ଯୁଦ୍ଧରେ ଅମାନତ ପରାଜୟ ଭୋଗିବ ରୁଷିଆ: ଜେଲେନସ୍କି

ଲଣ୍ଡନ,୮।୨: ରୁଷିଆ ସହ ଯୁଦ୍ଧ ମଧ୍ୟରେ ବ୍ରିଟେନ ଗସ୍ତରେ ଯାଇଛନ୍ତି ୟୁକ୍ରେନ ରାଷ୍ଟ୍ରପତି ଭୋଲୋଡିମିର ଜେଲେନସ୍କି। ଜେଲେନସ୍କି ବୁଧବାର ୧୦ ଡାଉନିଙ୍ଗ ଷ୍ଟ୍ରିଟରେ ପହଞ୍ଚି ବ୍ରିଟିଶ ପ୍ରଧାନମନ୍ତ୍ରୀ ଋଷି ସୁନକଙ୍କୁ ସାକ୍ଷାତ କରିବା ସହ ସମସ୍ତ ସାଂସଦଙ୍କୁ ସମ୍ବୋଧିତ କରିଥିଲେ। ଜେଲେନସ୍କି ତାଙ୍କ ଭାଷଣରେ ବେଶ୍‌ ଦୃଢ ଥିବା ଜଣାପଡୁଥିଲେ। ସାଂସଦମାନଙ୍କୁ ସମ୍ବୋଧିତ କରି ସେ କହିଛନ୍ତି, ଖୁବ୍‌ଶୀଘ୍ର ରୁଷିଆ ଯୁଦ୍ଧରେ ଅମାନତ ଭାବେ ପରାଜୟ ଭୋଗିବାକୁ ଯାଉଛି। କାରଣ ଆମେ ଅନେକ ଦେଶର ସମର୍ଥନ ପାଇଛୁ। ବିଶେଷ ଭାବରେ ବ୍ରିଟେନ ଆରମ୍ଭରୁ ବର୍ତ୍ତମାନ ପର୍ଯ୍ୟନ୍ତ ଆମକୁ ଅର୍ଥନୈତିକ ଏବଂ ସାମରିକ କ୍ଷେତ୍ରରେ ସମର୍ଥନ କରିଆସୁଛି। ଏଥିପାଇଁ ମୁଁ ବ୍ରିଟିଶ ସରକାରଙ୍କୁ ଧନ୍ୟବାଦ ଦେବାକୁ ଚାହେଁ। ଆମର ସାହସୀ ସୈନିକମାନଙ୍କ ପାଇଁ ମୁଁ ଆପଣଙ୍କ ସମ୍ମୁଖରେ ଛିଡା ହୋଇଛି, ଯେଉଁମାନେ ରୁଷିଆର ଆକ୍ରମଣକୁ ମୁହଁତୋଡ ଜବାବ ଦେଉଛନ୍ତି।
ନିକଟରେ ବ୍ରିଟେନ ପ୍ରଧାନମନ୍ତ୍ରୀ ଋଷି ସୁନକ ୟୁକ୍ରେନକୁ ସାମରିକ ସହାୟତା ଘୋଷଣା କରିଥିଲେ। ଏହାପରେ ଜେଲେନସ୍କି ବ୍ରିଟେନ ଗସ୍ତ କରିଛନ୍ତି। ଜେଲେନସ୍କିଙ୍କ ଗସ୍ତ ପୂର୍ବରୁ ସୁନକ କହିଥିଲେ, ରାଷ୍ଟ୍ରପତି ଜେଲେନସ୍କିଙ୍କ ବ୍ରିଟେନ ଗସ୍ତ ତାଙ୍କ ଦେଶର ସାହସ, ନିଷ୍ଠା ଏବଂ ସଂଗ୍ରାମର ପ୍ରମାଣ ଏବଂ ଆମର ଦୁଇ ଦେଶ ମଧ୍ୟରେ ଅବିସ୍ମରଣୀୟ ବନ୍ଧୁତା।


Enter your email to get our daily news in your inbox.

All Right Reserved By Dharitri.Com

‘ଭାରତ ରୁଷରୁ ତେଲ କିଣିବ ନାହିଁ’, ଆମେରିକା ଦାବିର କଡ଼ା ଜବାବ ଦେଲେ ଏସ ଜୟଶଙ୍କର

କଲମ୍ବୋ,୧୫।୨: ରୁଷିଆରୁ ତେଲ ଆମଦାନୀକୁ ନେଇ ଆମେରିକା ଏବଂ ଭାରତ ମଧ୍ୟରେ ପୁଣି ଥରେ କୂଟନୈତିକ ବାକ୍‌ଯୁଦ୍ଧ ଦେଖିବାକୁ ମିଳିଛି। ଜର୍ମାନୀରେ ଅନୁଷ୍ଠିତ ମ୍ୟୁନିକ୍ ସୁରକ୍ଷା ସମ୍ମିଳନୀରେ…

ଅପହରଣର ୬୫ ବର୍ଷ ପରେ ଘରକୁ ଫେରିଲେ ବୃଦ୍ଧା; ବର୍ତ୍ତମାନର ବୟସ ୮୦, କାହାଣୀ ଜାଣିଲେ…

ଲକ୍ଷ୍ନୌ,୧୫।୨: ଉତ୍ତର ପ୍ରଦେଶର ହରଦୋଇ ଜିଲାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି। ଯେତେବେଳେ ଜଣେ ୮୦ ବର୍ଷୀୟ ବୃଦ୍ଧା ତାଙ୍କ ପିତାମାତାଙ୍କ ଘରକୁ ଫେରିଲେ, ସେତେବେଳେ…

ଡିଜିଟାଲ ଯୁଗରେ ମନ୍ଦିରରେ ବସିଛନ୍ତି କ୍ୟାସଲେସ ଭିକାରୀ, କ୍ୟୁଆର କୋଡ୍ ସ୍କାନ କରି ପେମେଣ୍ଟ….

ପାରଳାଖେମୁଣ୍ଡି,୧୫।୨(ଗିରିଧାରୀ ପରିଛା): ଡିଜିଟାଲ ଯୁଗରେ ବର୍ତ୍ତମାନ ଭିକାରୀମାନେ ମଧ୍ୟ କ୍ୟାସଲେସ ବିଧି ଆପଣାଇଲେଣି । ଏପରି କିଛି ଭିଡିଓ ସୋସିଆଲ ମିଡିଆରେ ବେଶ୍ ଭାଇରାଲ୍ ହୋଇଥାଏ ।…

ପାକିସ୍ତାନ ଅଧିନାୟକଙ୍କ ମାଷ୍ଟରଷ୍ଟ୍ରୋକ୍‌ରେ ଫସିଲା ଭାରତ: ଖାତା ଖୋଲିବା ପୂର୍ବରୁ ଅଭିଷେକ ଆଉଟ୍

କଲମ୍ବୋ,୧୫।୨: ଟି-୨୦ ବିଶ୍ୱକପ୍‌ର ଗୁରୁତ୍ୱପୂର୍ଣ୍ଣ ମ୍ୟାଚରେ ଭାରତକୁ ଝଟକା ଦେବାରେ ସଫଳ ହୋଇଛି ପାକିସ୍ତାନ । ପାକିସ୍ତାନ ଅଧିନାୟକ ସଲମାନ ଅଲି ଆଘାଙ୍କ ଏକ ଚତୁର ରଣନୀତି…

ଶିବ ସନ୍ଦେଶ ଅଭିଯାନ ରଥ ପରିଭ୍ରମଣ ଉଦଯାପିତ, ଆଧ୍ୟାତ୍ମିକ ଜ୍ଞାନ ସଂପର୍କରେ ଜନ ସମାଜକୁ…

ଭଞ୍ଜନଗର,୧୫।୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ରହ୍ମକୁମାରୀ ଇଶ୍ୱରୀୟ ବିଶ୍ଵବିଦ୍ୟାଳୟ ଶାଖା ପକ୍ଷରୁ ଗତ ୨ ତାରିଖରୁ ବାହାରିଥିବା ଶିବ ସନ୍ଦେଶ ଅଭିଯାନ ରଥ ପରିଭ୍ରମଣ କାର୍ଯ୍ୟକ୍ରମ…

ଏପ୍ରିଲରୁ ଲାଗୁ ହୋଇପାରେ ଭାରତ-ୟୁକେ ଚୁକ୍ତି, କଣ ଶସ୍ତା କଣ ମହଙ୍ଗା ହେବ ଜାଣନ୍ତୁ

ନୂଆଦିଲ୍ଲୀ,୧୫।୨: ଭାରତ ଏବଂ ୟୁକେ ମଧ୍ୟରେ ଜୁଲାଇ ୨୦୨୫ ରେ ସ୍ୱାକ୍ଷରିତ ହୋଇଥିବା ଭାରତ-ୟୁକେ ମୁକ୍ତ ବାଣିଜ୍ୟ ଚୁକ୍ତିନାମା ଏପ୍ରିଲ ୨୦୨୬ ରେ କାର୍ଯ୍ୟକାରୀ ହେବା ନେଇ…

ନୂଆ ଦାୟିତ୍ବ ଦେଲେ ନବୀନ, ଗଜପତି ଜିଲା ବିଜେଡି ମହିଳା ସଭାପତି ହେଲେ ସଂଯୁକ୍ତା ବେହେରା

ଗଜପତି,୧୫।୨(ଗିରିଧାରୀ ପରିଛା): ବିଜେଡି ସୁପ୍ରିମୋ ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଜପତି ଜିଲା ମହିଳା ବିଜେଡି ସଭାପତି ଭାବେ ସଂଯୁକ୍ତା ବେହେରାଙ୍କୁ ମନୋୟନ କରିଛନ୍ତି ।…

କଣ୍ଠଶିଳ୍ପୀ ଗୀତା ପଟ୍ଟନାୟକଙ୍କ ପରଲୋକ, କଟକର ଏକ ଘରୋଇ ହସ୍ପିଟାଲ୍‌ରେ ଦେହାନ୍ତ

କଟକ,୧୫ା୨:  ଓଡ଼ିଶାର ସୁନାମଧନ୍ୟ କଣ୍ଠଶିଳ୍ପୀ ଗୀତା ପଟ୍ଟନାୟକଙ୍କ ପରଲୋକ । କଟକର ଏକ ଘରୋଇ ହସ୍ପିଟାଲ୍‌ରେ ଚିକିତ୍ସାଧୀନ ଅବସ୍ଥାରେ ଦେହାନ୍ତ ହୋଇଥିବା ସୂଚନା ରହିଛି । ଗତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri