ୟୁକ୍ରେନ୍ ସହରର ମେୟରଙ୍କୁ ଅପହରଣ କଲା ରୁଷିଆ ସେନା, ଜେଲେନ୍‌ସ୍କି କହିଲେ ଲୋକତନ୍ତ୍ରର ହତ୍ୟା

କ୍ୱିଭ୍‌/ମସ୍କୋ/ୱାଶିଂଟନ,୧୨ ।୩: ରୁଷିଆ-ୟୁକ୍ରେନ୍ ମଧ୍ୟରେ ଚାଲିଥିବା ଯୁଦ୍ଧ ୧୭ ଦିନରେ ପହଞ୍ଚିଛି । ହେଲେ ଉଭୟ ଦେଶ କେହି ନଇଁବାକୁ ପ୍ରସ୍ତୁତ ନୁହେଁ । ରୁଷିଆ ଶେଷ ପର୍ଯ୍ୟନ୍ତ ୟୁକ୍ରେନକୁ ଧ୍ୱଂସ କରିବାରେ ଲାଗିଛି । ବିଭିନ୍ନ ଦେଶର ଭିନ୍ନ ଭିନ୍ନ ପ୍ରତିବନ୍ଧକ ପରେ ବି ରୁଷିଆ ୟୁକ୍ରେନ୍ ଉପରେ ଆକ୍ରମଣ କରି ଚାଲିଛି । ଇତିମଧ୍ୟରେ ଗଣମାଧ୍ୟମର ସୂଚନା ଅନୁଯାୟୀ, ଆମେରିକା ପ୍ରଶାସନ ରୁଷିଆ ରାଷ୍ଟ୍ରପତି ଭ୍ଲାଦିମି ପୁଟିନଙ୍କ ପ୍ରବକ୍ତାଙ୍କ ଉପରେ ପ୍ରିବନ୍ଧକ ଲଗାଇଛନ୍ତି । ଏପଟେ ଇଣ୍ଟରନ୍ୟାଶନାଲ କୋର୍ଟରେ ବି ରୁଷିଆକୁ ଘେରିବାକୁ ଯୋଜନା କରାଯାଇଛି ।
ଏପଟେ ୟୁକ୍ରେନର ମେଲିଟୋପୋଲ ସହରରର ମେୟର ଇୱାନ ଫେଡୋରୋବଙ୍କୁ କୁଆଡେ ରୁଷିଆ ସେନା ଅପହରଣ କରି ନେଇଛନ୍ତି । କୁହାଯାଉଛି ମେୟର ରୁଷିଆ ସେନାଙ୍କୁ ସହଯୋଗ ନ କରିବାରୁ ସେମାନେ ତାଙ୍କୁ ଅପହରଣ କରି ନେଇଛନ୍ତି । ଏହାକୁ ନେଇ ୟୁକ୍ରେନ୍ ରାଷ୍ଟ୍ରପତି ଜେଲେନ୍‌ସ୍କି କହିଛନ୍ତି ମେୟରଙ୍କ ଅପହରଣ ଲୋକତନ୍ତ୍ର ବିରୋଧରେ ଏକ ଯୁଦ୍ଧ ଅପରାଧ । ସେ ଆହୁରି ମଧ୍ୟ କହିଛନ୍ତି ମୁଁ ଆପଣଙ୍କୁ ବିଶ୍ୱାସ ଦେଉଛି କି ସମସ୍ତ ଲୋକତାନ୍ତ୍ରିକ ଦେଶରେ ୧୦୦ ପ୍ରତିଶତ ଜନତା ଏ ସମ୍ପର୍କରେ ଜାଣିବେ ଓ ଏହାକୁ ବେିରୋଧ କରିବେ ।


Enter your email to get our daily news in your inbox.

All Right Reserved By Dharitri.Com

ଯୁବକଙ୍କୁ ସଂଘବଦ୍ଧ ଆକ୍ରମଣ, ବଗିଚା ଭିତରୁ ମୁର୍ମୁଷୁ ଅବସ୍ଥାରେ ଉଦ୍ଧାର

ଦେବଗଡ,୧୭।୨(ଶଶାଙ୍କ ଶେଖର ଝାଙ୍କର): ତିଲେଇବଣି ବ୍ଲକ ତଥା ଦେବଗଡ ଥାନା ଅନ୍ତର୍ଗତ ଟାଇଁସର ସ୍ଥିତ ଏକ ବଗିଚା ଭିତରୁ ମୁର୍ମୁଷୁ ଅବସ୍ଥାରେ ଜଣେ ଯୁବକଙ୍କୁ ଉଦ୍ଧାର କରାଯାଇଛି…

T20 ବିଶ୍ୱକପ୍‌ରୁ ବାଦ୍ ପଡ଼ିବ କି ଅଷ୍ଟ୍ରେଲିଆ? ଦମଦାର ବିଜୟ ସହ ସୁପର-୮ରେ ଶ୍ରୀଲଙ୍କା

ନୂଆଦିଲ୍ଲୀ,୧୬।୨: ଚଳିତ T20 ବିଶ୍ୱକପ୍ ୨୦୨୬ରେ ଦେଖିବାକୁ ମିଳିଛି ଏକ ବଡ଼ ବିପର୍ଯ୍ୟୟ। ଓପନର ପଥୁମ ନିସାଙ୍କାଙ୍କ ବିଧ୍ୱଂସକାରୀ ଶତକ ବଳରେ ଶ୍ରୀଲଙ୍କା ୮ ୱିକେଟ୍‌ରେ ଅଷ୍ଟ୍ରେଲିଆକୁ…

ଅରୁଣାଚଳ ସୀମାରେ ଚାଇନାର ପରମାଣୁ ଷଡ଼ଯନ୍ତ୍ର; ଗୋପନରେ କରୁଛି ଏପରି

ନୂଆଦିଲ୍ଲୀ,୧୬।୨: ଭାରତର ଅରୁଣାଚଳ ପ୍ରଦେଶ ସୀମା ନିକଟରେ ଚାଇନାର ବଡ଼ ଷଡ଼ଯନ୍ତ୍ର। ଗୋପନରେ ପରମାଣୁ ଅସ୍ତ୍ରଶସ୍ତ୍ର ଭଣ୍ଡାର ବଢ଼ାଉଛି ବେଜିଂ। ସାଟେଲାଇଟ୍ ଚିତ୍ରରୁ ଆସିଛି ଚାଞ୍ଚଲ୍ୟକର ତଥ୍ୟ।…

ପୂର୍ବତନ ବିଧାୟିକା ଡା. ରାସେଶ୍ବରୀ ପାଣିଗ୍ରାହୀଙ୍କ ପରଲୋକ; ମୁଖ୍ୟମନ୍ତ୍ରୀଙ୍କ ଶୋକ

ଭୁବନେଶ୍ୱର,୧୬।୨: ସମ୍ବଲପୁରର ପୂର୍ବତନ ବିଧାୟିକା ତଥା ବିଶିଷ୍ଟ ଚିକିତ୍ସିକା ଡା. ରାସେଶ୍ବରୀ ପାଣିଗ୍ରାହୀଙ୍କର ଦେହାନ୍ତ ହୋଇଯାଇଛି। ମୃତ୍ୟୁ ବେଳକୁ ତାଙ୍କୁ ୭୯ ବର୍ଷ ବୟସ ହୋଇଥିଲା। ସମ୍ବଲପୁର…

ନକଲି ମାଓବାଦୀ ଆତ୍ମସମର୍ପଣ ଯୋଜନା ପଣ୍ଡ: ଖବରଦାତାଙ୍କ ସହ ୪ ଗିରଫ

ରାୟଗଡ଼ା,୧୬।୨(ଆଶିଷ ରଞ୍ଜନ ପଣ୍ଡା) ମାଓବାଦୀଙ୍କ ନାଁରେ ପୋଷ୍ଟର ମାରିବା ଏବଂ ନକଲି ମାଓବାଦୀଙ୍କୁ ଆତ୍ମସମର୍ପଣ କରାଇ ସରକାରୀ ଅର୍ଥ ଲୁଟ ପାଇଁ ଉଦ୍ୟମ କରିବା ଘଟଣାରେ ରାୟଗଡ଼ା…

ବଟେଶ୍ୱର ଜାଗର ମହୋତ୍ସବ: ମୋହିଲା ଛାତ୍ରୀଛାତ୍ରଙ୍କ ନୃତ୍ୟ

ଗଞ୍ଜାମ,୧୬ା୨(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତର ପ୍ରସିଦ୍ଧ ବଟେଶ୍ୱର ମନ୍ଦିର ବାଲିଯାତ୍ରା ପଡିଆରେ ମହାଶିବରାତ୍ରି ଉପଲକ୍ଷେ ପ୍ରଥମଥର ପାଇଁ ଜାଗର ମହୋତ୍ସବ ଅନୁଷ୍ଠିତ ହୋଇଯାଇଛି।…

ପୂର୍ବତନ ବିଧାୟିକା ରାସେଶ୍ୱରୀ ପାଣିଗ୍ରାହୀଙ୍କ ପରଲୋକ

ସମ୍ୱଲପୁର,୧୬।୨: ସମ୍ୱଲପୁର ପୂର୍ବତନ ବିଧାୟିକା ଡା. ରାସେଶ୍ୱରୀ ପାଣିଗ୍ରାହୀଙ୍କ ସୋମବାର ରାତିରେ ପରଲୋକ ହୋଇଯାଇଛି। ତାଙ୍କୁ ମୃତ୍ୟୁ ବେଳକୁ ୭୯ ବର୍ଷ ବୟସ ହୋଇଥିଲା। ରାତି ପ୍ରାୟ…

ଏହି ଷ୍ଟେସନର ବଦଳିବ କାୟାକଳ୍ପ: ଏତିକି କୋଟି ମଞ୍ଜୁର କଲେ କେନ୍ଦ୍ର ସରକାର

ଭୁବନେଶ୍ୱର,୧୬।୨: ଓଡ଼ିଶାର ରେଳ ଭିତ୍ତିଭୂମି ପାଇଁ ୯୩.୧୯ କୋଟି ଟଙ୍କା ଅନୁମୋଦନ କରିଛନ୍ତି କେନ୍ଦ୍ର ସରକାର। ଏହି ଟଙ୍କାରେ ବ୍ରହ୍ମପୁର ରେଳ ଷ୍ଟେସନର ପୁନଃ ବିକାଶ କରାଯିବ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri