ଯୁଦ୍ଧ ମଧ୍ୟରେ ଆମେରିକା ପ୍ରତିରକ୍ଷା ମନ୍ତ୍ରୀଙ୍କ ସହ କଥା ହେଲା ରୁଷିଆ

ମସ୍କୋ,୨୨।୧୦: ରୁଷିଆ ଓ ୟୁକ୍ରେନ ମଧ୍ୟରେ ଲଗାତର ୮ମାସ ହେଲାଣି ଯୁଦ୍ଧ ଜାରି ରହିଛି। ରୁଷିଆ ରାଷ୍ଟ୍ରପତି ଭ୍ଲାଦିିମିର ପୁଟିନ୍‌ ଯୁଦ୍ଧକୁ ଶେଷ କରିବାର ନାମ ନେଉ ନ ଥିବା ବେଳେ ୟୁକ୍ରେନ୍‌ ରାଷ୍ଟ୍ରପତି ଭୋଲୋଡିମିର ଜେଲେନ୍‌ସ୍କି ନତମସ୍ତକ ହେବାକୁ ପ୍ରସ୍ତୁତ ନୁହଁନ୍ତି। ଇତିମଧ୍ୟରେ ୟୁକ୍ରେନ ସମ୍ପର୍କରେ ରୁଷିଆ ଏବଂ ଆମେରିକା ମଧ୍ୟରେ ଏକ ଗୁରୁତ୍ୱପୂର୍ଣ୍ଣ ଆଲୋଚନା ହୋଇଛି। ଏହି ବାର୍ତ୍ତାଳାପ ଆମେରିକା ଏବଂ ରୁଷିଆର ପ୍ରତିରକ୍ଷା ମନ୍ତ୍ରୀଙ୍କ ମଧ୍ୟରେ ହୋଇଛି। ସୂଚନାଯୋଗ୍ୟ, ଆମେରିକାର ପ୍ରତିରକ୍ଷା ସଚିବ ଲେୟଡ ଅଷ୍ଟିନଙ୍କ ସହ ରୁଷିଆର ପ୍ରତିରକ୍ଷା ମନ୍ତ୍ରୀ ସର୍ଗେଇ ଶୋଏଗୁ ଫୋନରେ କଥା ହୋଇଛନ୍ତି। ଏହି ସମୟରେ ଉଭୟ ଦେଶ ପାରସ୍ପରିକ କଥାବାର୍ତ୍ତା ବଜାୟ ରଖିବା ଉପରେ ଗୁରୁତ୍ୱାରୋପ କରିଥିଲେ। ଏଥିସହ ଗଣମାଧ୍ୟମର ରିପୋର୍ଟ ଅନୁଯାୟୀ, ରୁଷିଆ ୟୁକ୍ରେନ ବିରୋଧରେ ଯୁଦ୍ଧ ରଣନୀତିକୁ ବଦଳାଇ ଦେଇଥିବା ଜଣାପଡ଼ିଛି। ବୁଧବାର ପୁଟିନ୍‌ ୟୁକ୍ରେନର ୪ଟି ଅଧିକୃତ ଅଞ୍ଚଳରେ ମାର୍ଶଲ ଲ’ ଲାଗୁ କରିବାକୁ ଘୋଷଣା କରିଥିଲେ। ଏହି ଚାରୋଟି କ୍ଷେତ୍ରରେ ରୁଷିଆ ନିଜର ଅଧିକାର ଦାବି କରିଛି।


Enter your email to get our daily news in your inbox.

All Right Reserved By Dharitri.Com

୪ ମାସ ତଳେ କରିଥିଲେ ପ୍ରେମ ବିବାହ: ନବବଧୂଙ୍କୁ ତଣ୍ଟି ଚିପି ହତ୍ୟା, ଏଭଳି ଅଭିଯୋଗ ଆଣି…

ଥୁଆମୂଳ ରାମପୁର, ୧୮ା୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ଅଧୀନ କାଦୋବେଡ଼ା ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି। ଜଣେ ୧୮ ବର୍ଷୀୟା…

ବରଗଡ଼ରେ ହୋଇନାହିଁ ସ୍କୁଲ ଛୁଟି ଘୋଷଣା, ଘୂରି ବୁଲୁଛି ନକଲି ଚିଠି

ବରଗଡ଼,୧୮ା୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ତାତି, ଗୁଳୁଗୁଳି ବଢ଼ି ଚାଲିଛି। ଅନ୍ୟପଟେ ସ୍କୁଲ, କଲେଜରେ ପାଠପଢ଼ା ଚାଲିଛି। ପୂର୍ବାହ୍ନ ସାଢ଼େ ୧୦ଟାରେ ଛୁଟି ହେଉଥିବା ଯୋଗୁ ଘରକୁ…

ଦେଶବାସୀଙ୍କୁ ସମ୍ବୋଧିତ କଲେ ମୋଦି, କହିଲେ ବିରୋଧୀ ନାରୀଙ୍କ ଆତ୍ମସମ୍ମାନକୁ…

ନୂଆଦିଲ୍ଲୀ,୧୮ା୪: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶନିବାର ରାତିରେ ଦେଶକୁ ସମ୍ବୋଧିତ କରିଛନ୍ତି। ନାରୀଶକ୍ତିକୁ କିପରି ରୋକାଯାଉଛି ଦେଶବାସୀ ଦେଖିଲେ ବୋଲି ପ୍ରଧାନମନ୍ତ୍ରୀ ସମ୍ବୋଧିତ କରି କହିଛନ୍ତି। ଏପରିକି…

ବରଗଛରେ ଝୁଲୁଥିଲା ଅଣଓଡ଼ିଆ ଶ୍ରମିକଙ୍କ ମୃତଦେହ, ଏଏସ୍‌ଆଇ ପହଞ୍ଚି…

ଦିଗପହଣ୍ଡି,୧୮ା୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ନିସ୍ତିିପୁର ଗ୍ରାମ ନିକଟ ଆନ୍ଧ୍ର ଇଟାଭାଟିରେ ରହି କାମ କରୁଥିବା ଜଣେ ଅଣଓଡ଼ିଆ ଶ୍ରମିକ ଶନିବାର ଭୋର୍‌ରେ…

ଶେଷ ଓଭରରେ ଦିଲ୍ଲୀର ରୋମାଞ୍ଚକ ବିଜୟ

ବେଙ୍ଗାଲୁରୁ,୧୮ା୪: ଡେଭିଡ୍‌ ମିଲରଙ୍କ ବିସ୍ଫୋରକ ବ୍ୟାଟିଂ ବଳରେ ଦିଲ୍ଲୀ କ୍ୟାପିଟାଲ୍ସ (ଡିସି) ଶନିବାର ଖେଳାଯାଇଥିବା ଏକ ରୋମାଞ୍ଚକ ଆଇପିଏଲ୍‌ ମ୍ୟାଚ୍‌ରେ ୬ ଉଇକେଟରେ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ…

୨ ବାଇକ୍‌ ସହ ଧକ୍କା ହେଲା ଅଟୋ: ୩ ଗୁରୁତର

ଦାରିଙ୍ଗବାଡ଼ି,୧୮ା୪(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ମ୍ଲୁକ୍‌ଚେରୀ ନିକଟରେ ୨ ବାଇକ୍‌ ଏବଂ ଗୋଟିଏ ଅଟୋ ମଧ୍ୟରେ ଧକ୍କା ହୋଇ ୩ ଜଣ ଗୁରୁତର ହୋଇଛନ୍ତି।…

ବାପା ହେଲେ ଷ୍ଟାର ଅଲରାଉଣ୍ଡର ରଶିଦ ଖାନ

ନୂଆଦିଲ୍ଲୀ,୧୮ା୪: ଆଫଗାନିସ୍ତାନ ଓ ଗୁଜରାଟ ଟାଇଟନ୍ସ (ଜିଟି) ଷ୍ଟାର ଅଲରାଉଣ୍ଡର ରଶିଦ ଖାନ ଶନିବାର ଏକ ପୁତ୍ର ସନ୍ତାନର ପିତା ହୋଇଛନ୍ତି। ରଶିଦ ସୋସିଆଲ ମିଡିଆରେ ଏକ…

ଚାକିରି ଜୀବନରେ ସାଉଁଟିଥିବା ସ୍ମୃତିକୁ ମନେ ପକାଇ ଗୋପାଳକୃଷ୍ଣ କହିଲେ ଅବସର ପରେ…

ଦିଗପହଣ୍ଡି,୧୮ା୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ସିଦ୍ଧେଶ୍ୱର ଗ୍ରାମ ପ୍ରାଥମିକ ସେବା ସମବାୟ ସମିତି(ପାକ୍ସ)ର ସମ୍ପାଦକ ଗୋପାଳକୃଷ୍ଣ ଜେନାଙ୍କୁ ଅବସରକାଳୀନ ସମ୍ବର୍ଦ୍ଧନା ଦିଆଯାଇଛି। ସମବାୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri