ୟାହାର ଅନ୍ତର୍ଭୁକ୍ତ । ଯଦି କ୍ୱିଭ୍‌ ନାଟୋ ସଦସ୍ୟତା ପାଇଁ ନିଜର ଅଭିଳାଷ ତ୍ୟାଗ କରେ ଏବଂ ନିଜର ସୀମାକୁ ସ୍ବୀକାର କରିନିଏ ତେବେ ଶାନ୍ତି ଆଲୋଚନା ଆଗକୁ ବଢ଼ିବ।

ତେବେ ବର୍ତ୍ତମାନ ସୁଦ୍ଧା ଏ ସମ୍ପର୍କରେ କୌଣସି ସରକାରୀ ସୂଚନା ପ୍ରକାଶ କରାଯାଇ ନାହିଁ। ରୁଷିଆର ବୈଦେଶିକ ମନ୍ତ୍ରୀ ସର୍ଗେଇ ଲାଓ୍ବରୋଓ୍ବ କହିଛନ୍ତି ଯେ ୟୁକ୍ରେନ ପାଇଁ ଏକ ନିରପେକ୍ଷ ସାମରିକ ସ୍ଥିତିକୁ ଗୁରୁତର ସହ ଆଲୋଚନା କରାଯାଉଛି। ୟୁକ୍ରେନ ରାଷ୍ଟ୍ରପତି ଭୋଲୋଡିମିର ଜେଲେନସ୍କି ଯୁଦ୍ଧକୁ ଶେଷ କରିବା ପାଇଁ ରୁଷିଆର ଦାବିକୁ ଅଧିକ ଯଥାର୍ଥବାଦୀ କହିଛନ୍ତି।

ଜେଲେନସ୍କି କହିଛନ୍ତି ଯେ ରୁଷିଆର ସୈନ୍ୟମାନେ ୟୁକ୍ରେନର ଭିତର ଭାଗରେ ପହଞ୍ଚିବାରେ ଅସମର୍ଥ ହୋଇଥିଲେ ମଧ୍ୟ ଏବେ ବି ମାରିଅପୋଲ ସମେତ ବହୁ ସହରରେ ପ୍ରବଳ ଗୁଳିଗୋଳା ବିନିମୟ ଜାରି ରହିଛି। ଜେଲେନସ୍କି କହିଛନ୍ତି ଯେ ତାଙ୍କ ଦେଶ ନାଟୋରେ ଯୋଗ ଦେଇପାରିବ ନାହିଁ। ତେବେ ପରବର୍ତ୍ତୀ ସମୟ ହିଁ ଯୁଦ୍ଧର ସ୍ଥିତି ନିର୍ଦ୍ଧାରଣ କରିବ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପାରିବାରିକ କଳହ ହେଲା କାଳ, ଦିଅରର ଆକ୍ରମଣରେ ଚାଲିଗଲା ଭାଉଜଙ୍କ ଜୀବନ

ବେଲଗୁଣ୍ଠା,୧ା୭( କୃଷ୍ଣ ଚନ୍ଦ୍ର ପଟ୍ଟନାୟକ): ଘରୋଇ ଅଶାନ୍ତିରୁ ଚାଲିଗଲା ମହିଳାଙ୍କ ଜୀବନ। ଏହିଭଳି ଅଭାବନୀୟ ଘଟଣା ଦେଖିବାକୁ ମିଳିଛି ବେଲଗୁଣ୍ଠା ବ୍ଳକ୍ ତଥା ଗାଙ୍ଗପୁର ଥାନା ଅନ୍ତର୍ଗତ…

ଦୁର୍ଘଟଣାଗ୍ରସ୍ତଙ୍କୁ ଡାକ୍ତରଖାନା ନେଲେ ଭାଜପା ନେତା

ହାଟଡିହୀ,୧ା୭(ଶୁଭକାନ୍ତ ନାୟକ): ସାହାଯ୍ୟ ଏବଂ ମହାନତାର ପ୍ରମାଣ ଦେଖାଇଛନ୍ତି କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡର ଭାଜପା ନେତା ଆଲୋକ ସେଠୀ। ବୁଧବାର ଆଲୋକ ଏକ କାର୍ଯ୍ୟକ୍ରମରେ ଯୋଗ…

ଆଷାଢ଼ରେ ନାହିଁ ବର୍ଷା; ପୋଡ଼ିଗଲାଣି ଧାନ ତଳି, ଘୋଡ଼ାହାଡ଼ ଡ଼୍ୟାମକୁ ଦିଗପହଣ୍ଡି-ସାନଖେମୁଣ୍ଡି ଚାଷୀଙ୍କ ଭରସା  

ଦିଗପହଣ୍ଡି,୧ା୭(ଅଶେଷ ନାଥ ମିଶ୍ର): ଆଷାଢ଼ରେ ଗଞ୍ଜାମ ଜିଲା ଦିଗପହଣ୍ଡି ଓ ସାନଖେମୁଣ୍ଡି ବ୍ଲକ ଅଞ୍ଚଳରେ ବର୍ଷା ନାହିଁ ।ଚାଷୀ ବୃନ୍ଦ ଖରିଫ ଧାନ ଚାଷ ପାଇଁ ବିହନ…

ବିଜେଡିରୁ ଭାଜପା, ପୁଣି ବିଜେଡିକୁ ଆସିବା ପରେ ଏବେ ହରଡ଼ଘଣାରେ ବ୍ଲକ ଅଧ୍ୟକ୍ଷା

ଛତ୍ରପୁର,୧ା୭(ଦିଲ୍ଲୀପ ସାମଲ): ବିଜେଡିରୁ ଭାଜପା ଓ ପୁଣି ବିଜେଡିକୁ ଆସିବା ପରେ ଗଞ୍ଜାମ ଜିଲା ବୁଗୁଡା ବ୍ଲକ ଅଧ୍ୟକ୍ଷା କେ.ପ୍ରିୟଦର୍ଶିନୀ ଆଚାରୀ ଏବେ ହରଡ଼ଘଣାରେ ପଡ଼ିଯାଇଛନ୍ତି। ଅଧ୍ୟକ୍ଷାଙ୍କ…

୧୦ ଦଫା ଦାବି ନେଇ ଡାକ୍ତରଙ୍କ ଧର୍ମଘଟ, ସରକାର ଆମ ଦାବି ପୂରଣ ନ କଲେ…

କେସିଙ୍ଗା,୧ା୭(ତୁମେଶ୍ୱର ସାହୁ): ଜୁଲାଇ ୧ରେ ଡାକ୍ତର ଦିବସରେ ଓଡ଼ିଶା ମେଡିକାଲ ସର୍ଭିସ ଆସୋସିଏଶନର ନିର୍ଦ୍ଦେଶ କ୍ରମେ କେସିଙ୍ଗା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ଡାକ୍ତରଙ୍କ କାର୍ଯ୍ୟବନ୍ଦ ଆନ୍ଦୋଳନ ବୁଧବାରଠାରୁ ଆରମ୍ଭ…

ସମ୍ପର୍କରେ କଳଙ୍କ: ନାବାଳିକା ଶାଳୀଙ୍କୁ ଗର୍ଭବତୀ କଲେ ଭିଣୋଇ, ଏମିତି ଧରାପଡିଲା…

ପାରଳାଖେମୁଣ୍ଡି,୧ା୭(ଗିରିଧାରୀ ପରିଛା): ଗଜପତି ଜିଲା ଗାରାବନ୍ଧ ଥାନା ଅନ୍ତର୍ଗତ ରାୟଗଡ଼ ବ୍ଲକର ସାନ ଅନତାରସିଂ ଗ୍ରାମରୁ ଏକ ଲଜ୍ଜାଜନକ ଘଟଣା ସାମ୍ନାକୁ ଆସିଛି । ଜଣେ ବିବାହିତ…

ଆମେରିକାକୁ କଡ଼ା ଚେତାବନୀ ଦେଲା ଇରାନ, ତେଲ ଅଭିଭର…

ତେହରାନ୍‌,୧।୭: ଇରାନର ବୈଦେଶିକ ମନ୍ତ୍ରୀ ଆବାସ ଆରାଘଚି ସର୍ବୋଚ୍ଚ ନେତାଙ୍କ ସମ୍ପର୍କରେ ଇସ୍ରାଏଲର ମନ୍ତବ୍ୟକୁ କଡ଼ା ସମାଲୋଚନା କରିଛନ୍ତି । ଆମେରିକାକୁ “ତେଲ ଅଭିଭରେ ପାଳିତ ପଶୁ”…

ଦାୟିତ୍ୱ ଗ୍ରହଣ କଲେ ନୂଆ ଯୋଗାଣ ଅଧିକାରୀ, କହିଲେ ସମସ୍ତ କାର୍ଯ୍ୟକୁ ଦୁର୍ନୀତିମୁକ୍ତ କରିବା ସହ…

ଛତ୍ରପୁର,୧ା୭(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲାର ମୁଖ୍ୟ ଜିଲା ଯୋଗାଣ ଅଧିକାରୀ ଭାବେ ବସନ୍ତ କୁମାର ପଣ୍ଡା ବୁଧବାର ଦାୟିତ୍ୱ ଗ୍ରହଣ କରିଛନ୍ତି। ସେ ପୂର୍ବରୁ କେନ୍ଦୁଝର ମୁଖ୍ୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri