Posted inଜାତୀୟ

ବାହାରିବ କି ସମାଧାନର ବାଟ: ପୁଟିନ୍‌ ସହ କଥା ହେବେ ମୋଦି

ନୂଆଦିଲ୍ଲୀ,୨୪।୨: ୟୁକ୍ରେନ ଓ ରୁଷିଆ ମଧ୍ୟରେ ଭୟାବହ ଯୁଦ୍ଧ ଜାରି ରହିଛି। ୟୁକ୍ରେନ୍‌ର ଅନେକ ଅଞ୍ଚଳରେ ବ୍ୟାପକ କ୍ଷତି ହୋଇଥିବା ବେଳେ ଅନେକ ଯବାନ ଓ ନାଗରିକଙ୍କ ମୃତ୍ୟୁ ହୋଇଛି ବୋଲି ଦାବି କରାଯାଉଛି। ଇତିମଧ୍ୟରେ ୟୁକ୍ରେନ ରାଷ୍ଟ୍ରପତି ଭୋଲୋଡିମିର ଜେଲେନସ୍କି ବିଭିନ୍ନ ଦେଶରୁ ସହଯୋଗ ଲୋଡିଛନ୍ତି। ଅନ୍ୟପଟେ ଏପ୍ରସଙ୍ଗରେ ଗୁରୁବାର ରାତିରେ ରୁଷିଆ ରାଷ୍ଟ୍ରପତି ଭ୍ଲାଡିମିରି ପୁଟିନ୍‌ଙ୍କ ସହ ଆଲୋଚନା କରିପାରନ୍ତି ଭାରତ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ସୂଚନାଯୋଗ୍ୟ, ୟୁକ୍ରେନ ସଙ୍କଟକୁ ନେଇ ଗୁରୁବାର ପ୍ରଧାନମନ୍ତ୍ରୀ ମୋଦି ଏକ ଉଚ୍ଚସ୍ତରୀୟ ବୈଠକ ଡକାଇଛନ୍ତି। ମୋଦୀଙ୍କ ଅଧ୍ୟକ୍ଷତାରେ ବସିଥିବା ବୈଠକରେ ବର୍ହିବ୍ୟାପାର ମନ୍ତ୍ରୀ ଏସ୍‌ ଜୟଶଙ୍କର, ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହା, ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହ, ବାଣିଜ୍ୟ ଓ ଶିଳ୍ପ ମନ୍ତ୍ରୀ ପୀୟୁଷ ଗୋଏଲ, ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ, ହାର୍ଦ୍ଦିକ ପୁରୀ ଏବଂ ଏନ୍‌ଏସ୍‌ଏ ଅଜିତ ଡୋଭାଲ ସମେତ ଅନ୍ୟାନ୍ୟ ବରିଷ୍ଠ ଅଧିକାରୀ ସାମିଲ ହୋଇଥିଲେ। ଏଥିରେ ରୁଷିଆ ଓ ୟୁକ୍ରେନ ମଧ୍ୟରେ ଚାଲିଥିବା ଲଢ଼େଇରେ ଭାରତ ଉପରେ କି ପ୍ରକାର ପ୍ରଭାବ ପକାଇ ସେନେଇ ଆଲୋଚନା ହୋଇଥିଲା। ତେବେ ୟୁକ୍ରେନ ସଙ୍କଟ ପ୍ରସଙ୍ଗରେ ପୁଟିନଙ୍କ ସହ ପ୍ରଧାନମନ୍ତ୍ରୀ ମୋଦି ଓ ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ ରାତିରେ କଥା ହେବେ ବୋଲି ସୂଚନା ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ତୃତୀୟ ଥର ବିବାହ ବନ୍ଧନରେ ବାନ୍ଧିହେଲେ IAS ଅଫିସର, ତିନି ସ୍ତ୍ରୀ IAS

ଭୋପାଳ,୧୬।୨: ଜଣେ IAS ଅଫିସର ଏବେ ନିଜର ବ୍ୟକ୍ତିଗତ ଜୀବନକୁ ନେଇ ଏବେ ଚର୍ଚ୍ଚାର ଶିଖରରେ ଅଛନ୍ତି। ସେ ନିକଟରେ ତୃତୀୟ ଥର ପାଇଁ ବିବାହ କରିଥିବା…

ଓଡ଼ିଆ ଭାଷା ସାହିତ୍ୟର ଜାତୀୟ ଆଲୋଚନା ଚକ୍ର

ଦିଗପହଣ୍ଡି,୧୬।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କଙ୍କୋରଡ଼ା ଗ୍ରାମସ୍ଥିତ ସ୍ନାତକ ବିଜ୍ଞାନ ମହାବିଦ୍ୟାଳୟ ଓଡ଼ିଆ ଭାଷା ସାହିତ୍ୟ ବିଭାଗ ପକ୍ଷରୁ ସୋମବାର ଏକ ଦିବସୀୟ…

ୟୁଏଇକୁ ହରାଇଲା ଖାତା ଖୋଲିଲା ଆଫଗାନିସ୍ଥାନ

ନୂଆଦିଲ୍ଲୀ,୧୬ା୨: ଅଜ୍‌ମାତୁଲ୍ଲାଙ୍କ ଅଲ୍‌ରାଉଣ୍ଡ ପ୍ରଦର୍ଶନ ସହାୟତାରେ ଆଫଗାନିସ୍ତାନ ସୋମବାର ଖେଳାଯାଇଥିବା ୟୁଏଇ ବିପକ୍ଷ ଟି୨୦ ବିଶ୍ୱକପ ମ୍ୟାଚ୍‌ରେ ୫ ଉଇକେଟରେ ବିଜୟ ହୋଇଛି। ଓମାରଜାଇ ୪ ଉଇକେଟ…

ବିଶ୍ୱକପ ଜିତିବ ଇଣ୍ଡିଆ! ଜାଣନ୍ତୁ T20ର କେମେଷ୍ଟ୍ରି, ପ୍ଲାନିଂର ଗଣିତ, ବିଜୟର ସାଇନ୍ସ

ନୂଆଦିଲ୍ଲୀ,୧୬।୨: ରବିବାର ରାତିରେ କଲମ୍ବୋରେ ବର୍ଷା ହେବ ଏବଂ ୨୦୨୬ ଟି-୨୦ ବିଶ୍ୱକପରେ ଭାରତ-ପାକିସ୍ତାନ ମ୍ୟାଚ ଧୋଇ ହୋଇଯିବ ବୋଲି ଆଶଙ୍କା ଥିଲା, କିନ୍ତୁ ବିପରୀତ ଘଟିଥିଲା।…

ମଧ୍ୟାହ୍ନ ଭୋଜନରେ ଅନିୟମିତତା ଅଭିଯୋଗ ଆଣିଲେ ଗ୍ରାମବାସୀ

ଖଜୁରିପଡ଼ା,୧୬ା୨(ବିଦୁର ବେହେରା): ଖଜୁରିପଡ଼ା ଅଞ୍ଚଳରେ ସୋମବାର କିଛି ବିଦ୍ୟାଳୟରେ ମଧ୍ୟାହ୍ନ ଭୋଜନରେ ଅନିୟମିତତା ହୋଇଥିବା ଅଭିଯୋଗ ହୋଇଛି। ଗୋଷ୍ଠୀ ଶିକ୍ଷା ଅଧିକାରୀଙ୍କ ଅଧୀନରେ ଥିବା ଗଡ଼ପଦର୍‌ ସ୍କୁଲ,…

ରାଧାକୃଷ୍ଣ ମନ୍ଦିର ସାହିରେ ମଦ ନାମରେ ବିଷ ବିକ୍ରୀ ଅଭିଯୋଗ, ସବୁ ଜାଣି ଚୁପ୍ ପୋଲିସ ଓ ଅବକାରୀ ବିଭାଗ!

ଦାରିଙ୍ଗବାଡି,୧୬।୨(ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ରାଧାକୃଷ୍ଣ ମନ୍ଦିର ନିକଟରେ ଚୋରାମଦ ନାମରେ ବେଧଡ଼କ ଚାଲିଛି ବିଷ ବିକ୍ରୀ । ଏଥିପାଇଁ ଏକାଧିକ ଗରୀବ…

‘ବିବାହ ପୂର୍ବରୁ କାହାକୁ ବି ବିଶ୍ୱାସ କରନ୍ତୁ ନାହିଁ’: ଶାରୀରିକ ସମ୍ପର୍କକୁ ନେଇ ସୁପ୍ରିମକୋର୍ଟଙ୍କ ବଡ଼ ଚେତାବନୀ

ନୂଆଦିଲ୍ଲୀ,୧୬।୨: ଭାରତରେ ବିବାହ ପୂର୍ବରୁ ଶାରୀରିକ ସମ୍ପର୍କ ରଖିବା ଏବଂ ପରେ ବିବାହ ପ୍ରତିଶ୍ରୁତି ଭାଙ୍ଗିବା ଅଭିଯୋଗ ସାଧାରଣ ହୋଇଗଲାଣି। ଏହି ପ୍ରସଙ୍ଗରେ ସୋମବାର ସୁପ୍ରିମକୋର୍ଟ ଏକ…

ମାର୍ଚ୍ଚ ୮ରେ ଗର୍ଜିବେ ମହିଳା, ମଦ ନୁହଁ ମୌଳିକ ସୁବିଧା ଯୋଗାଇବାକୁ ହେବ ଲଢେଇ

ଦାରିଙ୍ଗବାଡି, ୧୬।୨(ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକର ନାରୀ ମହାସଙ୍ଘର ତ୍ରୟ ମାସିକ ବୈଠକ ଅନୁଷ୍ଠିତ ହୋଇଯାଇଛି । ବୈଠକରେ ମହାସଙ୍ଘର ସଭାନେତ୍ରୀ ଲୁସିମା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri