ମହାରାଣୀଙ୍କ ଶେଷକୃତ୍ୟରେ ସାମିଲ ହେବନି ରୁଷିଆ

ଲଣ୍ଡନ,୧୪ା୯: ଲଣ୍ଡନରେ ସୋମବାର ଅନୁଷ୍ଠିତ ହେବାକୁ ଥିବା ବ୍ରିଟେନ୍‌ ସମ୍ରାଙ୍ଗୀ ଏଲିଜାବେଥ୍‌ ଦ୍ୱିତୀୟଙ୍କ ଶେଷକୃତ୍ୟ କାର୍ଯ୍ୟକ୍ରମରେ ରୁଷିଆ, ମ୍ୟାନ୍‌ମାର ଓ ବେଲାରୁଷକୁ ନିମନ୍ତ୍ରଣ କରାଯାଇନାହିଁ। ୟୁକ୍ରେନ୍‌ ଉପରେ ରୁଷିଆର ଆକ୍ରମଣ କାରଣରୁ ବ୍ରିଟେନ ମସ୍କୋ ଉପରେ ପାଶ୍ଚାତ୍ୟ କଟକଣା ଲଗାଇଥିବାବେଳେ ଏହାର ମିତ୍ର ଦେଶ ବେଲାରୁଷକୁ ମଧ୍ୟ ମହାରାଣୀଙ୍କ ଅନ୍ତିମ ସଂସ୍କାର କାର୍ଯ୍ୟକ୍ରମରେ ଯୋଗ ଦେବାରୁ ବ୍ରିଟେନ୍‌ ବଞ୍ଚିତ କରିଛି। ଅନ୍ୟପଟେ ରୋହିଙ୍ଗ୍ୟା ସମ୍ପ୍ରଦାୟକୁ ନେଇ ଲଣ୍ଡନ ମ୍ୟାନ୍‌ମାର ଉପରେ ମଧ୍ୟ କଟକଣା ଲାଗୁ କରିଛି। ଲଣ୍ଡନରେ ହେବାକୁ ଥିବା ମହାରାଣୀଙ୍କ ଶେଷକୃତ୍ୟ କାର୍ଯ୍ୟକ୍ରମରେ ବିଭିନ୍ନ ଦେଶରୁ ୫୦୦ ମାନ୍ୟଗଣ୍ୟ ବ୍ୟକ୍ତି ଯୋଗ ଦେବେ। ଆମେରିକା ରାଷ୍ଟ୍ରପତି ଜୋ ବାଇଡେନ୍‌, ଫାଷ୍ଟ ଲେଡି ଜିଲ୍‌ ବାଇଡେନ୍‌ ଏଥିରେ ଯୋଗ ଦେବେ। ତେବେ ଏହା ବ୍ରିଟେନ୍‌ର ଏକ ବିଶାଳ କୂଟନୈତିକ ସମାବେଶ ହେବାକୁ ଯାଉଥିବା ଚର୍ଚ୍ଚା ହେଉଛି। ଅନ୍ୟପକ୍ଷରେ ବିଶ୍ୱ ନେତାଙ୍କ ପାଇଁ ବସ୍‌ର ବ୍ୟବସ୍ଥା ହୋଇଥିବା ବେଳେ ବାଇଡେନ୍‌ ନିଜସ୍ବ କାର୍‌ ଯୋଗେ ମହାରାଣୀଙ୍କ ଅନ୍ତିମ ସଂସ୍କାରରେ ଯୋଗ ଦେବେ।


Enter your email to get our daily news in your inbox.

All Right Reserved By Dharitri.Com

ଭୟଙ୍କର ଭୂକମ୍ପ, ଘଣ୍ଟାକ ଭିତରେ ୩ ଥର ଥରି ଉଠିଲା, ଜାରି ହେଲା ସୁନାମୀ ସତର୍କତା

ମାନିଲା,୮।୬: ସୋମବାର (ଜୁନ ୮) ସକାଳେ ଫିଲିପାଇନ୍ସରେ ପ୍ରବଳ ଭୂମିକମ୍ପ ଅନୁଭୂତ ହୋଇଥିଲା। ଗୋଟିଏ ଘଣ୍ଟା ମଧ୍ୟରେ ଭୂମି ତିନିଥର ଥରି ଉଠିଥିଲା। ଭୂମିକମ୍ପର ତୀବ୍ରତା ରିକ୍ଟର…

ପ୍ରେମିକାଙ୍କୁ ହତ୍ୟା କରି ଜଙ୍ଗଲରେ ପୋତିଥିଲେ ପ୍ରେମିକ, ୨୬ ଦିନ ପରେ…

କେନ୍ଦୁଝର/ବଡ଼ବିଲ୭।୬(ନରେଶ ଚନ୍ଦ୍ର ପଟ୍ଟନାୟକ/ଜୟନ୍ତୀ ରଣା): କେନ୍ଦୁଝର ଜିଲା ବଡ଼ବିଲ ଥାନା ଅଧୀନ ଝାଡ଼ଗାଁରେ ଏକ ଜଘନ୍ୟ ହତ୍ୟାକାଣ୍ଡ ଘଟିଛି। ପ୍ରେମିକାଙ୍କୁ ଗଳାକାଟି ହତ୍ୟା ପରେ ପ୍ରେମିକ ଜଙ୍ଗଲରେ…

କ୍ରଶରରେ ବିସ୍ଫୋରଣ: ଜଣେ ମୃତ, ଏକାଧିକ ଆହତ ଚର୍ଚ୍ଚା

ଢେଙ୍କାନାଳ,୭ା୬(ରତନ ନାୟାର): ଢେଙ୍କାନାଳ ଜିଲା ଗଁଦିଆ ତହସିଲ ନିହଲପ୍ରସାଦ ଥାନା କଷ୍ଟିପାଳ ଅଞ୍ଚଳରେ ଥିବା ଏକ କ୍ରଶରରେ ରବିବାର ଅପରାହ୍ନରେ ବିସ୍ଫୋରଣ ଘଟି ଜଣଙ୍କର ମୃତ୍ୟୁ ଘଟିଥିବା…

NEET-UG ୨୦୨୬, ପରୀକ୍ଷା ପାଇଁ ସହର ଆଲର୍ଟମେଣ୍ଟ କଲା NTA

ନୂଆଦିଲ୍ଲୀ,୭ା୬(ପି.ଟି.): ଏନ୍‌ଇଇଟି-ୟୁଜି ପରୀକ୍ଷା ଆସନ୍ତା ୨୧ରେ ହେବାକୁ ଯାଉଛି । ଏଥିପାଇଁ ନ୍ୟାଶନାଲ ଟେଷ୍ଟିଂ ଏଜେନ୍ସି (ଏନ୍‌ଟିଏ) ପରୀକ୍ଷା ସହର ଆଲର୍ଟମେଣ୍ଟ କରିଛି । ପରୀକ୍ଷାର୍ଥୀ କେଉଁ…

ବାଘ ଛାଲ ଜବତ, ଧରାପଡ଼ିଲେ ଦୁଇ ଅଭିଯୁକ୍ତ

ପାତ୍ରପୁର,୭।୬(ଉମା ଚରଣ ନେପାକ): ଗଞ୍ଜାମ ଜିଲା ଜରଡ଼ା ଥାନା ପୋଲିସ ଶନିବାର ୨ଟି କଲରାପତିରିଆ ବାଘ ଛାଲ ଜବତ କରିଛି। ଏପରିକି ପୋଲିସ ବନ୍ଧୁକ ବ୍ୟାଗ, ଧାରୁଆ…

ଇସ୍ରାଏଲର ପାଲଟା ଆକ୍ରମଣ; ହିଜବୋଲାର କମାଣ୍ଡ ସେଣ୍ଟର ଧ୍ବସଂ, ନେତାନ୍ୟାହୁ…

ଜେରୁଜେଲମ, ୭।୬: ଇସ୍ରାଏଲ ଏବଂ ଲେବାନନ ମଧ୍ୟରେ ଚାଲିଥିବା ସଂଘର୍ଷ ଏବଂ ଉତ୍ତେଜନା ମଧ୍ୟରେ, ରବିବାର ଏକ ନୂତନ ଘଟଣା ସାମ୍ନାକୁ ଆସିଛି । ଇସ୍ରାଏଲୀ ସେନା…

୧୨ ଜିଏମ୍‌ଏପିଭି ବିଦ୍ୟାଳୟ ନୂତନ ଭବନର ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ, ଦଶମ ଶ୍ରେଣୀ ଛାତ୍ରୀଙ୍କ ସହ କଲେ ଆଲୋଚନା

କୋରାପୁଟ,୭ା୬(ଅମିତାଭ ବେହେରା): କୋରାପୁଟ ଜିଲାର ୧୨ ଚୟନିତ ଗୋଦାବରୀଶ ମିଶ୍ର ଆଦର୍ଶ ପ୍ରାଥମିକ ବିଦ୍ୟାଳୟ(ଜିଏମଏପିଭି)ର ନୂତନ ଭବନ ନିର୍ମାଣ ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଭର୍ଚୁଆଲ…

ସ୍ବାସ୍ଥ୍ୟକେନ୍ଦ୍ର କୋଠା ତୁରନ୍ତ କାର୍ଯ୍ୟକ୍ଷମ କରିବାକୁ ନିର୍ଦ୍ଦେଶ

ଛତ୍ରପୁର,୭ା୬(ଦିଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ବ୍ଲକ ଅଧୀନ ସୁନ୍ଦରପୁର ଗ୍ରାମରେ ନିର୍ମିତ ନୂତନ ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ର କୋଠା ଶୀଘ୍ର କାର୍ଯ୍ୟକ୍ଷମ କରିବାକୁ ବିଧାୟକ କୃଷ୍ଣଚନ୍ଦ୍ର ନାୟକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri