ୟୁକ୍ରେନ ଡ୍ୟାମ ଉପରେ ରୁଷିଆର ମିଶାଇଲ ମାଡ, ସାମୁହିକ କବରରୁ ମିଳିଲା ୪୦୦ରୁ ଊର୍ଦ୍ଧ୍ୱ ମୃତଦେହ

କ୍ୱିଭ,୧୬ ।୯: ଦୀର୍ଘ ପ୍ରାୟ ୭ ମାସ ହେବ ଲାଗି ରହିଛି ରୁଷିଆ-ୟୁକ୍ରେନ ଯୁଦ୍ଧ । ଉଭୟ ଉଭୟଙ୍କ ଜିଦ୍‌ରେ ଅଟଳ ରହିଛନ୍ତି । ଏବେ ରୁଷିଆ ସେନାଙ୍କ ହାତରୁ କିଛି ଅଞ୍ଚଳକୁ ୟୁକ୍ରେନ୍ ସେନା ଫେରାଇ ଆଣୁଥିବା ବେଳେ ରୁଷିଆ ସେନା ଆହୁରି ଆକ୍ରମକ ହୋଇ ଉଠିଛି । ଏବେ ରୁଷିଆ ସେନା ୟୁକ୍ରେନର କ୍ରିଭ ରିହ ସହରର ଏକ ବଡ ଡ୍ୟାମକୁ ଟାର୍ଗେଟ କରିଛି । ଅନ୍ୟପଟେ ଇଜିୟମ ସହରରେ ଏକ ସାମୁହିକ କବରରୁ ୪୦୦ରୁ ଅଧିକ ମୃତଦେହ ମିଳିଥିବା ଜଣାପଡିଛି ।
ମିଳିଥିବା ସୂଚନା ଅନୁଯାୟୀ, ରୁଷିଆ ସେନା ୟୁକ୍ରେନ ରାଷ୍ଟ୍ରପତି ଭୋଲୋଡେମିର ଜେଲେନସ୍କିଙ୍କ ହୋମ ଟାଉନ କ୍ରିଭି ରିହ ନିକଟରେ ଇନହୁଲେତ୍ସ ନଦୀରେ ନିର୍ମିତ ଏକ ଡ୍ୟାମ ବା ବନ୍ଧକୁ ୮ କ୍ରୁଜ ମିଶାଇଲ ଦ୍ୱାରା ଉଡାଇ ଦେଇଛନ୍ତି । ଏହାଦ୍ୱାରା ସହରର ଅଧିକାଂଶ ଅଞ୍ଚଳରେ ଲୋକଙ୍କ ଘର ଭିତରେ ପାଣି ପସିଯାଇଛି । ଏବେ ସହରରେ ରହୁଥିବା ଲୋକଙ୍କୁ ଉଦ୍ଧାର କରାଯାଉଛି ।
କ୍ରିଭି ରିହ ସହରର ସେନା ପ୍ରଶାସନ ମୁଖ୍ୟ ଆଲେକଜାଣ୍ଡର ଭିଲକୁଲ କହିଛନ୍ତି ବନ୍ଧ ଭାଙ୍ଗିବା କାରଣରୁ ସହରର ଦୁଇଟି ଜିଲାରେ ପ୍ରାୟ ୨୨ଟି ରାସ୍ତା ନଷ୍ଟ ହୋଇଯାଇଛି । ଏପଟେ ଜେଲେନ୍‌ସ୍କି ରୁଷିଆକୁ ଆତଙ୍କି ଦେଶ କହିବା ସହ ନାଗରିକଙ୍କ ସହ ବି ସେନା ଯୁ୍‌ଦ୍ଧ ଲଢୁଛି ବୋଲି କହିଛନ୍ତି । ରୁଷିଆ ଏକ ଦୁର୍ବଳ ଦେଶ ବୋଲି ମଧ୍ୟ ସେ କହିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ୟୁକ୍ରେନ୍‌-ରୁଷିଆ ଯୁଦ୍ଧ: ୟୁକ୍ରେନ୍‌ର ଡ୍ରୋନ ଆକ୍ରମଣରେ ଜଳିଗଲା ରୁଷିଆର ବଡ଼ ଗୋଦାମ ଘର

ମସ୍କୋ,୧୬ା୮: ରୁଷିଆ ୟୁକ୍ରେନ୍‌ ଉପରେ ଜୋର୍‌ଦାର ଏୟାରଷ୍ଟ୍ରାଇକ୍‌ କରିଥିବା ବେଳେ କିଭ୍‌ ମଧ୍ୟ ଏହାର କଡ଼ା ଜବାବ ଦେଇଛି। ମସ୍କୋ ଅଞ୍ଚଳରେ ୟୁକ୍ରେନ୍‌ ଓଜନଦାର ଡ୍ରୋନ୍‌ ଯୋଗେ…

ଗାଲେ ଟେଷ୍ଟରେ ପଡିକଲଙ୍କ ଦମ୍‌ଦାର ଶତକ, ଭାରତ ୪୬୦/୯

ଗାଲେ, ୧୬ା୮: ଶ୍ରୀଲଙ୍କା ବିପକ୍ଷରେ ଚାଲିଥିବା ପ୍ରଥମ ଟେଷ୍ଟ କ୍ରିକେଟ ମ୍ୟାଚ୍‌ରେ ଭାରତୀୟ ବ୍ୟାଟର ଦମ୍‌ଦାର ପ୍ରଦର୍ଶନ କରିଛନ୍ତି। ବ୍ୟାଟର ଦେବଦତ୍ତ ପଡିକଲଙ୍କ ଶତକ ବଳରେ ଭାରତ…

କେନାଲରେ ଫସି ରହିଥିଲା ବାର୍‌ହା, ଏମିତି ଉଦ୍ଧାର କଲେ ଅଗ୍ନିଶମ କର୍ମଚାରୀ

ଗଞ୍ଜାମ,୧୬।୮(ବିଦ୍ୟାଧର ସାହୁ): ଗଞ୍ଜାମ ସହର ସ୍ଥିତ ପୋତାଗଡ଼ ପାର୍ଶ୍ୱରେ ଥିବା ଋଷୁକୂଲ୍ୟା ନଦୀ ଜଳରେ ବୋଟିଙ୍ଗ ପାଇଁ ନିର୍ମାଣ ହୋଇଥିବା କ୍ଷୁଦ୍ର କେନାଲରେ ଫସି ରହିଥିବା ଏକ…

Ananya Raj Death: ୩୫ ବର୍ଷରେ ଅଭିନେତ୍ରୀ ଅନନ୍ୟା ରାଜଙ୍କ ପରଲୋକ, ମାସେ ପରେ ସାମ୍ନାକୁ ଆସିଲା ଖବର

ମୁମ୍ବାଇ,୧୬।୮: ଅଭିନେତ୍ରୀ ତଥା ସୋସିଆଲ ମିଡିଆ ଷ୍ଟାର ଅନନ୍ୟା ରାଜଙ୍କ ୩୫ ବର୍ଷ ବୟସରେ ଦେହାନ୍ତ ହୋଇଛି । ତାଙ୍କ ମୃତ୍ୟୁର ପ୍ରାୟ ଏକ ମାସ ପରେ…

ଛକରେ କଫସିରପ ବିକ୍ରି ବେଳେ ମାଡିବସିଲା ସୋହେଲା ପୋଲିସ, ୩ ଗିରଫ

ସୋହେଲା,୧୬।୮(ଅଶ୍ୱିନୀ ପାତ୍ର): ବରଗଡ଼ ଜିଲା ସୋହେଲା ପୋଲିସ ଆଜି ବାଉଁସେନମୁରା ଗ୍ରାମ ପଂଚାୟତ ଅନ୍ତର୍ଗତ କେନ୍ଦବାହାଲ ରାସ୍ତାରେ ପେଟ୍ରୋଲିଂ ସମୟରେ ତିନିଜଣ କଫସିରପ ବ୍ୟବସାୟୀଙ୍କୁ ଗିରଫ କରି…

ଅନ୍ଧାରିଆ ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ; ମାଡ଼ିବସିଲା ଝରିଗାଁ ପୋଲିସ, ଜବତ କଲା…

ଝରିଗାଁ,୧୬।୮(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ନିକଟସ୍ଥ ହୁଣ୍ଡାରଧଡକି ଜଙ୍ଗଲ ନିକଟରେ ଜୁଆ ଖେଳ ଚାଲିଥିବା ବେଳେ ରବିବାର ସନ୍ଧ୍ୟାରେ ଝରିଗାଁ ପୋଲିସ ତରଫରୁ ଅତର୍କିତ…

ଖେମୁଣ୍ଡି ଫୁଟବଲ ଟୁର୍ନାମେଣ୍ଟ: ବ୍ରହ୍ମପୁରର ନଟରାଜ ଟିମ୍‌ ଚାମ୍ପିୟନ

ଦିଗପହଣ୍ଡି,୧୬।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଖେମୁଣ୍ଡି ସ୍ପୋର୍ଟିଂ କ୍ଲବ ଏବଂ ଏନଏସି କାର୍ଯ୍ୟାଳୟର ମିଳିତ ଆନୁକୁଲ୍ୟରେ ପବିତ୍ର ସ୍ବାଧୀନତା ଦିବସ ଅବସରରେ ସ୍ଥାନୀୟ…

BJPକୁ ବଡ଼ ଝଟକା! ଦଳ ଛାଡିଲେ ଏହି ଅଭିନେତା, ମଞ୍ଚ ଉପରୁ ଘୋଷଣା କରି ଚମକାଇଦେଲେ

ତିରୁଭାନନ୍ତପୁରମ୍‌,୧୬।୮: କେରଳରେ ଭାଜପାକୁ ବଡ଼ ଝଟକା ଲାଗିଛି । ଅଭିନେତା ତଥା କେରଳ ଭାଜପାର ଉପାଧ୍ୟକ୍ଷ ଏସ୍‌. ଦେବନ ଦଳର ଉପାଧ୍ୟକ୍ଷ ପଦ ସହ ପ୍ରାଥମିକ ସଦସ୍ୟତାରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri