ୟୁକ୍ରେନ୍ ଯିବେ ନାହିଁ ବାଇଡେନ

ୱାଶିଂଟନ,୧୯ ।୪: ରୁଷିଆ-ୟୁକ୍ରେନ୍ ଯୁଦ୍ଧକୁ ୫୫ ଦିନ ହୋଇଯାଇଛି । କିଛି ଦେଶର ମଧ୍ୟସ୍ଥତା ପରେ ବି ଏହାର କୌଣସି ସମାଧାନ ବାହାରି ପାରି ନାହିଁ । ରୁଷିଆ ସେନା ବେଳକୁ ବେଳ ଆକ୍ରମଣ ଯୋରଦାର କରୁଥିବା ବେଳେ ଏହାର କଡା ମୁକାବିଲା କରୁଛି ୟୁକ୍ରେନ୍ ସେନା । ଏହାରି ଭିତରେ ରୁଷିଆ ଦାବି କରିଛି ଯେ ସେ ୟୁକ୍ରେନର ମାରିଉପୋଲ ସହରକୁ ସମ୍ପୂର୍ଣ୍ଣ ଧ୍ୱଂସ କରିଦେଇଛି । ହେଲେ ୟୁକ୍ରେନ୍ ଏହାକୁ ଖଣ୍ଡନ କରିଛି । ୟୁକ୍ରେନ ପ୍ରତିରକ୍ଷା ମନ୍ତ୍ରୀ କହିଛନ୍ତି ମାରିଉପୋଲରେ ସ୍ଥିତି କଠିନ ରହିଛି ହେଲେ ଏବେବି ସେଠାରେ ୟୁକ୍ରେନ୍ ସେନା ରୁଷିଆ ସେନାଙ୍କୁ ମୁକାବିଲା କରୁଛନ୍ତି ।
ଇତିମଧ୍ୟରେ ହ୍ୱାଇଟହାଉସ ପକ୍ଷରୁ ସୋମବାର ସୂଚନା ଦିଆଯାଇଛି କି ଆମେରିକା ରାଷ୍ଟ୍ରପତି ଜୋ ବାଇଡେନ ୟୁକ୍ରେନ୍ ଗସ୍ତ କରୁ ନାହାନ୍ତି । ସୂଚନାଯୋଗ୍ୟ, ୟୁକ୍ରେନ୍ ରାଷ୍ଟ୍ରପତି ଭୋଲୋଡେମିର ଜେଲେନ୍‌ସ୍କି ବାଇଡେନଙ୍କୁ କ୍ୱିଭ ଆସିବାକୁ ନିମନ୍ତ୍ରଣ ଦେଇଥିଲେ । କ୍ୱିଭ ଆସି ରୁଷିଆ ଆକ୍ରମଣ ବିରୋଧରେ ସମର୍ଥନ ଦେବାକୁ କହିଥିଲେ ଓ ସେଠାକାର ତାଜା ସ୍ଥିତି ସମ୍ପର୍କରେ ଜାଣିବାକୁ କହିଥିଲେ । ହେଲେ ଏବେ ବାଇଡେନ ୟୁକ୍ରେନ୍ ଯିବେ ନାହିଁ େ ବାଲି ହ୍ୱାଇଟ ହାଉସ ପକ୍ଷରୁ କୁହାଯାଇଛି ।


Enter your email to get our daily news in your inbox.

All Right Reserved By Dharitri.Com

ଏହି ଜିଲାରେ କରୋନା ଆକ୍ରାନ୍ତ ଚିହ୍ନଟ: ସରକାର କହିଲେ…

ଭୁବନେଶ୍ୱର,୨୩ା୭(ସୁଚିସ୍ମିତା ସାହୁ): ଆନ୍ଧ୍ରପ୍ରଦେଶ ପରେ ଏବେ ଓଡ଼ିଶାରେ କରୋନା ବ୍ୟାପିବା ଆଶଙ୍କା ଦେଖାଦେଇଛି। ଗଞ୍ଜାମ ଜିଲାରେ ଜଣେ ଆକ୍ରାନ୍ତ ରହିଥିବା କୋଭିଡ୍‌ ଡ୍ୟାସ୍‌ବୋର୍ଡରେ ଦର୍ଶାଯାଇଥିବାବେଳେ ମଙ୍ଗଳବାର ଏମ୍‌କେସିଜି…

ଭାରତୀୟ ପାଣିପାଗ ବିଭାଗର ବଡ଼ ପୂର୍ବାନୁମାନ: ଆଗାମୀ ୨ଦିନ ପର୍ଯ୍ୟନ୍ତ…

ଭୁବନେଶ୍ୱର,୨୩ା୭ (ସୌମ୍ୟରଞ୍ଜନ ରାଉତ): ରାଜ୍ୟରେ ବର୍ଷା ପ୍ରକୋପ ଜାରି ରହିଛି। ଲଗାଣ ବର୍ଷା ଯୋଗୁ ବିଭିନ୍ନ ଅଞ୍ଚଳରେ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡ଼ିଥିବା ବେଳେ ଆଗାମୀ ୨ଦିନ ପର୍ଯ୍ୟନ୍ତ…

ଇରାନ୍‌ ଯୁଦ୍ଧରେ ଆମେରିକାର ଖର୍ଚ୍ଚ ହୋଇଛି ଏତେ ଡଲାର, ଜାଣିଲେ ହୋଇଯିବେ ତାଜୁବ

ୱାଶିଂଟନ, ୨୩ା୭: ଇରାନ୍‌ ବିରୋଧରେ ଚାଲିଥିବା ଯୁଦ୍ଧରେ ଆମେରିକାର ଏପର୍ଯ୍ୟନ୍ତ ପ୍ରାୟ ୩୭.୫ ବିଲିୟନ ଡଲାର (ପ୍ରାୟ ୩.୧ ଲକ୍ଷ କୋଟି ଟଙ୍କା) ଖର୍ଚ୍ଚ ହୋଇସାରିଛି। ଆମେରିକା…

ମାଲକାନଗିରିରେ ପରୀକ୍ଷାମୂଳକ ବିମାନ ଉଡ଼ାଣ ସଫଳ

ମାଲକାନଗିର,୨୩।୭ (ଦୁର୍ଯ୍ୟୋଧନ ପାତ୍ର/ ଗୌରୀଶଙ୍କର ପଣ୍ଡା): ମାଲକାନଗିରି ଜିଲାବାସୀଙ୍କ ଦୀର୍ଘ ଦିନର ସ୍ବପ୍ନ ସାକାର ହେବାକୁ ଯାଉଛି। ଜିଲା ପ୍ରଶାସନ ଏବଂ ଓଡ଼ିଶା ସରକାରଙ୍କ ବେସାମରିକ ବିମାନ…

ଗଡ଼ଚଣ୍ଡୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଶ୍ରେଣୀଗୃହରେ ଆଣ୍ଠୁଏ ପାଣି, ଶିକ୍ଷାଦାନ ବନ୍ଦ

ହାଟଡିହୀ, ୨୨।୭(ଶୁଭକାନ୍ତ ନାୟକ / ନିରାକାର ପରିଡା): ଲଗାଣ ବର୍ଷା ଯୋଗୁ କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ଅଞ୍ଚଳରେ ସାଙ୍ଘାତିକ ପରିସ୍ଥିତି ସୃଷ୍ଟି ହୋଇଛି। କେଉଁଠି ପୋଲ…

ଜନ୍ତରମନ୍ତରରେ ପୁଣି ପୋଲିସ-ପ୍ରଦର୍ଶନକାରୀ ମୁହାଁମୁହିଁ, ପଥର ମାଡ଼ ପରେ ଲାଠିଚାର୍ଜ

ନୂଆଦିଲ୍ଲୀ,୨୨।୭: ନୂଆଦିଲ୍ଲୀର ଜନ୍ତର ମନ୍ତରରେ ଚାଲିଥିବା CJP ପ୍ରତିବାଦ ମଧ୍ୟରେ ପୁଣି ଥରେ ଉତ୍ତେଜନା ଦେଖାଦେଇଛି । ପ୍ରଦର୍ଶନକାରୀ ଏବଂ ଦିଲ୍ଲୀ ପୋଲିସ ମଧ୍ୟରେ ସଂଘର୍ଷ ହୋଇଛି…

ରାଜ୍ୟ ରାଜନୀତିରେ ହଲଚଲ୍! କ୍ୟାପିଟାଲ୍‌ ଥାନା ପକ୍ଷରୁ ପାଣ୍ଡିଆନଙ୍କୁ ନୋଟିସ, ଏହି ଦିନ ହେବ ହାଜର

ଭୁବନେଶ୍ବର,୨୨।୭: CMOରୁ ଫାଇଲ୍‌ ଗାୟବ ମାମଲାରେ ଭିକେ ପାଣ୍ଡିଆନ୍‌ଙ୍କୁ ନୋଟିସ କରାଯାଇଛି । ପୂର୍ବତନ ଆଇଏଏସ୍‌ ଅଫିସର ଭି.କେ ପାଣ୍ଡିଆନଙ୍କୁ ଆସନ୍ତା ୨୫ ତାରିଖ ଦିନ ୧୧ଟା…

ବିଦ୍ରୋହ ମଧ୍ୟରେ ଆସିଲା ଧର୍ମେନ୍ଦ୍ର ପ୍ରଧାନଙ୍କ ବୟାନ, ‘୨୯ ଜୁଲାଇ ସମସ୍ତଙ୍କ ପାଇଁ….’

ନୂଆଦିଲ୍ଲୀ,୨୨।୭: କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ରାଜ୍ୟ ଏବଂ କେନ୍ଦ୍ରଶାସିତ ଅଞ୍ଚଳର ଶିକ୍ଷା ମନ୍ତ୍ରୀମାନଙ୍କ ଏକ ସମ୍ମିଳନୀରେ ବୁଧବାର ଦିନ ଉଦବୋଧନ ଦେଇଥିଲେ। ଧର୍ମେନ୍ଦ୍ର ପ୍ରଧାନ କହିଛନ୍ତି,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri