Posted inଜାତୀୟ

ୟୁକ୍ରେନକୁ ମାନବୀୟ ସହାୟତା ଯୋଗାଇବ ଭାରତ

ନୂଆଦିଲ୍ଲୀ,୧ ।୩: ରୁଷିଆ-ୟୁକ୍ରେନ୍ ଯୁଦ୍ଧ ମଧ୍ୟରେ ଭାରତ ୟୁକ୍ରେନକୁ ମାନବୀୟ ସହାୟତା ଯୋଗାଇ ଦେବାକୁ ନିଷ୍ପତ୍ତି ନେଇଛି । ମଙ୍ଗଳବାର ଏହା ପଠାଯିବ । ଦୁଇ ଦେଶରେ ଯୁଦ୍ଧ କାରଣରୁ ୟୁକ୍ରେନର ହଜାର ହଜାର ଲୋକ ସୀମାବର୍ତ୍ତୀ ଅଞ୍ଚଳକୁ ଚାଲି ଆସୁଛନ୍ତି । ଫଳରେ ସେଠାରେ ମାନବୀୟ ସଙ୍କଟ ଉପୁଜିଛି । ୟୁକ୍ରେନରେ ଫସି ରହିଥିବା ଭାରତୀୟଙ୍କୁ ଫେରାଇ ଆଣିବାକୁ ନେଇ କରାଯାଉଥିବା ପ୍ରୟାସର ସମୀକ୍ଷା କରିବା ସମୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ୟୁକ୍ରେନର ମାନବୀୟ ସଙ୍କଟ କଥା ଆଲୋଚନାକୁ ଆଣିଥିଲେ । ଆଉ ଏଥିପାଇଁ ମଙ୍ଗଳବାର ସହାୟତା ଯୋଗାଇ ଦିଆଯିବ ବୋଲି ନିଷ୍ୱତ୍ତି ନିଆଯାଇଛି । ବୈଦେଶିକ ମନ୍ତ୍ରଣାଳୟ କହିଛି ୟୁକ୍ରେନ ପାଇଁ ମଙ୍ଗଳବାର ମାନବୀୟ ସହାୟତା ସାମଗ୍ରୀ ପଠାଯିବ ।
ଭାରତରେ ଥିବା ୟୁକ୍ରେନର ରାଷ୍ଟ୍ରଦୂତ ଇଗୋର ପୋଲିଖାଙ୍କ ଦ୍ୱାରା ମାନବୀୟ ସହାୟତା ଲୋଡାଯିବା ପରେ ଭାରତ ସୀମାବର୍ତ୍ତୀ ଅଞ୍ଚଳକୁ ମାନବୀୟ ସହାୟତା ଯୋଗାଇ ଦେବାକୁ ନିଷ୍ପତ୍ତି ନେଇଛି । ମିଳିତ ଜାତିସଂଘରେ ଭାରତର ସ୍ଥାୟୀ ପ୍ରତିନିଧି ଟି.ଏସ୍‌. ତିରୁମୂର୍ତ୍ତି କହିଛନ୍ତି ୟୁକ୍ରେନରେ ମାନବୀୟ ଆବଶ୍ୟକତାକୁ ଦୃଷ୍ଟିରେ ରଖି ଭାରତ ସରକାର ମଙ୍ଗଳବାର ଔଷଧ ଓ ଅନ୍ୟାନ୍ୟ ଆବଶ୍ୟକ ସାମଗ୍ରୀ ପଠାଇବେ ।


Enter your email to get our daily news in your inbox.

All Right Reserved By Dharitri.Com

ଜୟ ଜଗନ୍ନାଥ ଶୁଣି ବିଗିଡ଼ି ଗଲେ କଂସ ମହାରାଜ: ଆଉ ତା’ପରେ ଘଟିଲା…

ମଥୁରାନଗରୀ,୩୧।୧୨(ପ୍ରେମାନନ୍ଦ ଖମାରୀ):ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ସବୁଠାରୁ ଅନନ୍ୟ ଓ ନିଆରା। ଏଠାରେ ମଥୁରା ଅଛି, ଗୋପପୁର ମଧ୍ୟ ରହିଛି। ସେହିପରି ଯମୁନା...

ପୁଣି ଟ୍ରେନ୍‌ ଟିକେଟ ବୁକିଂ ନିୟମ ବଦଳାଇଲା IRCTC, ଯାତ୍ରା କରିବାକୁ ଥିଲେ ଜାଣି ନିଅନ୍ତୁ…

ନୂଆଦିଲ୍ଲୀ,୩୦।୧୨: ଭାରତୀୟ ରେଳବାଇ ଆଧାର-ଯାଞ୍ଚ ହୋଇଥିବା IRCTC ଆକାଉଣ୍ଟ୍ ଧାରୀମାନଙ୍କ ପାଇଁ ବଡ଼ ରାହତ ଘୋଷଣା କରିଛି। ଆଡ଼ଭାନ୍ସ ରିଜର୍ଭେସନ୍ ପିରିଅଡ୍ (ARP)ର ପ୍ରଥମ ଦିନରେ...

ବିଶ୍ୱର ୪ର୍ଥ ବୃହତ୍ ଅର୍ଥନୀତି ପାଲଟିଲା ଭାରତ; ୨୦୩୦ ସୁଦ୍ଧା ଜର୍ମାନୀକୁ ଟପିବା ଲକ୍ଷ୍ୟ

ନୂଆଦିଲ୍ଲୀ,୩୦।୧୨: ବିଶ୍ୱ ଅର୍ଥନୀତି ମାନଚିତ୍ରରେ ଭାରତର ଦବଦବା ଜାରି ରହିଛି। ଜାପାନକୁ ଟପି ଭାରତ ଏବେ ବିଶ୍ୱର ଚତୁର୍ଥ ବୃହତ୍ତମ ଅର୍ଥନୈତିକ ଶକ୍ତି ଭାବେ ଉଭା...

ଆର୍‌ସିବିକୁ ବଡ଼ ଝଟ୍‌କା, ଏହି କାରଣରୁ ଖେଳିବେ ନାହିଁ…

ନୂଆଦିଲ୍ଲୀ, ୩୦।୧୨: ମହିଳା ପ୍ରିମିଅର୍ ଲିଗ୍ (WPL) ୨୦୨୬ ଆରମ୍ଭ ହେବାକୁ ମାତ୍ର କିଛି ଦିନ ବାକି ଥିବାବେଳେ ରୟାଲ୍ ଚ୍ୟାଲେଞ୍ଜର୍ସ ବେଙ୍ଗଲୁରୁ (RCB) ଟିମ୍‌କୁ...

UAE ର ଦୁଇ ଜାହାଜ ଉପରେ ଏୟାରଷ୍ଟ୍ରାଇକ୍ କଲା ସାଉଦି ଆରବ, ଦେଲା ୨୪ ଘଣ୍ଟା ଅଲ୍ଟିମେଟମ୍

ନୂଆଦିଲ୍ଲୀ,୩୦।୧୨: ଇସ୍ରାଏଲ-ହମାସ ଯୁଦ୍ଧ ମଧ୍ୟରେ ପଶ୍ଚିମ ଏସିଆର ଦୁଇ ଶକ୍ତିଶାଳୀ ଦେଶ ସାଉଦି ଆରବ ଏବଂ ୟୁନାଇଟେଡ ଆରବ ଏମିରେଟ୍ସ (UAE) ମଧ୍ୟରେ ତିକ୍ତତା ଚରମ...

ଦେଶର GDP’କୁ ଅତିକ୍ରମ କଲା ଭାରତୀୟ ପରିବାର ପାଖରେ ଥିବା ସୁନା ମୂଲ୍ୟ

ନୂଆଦିଲ୍ଲୀ,୩୦।୧୨: ଭାରତୀୟ ପରିବାରଗୁଡ଼ିକ ପାଇଁ ସୁନା କେବଳ ଏକ ଅଳଙ୍କାର ନୁହେଁ, ବରଂ ଏହା ଭାବପ୍ରବଣତା ଏବଂ ଆର୍ଥିକ ସୁରକ୍ଷାର ଏକ ପ୍ରତୀକ। ବିଶ୍ୱ ବଜାରରେ...

ବରଗଡ଼ ଧନୁଯାତ୍ରାରେ ମୁଖ୍ୟମନ୍ତ୍ରୀ: ହାତୀ ପିଠିରେ ବସି ବୁଲିଲେ ମଥୁରା ନଗରୀ

ମଥୁରାନଗରୀ,୩୦।୧୨(ପ୍ରେମାନନ୍ଦ ଖମାରୀ): ବିଶ୍ୱପ୍ରସିଦ୍ଧ ବରଗଡ଼ ଧନୁଯାତ୍ରା ମହୋତ୍ସବରେ ସାମିଲ ହୋଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ମଙ୍ଗଳବାର ଅପରାହ୍ନରେ ମୁଖ୍ୟମନ୍ତ୍ରୀ ବିକାଶ ଗ୍ରାଉଣ୍ଡ ହେଲିପ୍ୟାଡରେ ପହଞ୍ଚିବା...

୩ ବର୍ଷ ଧରି ପାଇଲେ ଭଲ, ହେଲେ ବିବାହ ପାଇଁ କରିଦେଲେ ମନା; ଥାନାରେ ବିଷ ପିଇଦେଲେ ପ୍ରେମିକ…

ଆନନ୍ଦପୁର ୩୦।୧୨(ସୁଶାନ୍ତ କୁମାର ସାହୁ): ବିବାହ କରିବାକୁ ମନା କରିଦେଲା ପ୍ରେମିକା। ସହି ନ ପାରି ପ୍ରେମିକାଙ୍କ ଉପସ୍ଥିତିରେ ଥାନା ପରସରରେ ବିଷ ପିଇଦେଲେ ଯୁବକ।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri