ଆଣବିକ ଯୁଦ୍ଧ ମୁହାଁ ରୁଷିଆ-ୟୁକ୍ରେନ୍‌ ଯୁଦ୍ଧ…

ମସ୍କୋ/କ୍ୱିଭ,୩।୧୨ : ଗତ ୧୦ ମାସ ଧରି ଚାଲିଥିବା ରୁଷିଆ-ୟୁକ୍ରେନ ଯୁଦ୍ଧରେ ଆଣବିକ ଅସ୍ତ୍ରଶସ୍ତ୍ର ବ୍ୟବହାର କରିବାର ଆଶଙ୍କା ଏବେ ବୃଦ୍ଧି ପାଇଛି। ୟୁକ୍ରେନ ସେନା ଦାବି କରିଛି ଯେ ରୁଷିଆ ବର୍ତ୍ତମାନ ଆଣବିକ କ୍ଷେପଣାସ୍ତ୍ର ବ୍ୟବହାର କରିବାକୁ ପ୍ରସ୍ତୁତ ହେଉଛି। ବିଶେଷଜ୍ଞମାନେ କହିଛନ୍ତି ଯେ ଯଦି ଆଣବିକ ଆକ୍ରମଣ ହୁଏ ତେବେ କିଛି ଘଣ୍ଟା ମଧ୍ୟରେ ଲକ୍ଷ ଲକ୍ଷ ଲୋକଙ୍କ ମୃତ୍ୟୁ ଘଟିବ।

ୟୁକ୍ରେନ ପ୍ରତିରକ୍ଷା ବିଶେଷଜ୍ଞମାନେ କହିଛନ୍ତି ଯେ ଆଣବିକ ଆକ୍ରମଣ ପାଇଁ ବ୍ୟବହୃତ ପୂର୍ବତନ ସୋଭିଏତ କ୍ଷେପଣାସ୍ତ୍ର ଯୁଦ୍ଧକ୍ଷେତ୍ରରେ ମିଳିଛି। ବିଶେଷଜ୍ଞମାନେ ଏହି କ୍ଷେପଣାସ୍ତ୍ରର ଖଣ୍ଡଗୁଡ଼ିକୁ ଗଣମାଧ୍ୟମକୁ ମଧ୍ୟ ଦେଖାଇଥିଲେ।

ରୁଷିଆ ୟୁକ୍ରେନର ଦାବିକୁ ଏପର୍ଯ୍ୟନ୍ତ ନିଶ୍ଚିତ କରି ନାହିଁ।କିନ୍ତୁ ୟୁରୋପୀୟ ଦେଶମାନଙ୍କର ନିଦ ଏହାକୁ ନେଇ ହଜି ଯାଇଛି। ୟୁକ୍ରେନ ଦାବି କରିଛି ଯେ ଆଣବିକ କ୍ଷେପଣାସ୍ତ୍ର ସହିତ ରୁଷିଆ ୟୁକ୍ରେନ ଉପରେ ଆକ୍ରମଣ କରିଛି। ୟୁକ୍ରେନର ପଶ୍ଚିମ ଭାଗରେ ଏହି ଆକ୍ରମଣ କରାଯାଇଥିଲା।

ୟୁକ୍ରେନ ସାମରିକ ଅଧିକାରୀ ମାଇକୋଲା ଡାନିଲୁକ ଗଣମାଧ୍ୟମକୁ କହିଛନ୍ତି ଯେ ରୁଷିଆ ଲଭିଭ ଏବଂ ଖେଲମନିଟସ୍କି ଅଞ୍ଚଳରେ ଆଣବିକ କ୍ଷେପଣାସ୍ତ୍ର ବ୍ୟବହାର କରିଛି। ସେ ଏକ୍ସ-୫୫ କ୍ରୁଜ କ୍ଷେପଣାସ୍ତ୍ରର କିଛି ଅଂଶ ବିଶେଷ ମିଡିଆକୁ ମଧ୍ୟ ଦେଖାଇଥିଲେ। ଦେଶର ବାୟୁ ପ୍ରତିରକ୍ଷା ପ୍ରଣାଳୀକୁ ହଟାଇବା ଉଦ୍ଦେଶ୍ୟରେ ଏହି ଆକ୍ରମଣ କରାଯାଉଛି ବୋଲି ସେ କହିଛନ୍ତି। ସେ କହିଛନ୍ତି ଯେ ଏହି କ୍ଷେପଣାସ୍ତ୍ରଗୁଡିକର ଖଣ୍ଡଗୁଡ଼ିକରେ ରେଡିଓଆକ୍ଟିଭିଟିର ପରୀକ୍ଷଣରେ ଅସ୍ବାଭାବିକ ସ୍ତର ଦେଖାଯାଇ ନାହିଁ।

 


Enter your email to get our daily news in your inbox.

All Right Reserved By Dharitri.Com

ଭାରତ ଉପରେ ରାଗିଗଲା ଆମେରିକା

ଓ୍ବାଶିଂଟନ୍‌,୨୬।୪: ଇରାନ ପାଇଁ କାମ କରିବା ଅଭିଯୋଗରେ ଆମେରିକା ଦଶହଜାର କମ୍ପାନୀ ଉପରେ ପ୍ରତିବନ୍ଧକ ଲଗାଇଛି। ଏହି କମ୍ପାନୀଗୁଡିକ ମଧ୍ୟରୁ କେତେକ ମଧ୍ୟ ଭାରତର। ସେମାନଙ୍କ...

ଆମେରିକା ବିଶ୍ୱବିଦ୍ୟାଳୟରେ ହିଂସକ ହେଲା ପାଲେଷ୍ଟାଇନ ସମର୍ଥକଙ୍କ ପ୍ରଦର୍ଶନ

ଅଷ୍ଟିନ,୨୬।୪: ଆମେରିକାର ବିଶ୍ୱବିଦ୍ୟାଳୟରେ ଇସ୍ରାଏଲ-ହମାସ ଯୁଦ୍ଧ ବିରୋଧରେ ବିରୋଧ ତୀବ୍ର ହୋଇଛି। ଅନେକ ବିଶ୍ୱବିଦ୍ୟାଳୟରେ ପ୍ରଦର୍ଶନ ଭାଙ୍ଗିବା ପାଇଁ ପୋଲିସ ଡାକିବାକୁ ପଡିଥିଲା। ବିକ୍ଷୋଭକାରୀ ଏବଂ...

ଏହି ଦେଶରେ ସେନା ରଚିଲା ନରସଂହାର, ୨୨୩ ସାଧାରଣ ନାଗରିକଙ୍କୁ କଲା ହତ୍ୟା, ୫୬ ଶିଶୁ ସାମିଲ

ନୂଆଦିଲ୍ଲୀ,୨୬।୪: ପଶ୍ଚିମ ଆଫ୍ରିକୀୟ ଦେଶ ବୁର୍କିନା ଫାସୋରୁ ଏକ ବଡ଼ ହତ୍ୟାକାଣ୍ଡର ଖବର ଆସିଛି। ଏହି ଘଟଣାରେ ଦେଶର ସେନାକୁ ଦାୟୀ କରାଯାଉଛି। ଅଭିଯୋଗ ହୋଇଛି...

ଭାରତୀୟ କମ୍ପାନୀ ଉପରେ ପ୍ରତିବନ୍ଧକ ଲଗାଇଲା ଆମେରିକା

ଓ୍ବାଶିଂଟନ୍‌,୨୬।୪: ଇରାନ ପାଇଁ କାମ କରୁଥିବା ଅଭିଯୋଗରେ ଦଶହଜାର କମ୍ପାନୀ ଉପରେ ଆମେରିକା ପ୍ରତିବନ୍ଧକ ଲଗାଇଛି। ଏହି କମ୍ପାନୀଗୁଡିକ ମଧ୍ୟରୁ କେତେକ ମଧ୍ୟ ଭାରତର। ସେମାନଙ୍କ...

ଏବେ ଆମେରିକାରେ ନିର୍ବାଚନ ହେଲେ କିଏ ମାରିବେ ବାଜି: ସର୍ଭେରେ ଆଶ୍ଚର୍ଯ୍ୟଜନକ ଖୁଲାସା

ଓ୍ବାଶିଂଟନ,୨୬।୪: ନଭେମ୍ବରରେ ଆମେରିକାରେ ଅନୁଷ୍ଠିତ ହେବାକୁ ଥିବା ନିର୍ବାଚନ ସମ୍ପର୍କରେ ଓପିନିୟନ୍‌ ପୋଲ୍‌ ପ୍ରକାଶ ପାଇଛି। ପୁଣି ଥରେ ଡୋନାଲ୍ଡ ଟ୍ରମ୍ପ ଏବଂ ଜୋ ବଇଡେନ...

୨୦୨୩ରେ ୨୮.୨ କୋଟି ଦୁର୍ଭିକ୍ଷ ପ୍ରଭାବିତ

ଜାତିସଂଘ,୨୬ା୪:୨୦୨୩ରେ ୫୯ଟି ଦେଶର ପ୍ରାୟ ୨୮.୨ କୋଟି ଲୋକ ଅତ୍ୟଧିକ କ୍ଷୁଧା ମଧ୍ୟରେ ରହିଛନ୍ତି। ଯୁଦ୍ଧ କ୍ଷତିଗ୍ରସ୍ତ ଗାଜାରେ ବହୁସଂଖ୍ୟାରେ ଲୋକ ଦୁର୍ଭିକ୍ଷର ସମ୍ମୁଖୀନ ହୋଇଥିବା...

ଲଣ୍ଡନ ରାସ୍ତାରେ ରାଜାଙ୍କ ଘୋଡ଼ା

ଲଣ୍ଡନ,୨୬ା୪:ବ୍ରିଟେନ୍‌ ରାଜାଙ୍କ ୪ଟି ଘୋଡ଼ା ବୁଧବାର ପୂର୍ବାହ୍ନର ଗହଳି ସମୟରେ କେନ୍ଦ୍ରୀୟ ଲଣ୍ଡନରେ ବିନା ସବାରରେ ଦୌଡ଼ୁଥିବା ଦେଖିବାକୁ ମିଳିଥିଲା। ସେଥିରୁ ୨ଟି ଘୋଡ଼ା କୌଣସି...

ମୋଦିଙ୍କୁ ନିମନ୍ତ୍ରଣ କଲେ ମେଲୋନି

ନୂଆଦିଲ୍ଲୀ, ୨୬ା୪:ଜୁନ୍‌ରେ ହେବାକୁ ଥିବା ଜି-୭ ସମ୍ମିଳନୀରେ ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଇଟାଲୀ ପ୍ରଧାନମନ୍ତ୍ରୀ ଜିୟୋର୍ଜିଆ ମେଲୋନି ଟେଲିଫୋନ ଯୋଗେ ଗୁରୁବାର ନିମନ୍ତ୍ରଣ କରିଛନ୍ତି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri