ରୁଷିଆ-ୟୁକ୍ରେନ ଯୁଦ୍ଧ ମଧ୍ୟରେ ଜି-୭ ଡକାଇଲା ଜରୁରୀ ବୈଠକ

କିଭ୍‌,୧୦।୧୦: ରୁଷିଆ ପୁଣିଥରେ ୟୁକ୍ରେନ ଉପରେ ଆକ୍ରମଣକୁ ଜୋରଦାର କରିଛି। ସୋମବାର ୟୁକ୍ରେନର ରାଜଧାନୀ କିଭ୍‌ ସମେତ ଅନେକ ସହର ଉପରେ ରୁଷିଆ ସୈନ୍ୟ ମିଶାଇଲ ମାଡ଼ କରିଛି। ଏହି ଆକ୍ରମଣରେ ୮ଜଣ ସାଧାରଣ ନାଗରିକଙ୍କର ମୃତ୍ୟୁ ଘଟିଥିବା ବେଳେ ଅନେକ ଲୋକ ଆହତ ହୋଇଛନ୍ତି। ଇତିମଧ୍ୟରେ ମଙ୍ଗଳବାର ଜର୍ମାନ ଚାନ୍ସଲର ଓଲୋଫ ସ୍କୋଲଜ ଜି-୭ର ଏକ ଜରୁରୀ ବୈଠକ ଡକାଇଛନ୍ତି। ସ୍କୋଲଜ ଜି-୭ର ଅଧ୍ୟକ୍ଷତା କରୁଛନ୍ତି। ୟୁକ୍ରେନ ରାଷ୍ଟ୍ରପତି ଭୋଲୋଡିମିର ଜେଲେନସ୍କି ଜର୍ମାନ ଚାନ୍ସଲରଙ୍କ ସହ ଫୋନରେ କଥା ହୋଇ ଏହି ବୈଠକକୁ ସମ୍ବୋଧିତ କରିବେ ବୋଲି ସହମତ ପ୍ରକାଶ କରିଛନ୍ତି। ଅନ୍ୟପଟେ ଜେଲେନ୍‌ସ୍କି ଫ୍ରାନ୍ସର ରାଷ୍ଟ୍ରପତି ଇମାନୁଏଲ ମାକ୍ରୋନଙ୍କ ସହ ଫୋନରେ କଥା ହୋଇ ବାୟୁ ପ୍ରତିରକ୍ଷା ଉପକରଣ ମାଗିଥିବା ଜଣାପଡ଼ିଛି। ସୂଚନାଯୋଗ୍ୟ, ଜୁନ ୨୬ରେ ରୁଷିଆ କିଭ୍‌ ଉପରେ ଆକ୍ରମଣ କରିଥିଲା। ଏହି ଆକ୍ରମଣକୁ ନେଇ ରୁଷିଆ ରାଷ୍ଟ୍ରପତି ଭ୍ଲାଡିିମିର ପୁଟିନ ପ୍ରତିକ୍ରିୟା ରଖଛନ୍ତି। ସେ କହିଛନ୍ତି, ୟୁକ୍ରେନ ଉପରେ ହୋଇଥିବା ରୁଷିଆର ଆକ୍ରମଣକୁ ଆତଙ୍କବାଦୀ କାର୍ଯ୍ୟକଳାପର ଜବାବ ଦିଆଯାଇଛି। ଗତ ସପ୍ତାହରେ ୟୁକ୍ରେନର ସ୍ପେଶାଲ ଫୋର୍ସ ଏକ ପୋଲକୁ ଉଡ଼ାଇ ଦେଇଥିଲେ। ଏହାପରେ ରୁଷିଆ ୟୁକ୍ରେନକୁ ଭୟଙ୍କର ପରିଣାମ ଭୋଗିବାକୁ ଧମକ ଦେଇଥିଲା। ଅନ୍ୟପଟେ ୟୁକ୍ରେନ ରାଷ୍ଟ୍ରପତି ଜେଲେନସ୍କି କହିଛନ୍ତି, ଆମେ ଆତଙ୍କବାଦୀଙ୍କ ସହ ଲଢ଼ୁଛୁ। ୟୁକ୍ରେନ ସହରରେ ଅନେକ କ୍ଷେପଣାସ୍ତ୍ର ନିକ୍ଷେପ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଚନ୍ଦନ କଳସ ଯାତ୍ରାକୁ କୋରାପୁଟରେ ଭବ୍ୟ ସ୍ବାଗତ

କୋରାପୁଟ,୨୫।୮(ଅମିତାଭ ବେହେରା): ସନ୍ଥ ଶିରୋମଣି ଗୁରୁ ରବିଦାସଜୀଙ୍କ ୬୫୦ତମ ଜୟନ୍ତୀ ଅବସରରେ ସାମାଜିକ ସମରସତା ଓ ଭାଇଚାରାର ବାର୍ତ୍ତା ନେଇ ଆୟୋଜିତ ‘ସମରସ ସଂକଳ୍ପ ଅଭିଯାନ’ର ପବିତ୍ର…

ଦୁର୍ନୀତି ମାମଲାରେ ପୂର୍ବତନ ପଞ୍ଚାୟତ ନିର୍ବାହୀ ଅଧିକାରୀଙ୍କୁ ୪ବର୍ଷ ସଶ୍ରମ କାରାଦଣ୍ଡ

ବରଗଡ଼,୨୫।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ଭିଜିଲାନ୍ସର ସ୍ୱତନ୍ତ୍ର ବିଚାରପତି ପଦମପୁର ବ୍ଲକ ଅଧୀନ ପୁରେନା ଗ୍ରାମପଞ୍ଚାୟତର ପୂର୍ବତନ ପଞ୍ଚାୟତ ନିର୍ବାହୀ ଅଧିକାରୀ (PEO) ଛବିଳ ବାରିହାଙ୍କୁ ଦୁର୍ନୀତି ମାମଲାରେ…

ନାବାଳକଙ୍କ ବାର୍‌ହା ସହ ଦୁଇ ଘଣ୍ଟା ଧରି  ଲଢ଼େଇ: ଶେଷରେ ଜୀବନ ବଞ୍ଚାଇବା ପାଇଁ…

ବାଙ୍କୀ, ୨୫।୮ (ଶୁଭେନ୍ଦୁ ମହାପାତ୍ର): ବାଙ୍କୀ ଗୋପାଳପୁର ପଞ୍ଚାୟତରେ ବାର୍‌ହା ଆତଙ୍କରେ ଭୟଭୀତ ଲୋକେ। ମଙ୍ଗଳବାର ସକାଳ ପ୍ରାୟ ସାଢ଼େ ୭ଟା ସମୟରେ ଗୋପାଳପୁର ପଞ୍ଚାୟତର ୧…

ଚନ୍ଦନପୁରରେ ଗୋଷ୍ଠୀ ସଂଘର୍ଷ, ପୋଲିସର ଫ୍ଲାଗମାର୍ଚ

ପୁରୀ,୨୫।୮: ପୁରୀ ଜିଲା ଚନ୍ଦନପୁର ଥାନା ଉତରଣା ମଠସାହିରେ ମଙ୍ଗଳବାର ଗୋଷ୍ଠୀ ସଂଘର୍ଷ ହୋଇଛି। ଗାଁର ଏକ ପୋଖରୀର ଦଳ ସଫା ଏବଂ ମାଛ ମରାକୁ କେନ୍ଦ୍ର…

ନିଶାମୁକ୍ତ ଓଡିଶା ଅଭିଯାନ କାର୍ଯ୍ୟକ୍ରମ, ନିଶା ସେବନ ବିରୋଧରେ ଶପଥ ପାଠ କଲେ ଛାତ୍ରୀଛାତ୍ର

ଦିଗପହଣ୍ଡି,୨୫।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ବଡଖେମୁଣ୍ଡି ହାଇସ୍କୁଲ ପରିସରରେ ମଙ୍ଗଳବାର ଦିଗପହଣ୍ଡି ଥାନା ପକ୍ଷରୁ ନିଶାମୁକ୍ତ ଓଡିଶା ଅଭିଯାନ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ…

ଚନ୍ଦ୍ରଗହଣରେ ହାନୀ ନୁହେଁ ଏହି ୩ରାଶିଙ୍କ ଫିଟିଯିବ ଭାଗ୍ୟ, ଧନବର୍ଷା ସାଙ୍ଗକୁ ମିଳିବ ବଡ଼ ଚାକିରିର ଅଫର୍‌…

କୌଣସି ବି ଗ୍ରହଣ, ତାହା ଚନ୍ଦ୍ରଗ୍ରହଣ ହେଉ କି ସୂର୍ଯ୍ୟଗ୍ରହଣ, ସବୁବେଳେ କ’ଣ ବର୍ବାଦୀ ନେଇ ଆସିଥାଏ? କାରଣ ପ୍ରାୟତଃ ଆମେ ଗ୍ରହଣ ନାମ ଶୁଣିବା ମାତ୍ରେ…

ପିହୁ ନିଖୋଜ ଘଟଣା,କ୍ରାଇମବ୍ରାଞ୍ଚ ନୁହେଁ ସିବିଆଇ ତଦନ୍ତ ହେଉ:ବିଶ୍ୱ ରଞ୍ଜନ

ବରୀ,୨୫।୮(ମହେନ୍ଦ୍ର ସ୍ବଇଁ): ଯାଜପୁର ଜିଲା ବରୀ ବ୍ଲକ ବିଂଝାରପୁର ଥାନ ମଧୁସୂଦନପୁର ଗ୍ରାମର ବହୁଚର୍ଚ୍ଚିତ କୁନି ଝିଅ ପିହୁ ନିଖୋଜ ଘଟଣାକୁ ନେଇ , ଯାଜପୁର ସାଂସଦ…

୨୧୦ କେଜି ଗଞ୍ଜେଇ ଜବତ, ୮ ଗିରଫ: କନ୍ଧମାଳରୁ ରାଜ୍ୟ ବାହାରକୁ ହେଉଥିଲା ଚାଲାଣ

ଭଞ୍ଜନଗର, ୨୫।୮(ବାବୁଲା ପ୍ରଧାନ)- ଗଞ୍ଜାମ ଜିଲା ଭଞ୍ଜନଗର ପୋଲିସ ଏକ ବଡ଼ ଧରଣର ଗଞ୍ଜେଇ ଚାଲାଣ ମାମଲା ଠାବ କରି ୨୧୦ କେଜି ଗଞ୍ଜେଇ ଜବତ କରିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri