ବନ୍ଦ ହେବ ରୁଷିଆ-ୟୁକ୍ରେନ ଯୁଦ୍ଧ! ଆମେରିକା ନେଲା ଏହି ନିଷ୍ପତ୍ତି

ଓ୍‌ବାଶିଂଟନ୍‌.୧୯।୨: ଆମେରିକାର ବୈଦେଶିକ ସଚିବ ମାର୍କୋ ରୁବିଓ କହିଛନ୍ତି ଯେ ଆମେରିକା-ରୁଷିଆ ଆଲୋଚନାରେ ସାମିଲ ପକ୍ଷଗୁଡ଼ିକ ୟୁକ୍ରେନରେ ଶାନ୍ତି ପ୍ରତିଷ୍ଠା ଏବଂ ଆର୍ଥିକ ସହଯୋଗକୁ ପ୍ରୋତ୍ସାହିତ କରିବା ପାଇଁ ଏକ ଉଚ୍ଚସ୍ତରୀୟ ଦଳ ଗଠନ କରିବାକୁ ସହମତ ହୋଇଛନ୍ତି।

ୟୁକ୍ରେନ ସଙ୍କଟର ସମାଧାନ ଖୋଜିବା ପାଇଁ ମଙ୍ଗଳବାର ଆମେରିକା ଏବଂ ରୁଷିଆ ପ୍ରତିନିଧିମଣ୍ଡଳ ରିୟାଦରେ ସାକ୍ଷାତ କରିଛନ୍ତି। ଏହି ସମୟରେ ରୁଷିଆର ବୈଦେଶିକ ମନ୍ତ୍ରୀ ସର୍ଗଇ ଲାଭରୋଭ ମଧ୍ୟ ଉପସ୍ଥିତ ଥିଲେ।

ଗଣମାଧ୍ୟମ ରିପୋର୍ଟ ଅନୁସାରେ, ରୁବିଓ କହିଛନ୍ତି, ଦୂତାବାସରେ କର୍ମଚାରୀଙ୍କ ସଂଖ୍ୟା ପୁନଃସ୍ଥାପିତ କରିବା ପାଇଁ ମଧ୍ୟ ଏକ ଚୁକ୍ତି ହୋଇଛି। ସେ କହିଛନ୍ତି , ଗତ କିଛି ବର୍ଷ ମଧ୍ୟରେ ନିଆଯାଇଥିବା ପଦକ୍ଷେପ ଉଭୟ ଦେଶର କୂଟନୈତିକ ମିଶନର କାର୍ଯ୍ୟକ୍ଷମ କ୍ଷମତାକୁ ହ୍ରାସ କରିଛି।

ଆମେରିକାର ବୈଦେଶିକ ମନ୍ତ୍ରୀ କହିଛନ୍ତି, ଆମକୁ ଏପରି ସକ୍ରିୟ କୂଟନୈତିକ ମିଶନର ଆବଶ୍ୟକତା ପଡିବ ଯେଉଁମାନେ ଏହି ପ୍ରକ୍ରିୟାକୁ ଜାରି ରଖିବା ପାଇଁ କାର୍ଯ୍ୟ କରିପାରିବେ।

ରୁବିଓ କହିଥିଲେ ଯେ କେବଳ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ (ୟୁକ୍ରେନରେ) ଯୁଦ୍ଧ ଶେଷ କରିବାକୁ ସକ୍ଷମ।’ସେ କହିଛନ୍ତି, ମାତ୍ର କିଛି ମାସ ମଧ୍ୟରେ ରାଷ୍ଟ୍ରପତି ଟ୍ରମ୍ପ ସମଗ୍ର ବିଶ୍ୱ ଆଲୋଚନାକୁ ବଦଳାଇ ଦେଇଛନ୍ତି, କେବଳ ରାଷ୍ଟ୍ରପତି ଟ୍ରମ୍ପ ଏହା କରିପାରିବେ।

କ୍ରେମଲିନ ବୈଦେଶିକ ବ୍ୟାପାର ପରାମର୍ଶଦାତା ୟୁରି ଉଶାକୋଭ କହିଛନ୍ତି ଯେ ରିୟାଦରେ ଆମେରିକା-ରୁଷ ଆଲୋଚନା “ସକାରାତ୍ମକ” ଅଗ୍ରଗତି ସହିତ ଶେଷ ହୋଇଛି। ଏହା ସମସ୍ତ ପ୍ରସଙ୍ଗରେ ଏକ ଗମ୍ଭୀର ଆଲୋଚନା ଥିଲା। ଉଭୟ ପକ୍ଷ ପରସ୍ପରର ସ୍ବାର୍ଥକୁ ମନେ ରଖିବାକୁ ସହମତ ହୋଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

‘ଭାରତ ରୁଷରୁ ତେଲ କିଣିବ ନାହିଁ’, ଆମେରିକା ଦାବିର କଡ଼ା ଜବାବ ଦେଲେ ଏସ ଜୟଶଙ୍କର

କଲମ୍ବୋ,୧୫।୨: ରୁଷିଆରୁ ତେଲ ଆମଦାନୀକୁ ନେଇ ଆମେରିକା ଏବଂ ଭାରତ ମଧ୍ୟରେ ପୁଣି ଥରେ କୂଟନୈତିକ ବାକ୍‌ଯୁଦ୍ଧ ଦେଖିବାକୁ ମିଳିଛି। ଜର୍ମାନୀରେ ଅନୁଷ୍ଠିତ ମ୍ୟୁନିକ୍ ସୁରକ୍ଷା ସମ୍ମିଳନୀରେ…

ଟି-୨୦ ବିଶ୍ୱକପ୍: କଲମ୍ବୋରେ ପାକିସ୍ତାନକୁ ଧ୍ୱଂସ କରିଦେଲା ସୂର୍ଯ୍ୟକୁମାରଙ୍କ ସେନା, ଗର୍ଜିଲେ ଇଶାନ କିଷାନ

କଲମ୍ବୋ,୧୫।୨: ଶ୍ରୀଲଙ୍କାର ଆର୍. ପ୍ରେମଦାସା ଷ୍ଟାଡିୟମରେ ଅନୁଷ୍ଠିତ ହାଇଭୋଲ୍ଟେଜ୍ ଟି-୨୦ ବିଶ୍ୱକପ୍ ମୁକାବିଲାରେ ଭାରତୀୟ ଦଳ ପାକିସ୍ତାନକୁ ୬୧ ରନ୍‌ରେ ପରାସ୍ତ କରିଛି। ଅଧିନାୟକ ସୂର୍ଯ୍ୟକୁମାର ଯାଦବଙ୍କ…

ଅପହରଣର ୬୫ ବର୍ଷ ପରେ ଘରକୁ ଫେରିଲେ ବୃଦ୍ଧା; ବର୍ତ୍ତମାନର ବୟସ ୮୦, କାହାଣୀ ଜାଣିଲେ…

ଲକ୍ଷ୍ନୌ,୧୫।୨: ଉତ୍ତର ପ୍ରଦେଶର ହରଦୋଇ ଜିଲାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି। ଯେତେବେଳେ ଜଣେ ୮୦ ବର୍ଷୀୟ ବୃଦ୍ଧା ତାଙ୍କ ପିତାମାତାଙ୍କ ଘରକୁ ଫେରିଲେ, ସେତେବେଳେ…

ଧୋନିଙ୍କ ପାଇଁ ପାକିସ୍ତାନ ଦଳରେ ସୁଯୋଗ ପାଇଛନ୍ତି ଉସମାନ ତାରିକ! ହୋଇଗଲା ଖୁଲାସା

କଲମ୍ବୋ,୧୫।୨: ଚଳିତ ଟି-୨୦ ବିଶ୍ୱକପ୍‌ରେ ପାକିସ୍ତାନର ରହସ୍ୟମୟ ସ୍ପିନର ଉସ୍ମାନ ତାରିକ୍ ନିଜର ଅଜବ ବୋଲିଂ ଆକ୍ସନ ପାଇଁ ଚର୍ଚ୍ଚାର କେନ୍ଦ୍ରବିନ୍ଦୁ ସାଜିଛନ୍ତି। ତେବେ ତାଙ୍କ କ୍ରିକେଟ୍…

ଡିଜିଟାଲ ଯୁଗରେ ମନ୍ଦିରରେ ବସିଛନ୍ତି କ୍ୟାସଲେସ ଭିକାରୀ, କ୍ୟୁଆର କୋଡ୍ ସ୍କାନ କରି ପେମେଣ୍ଟ….

ପାରଳାଖେମୁଣ୍ଡି,୧୫।୨(ଗିରିଧାରୀ ପରିଛା): ଡିଜିଟାଲ ଯୁଗରେ ବର୍ତ୍ତମାନ ଭିକାରୀମାନେ ମଧ୍ୟ କ୍ୟାସଲେସ ବିଧି ଆପଣାଇଲେଣି । ଏପରି କିଛି ଭିଡିଓ ସୋସିଆଲ ମିଡିଆରେ ବେଶ୍ ଭାଇରାଲ୍ ହୋଇଥାଏ ।…

ଲିଙ୍ଗରାଜ ମନ୍ଦିରରେ ଉଠିଲା ମହାଦୀପ: ନିର୍ଦ୍ଧାରିତ ସମୟ ପୂର୍ବରୁ ସମ୍ପନ୍ନ ହେଲା ନୀତିକାନ୍ତି

ଭୁବନେଶ୍ୱର,୧୫।୨: ପବିତ୍ର ମହାଶିବରାତ୍ରି ଅବସରରେ ଭୁବନେଶ୍ୱରର ପ୍ରସିଦ୍ଧ ଶ୍ରୀଲିଙ୍ଗରାଜ ମନ୍ଦିରରେ ମହାପ୍ରଭୁଙ୍କ ମହାଦୀପ ଉଠିଛି। ସବୁଠାରୁ ଗୁରୁତ୍ୱପୂର୍ଣ୍ଣ କଥା ହେଉଛି, ଚଳିତ ବର୍ଷ ପ୍ରଶାସନ ଓ ସେବାୟତଙ୍କ…

ଟି-୨୦ ବିଶ୍ୱକପ୍: ପାକିସ୍ତାନ ଆଗରେ ୧୭୬ ରନ୍‌ର ବିଜୟ ଲକ୍ଷ୍ୟ; ଇଶାନ କିଷାନଙ୍କ ଧୂଆଁଧାର ବ୍ୟାଟିଂ

କଲମ୍ବୋ,୧୫।୨: ଟି-୨୦ ବିଶ୍ୱକପ୍ ୨୦୨୬ର ହାଇଭୋଲ୍ଟେଜ୍ ମ୍ୟାଚରେ ଭାରତ, ପାକିସ୍ତାନ ସମ୍ମୁଖରେ ୧୭୬ ରନ୍‌ର ଚ୍ୟାଲେଞ୍ଜିଂ ଟାର୍ଗେଟ୍ ରଖିଛି। ଓପନର୍ ଇଶାନ କିଷାନଙ୍କ ବିସ୍ଫୋରକ ବ୍ୟାଟିଂ ଏବଂ…

ଶିବ ସନ୍ଦେଶ ଅଭିଯାନ ରଥ ପରିଭ୍ରମଣ ଉଦଯାପିତ, ଆଧ୍ୟାତ୍ମିକ ଜ୍ଞାନ ସଂପର୍କରେ ଜନ ସମାଜକୁ…

ଭଞ୍ଜନଗର,୧୫।୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ରହ୍ମକୁମାରୀ ଇଶ୍ୱରୀୟ ବିଶ୍ଵବିଦ୍ୟାଳୟ ଶାଖା ପକ୍ଷରୁ ଗତ ୨ ତାରିଖରୁ ବାହାରିଥିବା ଶିବ ସନ୍ଦେଶ ଅଭିଯାନ ରଥ ପରିଭ୍ରମଣ କାର୍ଯ୍ୟକ୍ରମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri