ପାକିସ୍ତାନ ସହ ସମ୍ପର୍କ ବୃଦ୍ଧି କରିବାକୁ ଚାହୁଁଛି ରୁଷିଆ, ଅର୍ଥନୈତିକ ସହଯୋଗ ବଢ଼ିଲା…

ମସ୍କୋ,୧୩।୬ : ରୁଷିଆର ବୈଦେଶିକ ମନ୍ତ୍ରୀ ସର୍ଗେଇ ଲାଭରୋଭ କହିଛନ୍ତି ଆମେ ପାକିସ୍ତାନ ସହ ଦ୍ୱିପାକ୍ଷିକ ସମ୍ପର୍କକୁ ବୃଦ୍ଧି କରିବାକୁ ଚାହୁଁଛୁ। ଏହା ଅନ୍ତର୍ଗତ ରିହାତିଯୁକ୍ତ ରୁଷିଆ ତୈଳର ପ୍ରଥମ ପରିବହନ ସପ୍ତାହ ଶେଷରେ କରାଚି ବନ୍ଦରରେ ପହଞ୍ଚିଛି।

ଏକ୍ସପ୍ରେସ ଟ୍ରିବ୍ୟୁନ ଖବରକାଗଜ ରିପୋର୍ଟ କରିଛି ମସ୍କୋ ଏବଂ ଇସଲାମାବାଦ ମଧ୍ୟରେ କୂଟନୈତିକ ସମ୍ପର୍କ ସ୍ଥାପନ ହେବାର ୭୫ ତମ ବାର୍ଷିକୀ ଅବସରରେ ଲାଭରୋଭ ଏହା କହିଛନ୍ତି। ଏପ୍ରିଲରେ ଇସଲାମାବାଦ ଏବଂ ମସ୍କୋ ମଧ୍ୟରେ ଚୁକ୍ତିନାମା ସ୍ବାକ୍ଷର ହେବା ପରେ ପ୍ରଥମ ଅଶୋଧିତ ତୈଳ ପରିବହନ କରାଚିରେ ପହଞ୍ଚିଛିା।

ରୁଷିଆର ବୈଦେଶିକ ମନ୍ତ୍ରୀ ତାଙ୍କ ଭିଡିଓରେ ଏହା କହିଛନ୍ତି କରାଚିରେ ସବୁଠାରୁ ବଡ ଇସ୍ପାତ କାରଖାନା, ଯାହାକୁ ବର୍ତ୍ତମାନ ପାକିସ୍ତାନ ଷ୍ଟିଲ ମିଲ କୁହାଯାଉଛି ତାହା ୧୯୮୦ ଦଶକରେ ନିର୍ମିତ ହୋଇଥିଲା। ଏହା ଦୁଇ ଦେଶର ମିଳିତ ସହଯୋଗର ଏକ ସ୍ପଷ୍ଟ ସୂଚକ ଅଟେ।

ସେ ରୁଷିଆର ସହାୟତାରେ ନିର୍ମିତ ଗୁଦୁ ଥର୍ମାଲ ପାୱାର ପ୍ଲାଣ୍ଟ ବିଷୟରେ ମଧ୍ୟ ଉଲ୍ଲେଖ କରିଛନ୍ତି। ସେ କହିଛନ୍ତି, ଆଜିକାଲି ଆମର ସମ୍ପର୍କ ଉନ୍ନତ ଏବଂ ବିଶ୍ୱାସ ଉପରେ ଆଧାରିତ। ସମ୍ପର୍କ ଅନ୍ତର୍ଜାତୀୟ ଏଜେଣ୍ଡାର ପ୍ରମୁଖ ପ୍ରସଙ୍ଗଗୁଡିକ ଉପରେ ଆଧାରିତ। ଆମର ପାକିସ୍ତାନୀ ସହଭାଗୀମାନଙ୍କ ସହ ମିଶି ଆମେ ଏକ ନ୍ୟାୟପୂର୍ଣ୍ଣ ତଥା ଗଣତାନ୍ତ୍ରିକ ବହୁମୁଖୀ ବିଶ୍ୱ ଗଠନ ପାଇଁ ଅପେକ୍ଷା କରିଛୁ।


Enter your email to get our daily news in your inbox.

All Right Reserved By Dharitri.Com

୫କେଜି LPG ସିଲିଣ୍ଡରକୁ ନେଇ ସରକାରଙ୍କ ବଡ଼ ଘୋଷଣା, ଲକ୍ଷ ଲକ୍ଷ ଲୋକଙ୍କୁ…

ନୂଆଦିଲ୍ଲୀ,୭।୪: ଇରାନରେ ଜାରି ରହିଥିବା ଯୁଦ୍ଧ କାରଣରୁ ସାରା ବିଶ୍ୱରେ LPG ଯୋଗାଣ ପ୍ରଭାବିତ ହୋଇଛି। ଏହାର ପ୍ରଭାବ ଭାରତର ପ୍ରବାସୀ ଶ୍ରମିକ ଓ ଦୁର୍ବଳ ଶ୍ରେଣୀର…

ଯେଉଁଠି ଅଛନ୍ତି ସେଇଠି ଥାନ୍ତୁ, ୪୮ ଘଣ୍ଟା ଯାଏ ଘରୁ ବାହାରନ୍ତୁ ନାହିଁ; ଭାରତୀୟଙ୍କ ପାଇଁ Advisory ଜାରି କଲା…

ତେହେରାନ,୭।୪: ପଶ୍ଚିମ ଏସିଆରେ ଯୁଦ୍ଧ ପରିସ୍ଥିତି ଭୟଙ୍କର ରୂପ ନେବାରେ ଲାଗିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ବିନାଶକାରୀ ଧମକ ଏବଂ ଇସ୍ରାଏଲର ଆକ୍ରମଣ ମଧ୍ୟରେ ଇରାନରେ…

ଭଡ଼ାଘରେ ଚଲାଇଥିଲେ ଦେହ ବ୍ୟବସାୟ, ଦମ୍ପତିଙ୍କୁ ବାନ୍ଧିଲା ଟାଉନ ଥାନା ପୋଲିସ, ମିଳିଲା ଆପତ୍ତିଜନକ…

ବରଗଡ଼,୭।୪(ପ୍ରେମାନନ୍ଦ ଖମାରୀ)-ବରଗଡ଼ ସହର ଉପକଣ୍ଠ ଶ୍ରୀଧାମ ସୋସାଇଟି ନିକଟ ଏକ ଭଡ଼ାଘରେ ଦେହ ବ୍ୟବସାୟ ଚଲାଉଥିବା ଅଭିଯୋଗରେ ସ୍ଥାନୀୟ ଟାଉନ ଥାନା ପୋଲିସ ଜଣେ ଦମ୍ପତିଙ୍କୁ ଗିରଫ…

ଫସିଗଲେ ଡେଭିଡ୍‌ ଓ୍ବାର୍ନର, ମଦ ପିଇ ଗାଡ଼ି ଚଳାଇବା ଅଭିଯୋଗରେ ସିଡନୀରେ ଗିରଫ

ସିଡନୀ,୭।୪: ଅଷ୍ଟ୍ରେଲିଆର ବିସ୍ଫୋରକ ବ୍ୟାଟ୍ସମ୍ୟାନ ଡେଭିଡ ୱାର୍ନରଙ୍କ ପାଇଁ ଅଡୁଆ ବଢ଼ିଛି। ମଦ୍ୟପାନ କରି ଗାଡ଼ି ଚଲାଉଥିବା ବେଳେ (Drink-driving) ସିଡନୀ ପୋଲିସ ତାଙ୍କୁ ଗିରଫ କରିଛି।…

ଆମେରିକା ରେଡ୍‌ ଲାଇନ୍‌ ପାର କଲେ, ଆମର କ୍ଷେପଣାସ୍ତ୍ର ଟ୍ରମ୍ପଙ୍କୁ ଭୟଙ୍କର ଜବାବ ଦେବ; ଇରାନ ଦେଲା ପାଲଟା ଚେତାବନୀ

ତେହେରାନ,୭।୪: ମଧ୍ୟପ୍ରାଚ୍ୟରେ ଉତ୍ତେଜନା ଚରମ ସୀମାରେ ପହଞ୍ଚିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଦ୍ୱାରା ଦିଆଯାଇଥିବା ଡେଡ୍‌ଲାଇନ୍‌ ଶେଷ ହେବା ପୂର୍ବରୁ ଇରାନର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ‘ଖାର୍ଗ…

ଟ୍ରମ୍ପଙ୍କ ଅଲ୍ଟିମେଟମ୍‌: ଆଜି ରାତିରେ ଗୋଟିଏ ସଭ୍ୟତାର ବିନାଶ ନିଶ୍ଚିତ, ବିଶ୍ୱରେ ଚହଳ

ୱାଶିଂଟନ/ତେହେରାନ,୭।୪: ହର୍ମୁଜ ପ୍ରଣାଳୀ ଖୋଲିବାକୁ ନେଇ ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ବିବାଦ ଏବେ ଚରମ ସୀମାରେ ପହଞ୍ଚିଛି। ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ବିସ୍ଫୋରକ…

ସିଜିମାଳି ଖଣିରେ ରାସ୍ତା ନିର୍ମାଣକୁ ନେଇ ତୁମୁଳକାଣ୍ଡ: ଗ୍ରାମବାସୀ-ପୋଲିସ ମୁହାଁମୁହିଁ, ୧୦୦ରୁ ଊର୍ଦ୍ଧ୍ୱ ଆହତ,ଗିରଫ ଭୟରେ…

ରାୟଗଡ଼ା,୭।୪(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ଜିଲା ସିଜିମାଳି ପାହାଡରେ ରାସ୍ତା ନିର୍ମାଣକୁ ନେଇ ସମଗ୍ର ଅଞ୍ଚଳ ଅଶାନ୍ତ ହୋଇପଡିଛି। ରାସ୍ତା ନିର୍ମାଣ କାର୍ଯ୍ୟକୁ ବିରୋଧ କରି କାଶୀପୁର…

ଡେଡଲାଇନ୍‌ ପୂର୍ବରୁ ଇରାନର ଖାର୍ଗ ଦ୍ବୀପ ଉପରେ ଆକ୍ରମଣ କଲା ଆମେରିକା: ଆକାଶଛୁଆଁ ହେବ କି ପେଟ୍ରୋଲ ଡିଜେଲ…

ତେହରାନ,୭।୪: ଡେଡଲାଇନ୍‌ ପୂର୍ବରୁ ଇରାନର ଖାର୍ଗ ଦ୍ବୀପ ଉପରେ ଆମେରିକା ଆକ୍ରମଣ କରିଛି। ଏହାରି ମଧ୍ୟରେ କାସନରେ ଏକ ବଡ଼ ରେଲୱେ ବ୍ରିଜକୁ ଉଡ଼ାଇ ଦେଇଛି ଇସ୍ରାଏଲ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri