ରୁଷିଆରେ ମିଶିବ ୟୁକ୍ରେନର ଏହି ୪ଅଞ୍ଚଳ

ମସ୍କୋ/କିଭ୍‌,୨୯।୯: ରୁଷିଆ ଏବଂ ୟୁକ୍ରେନ ମଧ୍ୟରେ ଗତ ୭ ମାସ ଧରି ଯୁଦ୍ଧ ଜାରି ରହିଛି। ଯୁଦ୍ଧ ସମୟରେ ରୁଷିଆ ୟୁକ୍ରେନର ଅନେକ ଅଞ୍ଚଳକୁ ଜବରଦଖଲ କରିଥିବା ଦାବି କରିଥିଲା। ଏହି ଅଧିକୃତ ଅଞ୍ଚଳଗୁଡ଼ିକୁ ରୁଷିଆ ସହିତ ମିଶାଇବା ପାଇଁ ରାଷ୍ଟ୍ରପତି ଭ୍ଲାଡିମିର ପୁଟିନ ଏକ ଜନମତ ସଂଗ୍ରହ କରିଥିଲେ। ସେପ୍ଟେମ୍ବର ୩୦ ତଥା ଶୁକ୍ରବାର ପୁଟିନ ଏହି ଜନମତର ଫଳାଫଳ ଘୋଷଣା କରିବେ। ଏଥିସହ ଅଧିକୃତ ଅଞ୍ଚଳଗୁଡିକୁ ନିଜ ଦେଶ ସହ ବିଲୟ କରିବା ପାଇଁ ଚୁକ୍ତିନାମା ସ୍ବାକ୍ଷର କରିବେ। ରୁଷିଆ ରାଷ୍ଟ୍ରପତି କାର୍ଯ୍ୟାଳୟ କ୍ରେମଲିନ୍‌ ପକ୍ଷରୁ ଗୁରୁବାର ଏନେଇ ସୂଚନା ଦିଆଯାଇଛି। ଏଥିସହ ସ୍ଥାନୀୟ ସମୟ ୩ଟାରେ କ୍ରେମଲିନ୍‌ର ସେଣ୍ଟ ଜର୍ଜ ହଲ୍‌ରେ ରୁଷିଆ ଫେଡେରେଶନରେ ଅଞ୍ଚଳଗୁଡ଼ିକୁ ବିଲୟ କରିବା ଚୁକ୍ତିନାମା ସ୍ବାକ୍ଷରିତ ହେବ ବୋଲି କ୍ରେମଲିନ୍‌ର ମୁଖପାତ୍ର ଦିମିତ୍ରୀ ପେସ୍କୋଭ ଗଣମାଧ୍ୟମକୁ ସୂଚନା ଦେଇଛନ୍ତି। ସୂଚନାଯୋଗ୍ୟ, ରୁଷିଆ ଯୁଦ୍ଧ ସମୟରେ ୟୁକ୍ରେନର ୪ଟି ପ୍ରମୁଖ ଅଞ୍ଚଳରେ ନିଜର ନିୟନ୍ତ୍ରଣ ସ୍ଥାପନ କରିଥିଲା। ପରେ ଏହି ଅଞ୍ଚଳରେ ଜନମତ ସଂଗ୍ରହ ହୋଇଥିଲା। ତେବେ ଜବରଦଖଲ ହୋଇଥିବା ଅଞ୍ଚଳ ଗୁଡ଼ିକ ହେଲା ଲୁହାନସ୍କ, ଜେପୋରିଝିଆ, ଖେରସନ୍‌, ଡୋନେଟସ୍କ।


Enter your email to get our daily news in your inbox.

All Right Reserved By Dharitri.Com

ଅତି ଜରୁରୀ ନ ଥିଲେ ଯାତ୍ରା କରନ୍ତୁ ନାହିଁ

ଆବୁଧାବି,୨୦।୪: ସଂଯୁକ୍ତ ଆରବ ଏମିରେଟ୍‌ସ(ୟୁଏଇ)ରେ ଭୟଙ୍କର ବନ୍ୟା ମଧ୍ୟରେ ଫସିରହିଥିବା ଭାରତୀୟଙ୍କ ପାଇଁ ନୂଆ ଆଡ୍‌ଭାଇଜରି ଜାରି ହୋଇଛି। ଦୁବାଇରେ ଥିବା ଭାରତୀୟ ଦୂତାବାସ ପକ୍ଷରୁ...

ଇରାନରେ ଇସ୍ରାଏଲ୍‌ର ଏୟାରଷ୍ଟ୍ରାଇକ୍‌

ଦୁବାଇ,୨୦ା୪: ଇରାନ୍‌ ଉପରେ ଇସ୍ରାଏଲୀ ସେନା ଶୁକ୍ରବାର ମିଶାଇଲ୍‌ ଆକ୍ରମଣ କରିଥିବା ଆମେରିକାର ଜଣେ ବରିଷ୍ଠ ସେନା ଅଧିକାରୀ ସୂଚନା ଦେଇଛନ୍ତି। ଇରାକ୍‌ ଓ ସିରିଆରେ...

ଇସ୍ରାଏଲ କେମିତି କଲା ଆକ୍ରମଣ, ଇରାନର କେତେ ହେଲା କ୍ଷତି ଜାଣନ୍ତୁ ସେ ସମ୍ପର୍କରେ…

ତେହରାନ,୧୯ା୪: ଇରାନ ଏବଂ ଇସ୍ରାଏଲ ମଧ୍ୟରେ ବିଶ୍ୱଯୁଦ୍ଧର ଆଶଙ୍କା ଆହୁରି ଗଭୀର ହେବାକୁ ଲାଗିଲାଣି। ଇସ୍ରାଏଲ ଦ୍ୱାରା ଇରାନ ଉପରେ କ୍ଷେପଣାସ୍ତ୍ର ଏବଂ ଡ୍ରୋନ୍‌ ଆକ୍ରମଣ...

ଦିନେଶ ତ୍ରିପାଠୀ କିଏ? ଯାହାଙ୍କ ଯୁଦ୍ଧ ଦକ୍ଷତା ବେଶ୍‌ ପ୍ରସିଦ୍ଧ, ଜାଣନ୍ତୁ ତାଙ୍କ ବିଷୟରେ…

ନୂଆଦିଲ୍ଲୀ,୧୯ା୪: ଦିନେଶ ତ୍ରିପାଠୀଙ୍କୁ କେନ୍ଦ୍ର ସରକାର ପରବର୍ତ୍ତୀ ନୌସେନା ମୁଖ୍ୟ ଭାବରେ ନିଯୁକ୍ତ କରିଛନ୍ତି। ଦିନେଶ ଏପ୍ରିଲ ୩୦ରେ ତାଙ୍କର ନୂତନ ଦାୟିତ୍ୱ ଗ୍ରହଣ କରିବେ...

ଇସ୍ରାଏଲ ଜାହାଜରେ ଥିବା ୧୬ ଭାରତୀୟ ଘରକୁ ଫେରିବେ

ଜେରୁଜେଲମ୍‌,୧୯ା୪: ଭାରତରେ ଇରାନର ରାଷ୍ଟ୍ରଦୂତ ଇରାଜ ଇଲାହୀ କହିଛନ୍ତି, ତାଙ୍କ ଦେଶ ଦ୍ୱାରା ଧରାଯାଇଥିବା ମାଲ୍‌ବାହୀ ଜାହାଜର ଅବଶିଷ୍ଟ ୧୬ ଜଣ ଭାରତୀୟ କ୍ରୁ ସଦସ୍ୟଙ୍କୁ...

ତେହେରାନ ଯାଉଥିବା ସମସ୍ତ ବିମାନ ବାତିଲ, ଇରାନ କହିଲା ପାଓ୍ବାର ଓ ନ୍ୟୁକ୍ଲିୟର ପ୍ଲାଣ୍ଟ ସମ୍ପୂର୍ଣ୍ଣ ଭାବେ ସୁରକ୍ଷିତ

ତେହେରାନ,୧୯।୪: ସିରିଆର ରାଜଧାନୀ ଦମିଶ୍କରେ ଇରାନ ଦୂତାବାସ ଉପରେ ଏୟାର ଷ୍ଟ୍ରାଇକ ପରେ ପଶ୍ଚିମ ଏସିଆର ଅବସ୍ଥା କ୍ରମାଗତ ଭାବେ ଖରାପ ହେବାରେ ଲାଗିଛି। ସମଗ୍ର...

ମାନିଲେନି ନେତାନ୍ୟାହୁ: ଇରାନ ଉପରେ ଗୋଟିଏ ପରେ ଗୋଟିଏ ମିଶାଇଲ ମାଡ଼

ଜେରୁଜେଲମ୍‌,୧୯।୪: ଶେଷରେ ଇସ୍ରାଏଲ ଇରାନ ଉପରେ ଆକ୍ରମଣ କରିଛି। ଇରାନର ଅନେକ ସହର ଉପରେ ଇସ୍ରାଏଲ ମିଶାଏଲ ମାଡ କରିଛି। ଇରାନ ଶୁକ୍ରବାର ଏନେଇ ସୂଚନା...

ମିଡଲ ଇଷ୍ଟରେ ହେବ ମହାଯୁଦ୍ଧ! ଇସ୍ରାଏଲ ଆକ୍ରମଣର ଜବାବ ଦେଲା ଇରାନ

ଦୁବଇ,୧୯।୪: ମଧ୍ୟ ପୂର୍ବରେ ଯୁଦ୍ଧର ନିଆଁ ପୁଣି ଜଳିଛି। ଇରାନ ଉପରେ ଆକ୍ରମଣ କରି ଇସ୍ରାଏଲ ଯୁଦ୍ଧ ଘୋଷଣା କରିଛି। ତେବେ ଇରାନ ମଧ୍ୟ ଇସ୍ରାଏଲର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri