ଚାଲିବ ଯୁଦ୍ଧ, ଦୁଇ ଘଣ୍ଟାରୁ କମ୍‌ ସମୟରେ ହିଁ ଶେଷ ହୋଇଗଲା…

ଇସ୍ତାନବୁଲ୍‌,୧୬ା୫ : ରୁଷିଆ ଓ ୟୁକ୍ରେନ୍‌ ମଧ୍ୟରେ ଯୁଦ୍ଧକୁ ୩ ବର୍ଷରୁ ଊର୍ଦ୍ଧ୍ୱ ସମୟ ବିତିଥିବାବେଳେ ୨ ଦେଶର ପ୍ରତିନିଧି ତୁର୍କୀର ଇସ୍ତାନବୁଲ୍‌ରେ ଶୁକ୍ରବାର ପ୍ରଥମ ଥର ପାଇଁ ପ୍ରତ୍ୟକ୍ଷ ଶାନ୍ତି ଆଲୋଚନାରେ ସାମିଲ ହୋଇଛନ୍ତି। ଦୁଇ ଘଣ୍ଟାରୁ କମ୍‌ ସମୟ ଧରି ଚାଲିଥିବା ଏହି ଆଲୋଚନାରେ ଯୁଦ୍ଧ ବନ୍ଦ ନେଇ ସହମତି ହୋଇ ନ ଥିବାବେଳେ ଯୁଦ୍ଧବନ୍ଦୀ ବିନିମୟ ପାଇଁ ଉଭୟ ପକ୍ଷ ରାଜି ହୋଇଛନ୍ତି। ଆଲୋଚନାର ଫଳାଫଳ ସମ୍ପର୍କରେ ୟୁକ୍ରେନ୍‌ ରାଷ୍ଟ୍ରପତି ଭୋଲୋଡିମିର ଜେଲେନ୍‌ସ୍କି ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ଙ୍କ ଓମେତ ଫ୍ରାନ୍ସ, ଜର୍ମାନୀ, ବ୍ରିଟେନ୍‌ ଓ ପୋଲାଣ୍ଡ ନେତାମାନଙ୍କୁ ଜଣାଇଛନ୍ତି। ସର୍ତ୍ତବିହୀନ ପୂର୍ଣ୍ଣକାଳୀନ ଯୁଦ୍ଧବିରତି ପ୍ରସ୍ତାବକୁ ମସ୍କୋ ଯଦି ଅଗ୍ରାହ୍ୟ କରେ ତେବେ କଠୋର କଟକଣା ଲଗାଇବାକୁ ଜେଲେନ୍‌ସ୍କି ଆହ୍ବାନ ଦେଇଛନ୍ତି।

Russia-Ukraine

ଯୁଦ୍ଧ ବନ୍ଦ କରିବା ପାଇଁ ଆମେରିକା ରାଷ୍ଟ୍ରପତି ଚାପ ପକାଇ ଆସୁଛନ୍ତି। ବୋସ୍‌ଫୋରସ୍‌ର ଡୋଲ୍‌ମାବାଚେ ପ୍ୟାଲେସ୍‌ରେ ଅନୁଷ୍ଠିତ ଏହି ବୈଠକରେ ତୁର୍କୀ ବହିର୍ବ୍ୟାପାର ମନ୍ତ୍ରୀ ହାକନ ଫିଦାନ ଓ ଅନ୍ୟ ପ୍ରତିନିଧିମାନେ ଉପସ୍ଥିତ ଥିଲେ। ରୁଷିଆ ୟୁକ୍ରେନ୍‌ ଉପରେ ଆକ୍ରମଣ ପରିବା ପରେ ୨୦୨୨ ମାର୍ଚ୍ଚରୁ ଦୁଇ ଦେଶର ନେତା ଏକାଠି ସାମ୍‌ନାସାମ୍‌ନି ହୋଇ ନ ଥିଲେ। ଟ୍ରମ୍ପ୍‌ ତାଙ୍କ ମଧ୍ୟପ୍ରାଚ୍ୟ ଗସ୍ତ ଶେଷ କରି ଓ୍ବାଶିଂଟନ ଫେରିଥିବାବେଳେ ସେ ଖୁବ୍‌ଶୀଘ୍ର ରୁଷିଆ ନେତାଙ୍କୁ ଭେଟିବେ ବୋଲି କହିଛନ୍ତି। ୟୁକ୍ରେନ୍‌ ତୁରନ୍ତ ଯୁଦ୍ଧବିରତି ଚାହୁଁଛି। ଅନ୍ୟପକ୍ଷରେ ରୁଷିଆ କୂଟନୈତିକ ପଦକ୍ଷେପ ଜରିଆରେ ଯୁଦ୍ଧ ବନ୍ଦ ଚାହୁଁଥିବା ଓ ଅସ୍ତ୍ରବିରତି ପାଇଁ ରାଜି ଥିବା କହିଛି।


Enter your email to get our daily news in your inbox.

All Right Reserved By Dharitri.Com

IPL 2026: ଚେପକ୍‌ରେ ପଞ୍ଜାବ କିଙ୍ଗସର ଐତିହାସିକ ବିଜୟ; ଚେନ୍ନାଇକୁ ୫ ୱିକେଟରେ ହରାଇ ରଚିଲା ଇତିହାସ

ଚେନ୍ନାଇ,୩/୪ : ଆଇପିଏଲ୍ ୨୦୨୬ର ସପ୍ତମ ମ୍ୟାଚ୍‌ରେ ପଞ୍ଜାବ କିଙ୍ଗସ ଏକ ଚମତ୍କାର ପ୍ରଦର୍ଶନ କରି ଚେନ୍ନାଇ ସୁପର କିଙ୍ଗସକୁ ତା’ର ଘରୋଇ ଗ୍ରାଉଣ୍ଡ୍ ଏମ୍.ଏ. ଚିଦାମ୍ବରମ୍…

ଭୂକମ୍ପ ଝଟ୍‌କାରେ ଥରିଲା ଜମ୍ମୁ-କଶ୍ମୀରରୁ ନେଇ ଦିଲ୍ଲୀ, ଭୟରେ ଘରୁ ବାହାରକୁ ଦୌଡ଼ିଲେ ଲୋକେ…

ନୂଆଦିଲ୍ଲୀ,୩।୪: ଭାରତର ରାଜଧାନୀ ଦିଲ୍ଲୀ-ଏନ୍‌ସିଆର (Delhi-NCR), ଜମ୍ମୁ-କାଶ୍ମୀର ଏବଂ ଚଣ୍ଡିଗଡ଼ ସମେତ ଉତ୍ତର ଭାରତର ବିଭିନ୍ନ ସ୍ଥାନରେ ଶକ୍ତିଶାଳୀ ଭୂକମ୍ପ ଝଟକା ଅନୁଭୂତ ହୋଇଛି। ଜମ୍ମୁ-କାଶ୍ମୀରରେ ପରସ୍ପର…

ଇଣ୍ଡକ୍ସନରେ ରୋଷେଇ କରୁଛନ୍ତି କି? ଭୁଲରେ ବି କରନ୍ତୁ ନାହିଁ ଏହି ୫ ଜିନିଷ ରୋଷେଇ, ନଚେତ…

ନୂଆଦିଲ୍ଲୀ,୩।୪: ମଧ୍ୟପ୍ରାଚ୍ୟରେ ଜାରି ରହିଥିବା ଯୁଦ୍ଧ ପରିସ୍ଥିତିର ପ୍ରଭାବ ଏବେ ଭାରତୀୟ ରୋଷେଇ ଘର ପର୍ଯ୍ୟନ୍ତ ପହଞ୍ଚିଛି। ତୈଳ ଏବଂ ଗ୍ୟାସ ଯୋଗାଣ ବାଧାପ୍ରାପ୍ତ ହେବା ଯୋଗୁଁ…

କୁଆପଥର ବର୍ଷା: ଗଛ ଉପୁଡ଼ିବା ସହ ଉଡ଼ିଲା ଛପର

ନନ୍ଦପୁର,୩ା୪(ତୁଷାର କାନ୍ତ ମହାନ୍ତି)-କୋରାପୁଟ ଜିଲା ନନ୍ଦପୁର ବ୍ଲକ ଅଞ୍ଚଳରେ କୁଆପଥର ବର୍ଷା ପବନ ପ୍ରଭାବରେ ମାଳିବେଲଗାଁ ପଞ୍ଚାୟତ ରାସ୍ତାରେ ୨ଗଛ ଉପୁଡ଼ି ପଡ଼ିଥିବାରୁ ଯାତାୟାତ ବାଧାପ୍ରାପ୍ତ ହୋଇଛି।…

ରିଲ୍ସ ପାଇଁ ବନ୍ଧୁକ ଧରି ଯୁବକଙ୍କ ଫାଙ୍କା ଗୁଳିଚାଳନା ଭିଡିଓ ଭାଇରାଲ, ଏସ୍‌ପି କହିଲେ ତଦନ୍ତ ଚାଲିଛି

ପୁରୀ,୩ା୪(ଅଜିତ୍‌ କୁମାର ମହାନ୍ତି): ରିଲ୍ସ ପାଇଁ ଜଣେ ଯୁବକ ବନ୍ଧୁକ ଧରି ଫାଙ୍କା ଗୁଳିଚାଳନା କରୁଥିବାର ଏକ ଭିଡିଓ ଶୁକ୍ରବାର ସୋସିଆଲ ମିଡିଆରେ ଦେଖିବାକୁ ମିଳିଛି। ଏହି…

ପୋଖରୀରେ ବୁଡ଼ିଲେ ଜଣଙ୍କ ପରେ ଜଣେ …

ଦିଗପହଣ୍ଡି,୩ା୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୁଶପଡ଼ା ଗ୍ରାମ ନିକଟସ୍ଥ ଏକ ପୋଖରୀରେ ଶୁକ୍ରବାର ୩ଜଣ ମହିଳା ବୁଡି ଯାଉଥିବା ବେଳେ ସେମାନଙ୍କୁ ଉଦ୍ଧାର…

ଛେଳି ଖାଇଲା ଟମାଟୋ ଗଛ: ମାଡ଼ ଖାଇଲେ ଦମ୍ପତି, ମାମଲା ଏବେ…

ଦିଗପହଣ୍ଡି,୩।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ବାସୁଦେବପୁର ପଞ୍ଚାୟତ ବଜାପଲ୍ଲୀ ଗ୍ରାମ ନିକଟରେ ଜି.ଦୁର୍ଯ୍ୟ ରେଡ୍ଡୀଙ୍କ ଜମିରେ ଲାଗିଥିବା ଟମାଟୋ ଗଛ ଗୁଡ଼ିକୁ ଶୁକ୍ରବାର ମଧ୍ୟାହ୍ନରେ କିଛି…

ଆଦେଶ ପାଳନ କଲେ ଜିଲାପାଳ, ପିଛିଲା ତାରିଖ ପକାଇ ୨୧ ଦିନ ପରେ ଅର୍ଡର ପ୍ରେରଣ

କେନ୍ଦୁଝର/ହାଟଡିହୀ,୩l୪(ନରେଶ ଚନ୍ଦ୍ର ପଟ୍ଟନାୟକ/ଶୁଭକାନ୍ତ ନାୟକ):ଓଡ଼ିଶା ହାଇକୋର୍ଟଙ୍କ ନିର୍ଦ୍ଦେଶ ଧାର୍ଯ୍ୟ ସମୟରେ ପାଳନ ନ କରିବା ଫଳରେ ଅଦାଲତ ଅବମାନନା ମାମଲା ଦାୟର ହେବା ଏବଂ ଏ ନେଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri