ରୋମାନିୟା ପହଞ୍ଚିଲେ ୟୁକ୍ରେନରେ ଫସିଥିବା ଭାରତୀୟଙ୍କ ପ୍ରଥମ ଦଳ, ଖୁବଶୀଘ୍ର ଫେରିବେ ସ୍ୱଦେଶ

ବୁଚାରେଷ୍ଟ,୨୬ ।୨: ୟୁକ୍ରେନ୍ ଓ ରୁଷିଆ ମଧ୍ୟରେ ଯୁଦ୍ଧ ଆରମ୍ଭ ହୋଇଯିବା ପରେ ସେଠାରେ ଫସି ରହିଥିବା ଭାରତୀୟଙ୍କ ପ୍ରଥମ ଦଳ ଶୁକ୍ରବାର ସୁସେବା ବର୍ଡର ଦେଇ ରୋମାନିୟା ପହଞ୍ଚିଛନ୍ତି । ଏମାନଙ୍କ ମଧ୍ୟରେ ଅଧିକାଂଶ ଛାତ୍ର ରହିଥିବା ବେଳେ ପ୍ରାୟ ୪୭୦ ଜଣ ଭାରତୀୟ ରୋମାନିଆ ପହଞ୍ଚିଥିବା ସୂଚନା ମିଳିଛି । ଏମାନଙ୍କୁ ଏବେ ରୋମାନିୟାର ରାଜଧାନୀ ବୁଚାରେଷ୍ଟ ପଠାଇ ଦିଆଯାଉଛି । ସେଠାରୁ ସେମାନେ ଭାରତ ଫେରିବେ । ବୈଦେଶିକ ମନ୍ତ୍ରଣାଳୟର ପ୍ରବକ୍ତା ଅରିନ୍ଦମ ବାଗଚି ଟୁଇଟ କରି ଏହି ସୂଚନା ଦେଇଛନ୍ତି ।
ଏବେ ଏମାନଙ୍କୁ ଉଦ୍ଧାର କରିବା ଲାଗି ବୁଚାରେଷ୍ଟକୁ ଏୟାର ଇଣ୍ଡିଆର ଦୁଇଟି ବିମାନ ପଠଇବାର ବ୍ୟବସ୍ଥା କରାଯାଉଛି । ସୂଚନାଯୋଗ୍ୟ, ଯୁଦ୍ଧର ଦ୍ୱିତୀୟ ଦିନରେ ୟୁକ୍ରେନର ରାଜଧାନୀ କ୍ୱିଭ୍ ଓ ଅନ୍ୟ ସହରରେ ରୁଷିଆ ପକ୍ଷରୁ ବିମାନ ଆକ୍ରମଣ କରାଯାଇଛି । ଏଥିପାଇଁ ଲୋକେ ୟୁକ୍ରେନ୍ ଛାଡିବାକୁ ବାଧ୍ୟ ହେଉଛନ୍ତି । ଜାତିସଂଘର ସୂଚନା ଅନୁଯାୟୀ, ପାଖାପାଖି ୫୦ ହଜାର ଲୋକ ୟୁକ୍ରେନ୍ ଛାଡି ବାହାରକୁ ଚାଲି ଯାଇଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ମସ୍କଙ୍କ ଭାରତ ଗସ୍ତ ସ୍ଥଗିତ

ନୁୟର୍କ/ନୂଆଦିଲ୍ଲୀ,୨୦।୪: ଟେସଲା ସିଇଓ ଏଲନ ମସ୍କଙ୍କ ଭାରତ ଗସ୍ତକୁ ସ୍ଥଗିତ ରଖାଯାଇଛି। ୨୧-୨୨ ଏପ୍ରିଲରେ ଦୁଇ ଦିନ ପାଇଁ ମସ୍କ ଭାରତ ଗସ୍ତ କରିବାର କାର୍ଯ୍ୟକ୍ରମ...

ଅତି ଜରୁରୀ ନ ଥିଲେ ଯାତ୍ରା କରନ୍ତୁ ନାହିଁ

ଆବୁଧାବି,୨୦।୪: ସଂଯୁକ୍ତ ଆରବ ଏମିରେଟ୍‌ସ(ୟୁଏଇ)ରେ ଭୟଙ୍କର ବନ୍ୟା ମଧ୍ୟରେ ଫସିରହିଥିବା ଭାରତୀୟଙ୍କ ପାଇଁ ନୂଆ ଆଡ୍‌ଭାଇଜରି ଜାରି ହୋଇଛି। ଦୁବାଇରେ ଥିବା ଭାରତୀୟ ଦୂତାବାସ ପକ୍ଷରୁ...

ଇରାନରେ ଇସ୍ରାଏଲ୍‌ର ଏୟାରଷ୍ଟ୍ରାଇକ୍‌

ଦୁବାଇ,୨୦ା୪: ଇରାନ୍‌ ଉପରେ ଇସ୍ରାଏଲୀ ସେନା ଶୁକ୍ରବାର ମିଶାଇଲ୍‌ ଆକ୍ରମଣ କରିଥିବା ଆମେରିକାର ଜଣେ ବରିଷ୍ଠ ସେନା ଅଧିକାରୀ ସୂଚନା ଦେଇଛନ୍ତି। ଇରାକ୍‌ ଓ ସିରିଆରେ...

ଇସ୍ରାଏଲ କେମିତି କଲା ଆକ୍ରମଣ, ଇରାନର କେତେ ହେଲା କ୍ଷତି ଜାଣନ୍ତୁ ସେ ସମ୍ପର୍କରେ…

ତେହରାନ,୧୯ା୪: ଇରାନ ଏବଂ ଇସ୍ରାଏଲ ମଧ୍ୟରେ ବିଶ୍ୱଯୁଦ୍ଧର ଆଶଙ୍କା ଆହୁରି ଗଭୀର ହେବାକୁ ଲାଗିଲାଣି। ଇସ୍ରାଏଲ ଦ୍ୱାରା ଇରାନ ଉପରେ କ୍ଷେପଣାସ୍ତ୍ର ଏବଂ ଡ୍ରୋନ୍‌ ଆକ୍ରମଣ...

ଦିନେଶ ତ୍ରିପାଠୀ କିଏ? ଯାହାଙ୍କ ଯୁଦ୍ଧ ଦକ୍ଷତା ବେଶ୍‌ ପ୍ରସିଦ୍ଧ, ଜାଣନ୍ତୁ ତାଙ୍କ ବିଷୟରେ…

ନୂଆଦିଲ୍ଲୀ,୧୯ା୪: ଦିନେଶ ତ୍ରିପାଠୀଙ୍କୁ କେନ୍ଦ୍ର ସରକାର ପରବର୍ତ୍ତୀ ନୌସେନା ମୁଖ୍ୟ ଭାବରେ ନିଯୁକ୍ତ କରିଛନ୍ତି। ଦିନେଶ ଏପ୍ରିଲ ୩୦ରେ ତାଙ୍କର ନୂତନ ଦାୟିତ୍ୱ ଗ୍ରହଣ କରିବେ...

ଇସ୍ରାଏଲ ଜାହାଜରେ ଥିବା ୧୬ ଭାରତୀୟ ଘରକୁ ଫେରିବେ

ଜେରୁଜେଲମ୍‌,୧୯ା୪: ଭାରତରେ ଇରାନର ରାଷ୍ଟ୍ରଦୂତ ଇରାଜ ଇଲାହୀ କହିଛନ୍ତି, ତାଙ୍କ ଦେଶ ଦ୍ୱାରା ଧରାଯାଇଥିବା ମାଲ୍‌ବାହୀ ଜାହାଜର ଅବଶିଷ୍ଟ ୧୬ ଜଣ ଭାରତୀୟ କ୍ରୁ ସଦସ୍ୟଙ୍କୁ...

ତେହେରାନ ଯାଉଥିବା ସମସ୍ତ ବିମାନ ବାତିଲ, ଇରାନ କହିଲା ପାଓ୍ବାର ଓ ନ୍ୟୁକ୍ଲିୟର ପ୍ଲାଣ୍ଟ ସମ୍ପୂର୍ଣ୍ଣ ଭାବେ ସୁରକ୍ଷିତ

ତେହେରାନ,୧୯।୪: ସିରିଆର ରାଜଧାନୀ ଦମିଶ୍କରେ ଇରାନ ଦୂତାବାସ ଉପରେ ଏୟାର ଷ୍ଟ୍ରାଇକ ପରେ ପଶ୍ଚିମ ଏସିଆର ଅବସ୍ଥା କ୍ରମାଗତ ଭାବେ ଖରାପ ହେବାରେ ଲାଗିଛି। ସମଗ୍ର...

ମାନିଲେନି ନେତାନ୍ୟାହୁ: ଇରାନ ଉପରେ ଗୋଟିଏ ପରେ ଗୋଟିଏ ମିଶାଇଲ ମାଡ଼

ଜେରୁଜେଲମ୍‌,୧୯।୪: ଶେଷରେ ଇସ୍ରାଏଲ ଇରାନ ଉପରେ ଆକ୍ରମଣ କରିଛି। ଇରାନର ଅନେକ ସହର ଉପରେ ଇସ୍ରାଏଲ ମିଶାଏଲ ମାଡ କରିଛି। ଇରାନ ଶୁକ୍ରବାର ଏନେଇ ସୂଚନା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri