Posted inଜାତୀୟ

ନୂଆବର୍ଷରେ ତୃତୀୟ ବ୍ୟାଚ ଏସ୍‌-୪୦୦ କ୍ଷେପଣାସ୍ତ୍ର ପ୍ରତିରକ୍ଷା ପ୍ରଣାଳୀ ଭାରତକୁ ହସ୍ତାନ୍ତର କରିବ ରୁଷିଆ…

ନୂଆଦିଲ୍ଲୀ/ମସ୍କୋ,୨୪।୧୨ : ରୁଷିଆ ଏବଂ ୟୁକ୍ରେନ ମଧ୍ୟରେ ଚାଲିଥିବା ଯୁଦ୍ଧ ସତ୍ତ୍ୱେ ରୁଷିଆ ଭାରତକୁ ନୂଆବର୍ଷ ଅର୍ଥାତ୍‌ ଆସନ୍ତା ୨୦୨୩ ବର୍ଷ ଜାନୁଆରୀ-ଫେବୃଆରୀରୁ ତୃତୀୟ ବ୍ୟାଚ ଏସ୍‌-୪୦୦ କ୍ଷେପଣାସ୍ତ୍ର ପ୍ରତିରକ୍ଷା ପ୍ରଣାଳୀ ହସ୍ତାନ୍ତର କରିବା ଆରମ୍ଭ କରିବ। ପ୍ରତିରକ୍ଷା ମନ୍ତ୍ରଣାଳୟ ସୂତ୍ରରୁ ଏ ବିଷୟରେ ସୂଚନା ମିଳିଛି। ଭାରତୀୟ ଦଳ ସମେତ ବାୟୁସେନା କର୍ମଚାରୀ ବର୍ତ୍ତମାନ ଏହି ଉପକରଣ ପାଇଁ ରୁଷିଆରେ ଅଛନ୍ତି।

ଏଭଳି ପରିସ୍ଥିତିରେ ଧାର୍ଯ୍ୟ ସମୟ ମଧ୍ୟରେ ତୃତୀୟ ବ୍ୟାଚ କ୍ଷେପଣାସ୍ତ୍ର ପ୍ରତିରକ୍ଷା ବ୍ୟବସ୍ଥା ଯୋଗାଇବାର ଯୋଜନା ରହିଛି। ସୂଚନାଯୋଗ୍ୟ ଯେ ଗତ ବର୍ଷ ଡିସେମ୍ବରରେ ସେନା ପଞ୍ଜାବ ସେକ୍ଟରରେ ରୁଷିଆରୁ ମିଳିଥିବା କ୍ଷେପଣାସ୍ତ୍ର ପ୍ରତିରକ୍ଷା ପ୍ରଣାଳୀର ପ୍ରଥମ ବ୍ୟାଚ ସାମଗ୍ରୀ ନିୟୋଜିତ କରିଥିଲା। ଭାରତର ଶିବିରରେ ଅନ୍ତର୍ଭୁକ୍ତ ଏହି ରୁଷିଆର ବାୟୁ ପ୍ରତିରକ୍ଷା ପ୍ରଣାଳୀକୁ ବିଶ୍ୱର ସମସ୍ତ ଦେଶ ଭୟ କରୁଛନ୍ତି। ଏହା ଏକ ପ୍ରକାର ବାୟୁ ପ୍ରତିରକ୍ଷା କ୍ଷେପଣାସ୍ତ୍ର ପ୍ରଣାଳୀ, ଯାହା ଆକାଶରେ ଶତ୍ରୁ ବିମାନକୁ ଗୁଳି କରି ଖସାଇବାକୁ ସକ୍ଷମ।

ସୂତ୍ରରୁ ପ୍ରକାଶ ଯେ ଆମେରିକାର କାଟସା ନିୟମକୁ ଏଡାଇବା ପାଇଁ ତୃତୀୟ ବ୍ୟାଚର ଯୋଗାଣ ସମ୍ବନ୍ଧୀୟ ଦେୟ ଏକ ବିଶେଷ ଉପାୟରେ କରିବାକୁ ହେବ। ପ୍ରଥମ ଦୁଇଟି ବ୍ୟାଚର ଯୋଗାଣ ସମୟରେ ଦେୟର ଏହି ଦିଗକୁ ସମାଧାନ କରିବା ପାଇଁ କେଉଁ ଚ୍ୟାନେଲକୁ ବ୍ୟବହାର କରାଯାଇଛି ତାହା ଅଧିକାରୀମାନେ ପ୍ରକାଶ କରି ନାହାଁନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ରକ୍ଷାବନ୍ଧନ ପର୍ଯ୍ୟନ୍ତ ୩ ରାଶିଙ୍କୁ ବୁଧ ଦେବେ ଶୁଭ ଫଳ! ଅଚାନକ ଟଙ୍କା….

ଜ୍ୟୋତିଷ ଶାସ୍ତ୍ର ଅନୁସାରେ ବୁଧ ଗ୍ରହକୁ ବୁଦ୍ଧି, ବାଣିଜ୍ୟ ଓ ଆର୍ଥିକ କାରବାରର କାରକ ଗ୍ରହ ବୋଲି ମନାଯାଏ । ବୁଧ ଏବେ କେତୁଙ୍କ ମଘା ନକ୍ଷତ୍ରରେ…

ଉଛୁଳୁଛି ସମୁଦ୍ର, ପୃଥିବୀ ଆଡକୁ ମାଡି ଆସୁଛି ବଡ଼ ‘ବିପର୍ଯ୍ୟୟ’? ବର୍ଷା-ବନ୍ୟା ଦେଉଛି ବିପଦର ବଡ଼ ସଙ୍କେତ

ନୂଆଦିଲ୍ଲୀ,୨୫।୮: ବିଶ୍ୱ ପାଣିପାଗ ଧାରାରେ ଦ୍ରୁତ ପରିବର୍ତ୍ତନ ହେଉଛି। କିଛି ଅଞ୍ଚଳ ପ୍ରବଳ ଗରମ ଅନୁଭବ କରୁଥିବା ବେଳେ, ଅନ୍ୟ ଅଞ୍ଚଳରେ ଅଳ୍ପ ସମୟ ମଧ୍ୟରେ ଏତେ…

୫୦ କିଲୋ ପିଆଜ କିଣିଲେ ଉଠାଇନେବ ପୋଲିସ! ଜାଣନ୍ତୁ ନିୟମ

ନୂଆଦିଲ୍ଲୀ,୨୫।୮: ସାରା ଦେଶରେ ପିଆଜ ଦରରେ ଦ୍ରୁତ ବୃଦ୍ଧି ଦେଖିବାକୁ ମିଳିଛି। ମାତ୍ର ଗୋଟିଏ ସପ୍ତାହ ମଧ୍ୟରେ ପିଆଜ ଦର ପ୍ରାୟ ୧୭ ପ୍ରତିଶତ ବଢ଼ିଛି। ଅନେକ…

ଅବସର ନେବେ ଗଡ଼କରୀ! ଦେଲେ ଏମିତି ବୟାନହେଲାଣି ରାଜନୈତିକ ଚର୍ଚ୍ଚା

ନୂଆଦିଲ୍ଲୀ,୨୫।୮: ନାଗପୁର ଜିଲାର କାଟୋଲ ଅଞ୍ଚଳର ପାରାଡସିଙ୍ଗାରେ ଆୟୋଜିତ ଏକଲବ୍ୟ ଏକଲ ବିଦ୍ୟାଳୟର ଶିକ୍ଷକ ଏବଂ ପର୍ଯ୍ୟବେକ୍ଷକଙ୍କ ପାଇଁ ଏକ ତାଲିମ ଅଧିବେଶନରେ କେନ୍ଦ୍ରମନ୍ତ୍ରୀ ନୀତିନ ଗଡକରୀ…

ବୈଭବ ସୂର୍ଯ୍ୟବଂଶୀ ତାଙ୍କ ଜର୍ସିର ପ୍ରକୃତ ନମ୍ବର କାହିଁକି ଲୁଚାଇ ଦେଇଥିଲେ? ଯାହା ପାଲଟିଲାଣି ଆଲୋଚନାର ବିଷୟ

ନୂଆଦିଲ୍ଲୀ,୨୫।୮: ସମସ୍ତଙ୍କ ନଜର ଏବେ ଭାରତର ଯୁବ ତାରକା, 15 ବର୍ଷୀୟ ବୈଭବ ସୂର୍ଯ୍ୟବଂଶୀଙ୍କ ଉପରେ। ଏହି ଯୁବ ବ୍ୟାଟସମ୍ୟାନ ତାଙ୍କର ବିସ୍ଫୋରକ ବ୍ୟାଟିଂ ଶୈଳୀ ମାଧ୍ୟମରେ…

ଏନସିସି ଆର୍ମି ୱିଙ୍ଗର କ୍ୟାଡେଟ ଚୟନ ଶିବିର: ଛାତ୍ରୀଛାତ୍ରଙ୍କ ମଧ୍ୟରେ ବୃଦ୍ଧି ପାଉଛି ଆଗ୍ରହ

ଭଞ୍ଜନଗର, ୨୫।୮ (ବାବୁଲା ପ୍ରଧାନ)- ଗଞ୍ଜାମ ଜିଲା ଭଞ୍ଜନଗରସ୍ଥିତ କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟରେ ମଙ୍ଗଳବାର ଏନସିସି ଆର୍ମି ୱିଙ୍ଗର କ୍ୟାଡେଟ ଚୟନ ଶିବିର ଅନୁଷ୍ଠିତ…

ବ୍ୟବସାୟୀଙ୍କ ଘରୁ ଚୋରି ଘଟଣାରେ ୬ ଗିରଫ: ସୁନା-ରୁପା ଜବତ

କେସିଙ୍ଗା,୨୫।୮(ତୁମେଶ୍ୱର ସାହୁ) : କେସିଙ୍ଗା ସହର ୱାର୍ଡ ନଂ-୩ର ବ୍ୟବସାୟୀ ପୁନମ ଜୈନଙ୍କ ଘରୁ ଗତ ଜୁଲାଇ ୨୧ ତାରିଖରେ ତାଲା ଭାଙ୍ଗି ସୁନା, ରୁପା ଓ…

ସ୍ବାମୀଙ୍କ ଆଗରେ ଚାଲିଗଲା ସାବିତ୍ରୀଙ୍କ ଜୀବନ: ନାତୁଣୀ ଜନ୍ମଦିନ ସାରି ଫେରୁଥିବାବେଳେ ଘଟିଲା…

ତାଳଚେର,୨୫।୮(ମନୋଜ ନନ୍ଦ): ଅନୁଗୋଳ ଜିଲା ତାଳଚେର ଚାଇଁପାଳ ଓଭର ବ୍ରିଜ ନିକଟରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏଠାରେ ଏକ ସ୍କୁଟିକୁ ଧକ୍କା ଦେଇଛି ଟ୍ରକ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri