ଅଗଷ୍ଟ ୧ରୁ ଭାରତୀୟଙ୍କୁ ଇ-ଭିଜା ପ୍ରଦାନ କରିବ ରୁଷିଆ

ମସ୍କୋ,୨୯ା୭: ରୁଷିଆ ଏକ ଇ-ଭିଜା ପ୍ରଣାଳୀ ପ୍ରଣୟନ କରିଛି। ଯାହା ଦେଶ ପରିଦର୍ଶନ କରୁଥିବା ଯାତ୍ରୀମାନଙ୍କ ପାଇଁ ଭିଜା ପ୍ରକ୍ରିୟାକୁ ସରଳ କରିବା ପାଇଁ ଚଳିତ ବର୍ଷ ଅଗଷ୍ଟ ୧ରୁ କାର୍ଯ୍ୟକାରୀ ହେବ। ଭାରତ ସମେତ ମୋଟ୍‌ ୫୨ଟି ଦେଶର ଯାତ୍ରୀମାନଙ୍କୁ ଇ-ଭିଜା ପାଇଁ ଆବେଦନ କରିବାକୁ ଅନୁମତି ଦେଇଛନ୍ତି। ରୁଷିଆର ଜନ ସୁରକ୍ଷା ମନ୍ତ୍ରଣାଳୟ ଇ-ଭିଜାର ଅଫିସିଆଲ ଓ୍ବେବ୍‌ସାଇଟ୍‌ରେ ଉଲ୍ଲେଖ କରାଯାଇଥିବା ପରି ଭିଜା ଆବେଦନକୁ ସରଳ କରିବା ପାଇଁ ଇ-ଭିଜା ବ୍ୟବସ୍ଥା ପ୍ରତିଷ୍ଠା କରିଛି।

ଦୂତାବାସ କିମ୍ବା ଅନ୍ୟ କୌଣସି ସଙ୍ଗଠନ ସହିତ ଯାଞ୍ଚ କରିବାର ଆବଶ୍ୟକତାକୁ ଦୂର କରି ଇ-ଭିଜା ଅନ୍ୟ ନିୟମିତ ଭିଜା ପରି ବ୍ୟବହାର କରାଯାଇପାରିବ। ବିଭିନ୍ନ ଉଦ୍ଦେଶ୍ୟ ପାଇଁ ବ୍ୟବସାୟ ଯାତ୍ରା, ଅତିଥି ପରିଦର୍ଶନ, ପର୍ଯ୍ୟଟନ ଏବଂ ଅନ୍ୟାନ୍ୟ ଉଦ୍ଦେଶ୍ୟରେ ଏହା ରୁଷିଆ ଫେଡେରେଶନରେ ପ୍ରବେଶକୁ ସହଜ କରିଥାଏ।

ଇଲେକ୍ଟ୍ରୋନିକ ଭିଜା ବା ଇ-ଭିଜା ଏକ ଇଲେକ୍ଟ୍ରୋନିକ ଏବଂ ବାୟୋମେଟ୍ରିକ ଭିଜା। ଯାହା ନିୟମିତ ଭିଜା ସହିତ ସମାନ ଅଧିକାର ପ୍ରଦାନ କରେ। ଏହା ୬୦ ଦିନ ପାଇଁ ବୈଧ ରହିଥାଏ। ଯେଉଁଥିରେ ଭିଜାଧାରୀ ରୁଷିଆରେ ପ୍ରବେଶ କରିପାରିବେ। ଦେଶରେ ଥରେ ଇ-ଭିଜା ୧୬ ଦିନ ପର୍ଯ୍ୟନ୍ତ ରହିବାକୁ ଅନୁମତି ଦେଇଥାଏ।

ସୂଚନାଯୋଗ୍ୟ, କରୋନା ମହାମାରୀ ଏବଂ ବିଶ୍ୱସ୍ତରୀୟ ଭ୍ରମଣ ପ୍ରତିବନ୍ଧକ ଯୋଗୁ ରୁଷିଆ ୨୦୨୦ରୁ ଇ-ଭିଜା ସେବାକୁ ସ୍ଥଗିତ ରଖିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

୩ରେ ଆସି ୫ରେ ଫେରିବେ ଶାହା: ଜାଣନ୍ତୁ ସମ୍ପୂର୍ଣ୍ଣ କାର୍ଯ୍ୟକ୍ରମ

ଭୁବନେଶ୍ୱର,୧ା୭(ସୁନିତ୍‌ ମିଶ୍ର):ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ୩ ତାରିଖ ସା ୮ଟା ୪୦ରେ ଝାରସୁଗୁଡ଼ା ଠାରେ ପହଞ୍ଚିବେ। ଏହାପରେ ସ୍ଥାନୀୟ ଏକ ଘରୋଇ ହୋଟେଲରେ ରାତ୍ରିଯାପନ କରିବେ।…

ଭାଜପାରେ ଚାଲିଛି ପତିଆରା ଲଢେଇ: ନିଗମ ପାଇଁ ଚତୁର ଗୋଟିଚାଳନା

ଭୁବନେଶ୍ୱର,୧।୭(ସୁନିତ୍‌ ମିଶ୍ର): ଓଡ଼ିଶାରେ ଭାଜପା ଶାସନକୁ ଆସିବାର ୨ ବର୍ଷ ପୂର୍ତ୍ତି ଉତ୍ସବ ନିକଟରେ ପାଳନ ହୋଇସାରିଛି। ରାଜ୍ୟର ଅନେକ ଜିଲାରେ ଏବେ ମଧ୍ୟ ସରକାରୀ ସ୍ତରରେ…

କାଲି ଥିଲେ ଶକ୍ତିଶାଳୀ, ଏବେ ମାଛି ଉଡାଉଛନ୍ତି ଏସବୁ ଆଇପିଏସ୍‌ ଅଫିସର

ଭୁବନେଶ୍ୱର,୧।୭(ସୁନିତ୍‌ ମିଶ୍ର): ୧୯୯୭ ବ୍ୟାଚ୍‌ ଆଇପିଏସ୍‌ ଅଫିସର ଡି.ଏସ୍‌. କୁଟ୍ଟେ, ୧୯୯୮ ବ୍ୟାଚ୍‌ ଆଇପିଏସ୍‌ ରବି କାନ୍ତ, ୨୦୦୪ ବ୍ୟାଚ୍‌ ଆଇପିଏସ୍‌ ଆଶିଷ ସିଂ ଏବଂ ୨୦୧୦…

୨୨ ବର୍ଷ ଧରି ବସବାସ ପରେ ବି ମିଳିଲାନି ମୌଳିକ ପରିଚୟ: ଉଚ୍ଛେଦ ଭୟରେ କୁର୍ଲୁପଡ଼ା କଲେକ୍ଟରପଡ଼ାର ୩୨ ପରିବାର

କେସିଙ୍ଗା, ୧।୭(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅନ୍ତର୍ଗତ କୁର୍ଲୁପଡ଼ା ଗ୍ରାମର କଲେକ୍ଟରପଡ଼ାରେ ବସବାସ କରୁଥିବା ପ୍ରାୟ ୩୨ଟି ଗରିବ ପରିବାର ଗତ ୨୨ ବର୍ଷ…

୧୦ ଦଫା ଦାବି ନେଇ ଆନ୍ଦୋଳନକୁ ଓହ୍ଲାଇଲେ ଡାକ୍ତର: ରୋଗୀ ସେବା ପ୍ରଭାବିତ

ଦାରିଙ୍ଗବାଡି,୧।୭(ଅରୁଣ ସାହୁ): ରାଜ୍ୟବ୍ୟାପୀ ଓଡିଶା ମେଡିକାଲ ସର୍ଭିସେସ ଆସୋସିଏସନ(ଓଏମଏସଏ) ପକ୍ଷରୁ ୧୦ ଦଫା ଦାବି ନେଇ ଆନ୍ଦୋଳନକୁ ଓହ୍ଲାଇଛନ୍ତି। ଏହି କ୍ରମରେ କନ୍ଧମାଳ ଜିଲା ଦାରିଙ୍ଗବାଡି ଗୋଷ୍ଠୀ…

ଯୁବତୀଙ୍କୁ କାର୍‌ରେ ଅପହରଣ କରି ନେଇଥିଲେ ମନୋଜ: ୨୪ ଘଣ୍ଟାରେ ମିଳିଲା…

ପାରଳାଖେମୁଣ୍ଡି,୧।୭(ଗିରିଧାରୀ ପରିଛା): ପାରଳାଖେମୁଣ୍ଡି ପୋଲିସ ଜଣେ ଯୁବତୀଙ୍କ ଅପହରଣ ମାମଲାରେ ତ୍ୱରିତ ପଦକ୍ଷେପ ନେଇ ମାତ୍ର ୨୪ ଘଣ୍ଟା ମଧ୍ୟରେ ଅପହୃତାଙ୍କୁ ସୁରକ୍ଷିତ ଉଦ୍ଧାର କରିବା ସହ…

ତାରାତାରିଣୀ ମନ୍ଦିର ନିକଟ ହୋଟେଲରୁ ମିଳିଲା ଯୁବକଙ୍କ ମୃତଦେହ: ବଢୁଛି ସନ୍ଦେହ

ପୁରୁଷୋତ୍ତମପୁର,୧।୭ (ସବିତା ମିଶ୍ର) ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ତାରାତାରିଣୀ ମନ୍ଦିର ନିକଟରେ ଥିବା ଏକ ହୋଟେଲ ଲକ୍ଷ୍ମୀପ୍ରିୟା ନିକଟରୁ ବୁଧବାର ସକାଳେ ଯୁବକଙ୍କ ମୃତଦେହ…

ଧନୁଯାତ୍ରା ତୋରଣ ଭାଙ୍ଗିବା ଘଟଣା: ଚିଠିରେ ସୀମିତ ରହିଲା କାର୍ଯ୍ୟାନୁଷ୍ଠାନ, ମାରିଦେଲେ ପ୍ୟାଚ୍‌ଅପ୍‌

ବରଗଡ଼,୧।୭(ପ୍ରେମାନନ୍ଦ ଖମାରୀ):ବରଗଡ଼ ଥାନାଛକ ଆଗରେ ରହିଥିବା ଧନୁଯାତ୍ରା ତୋରଣ ଭାଙ୍ଗିବା ଘଟଣାକୁ ମାସେ ବିତିଯାଇଛି। ହେଲେ ଏପର୍ଯ୍ୟନ୍ତ ଏହି ଘଟଣା ପାଇଁ ଦାୟୀ କୌଣସି ଅଧିକାରୀଙ୍କ ବିରୋଧରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri