Posted inଜାତୀୟ

‘ମୋଦି ଭାରତର ସଙ୍କଟମୋଚକ’

ନୂଆଦିଲ୍ଲୀ,୯।୩: ୟୁକ୍ରେନ ଏବଂ ରୁଷିଆ ମଧ୍ୟରେ ଯୁଦ୍ଧ ଚାଲିଛି। ୟୁକ୍ରେନରେ ଫସିଥିବା ଲୋକଙ୍କୁ ସ୍ବଦେଶ ଫେରାଇ ଆଣିବାକୁ ଭାରତ ସରକାର ଲଗାତର ଉଦ୍ୟମ କରୁଛନ୍ତି। ତେବେ ବୁଧବାର ଭାରତର ପ୍ରୟାସ ଉପରେ କେନ୍ଦ୍ର ମନ୍ତ୍ରୀ ପୀୟୁଷ ଗୋୟଲ ଗୁରୁତ୍ୱପୂର୍ଣ୍ଣ ସୂଚନା ଦେଇଛନ୍ତି। ସେ କହିଛନ୍ତି, ୟୁକ୍ରେନରୁ ଭାରତୀୟ ଛାତ୍ର ଆଣିବା ସହଜ ନୁହେଁ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅକ୍ଲାନ୍ତ ପରିଶ୍ରମ ପରେ ଏହି କଷ୍ଟସାଧ୍ୟ କାର୍ଯ୍ୟ ସଫଳତାର ସହିତ ସମାପ୍ତ ହୋଇଛି।
ଗୋଏଲ ଆହୁରି ମଧ୍ୟ କହିଛନ୍ତି, ତିନି ସପ୍ତାହ ମଧ୍ୟରେ ୨୦ ହଜାରରୁ ଅଧିକ ଭାରତୀୟ ନାଗରିକ ସେଠାରୁ ଅଣାଯାଇଛି। ସେମାନଙ୍କ ମଧ୍ୟରୁ ଅଧିକାଂଶ ଛାତ୍ରୀଛାତ୍ର। ଏତେ ସଂଖ୍ୟକ ଲୋକଙ୍କୁ ସେଠାରୁ ଆଣିିବା ନିହାତି ଗର୍ବର ବିଷୟ। ଆଜି ସମଗ୍ର ଦେଶରେ ଏକ ବିଶ୍ୱାସ ରହିଛି ଯେ କୌଣସି ସଙ୍କଟ ସମୟରେ ଭାରତ ସରକାର ଏବଂ ଭାରତର ଲୋକପ୍ରିୟ ପ୍ରଧାନମନ୍ତ୍ରୀ ଆମକୁ ସଙ୍କଟରୁ ବାହାର କରିବେ। ପ୍ରଧାନମନ୍ତ୍ରୀ ପ୍ରାୟ ୧୧ ଥର ବିଶ୍ୱର ବଡ ନେତାଙ୍କ ସହ କଥା ହୋଇଥିଲେ। ୟୁକ୍ରେନରେ ଫସିଥିବା ଲୋକଙ୍କ ଉଦ୍ଧାର ପାଇଁ କୂଟନୈତିକ ସ୍ତରରେ ଜୋରଦାର ଉଦ୍ୟମ ହୋଇଥିଲା। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ନିଜେ ଏହି ବିଷୟକୁ ଗମ୍ଭୀରତାର ସହ ନେଇଥିଲେ। ସେ ୮ଟି ଉଚ୍ଚ ସ୍ତରୀୟ ବୈଠକ କରିଥିଲେ। ପ୍ରତ୍ୟେକ ବୈଠକ ପରେ ନାଗରିକଙ୍କୁ କିପରି ଭାରତକୁ ଫେରାଇ ନିଆଯିବ ସେନେଇ କଠୋର ପଦକ୍ଷେପ ନିଆଯାଇଥିଲା। ସଙ୍କଟ ସମୟରେ ପ୍ରଧାନମନ୍ତ୍ରୀ ଏହି ଅଭିଯାନର ନେତୃତ୍ୱ ନେଇଛନ୍ତି। ଅନ୍ୟ କୌଣସି ଦେଶର ଏପରି ଉଦାହରଣ  ନାହିଁ, ଯାହା ନାଗରିକମାନଙ୍କୁ ଏତେ ଗମ୍ଭୀରତାର ସହିତ ଫେରାଇ ଆଣିବା କାର୍ଯ୍ୟକୁ ନେଇଥିଲା। ଆଜି ଆମେ ଗର୍ବିତ ଯେ ସେଠାରେ ଥିବା ଛାତ୍ରମାନଙ୍କର ଶେଷ ବ୍ୟାଚ ଏବେ ଯୁଦ୍ଧ କ୍ଷେତ୍ରରୁ ବାହାରି ନିକଟ ଦେଶ ଦେଇ ଆସୁଛନ୍ତି। ଏହାସହ ଏହି କାର୍ଯ୍ୟରେ ଜଡିତ ସମସ୍ତ ସଂଗଠନ ଏବଂ କର୍ମଚାରୀଙ୍କୁ ଧନ୍ୟବାଦ ଦେବାକୁ ଚାହୁଁଛି ବୋଲି ସେ କହିଛନ୍ତି।
ସେହିପରି ଗୋଏଲ କଂଗ୍ରେସକୁ ଟାର୍ଗେଟ କରିଛନ୍ତି। ଦୁର୍ଭାଗ୍ୟବଶତଃ, କଂଗ୍ରେସ ଏବଂ ଅନ୍ୟାନ୍ୟ ରାଜନୈତିକ ଦଳ ଏବଂ କିଛି ମୁଖ୍ୟମନ୍ତ୍ରୀ ମଧ୍ୟ ଏହା ଉପରେ ରାଜନୀତି କରିବାକୁ ଚେଷ୍ଟା କରିଥିଲେ। ସଙ୍କଟ ସମୟରେ ସମସ୍ତ ଲୋକ ଏକଜୁଟ ହୋଇଥିଲେ ମଧ୍ୟ ଏହି ସଙ୍କଟରେ ଲୋକଙ୍କୁ ସାନ୍ତ୍ୱନା ଦେବା ପରିବର୍ତ୍ତେ ବିରୋଧୀ ଦଳର ନେତାମାନେ ମିଥ୍ୟା ପ୍ରଚାରରେ ଲିପ୍ତ ଥିବା ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସରକାର ଦେବେ ଆଡ୍‌ମିଶନ ଫି’, ଛାତ୍ରୀଛାତ୍ର ଭରିବେ ପରୀକ୍ଷା ଫି’

ଭୁବନେଶ୍ୱର,୧୨ା୮(ସୁଚିସ୍ମିତା ସାହୁ): କେଜିରୁ ପିଜି ପର୍ଯ୍ୟନ୍ତ ମାଗଣା ଶିକ୍ଷା ଯୋଜନାରେ ନିୟମିତ ସ୍ନାତକ ଓ ସ୍ନାତକୋତ୍ତର ପାଠ୍ୟକ୍ରମରେ ନାମଲେଖା ଓ ପୁନଃନାମଲେଖା ପାଇଁ ଛାତ୍ରୀଛାତ୍ରଙ୍କୁ ନିର୍ଦ୍ଧାରିତ ଫି’…

ଆଜି ଆଉ ଏକ ଲଘୁଚାପ: ବୁଧବାରଠାରୁ ସୋମବାର ଯାଏ ରାଜ୍ୟରେ ପ୍ରବଳ ବର୍ଷା, ଏସବୁ ଜିଲାକୁ ଓ୍ବାର୍ନିଂ

ଭୁବନେଶ୍ୱର,୧୧ା୮(ବନ୍ଦନା ସେଠୀ) – ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଓ ଏହାର ଆଖପାଖ ଅଞ୍ଚଳରେ ଥିବା ଉପର ବାୟୁମଣ୍ଡଳୀୟ ଘୂର୍ଣ୍ଣିବଳୟ ସମୁଦ୍ର ପତ୍ତନଠାରୁ ପ୍ରାୟ ୭.୬ କି.ମି. ଉଚ୍ଚତା ପର୍ଯ୍ୟନ୍ତ…

ଗଞ୍ଜାମ ଜିଲାପାଳଙ୍କ କାର୍ଯ୍ୟାଳୟ ପରିସରରେ କୀଟନାଶକ ପିଇ ବ୍ୟକ୍ତିଙ୍କ ଆତ୍ମହତ୍ୟା ଉଦ୍ୟମ: ଅବସ୍ଥା ଗୁରୁତର

ଛତ୍ରପୁର, ୧୧।୮ (ଦିଲ୍ଲୀପ ସାମଲ / ଦ୍ଵାରିକା ପଟ୍ଟନାୟକ): ଛତ୍ରପୁରସ୍ଥିତ ଗଞ୍ଜାମ ଜିଲାପାଳଙ୍କ କାର୍ଯ୍ୟାଳୟ ପରିସରରେ ମଙ୍ଗଳବାର ସନ୍ଧ୍ୟାରେ ଏକ ଅଭାବନୀୟ ଘଟଣା ଘଟିଛି। ଜମିଜମା ଓ…

୧୦ଜଣ ବାସିନ୍ଦା ଥିବା ଏହି ଗାଁରେ କାଲି ହେବ ସୂର୍ଯ୍ୟପରାଗ, ୨ ଥର ଘୋଟିଯିବ ଅନ୍ଧାର…

ସ୍ପେନର ବୁର୍ଗୋସ୍ ପ୍ରଦେଶରେ ଅବସ୍ଥିତ ‘ଅଭେଲେନୋସା ଡେ ମୁନ୍ୟୋ’ କେବେ ବେଶ୍ ଜନଗହଳିପୂର୍ଣ୍ଣ ଗାଁ ଥିଲା। ଆଜି ଏଠାରେ ମାତ୍ର ୧୦ ଜଣ ଲୋକ ରହୁଛନ୍ତି। ଗାଁରେ…

ସ୍ୱପ୍ନରେ ଦେଖୁଛନ୍ତି କି ସୂର୍ଯ୍ୟପରାଗ? ମାଡ଼ି ଆସିବ ସଙ୍କଟ! ସ୍ୱପ୍ନଶାସ୍ତ୍ର ଅନୁସାରେ ଜାଣନ୍ତୁ କେଉଁ ରାଶି ପାଇଁ ଶୁଭ-ଅଶୁଭ…

୧୨ ଅଗଷ୍ଟରେ ଏହି ବର୍ଷର ଶେଷ ସୂର୍ଯ୍ୟପରାଗ ଲାଗୁଛି। ଏହି ସୂର୍ଯ୍ୟପରାଗ ଶ୍ରାବଣ ଅମାବାସ୍ୟା ଦିନ ଲାଗୁଛି, ଯାହା ଭାରତରେ ଦୃଶ୍ୟମାନ ହେବନାହିଁ। କିନ୍ତୁ ଏହାର ପ୍ରଭାବ…

କୁକୁର ଦାଉରୁ ରକ୍ଷା ପାଇଁ ସିଧାସଳଖ ଜିଲାପାଳଙ୍କୁ ମେସେଜ୍: ନାକେଦମ ହେଲା ପ୍ରଶାସନ, ଶେଷରେ…

ହାଟଡିହୀ,୧୧।୮(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ପଢ଼ିଆରିପଲ୍ଲୀ ଗ୍ରାମରେ ଜଣେ ମହିଳାଙ୍କ ଘର ଆଗରେ ଏକ କୁକୁର ଶୋଇ ରହିବା ଏବଂ ତାହାକୁ ନେଇ ସୃଷ୍ଟି…

ଇନ୍ଦ୍ରାବତୀ ଜଳଭଣ୍ଡାରବାସୀଙ୍କ ସ୍ୱପ୍ନ ହେବ ସାକାର: ୧୨୫ କୋଟି ଟଙ୍କା ବ୍ୟୟରେ ନିର୍ମାଣ ହେବ ସେତୁ, ଡିଜିପିଏସ ସର୍ଭେ ଶେଷ

ଥୁଆମୂଳ ରାମପୁର,୧୧।୮(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ୍ ଅନ୍ତର୍ଗତ ଇନ୍ଦ୍ରାବତୀ ଜଳଭଣ୍ଡାର ଅଞ୍ଚଳବାସୀଙ୍କ ଦୀର୍ଘ ଦିନର ପ୍ରତୀକ୍ଷା ଓ ଦାବି ଅନ୍ତ ହେବାକୁ ଯାଉଛି।…

କାଲି ସୂର୍ଯ୍ୟୋପରାଗ: ବିଶ୍ୱରେ ୭ ସେକେଣ୍ଡ ପାଇଁ ହୋଇଯିବ ଜିରୋ ଗ୍ରାଭିଟି, ଛାଏଁ ଛାଏଁ ଉଡିବ ମଣିଷ?

ଆସନ୍ତାକାଲି ମହାକାଶରେ ଘଟିବାକୁ ଯାଉଛି ଏକ ବିରଳ ଘଟଣା । ସୂର୍ଯ୍ୟ, ଚନ୍ଦ୍ର ଓ ପୃଥିବୀ ଗୋଟିଏ ସରଳରେଖାରେ ରହିବେ । ସୂର୍ଯ୍ୟ ଓ ପୃଥିବୀ ମଧ୍ୟରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri