Posted inଜାତୀୟ

ମିଳିତ ଜାତିସଂଘ ସୁରକ୍ଷା ପରିଷଦ ବୈଠକରେ ଭାରତ କହିଲା ଶତ୍ରୁତା ଛାଡି କଥାବାର୍ତ୍ତା ଜରିଆରେ ଶେଷ କରାଯାଉ ଯୁଦ୍ଧ

ନୂଆଦିଲ୍ଲୀ,୮ ।୩: ମିଳିତ ଜାତିସଂଘ ସୁରକ୍ଷା ପରିଷଦ ବୈଠକରେ ଭାରତର ସ୍ଥାୟୀ ପ୍ରତିନିଧି ଥିବା ଟିଏମ ତିରୁମୂର୍ତ୍ତି କହିଛନ୍ତି, ୟୁକ୍ରେନର ସ୍ଥିତି ଓ ମାନବୀୟ ସଙ୍କଟ ଉପରେ ଆମକୁ ଧ୍ୟାନ ଦେବାକୁ ପଡିବ । ମିଳିତ ଜାତିସଂଘ ଅନୁମାନ କରିଛି, ୧୧ ଦିନ ମଧ୍ୟରେ ପ୍ରାୟ ୧୫ ଲକ୍ଷ ଶରଣାର୍ଥୀ ୟୁକ୍ରେନର ପଡୋଶୀ ଦେଶରେ ଆଶ୍ରୟ ନେଇଛନ୍ତି । ତିରୁମୂର୍ତ୍ତି ଆହୁରି ମଧ୍ୟ କରିଛନ୍ତି, ମିଳିତ ଜାତିସଂଘର ଅନୁମାନ ଯେ ଏବେ ପର୍ଯ୍ୟନ୍ତ ରୁଷିଆ-ୟୁକ୍ରେନ୍ ଯୁଦ୍ଧରେ ୧୪୦ରୁ ଊର୍ଦ୍ଧ୍ୱ ଲୋକଙ୍କ ଜୀବନ ଗଲାଣି । ଯେଉଁଥିରେ ଭାରତର ଜଣେ ଯୁବ ଡାକ୍ତର ରହିଛନ୍ତି । ମୃତ ଡାକ୍ତରଙ୍କ ପରିବାରକୁ ସମବେଦନା ଜଣାଇବା ସହ ପ୍ରତ୍ୟେକ ମୃତକଙ୍କ କ୍ଷତିରେ ତିରୁମୂର୍ତ୍ତି ଶୋକ ପ୍ରକାଶ କରିଛନ୍ତି ।
ମିଳିତ ଜାତିସଂଘ ସୁରକ୍ଷା ବୈଠକରେ ଭାରତୀୟମାନଙ୍କ ସହ ସମସ୍ତ ନାଗରିକଙ୍କର ସୁରକ୍ଷା କଥା ପୁଣି ଉଠାଇଛି ଭାରତ । ହେଲେ ଭାରତ ଏଥିପାଇଁ ଚିନ୍ତିତ କି ଦୁଇ ଦେଶ ମଧ୍ୟରେ କଥାବାର୍ତ୍ତା ପରେ ବି ସୁମିରେ ଫସି ରହିଥିବା ଛାତ୍ରଙ୍କ ପାଇଁ ଏକ ସୁରକ୍ଷିତ ବ୍ୟବସ୍ଥା କରାଗଲା ନାହିଁ ।
ରୁଷିଆ-ୟୁକ୍ରେନ୍ ତୁରନ୍ତ ଶତ୍ରୁତାକୁ ଶେଷ କରିବାକୁ ଭାରତ ଆହ୍ୱାନ କରିଛି । ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦୁଇ ପକ୍ଷର ରାଷ୍ଟ୍ରପତିଙ୍କ ସହ କଥା ହୋଇ ତୁରନ୍ତ ଯୁଦ୍ଧ ବିରାମ ଘୋଷଣା କରନ୍ତୁ ବୋଲି କହିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

କାର-ବାଇକ୍‌ ମୁହାଁମୁହିଁ ଧକ୍କା: ସ୍ବାମୀ, ସ୍ତ୍ରୀ ଗୁରୁତର

ବଲାଙ୍ଗୀର,୫।୪(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା କୁଶଙ୍ଗ-ନର୍ଲାକଟା ନିକଟରେ ରବିବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। କାର-ବାଇକ୍‌ ମଧ୍ୟରେ ମୁହାଁମୁହିଁ ଧକ୍କା ହେବାରୁ ବାଇକ୍‌ରେ ଥିବା…

କୋଟିଆରେ ପୁଣି ପସିଲେ ଆନ୍ଧ୍ର ଅଧିକାରୀ

ପଟ୍ଟାଙ୍ଗି,୫ା୪(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅଧୀନ କୋଟିଆ ପଞ୍ଚାୟତରେ ଦୀର୍ଘ ଦିନର ବ୍ୟବଧାନ ପରେ ପୁଣି ଆନ୍ଧ୍ର ପ୍ରଦେଶ ସରକାରୀ ତଥା ପଦାଧିକାରୀ…

‘ତାମ୍ପରା ତରଙ୍ଗିଣୀ’ର ମଜା ଉଠାଇଲେ ପର୍ଯ୍ୟଟକ

ଛତ୍ରପୁର,୫ା୪(ଦିଲୀପ ସାମଲ): ଛତ୍ରପୁର ନିକଟ ତାମ୍ପରା ହ୍ରଦକୁ ରାଜ୍ୟ ଏବଂ ରାଜ୍ୟ ବାହାରୁ ପର୍ଯ୍ୟଟକ ଆସିଥାନ୍ତି। ପର୍ଯ୍ୟଟକଙ୍କୁ ଆହୁରି ଆକୃଷ୍ଟ କରିବା ଲାଗି ଜିଲା ପ୍ରଶାସନ ପକ୍ଷରୁ…

ଘରେ ଆଶ୍ରୟ ଦେଲେନି ପୁଅ

ପାରଳାଖେମୁଣ୍ଡି,୫ା୪(ଗିରିଧାରୀ ପରିଛା): ଘରେ ରଖେଇ ଦେଲେନି। ପ୍ରାୟ ୨୦ ଦିନ ହେଲା ମା’ ଝିଅ ଦୋକାନ ବାରଣ୍ଡାରେ ଆଶ୍ରୟ ନେଇଛୁ। ଏଇଠି ରୋଷେଇ କରି ଖାଉଛୁ। ପ୍ରବଳ…

ଝଡ଼ତୋଫାନ ସାଙ୍ଗକୁ କୁଆପଥର ବର୍ଷା: ବଜ୍ରପାତ ନେଲା ମଇଁଷି ଜୀବନ

ଦିଗପହଣ୍ଡି,୫।୪(ଅଶେଷ ନାଥ ମିଶ୍ର) ଦିଗପହଣ୍ଡି ସହର ସମେତ ଆଖପାଖ ଅଞ୍ଚଳରେ ରବିବାର କାଳ ବୈଶାଖୀ ପ୍ରଭାବରେ ଝଡ଼ତୋଫାନ ବଜ୍ରପାତ ସାଙ୍ଗକୁ କୁଆପଥର ବର୍ଷା ଯୋଗୁଁ ଜନଜୀବନ ଅସ୍ତବ୍ୟସ୍ତ…

ଛାତ୍ରୀଛାତ୍ରଙ୍କ ପାଇଁ ଗୁଡ୍ ନ୍ୟୁଜ, ଲଗାତାର ଏତେ ଦିନ ଛୁଟି ରହିବ ସ୍କୁଲ୍…

ଭୁବନେଶ୍ୱର,୫ା୪: ଏପ୍ରିଲ ମାସ ସ୍କୁଲ ଛାତ୍ରଛାତ୍ରୀଙ୍କ ପାଇଁ ଖୁସି ଖବର ଆଣିଛି। ଏପ୍ରିଲ ମାସରେ ନୂଆ ସେମିଷ୍ଟ, ନୂଆ ଶ୍ରେଣୀ ଏବଂ ଏକ ନୂଆ ପାଠ୍ୟକ୍ରମ ସହିତ…

ଯୁଦ୍ଧ ଭିତରେ ବଡ଼ ଖବର, ପୁଣି ଖୋଲିବ ହର୍ମୁଜ ପ୍ରଣାଳୀ?

ନୂଆଦିଲ୍ଲୀ,୫।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ମଧ୍ୟରେ, ହର୍ମୁଜ ପ୍ରଣାଳୀ ସମ୍ପର୍କରେ ଆଶାର ଏକ କ୍ଷୀଣ କିରଣ ଦେଖାଦେଇଛି। ୪ ଏପ୍ରିଲ, ୨୦୨୬ ରେ, ଓମାନ ସୁଲତାନତ ଏବଂ…

ପଞ୍ଜଲ ଜଙ୍ଗଲରେ ଲାଗିଲା ନିଆଁ

ନନ୍ଦପୁର, ୫ା୪ (ତୁଷାର କାନ୍ତ ମହାନ୍ତି) କୋରାପୁଟ ଜିଲା ସେମିଳିଗୁଡ଼ା ବନଖଣ୍ଡ ଏବଂ ନନ୍ଦପୁର ବନପାଳ କ୍ଷେତ୍ର ଟିକରପଡ଼ା ପଞ୍ଚାୟତ ପଞ୍ଜଲ ଗ୍ରାମ ପାର୍ଶ୍ୱ ଜଙ୍ଗଲରେ ନିଆଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri