ପୁଟିନ୍‌ଙ୍କ ଗିରଫ ପରଓ୍ବାନାକୁ ନେଇ ଚିନ୍ତାରେ ରୁଷିଆ

ମସ୍କୋ,୨୬ା୪ : ଯୁଦ୍ଧ ଅପରାଧ ଅଭିଯୋଗରେ ରୁଷିଆ ରାଷ୍ଟ୍ରପତି ଭ୍ଲାଡିମିର୍‌ ପୁଟିନ୍‌ଙ୍କ ବିରୋଧରେ ଅନ୍ତର୍ଜାତୀୟ ଫୌଜଦାରି କୋର୍ଟ (ଆଇସିସି) ଗତ ମାସରେ ଗିରଫ ପରଓ୍ବାନା ଜାରି କରିଥିବାରୁ ଦେଶର ବରିଷ୍ଠ ଅଧିକାରୀମାନେ ଭୟଭୀତ ଥିବା ଜଣାପଡ଼ିଛି। ଆଇସିସି ଆରେଷ୍ଟ ଓ୍ବାରେଣ୍ଟ ଜବାବରେ ରୁଷିଆ କ’ଣ ପଦକ୍ଷେପ ନେବ, ତାହା ଉପରେ ଆଲୋଚନା ଲାଗି କ୍ରେମ୍‌ଲିନ ଏକ ସ୍ବତନ୍ତ୍ର ବୈଠକ ଆୟୋଜନ କରିଥିଲା ବୋଲି କେତେଜଣ ସରକାରୀ ଅଧିକାରୀ ତଥା ପୂର୍ବତନ ଅଧିକାରୀ ଗଣମାଧ୍ୟମକୁ କହିଛନ୍ତି। ଗତବର୍ଷ ଫେବୃୟାରୀରେ ରୁଷିଆ ୟୁକ୍ରେନ୍‌ ଉପରେ ଆକ୍ରମଣ କରିଥିଲା। ୧୪ ମାସ ହେଲା ସଂଘର୍ଷ ଲାଗିରହିଥିବାବେଳେ ପୁଟିନ୍‌ ବେଆଇନ ଭାବେ ୟୁକ୍ରେନ୍‌ରୁ ପିଲାମାନଙ୍କୁ ଅନ୍ୟ ଦେଶକୁ ନେଇଯାଇଥିବା ଅଭିଯୋଗ ହୋଇଛି। ଆଇସିସିର ଗିରଫ ପରଓ୍ବାନାକୁ ମସ୍କୋ ନିନ୍ଦା କରିଥିବାବେଳେ ଏହାର ସମ୍ଭାବ୍ୟ ରାଜନୈତିକ ପ୍ରଭାବକୁ ନେଇ ଚିନ୍ତାପ୍ରକଟ କରିଛି। ରୁଷିଆ ସରକାରଙ୍କୁ ଗାଦିଚ୍ୟୁତ କରିବା ଲାଗି ଏହା ଏକ ଆହ୍ବାନ ବୋଲି ଶାସକ ୟୁନାଇଟେଡ୍‌ ରୁଷିଆ ପାର୍ଟିର ପାର୍ଲାମେଣ୍ଟାରି ଡେପୁଟି ଗଣମାଧ୍ୟମକୁ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଡିଜିଟାଲ ଯୁଗରେ ମନ୍ଦିରରେ ବସିଛନ୍ତି କ୍ୟାସଲେସ ଭିକାରୀ, କ୍ୟୁଆର କୋଡ୍ ସ୍କାନ କରି ପେମେଣ୍ଟ….

ପାରଳାଖେମୁଣ୍ଡି,୧୫।୨(ଗିରିଧାରୀ ପରିଛା): ଡିଜିଟାଲ ଯୁଗରେ ବର୍ତ୍ତମାନ ଭିକାରୀମାନେ ମଧ୍ୟ କ୍ୟାସଲେସ ବିଧି ଆପଣାଇଲେଣି । ଏପରି କିଛି ଭିଡିଓ ସୋସିଆଲ ମିଡିଆରେ ବେଶ୍ ଭାଇରାଲ୍ ହୋଇଥାଏ ।…

ଲିଙ୍ଗରାଜ ମନ୍ଦିରରେ ଉଠିଲା ମହାଦୀପ: ନିର୍ଦ୍ଧାରିତ ସମୟ ପୂର୍ବରୁ ସମ୍ପନ୍ନ ହେଲା ନୀତିକାନ୍ତି

ଭୁବନେଶ୍ୱର,୧୫।୨: ପବିତ୍ର ମହାଶିବରାତ୍ରି ଅବସରରେ ଭୁବନେଶ୍ୱରର ପ୍ରସିଦ୍ଧ ଶ୍ରୀଲିଙ୍ଗରାଜ ମନ୍ଦିରରେ ମହାପ୍ରଭୁଙ୍କ ମହାଦୀପ ଉଠିଛି। ସବୁଠାରୁ ଗୁରୁତ୍ୱପୂର୍ଣ୍ଣ କଥା ହେଉଛି, ଚଳିତ ବର୍ଷ ପ୍ରଶାସନ ଓ ସେବାୟତଙ୍କ…

ଟି-୨୦ ବିଶ୍ୱକପ୍: ପାକିସ୍ତାନ ଆଗରେ ୧୭୬ ରନ୍‌ର ବିଜୟ ଲକ୍ଷ୍ୟ; ଇଶାନ କିଷାନଙ୍କ ଧୂଆଁଧାର ବ୍ୟାଟିଂ

କଲମ୍ବୋ,୧୫।୨: ଟି-୨୦ ବିଶ୍ୱକପ୍ ୨୦୨୬ର ହାଇଭୋଲ୍ଟେଜ୍ ମ୍ୟାଚରେ ଭାରତ, ପାକିସ୍ତାନ ସମ୍ମୁଖରେ ୧୭୬ ରନ୍‌ର ଚ୍ୟାଲେଞ୍ଜିଂ ଟାର୍ଗେଟ୍ ରଖିଛି। ଓପନର୍ ଇଶାନ କିଷାନଙ୍କ ବିସ୍ଫୋରକ ବ୍ୟାଟିଂ ଏବଂ…

ଶିବ ସନ୍ଦେଶ ଅଭିଯାନ ରଥ ପରିଭ୍ରମଣ ଉଦଯାପିତ, ଆଧ୍ୟାତ୍ମିକ ଜ୍ଞାନ ସଂପର୍କରେ ଜନ ସମାଜକୁ…

ଭଞ୍ଜନଗର,୧୫।୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ରହ୍ମକୁମାରୀ ଇଶ୍ୱରୀୟ ବିଶ୍ଵବିଦ୍ୟାଳୟ ଶାଖା ପକ୍ଷରୁ ଗତ ୨ ତାରିଖରୁ ବାହାରିଥିବା ଶିବ ସନ୍ଦେଶ ଅଭିଯାନ ରଥ ପରିଭ୍ରମଣ କାର୍ଯ୍ୟକ୍ରମ…

ଏପ୍ରିଲରୁ ଲାଗୁ ହୋଇପାରେ ଭାରତ-ୟୁକେ ଚୁକ୍ତି, କଣ ଶସ୍ତା କଣ ମହଙ୍ଗା ହେବ ଜାଣନ୍ତୁ

ନୂଆଦିଲ୍ଲୀ,୧୫।୨: ଭାରତ ଏବଂ ୟୁକେ ମଧ୍ୟରେ ଜୁଲାଇ ୨୦୨୫ ରେ ସ୍ୱାକ୍ଷରିତ ହୋଇଥିବା ଭାରତ-ୟୁକେ ମୁକ୍ତ ବାଣିଜ୍ୟ ଚୁକ୍ତିନାମା ଏପ୍ରିଲ ୨୦୨୬ ରେ କାର୍ଯ୍ୟକାରୀ ହେବା ନେଇ…

ନୂଆ ଦାୟିତ୍ବ ଦେଲେ ନବୀନ, ଗଜପତି ଜିଲା ବିଜେଡି ମହିଳା ସଭାପତି ହେଲେ ସଂଯୁକ୍ତା ବେହେରା

ଗଜପତି,୧୫।୨(ଗିରିଧାରୀ ପରିଛା): ବିଜେଡି ସୁପ୍ରିମୋ ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଜପତି ଜିଲା ମହିଳା ବିଜେଡି ସଭାପତି ଭାବେ ସଂଯୁକ୍ତା ବେହେରାଙ୍କୁ ମନୋୟନ କରିଛନ୍ତି ।…

କଣ୍ଠଶିଳ୍ପୀ ଗୀତା ପଟ୍ଟନାୟକଙ୍କ ପରଲୋକ, କଟକର ଏକ ଘରୋଇ ହସ୍ପିଟାଲ୍‌ରେ ଦେହାନ୍ତ

କଟକ,୧୫ା୨:  ଓଡ଼ିଶାର ସୁନାମଧନ୍ୟ କଣ୍ଠଶିଳ୍ପୀ ଗୀତା ପଟ୍ଟନାୟକଙ୍କ ପରଲୋକ । କଟକର ଏକ ଘରୋଇ ହସ୍ପିଟାଲ୍‌ରେ ଚିକିତ୍ସାଧୀନ ଅବସ୍ଥାରେ ଦେହାନ୍ତ ହୋଇଥିବା ସୂଚନା ରହିଛି । ଗତ…

ଟି-୨୦ ବିଶ୍ୱକପ୍: ପାକିସ୍ତାନୀ ବୋଲରଙ୍କୁ ଧୂଳି ଚଟାଇଲେ ଇଶାନ କିଷାନ; ୨୭ ବଲ୍‌ରେ ବିସ୍ଫୋରକ ଅର୍ଦ୍ଧଶତକ

କଲମ୍ବୋ,୧୫।୨: ଟି-୨୦ ବିଶ୍ୱକପ୍ ମହାମୁକାବିଲାରେ ଭାରତୀୟ ଓପନର୍ ଇଶାନ କିଷାନଙ୍କ ବ୍ୟାଟ୍‌ରୁ ଦେଖିବାକୁ ମିଳିଛି ରନ୍ ବର୍ଷା। ପାକିସ୍ତାନ ବିପକ୍ଷ ଏହି ଗୁରୁତ୍ୱପୂର୍ଣ୍ଣ ମ୍ୟାଚରେ ଇଶାନ ମାତ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri